Posted inଜାତୀୟ

ରୋହିଙ୍ଗ୍ୟାଙ୍କୁ ତତ୍କାଳ ନିର୍ବାସିତ କରିବା ଯୋଜନା ନାହିଁ, ସାନି ସତ୍ୟପାଠ ଦାଖଲ କଲେ ରାଜ୍ୟ ସରକାର…

ନୂଆଦିଲ୍ଲୀ,୨।୧୧: କର୍ନାଟକରେ ଥିବା ରୋହିଙ୍ଗ୍ୟା ଶରଣାର୍ଥୀଙ୍କୁ ଏବେ ନିର୍ବାସିତ କରିବାର କୌଣସି ଯୋଜନା ନାହିଁ। ପରବର୍ତ୍ତୀ ସମୟରେ ଏନେଇ ପଦକ୍ଷେପ ଗ୍ରହଣ କରାଯିବ। ତେବେ ତତ୍କାଳ କୌଣସି ପଦକ୍ଷେପ ଗ୍ରହଣ କରାଯିବାର ଯୋଜନା ରାଜ୍ୟ ସରକାର କରି ନାହାନ୍ତି ବୋଲି କର୍ନାଟକ ସରକାର ସୁପ୍ରିମ୍‌କୋର୍ଟରେ ଏନେଇ ନିଜର ସାନି ସତ୍ୟପାଠ ଦାଖଲ କରିଛନ୍ତି।

ଏଥିରେ ଉଲ୍ଲେଖ କରାଯାଇଛି ରାଜ୍ୟରେ ୧୨୬ ରୋହିଙ୍ଗ୍ୟା ଶରଣାର୍ଥୀଙ୍କୁ ଚିହ୍ନଟ କରାଯାଇଛି। ତେବେ ପୂର୍ବର ସତ୍ୟପାଠରେ ଏହି ସଂଖ୍ୟା ୭୨ ଥିଲା ବୋଲି ରାଜ୍ୟ ସରକାର ସୂଚିତ କରିଛନ୍ତି। ରାଜ୍ୟରୁ ରୋହିଙ୍ଗ୍ୟା ଶରଣାର୍ଥୀଙ୍କୁ ନିର୍ବାସନ କରିବା ଲାଗି ହୋଇଥିବା ଏକ ଜନ ସ୍ବାର୍ଥ ମାମଲା ଆବେଦନର ଶୁଣାଣି ସମୟରେ କର୍ନାଟକ ସରକାର ଏଭଳି କହିଛନ୍ତି।

ଭାଜପା ନେତା ତଥା ଆଇନଜୀବୀ ଅଶ୍ୱିନୀ ଉପାଧ୍ୟାୟଙ୍କ ଦ୍ୱାରା ଦାଖଲ କରାଯାଇଥିବା ଏକ ରିଟ୍‌ ପିଟିଶନରେ ରାଜ୍ୟରୁ ବାଂଲାଦେଶୀ, ରୋହିଙ୍ଗ୍ୟା ଶରଣାର୍ଥୀ, ଅନୁପ୍ରବେଶକାରୀ ଏବଂ ଅବୈଧ ପ୍ରବାସୀଙ୍କୁ ଏକ ବର୍ଷ ମଧ୍ୟରେ ନିର୍ବାସିତ କରିବାକୁ ଉଲ୍ଲେଖ କରାଯାଇଥିଲା। ଆବେଦନରେ କୁହାଯାଇଥିଲା ଯେ, ବେଙ୍ଗାଲୁୂରୁ ସହରରେ ରୋହିଙ୍ଗ୍ୟାଙ୍କୁ ଚିହ୍ନଟ କରାଯାଇଛି। ସେମାନେ ବିଭିନ୍ନ ସ୍ଥାନରେ କାମ କରୁଥିବା ବେଳେ ପୋଲିସ ପକ୍ଷରୁ ଏନେଇ କୌଣସି ଆଇନଗତ ପଦକ୍ଷେପ ଗ୍ରହଣ କରାଯାଉ ନ ଥିବା ପିଟିଶନରେ ଅଭିଯୋଗ କରାଯାଇଥିଲା।

ଏଭଳି ଲୋକଙ୍କୁ ଚିହ୍ନଟ କରି ପୋଲିସ ଅଟକ ରଖି ପରବର୍ତ୍ତୀ ପଦକ୍ଷେପ ଗ୍ରହଣ ଉପରେ ଆବେଦନରେ ଦାବି କରାଯାଇଥିଲା। ଏସମ୍ବନ୍ଧିତ ଆଇନ ଏବଂ ସାମ୍ବଧାନିକ ବ୍ୟବସ୍ଥାରେ ସଂଶୋଧନ ପାଇଁ ଆବେଦନରେ ଜୋର୍‌ ଦିଆଯାଇଥିଲା। ବେଆଇନ ଭାବେ ପ୍ରସ୍ତୁତ କରାଯାଇଥିବା ପ୍ୟାନ୍‌ କାର୍ଡ, ଆଧାର କାର୍ଡ, ଭୋଟର କାର୍ଡ ଉପରେ ଶୀଘ୍ର ପଦକ୍ଷେପ ଗ୍ରହଣ ଲାଗି ମଧ୍ୟ କୁହାଯାଇଥିଲା। ପୂର୍ବତନ ପ୍ରଧାନ ବିଚାରପତି ଏସ୍‌.ଏ, ବୋବ୍‌ଦେ, ବିଚାରପତି ଏ.ଏସ୍‌. ବୋପନ୍ନା ଏବଂ ଭି.ରାମସୁବ୍ରମଣ୍ୟମଙ୍କ ନେତୃତ୍ୱରେ ଗଠିତ ଖଣ୍ଡପୀଠ ୨୦୨୧ ମାର୍ଚ୍ଚରେ ଏନେଇ ନୋଟିସ୍‌ ଜାରି କରିଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri