୪ ବର୍ଷ ହେଲା ସ୍ଥାୟୀ ଉପନିବନ୍ଧକ ନାହାନ୍ତି

ନାଉଗାଁ , ୨୨ା୭(ସ୍ବ.ପ୍ର.): ଜଗତ୍‌ସିଂହପୁର ଜିଲା ନାଉଗାଁ ଉପନିବନ୍ଧକ କାର୍ଯ୍ୟାଳୟରେ ଉପନିବନ୍ଧକଙ୍କ ପଦବୀ ଦୀର୍ଘ ୪ ବର୍ଷ ହେବ ଖାଲି ପଡିଛି। ୨୦୧୮ ସେପ୍ଟେମ୍ବରରେ ମହେଶ୍ୱର ବେହେରା ଉପନିବନ୍ଧକ ଭାବେ କାର୍ଯ୍ୟ କରୁଥିଲେ। ତାଙ୍କର ଅନ୍ୟତ୍ର ବଦଳି ପରେ ପଦବୀଟି ଖାଲି ପଡିଥିଲା। ପରେ ତହସିଲ କାର୍ଯ୍ୟାଳୟର ଅତିରିକ୍ତ ତହସିଲଦାର ନେତ୍ରାନନ୍ଦ ବେହେରା ଦାୟିତ୍ୱ ଗ୍ରହଣ କରିଥିଲେ। ସେ ଗତ ଜୁନ ୩୦ରେ ଅବସର ଗ୍ରହଣ କରିଛନ୍ତି। ବେହେରା ଅବସର ନେବା ପରେ ଅଦ୍ୟାବଧି ଏହି ପଦବୀଟି ଖାଲି ପଡ଼ିଛି। କାର୍ଯ୍ୟ ଚଳାଇବାକୁ ତହସିଲଦାର ଜେ.କଳ୍ପନାଙ୍କୁ ଦାୟିତ୍ୱ ପ୍ରଦାନ କରାଯାଇଛି। ତହସିଲଦାର ସପ୍ତାହକୁ ୩ ଦିନ ଯଥା ସୋମବାର, ବୁଧବାର ଓ ଶୁକ୍ରବାର ଗଜରାଜପୁର ପଞ୍ଚାୟତ ଦେବୀଦୋଳସ୍ଥିତ ଉପନିବନ୍ଧକ କାର୍ଯ୍ୟାଳୟକୁ ଯାଉଛନ୍ତି। ଫଳରେ ତହସିଲ କାର୍ଯ୍ୟରେ ବାଧା ସୃଷ୍ଟି ହେଉଛି। ତହସିଲ ଓ ଉପନିବନ୍ଧକ ୨ଟି ଯାକ ସରକାରଙ୍କର ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟାଳୟ ହୋଇଥିବା ବେଳେ ଜଣେ ଅଧିକାରୀ ଉଭୟ ଦାୟିତ୍ୱରେ ରହିଛନ୍ତି। ଉପନିବନ୍ଧକ କାର୍ଯ୍ୟାଳୟରେ ପ୍ରତ୍ୟହ ଜମିବାଡି କ୍ରୟ, ବିକ୍ରୟ, ବିବାହ ଆଦି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ହେଉଛି। ମଙ୍ଗଳବାର, ଗୁରୁବାର, ଶନିବାର ହଠାତ୍‌ କିଛି କାର୍ଯ୍ୟ ପଡିଲେ ତାହା କରି ହେଉନାହିଁ। ସେହିପରି ବିଭିନ୍ନ ପ୍ରମାଣପତ୍ର, ଜମିବାଡି ସଂକ୍ରାନ୍ତୀୟ କାଗଜପତ୍ର ତହସିଲ କାର୍ଯ୍ୟାଳୟରେ ହେଉଥିବା ବେଳେ ତହସିଲଦାର ଉଭୟ ଦାୟିତ୍ୱରେ ରହୁଥିବାରୁ ଜନସାଧାରଣଙ୍କୁ ଅସୁବିଧାରେ ସମ୍ମୁଖୀନ ହେବାକୁ ପଡୁଥିବା ପୂର୍ବତନ ସରପଞ୍ଚ ଆର୍ତ୍ତତ୍ରାଣ ଦାସ, ଅଶୋକ ସ୍ବାଇଁ ପ୍ରମୁଖ କହିଛନ୍ତି। ତେଣୁ ତୁରନ୍ତ ସ୍ଥାୟୀ ଉପନିବନ୍ଧକଙ୍କୁ ଅବସ୍ଥାପିତ କରିବା ପାଇଁ ସ୍ଥାନୀୟ ବାସିନ୍ଦା ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୁରୁକୁଟି ମୌଜାରେ ଜମି ବିବାଦ ଅସମାହିତ: ଜିଲାପାଳ-ଏସପିଙ୍କ ବୁଝାଶୁଝା ସତ୍ତ୍ୱେ ହଟିଲେନି ଆନ୍ଦୋଳନକାରୀ

ଥୁଆମୂଳ ରାମପୁର, ୩ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣକୁ ନେଇ ଚାଲିଥିବା ବିବାଦ ଆଜି…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

୬ ଘଣ୍ଟା ଧରି ପୂର୍ତ୍ତ ବିଭାଗ କର୍ମଚାରୀଙ୍କ ହାତଗୋଡ଼ ବାନ୍ଧି ମାଡ଼ ମାରି ଲୁଟ୍‌, ମହିଳାଙ୍କ ସମେତ ୫ଜଣଙ୍କୁ ବାନ୍ଧିଲା…

ରାୟଗଡ଼ା, ୩।୪ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରରେ ଜଣେ ସରକାରୀ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ମରଣାନ୍ତକ ଆକ୍ରମଣ ଓ ଲୁଟ କରିବା ଘଟଣାର ପର୍ଦ୍ଦାଫାଶ କରିଛି…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri