Posted inଜାତୀୟ

ଜୋରଜବରଦସ୍ତ ଟିକା ଦିଆଯାଉ ନାହିଁ

ନୂଆଦିଲ୍ଲୀ,୧୭।୧: କୌଣସି ବ୍ୟକ୍ତିଙ୍କ ବିନା ସହମତିରେ ତାଙ୍କୁ କୋଭିଡ୍‌ ଟିକା ଦିଆଯାଇପାରିବ ନାହିଁ। ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଜାରି ହୋଇଥିବା କୋଭିଡ୍‌-୧୯ ଟିକା ଗାଇଡ୍‌ଲାଇନରେ ବାଧ୍ୟତାମୂଳକ ଟିକାକରଣ କଥା କୁହାଯାଇନାହିଁ ବୋଲି କେନ୍ଦ୍ର ସରକାର ସୋମବାର ସୁପ୍ରିମକୋର୍ଟଙ୍କୁ ଜଣାଇଛନ୍ତି। ଭାରତରେ ଟିକାକରଣ କାର୍ଯ୍ୟକ୍ରମ ବିଶ୍ୱରେ ସବୁଠୁ ବଡ଼। ୨୦୨୨ ଜାନୁୟାରୀ ୧୧ ସୁଦ୍ଧା ଦେଶରେ ୧,୫୨,୯୫,୪୩,୬୦୨ ଡୋଜ୍‌ ଟିକା ଦିଆଯାଇଥିବା ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ସତ୍ୟପାଠ ମାଧ୍ୟମରେ କୋର୍ଟଙ୍କୁ ଜଣାଇଛି। ଯୋଗ୍ୟ ସାବାଳକ ଜନସଂଖ୍ୟାର ୯୦.୮୪% ପ୍ରଥମ ଡୋଜ୍‌ ଟିକା ନେଇଥିବାବେଳେ ୬୧ ପ୍ରତିଶତ ଉଭୟ ଡୋଜ୍‌ ନେଇଛନ୍ତି। ୨୩,୭୬୮ ଜଣ ଭିନ୍ନକ୍ଷମ ସ୍ବେଚ୍ଛାକୃତ ଭାବେ ସେମାନଙ୍କ ପରିଚୟପତ୍ର ଦେଖାଇ ଟିକା ନେଇଛନ୍ତି। କୌଣସି ଉଦ୍ଦେଶ୍ୟ ପାଇଁ ଟିକା ସାର୍ଟିଫିକେଟ ନେବାକୁ ବାଧ୍ୟତାମୂଳକ କରାଯାଇ ନ ଥିବା କେନ୍ଦ୍ର ସରକାର କହିଛନ୍ତି।
ଘରକୁ ଘର ଯାଇ ଟିକା ଦେବା ଏବଂ ଭିନ୍ନକ୍ଷମଙ୍କୁ ଟିକାକରଣରେ ପ୍ରାଥମିକତା ଦେବା ଲାଗି ଏଭାରା ଫାଉଣ୍ଡେଶନ ନାମକ ଏନ୍‌ଜିଓ ପକ୍ଷରୁ ସୁପ୍ରିମକୋର୍ଟରେ ଆବେଦନ କରାଯାଇଥିଲା। ମହାମାରୀ ସ୍ଥିତିକୁ ନଜରରେ ରଖି ବୃହତ୍ତର ଜନସ୍ବାର୍ଥ ଦୃଷ୍ଟିରୁ ଟିକାକରଣ କରାଯାଉଛି ବୋଲି ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ସତ୍ୟପାଠରେ ଉଲ୍ଲେଖ କରିଛି। ଜନସାଧାରଣଙ୍କୁ ଟିକା ନେବା ଲାଗି ପରାମର୍ଶ ଦିଆଯିବା ସହ ଇଲେକ୍ଟ୍ରୋନିକ୍‌, ଛାପା ଗଣମାଧ୍ୟମ ସହ ସୋସିଆଲ ମିଡିଆ ପ୍ଲାଟଫର୍ମରେ ବିଜ୍ଞାପନ ଜରିଆରେ ଲୋକଙ୍କୁ ସଚେତନ କରାଯାଇଥିବା ସରକାର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରାଜିଲକୁ ବଞ୍ଚାଇଲେ ଭିନିସିଅସ

ଇଷ୍ଟ ରଦରଫୋର୍ଡ,୧୪ା୬- ଭିନିସିଅସ ଜୁନିୟରଙ୍କ ଗୋଲ ବଳରେ ମରକୋ ବିପକ୍ଷ ମ୍ୟାଚ୍‌କୁ ବ୍ରାଜିଲ ୧-୧ ଗୋଲ୍‌ରେ ଡ୍ର’ ରଖିଛି। ଏହି ମ୍ୟାଚ୍‌ରେ ମରକୋ ବିଶ୍ୱକପ୍‌ ଇତିହାସର ପ୍ରଥମ…

ଅଡବା ପୋଲିସର ଚଢ଼ାଉ, ୧୫୦ ଲିଟର ଦେଶୀ ମଦ…

ମୋହନା,୧୪।୬( ମନ୍ମଥ ମିଶ୍ର ): ଗଜପତି ଜିଲା ଅଡବା ପୋଲିସର ଚଢ଼ାଉ କରି ୧୫୦ ଲିଟର ଦେଶୀ ମଦ ନଷ୍ଟ କରିଛି । ଏଭଳି ଘଟଣା ଦେଖିବାକୁ…

ଟି୨୦ ବିଶ୍ୱକପ୍‌ରେ ପାକିସ୍ତାନକୁ ହରାଇଲା ଭାରତ

ବର୍ମିଂହାମ, ୧୪ା୬: ସ୍ମୃତି ମନ୍ଧାନାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ଏବଂ ପରେ ଦୀପ୍ତି ଶର୍ମାଙ୍କ ୫ ଉଇକେଟ ସଫଳତା ବଳରେ ରବିବାର ଖେଳାଯାଇଥିବା ମହିଳା ଟି୨୦ କ୍ରିକେଟ ବିଶ୍ୱକପ୍‌ରେ…

ଗ୍ୟାରେଜ୍‌ରେ ପଶି ମାଲିକଙ୍କୁ ଗୁଳିକରି ହତ୍ୟା

ନୟାଗଡ଼,୧୪।୬(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଗଣିଆ ଥାନା ଅଧୀନ ପାଣ୍ଡରାସିଂହା ଛକରେ ରବିବାର ସନ୍ଧ୍ୟାରେ ଏକ ଗୁଳିକାଣ୍ଡ ଘଟିଛି। ଦୁର୍ବୃତ୍ତମାନେ ଗ୍ୟାରେଜ୍‌ରେ ପଶି ଅତର୍କିତ ଫାୟାରିଂ କରିଥିଲେ।…

ମହିଳା ବିଶ୍ୱକପ୍‌ରେ ପାକିସ୍ତାନ ସହ ହାତ ମିଳାଇଲା ନାହିଁ ଭାରତ

ବର୍ମିଂହାମ, ୧୪ା୬: ପଡ଼ୋଶୀ ପାକିସ୍ତାନ ସହ ହାତ ନ ମିଳାଇବା ନୀତି ଭାରତ ଜାରି ରଖିଛି। ରବିବାର ମହିଳା ବିଶ୍ୱକପ୍‌ ମ୍ୟାଚ୍‌ରେ ଭାରତର ଅଧିନାୟିକା ହରମନପ୍ରୀତ କୌର…

ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆଡମିଟ୍‌ କାର୍ଡ ଜାରି, ଜୁନ୍‌ ୨୧ରେ…

ନୂଆଦିଲ୍ଲୀ,୧୪ା୬ : ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆସନ୍ତା ୨୧ରେ ଅନୁଷ୍ଠିତ ହେବାକୁ ଯାଉଥିବାବେଳେ ଏଥିପାଇଁ ପରୀକ୍ଷା ପରିଚାଳନାକାରୀ ସଂସ୍ଥା ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନ୍‌ଟିଏ) ଆଡମିଟ୍‌ କାର୍ଡ…

ବରଗଡ଼ରେ ଆତଙ୍କ ମଚାଉଛନ୍ତି ଲୁଟେରା, ଦିବା ଆଲୋକରେ ଲୁଟପାଟ୍

ବରଗଡ଼,୧୪।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଲୁଟେରାମାନଙ୍କ ଦୌରାତ୍ମ୍ୟ ବଢ଼ି ଯାଇଛି । ଗତ ୩ଦିନତଳେ କଲାପାଣି ଛକ ନିକଟରେ ବିଚ୍‌ରାସ୍ତା ଉପରୁ ଜଣେ ମହିଳାଙ୍କ ସୁନାଚେନ୍‌ ଲୁଟ୍‌ ହୋଇଥିବାବେଳେ…

ମହିଳା ଟି୨୦ ବିଶ୍ୱକପ୍‌: ପାକିସ୍ତାନ ସମ୍ମୁଖରେ ୧୭୧ ରନ୍‌ର ଚ୍ୟାଲେଞ୍ଜିଂ ଟାର୍ଗେଟ

ବର୍ମିଂହାମ,୧୪ା୬: ଚଳିତ ମହିଳା ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ରବିବାର ଖେଳାଯାଉଥିବା ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ ଭାରତ ଓ ପାକିସ୍ତାନ ପରସ୍ପରକୁ ଭେଟିଛନ୍ତି। ସ୍ମୃତି ମନ୍ଧାନାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri