୪ ବର୍ଷ ହେଲା ସ୍ଥାୟୀ ଉପନିବନ୍ଧକ ନାହାନ୍ତି

ନାଉଗାଁ , ୨୨ା୭(ସ୍ବ.ପ୍ର.): ଜଗତ୍‌ସିଂହପୁର ଜିଲା ନାଉଗାଁ ଉପନିବନ୍ଧକ କାର୍ଯ୍ୟାଳୟରେ ଉପନିବନ୍ଧକଙ୍କ ପଦବୀ ଦୀର୍ଘ ୪ ବର୍ଷ ହେବ ଖାଲି ପଡିଛି। ୨୦୧୮ ସେପ୍ଟେମ୍ବରରେ ମହେଶ୍ୱର ବେହେରା ଉପନିବନ୍ଧକ ଭାବେ କାର୍ଯ୍ୟ କରୁଥିଲେ। ତାଙ୍କର ଅନ୍ୟତ୍ର ବଦଳି ପରେ ପଦବୀଟି ଖାଲି ପଡିଥିଲା। ପରେ ତହସିଲ କାର୍ଯ୍ୟାଳୟର ଅତିରିକ୍ତ ତହସିଲଦାର ନେତ୍ରାନନ୍ଦ ବେହେରା ଦାୟିତ୍ୱ ଗ୍ରହଣ କରିଥିଲେ। ସେ ଗତ ଜୁନ ୩୦ରେ ଅବସର ଗ୍ରହଣ କରିଛନ୍ତି। ବେହେରା ଅବସର ନେବା ପରେ ଅଦ୍ୟାବଧି ଏହି ପଦବୀଟି ଖାଲି ପଡ଼ିଛି। କାର୍ଯ୍ୟ ଚଳାଇବାକୁ ତହସିଲଦାର ଜେ.କଳ୍ପନାଙ୍କୁ ଦାୟିତ୍ୱ ପ୍ରଦାନ କରାଯାଇଛି। ତହସିଲଦାର ସପ୍ତାହକୁ ୩ ଦିନ ଯଥା ସୋମବାର, ବୁଧବାର ଓ ଶୁକ୍ରବାର ଗଜରାଜପୁର ପଞ୍ଚାୟତ ଦେବୀଦୋଳସ୍ଥିତ ଉପନିବନ୍ଧକ କାର୍ଯ୍ୟାଳୟକୁ ଯାଉଛନ୍ତି। ଫଳରେ ତହସିଲ କାର୍ଯ୍ୟରେ ବାଧା ସୃଷ୍ଟି ହେଉଛି। ତହସିଲ ଓ ଉପନିବନ୍ଧକ ୨ଟି ଯାକ ସରକାରଙ୍କର ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟାଳୟ ହୋଇଥିବା ବେଳେ ଜଣେ ଅଧିକାରୀ ଉଭୟ ଦାୟିତ୍ୱରେ ରହିଛନ୍ତି। ଉପନିବନ୍ଧକ କାର୍ଯ୍ୟାଳୟରେ ପ୍ରତ୍ୟହ ଜମିବାଡି କ୍ରୟ, ବିକ୍ରୟ, ବିବାହ ଆଦି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ହେଉଛି। ମଙ୍ଗଳବାର, ଗୁରୁବାର, ଶନିବାର ହଠାତ୍‌ କିଛି କାର୍ଯ୍ୟ ପଡିଲେ ତାହା କରି ହେଉନାହିଁ। ସେହିପରି ବିଭିନ୍ନ ପ୍ରମାଣପତ୍ର, ଜମିବାଡି ସଂକ୍ରାନ୍ତୀୟ କାଗଜପତ୍ର ତହସିଲ କାର୍ଯ୍ୟାଳୟରେ ହେଉଥିବା ବେଳେ ତହସିଲଦାର ଉଭୟ ଦାୟିତ୍ୱରେ ରହୁଥିବାରୁ ଜନସାଧାରଣଙ୍କୁ ଅସୁବିଧାରେ ସମ୍ମୁଖୀନ ହେବାକୁ ପଡୁଥିବା ପୂର୍ବତନ ସରପଞ୍ଚ ଆର୍ତ୍ତତ୍ରାଣ ଦାସ, ଅଶୋକ ସ୍ବାଇଁ ପ୍ରମୁଖ କହିଛନ୍ତି। ତେଣୁ ତୁରନ୍ତ ସ୍ଥାୟୀ ଉପନିବନ୍ଧକଙ୍କୁ ଅବସ୍ଥାପିତ କରିବା ପାଇଁ ସ୍ଥାନୀୟ ବାସିନ୍ଦା ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚିଲିକାକୁ କମିଲେ ବିଦେଶାଗତ ପକ୍ଷୀ: ଏହି କାରଣରୁ ଆସିଲେନି ୧୦,୦୦୦

ଭୁବନେଶ୍ୱର,୨୯ା୧୨: ଚଳିତ ବର୍ଷ ଚିଲିକା ହ୍ରଦକୁ ବିଦେଶାଗତ ପକ୍ଷୀଙ୍କ ଆଗମନ ହ୍ରାସ ପାଇଛି। ଏଥିପାଇଁ ଜଳବାୟୁ ପରିବର୍ତ୍ତନ ବା ‘କ୍ଲାଇମେଟ୍ ଚେଞ୍ଜ’କୁ ମୁଖ୍ୟ କାରଣ ବୋଲି...

ଏହି ଦିନ ଘୋଷଣା ହେବ ନ୍ୟୁଜିଲାଣ୍ଡ ବିପକ୍ଷ ମ୍ୟାଚ ପାଇଁ ଭାରତୀୟ ଦଳ: ସମ୍ଭାବ୍ୟ ତାଲିକାରେ ଏମାନେ…

ନୂଆଦିଲ୍ଲୀ,୨୯।୧୨: ଭାରତୀୟ ଦଳ ୨୦୨୬ରେ ନ୍ୟୁଜିଲାଣ୍ଡ ବିପକ୍ଷରେ ପ୍ରଥମ ସିରିଜ ଖେଳିବ। ନ୍ୟୁଜିଲାଣ୍ଡର ଭାରତ ଗସ୍ତ ଜାନୁଆରୀ ୧୧ ରୁ ଜାନୁଆରୀ ୩୧ ପର୍ଯ୍ୟନ୍ତ ଚାଲିବ,...

କାମ ଚାଲୁଥିଲା ହଠାତ୍‌ ଶ୍ରମିଙ୍କ ଉପରେ ପଡିଲା କାନ୍ଥ, ଆଖିବୁଜିଲେ…

ବାଲେଶ୍ୱର,୨୯।୧୨(ବାଞ୍ଛାନିଧି ଦେ): କାମ ଚାଲିଥିଲା ହଠାତ୍‌ ଶ୍ରମିକଙ୍କ ଉପରେ ପଡ଼ିଲା କାନ୍ଥ। ଏଭଳି ଅଭନୀୟ ଘଟଣା ଘଟିଛି ବାଲେଶ୍ୱର ଟାଉନ ଥାନା ମୋତିଗଞ୍ଜ ବଜାରରେ। ସୋମବାର...

ଗଣେଶ୍ୱରଙ୍କ ବଡ଼ ବୟାନ: ସୁଜାତାଙ୍କ କଥା ଦଳ ବିଚାର କରିବ

ଭୁବନେଶ୍ୱର,୨୯।୧୨: କେନ୍ଦ୍ରାପଡ଼ା ବିଜେଡି ବିଧାୟକ ଗଣେଶ୍ୱର ବେହେରା ଏକ ବଡ଼ ବୟାନ ଦେଇଛନ୍ତି। ସୁଜାତା କାର୍ତ୍ତିକେୟନଙ୍କ କଥା ଦଳ ବିଚାର କରିବ ବୋଲି ଗଣେଶ୍ୱର ସୋମବାର...

ଟାଟା ପାୱାରର ଶୋଷଣ ବିରୋଧରେ ତାତିଲା କଂଗ୍ରେସ

ଧର୍ମଶାଳା,୨୯।୧୨(ଶିବ ପ୍ରସାଦ ମହାନ୍ତି): ପ୍ରଦେଶ କଂଗ୍ରେସ କମିଟିର ନିଷ୍ପତ୍ତି କ୍ରମେ ଯାଜପୁର ଧର୍ମଶାଳା ବିଧାୟକ ପ୍ରାର୍ଥୀ କିଷାନ ପଣ୍ଡାଙ୍କ ନେତୃତ୍ୱରେ ଟାଟା ପାୱାର ଶୋଷଣ ବିରୋଧରେ...

ଜିରୋ ନାଇଟ ପାଇଁ ଚେତାବନୀ ଦେଲେ ଟ୍ବିନ୍‌ ସିଟି ପୋଲିସ କମିଶନର, କହିଲେ ରାତି ୧୨ଟା ପରେ…

ନୂଆଦିଲ୍ଲୀ,୨୯।୧୨: ପାଖେଇ ଆସୁଛି ନୂଆବର୍ଷ । ହାତରେ ମାତ୍ର ଆଉ କିଛି ଦିନ ବାକି ରହିଥିବା ବେଳେ ସବୁ ସ୍ଥାନରେ ଜିରୋ ନାଇଟ ପାଇଁ ପ୍ରସ୍ତୁତି...

ଡିସେମ୍ବର ୩୧ ପୂର୍ବରୁ ଶେଷ କରନ୍ତୁ ଏହି ୩ଟି ଗୁରୁତ୍ୱପୂର୍ଣ୍ଣ କାମ, ନଚେତ୍‌ ଅଟକି ରହିବ ଆପଣଙ୍କ ଟଙ୍କା

ନୂଆଦିଲ୍ଲୀ,୨୯।୧୨: ବର୍ଷର ଶେଷ ମାସ ଦୁଇ ଦିନ ମଧ୍ୟରେ ଶେଷ ହେବ, ଯାହା ନୂତନ ବର୍ଷର ଆରମ୍ଭ ହେବ। ତଥାପି, ଯଦି ଆପଣ ନୂତନ ବର୍ଷର...

ଜାନୁଆରୀ ୧୧ ସୁଦ୍ଧା ଏହି ୩ ରାଶିର ହେବାକୁ ଯାଉଛି ବଡ଼ ପରିବର୍ତ୍ତନ, ଗ୍ରହଙ୍କ ରାଜା ‘ସୂର୍ଯ୍ୟ’ କଲେ ନକ୍ଷତ୍ର ଗୋଚର

ଜ୍ୟୋତିଷ ଶାସ୍ତ୍ରରେ, ସୂର୍ଯ୍ୟ, ଯାହାକୁ ସୂର୍ଯ୍ୟ ଦେବତା ଏବଂ ଗ୍ରହମାନଙ୍କର ରାଜା ଉଭୟ ଭାବରେ ବିବେଚନା କରାଯାଏ, ୨୦୨୫ରେ ତାଙ୍କର ଶେଷ ଗୋଚର ସମାପ୍ତ କରିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri