Posted inଜାତୀୟ

କ୍ୟାବିନେଟ ମିଟିଂ ପରେ ଧର୍ମେନ୍ଦ୍ରଙ୍କୁ ନେଇ ଆସିଲା ବଡ଼ ଖବର, ଇସ୍ତଫା…

ନୂଆଦିଲ୍ଲୀ,୨୪।୭: ଦିଲ୍ଲୀର ଜନ୍ତର-ମନ୍ତରରେ ଚାଲିଥିବା ଆନ୍ଦୋଳନ ମଧ୍ୟରେ ଶୀର୍ଷ ସରକାରୀ ସୂତ୍ରରୁ ସ୍ପଷ୍ଟ କରାଯାଇଛି ଯେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫାର କୌଣସି ସମ୍ଭାବନା ନାହିଁ। ସରକାରଙ୍କ ଅନୁଭବ ହେଉଛି ଯେ ଇସ୍ତଫା ଦେବା ସବୁଠାରୁ ସହଜ ନିଷ୍ପତ୍ତି। ଇସ୍ତଫା ଦେଇ ଦାୟିତ୍ୱରୁ ଖସିଯିବା ବହୁତ ସହଜ। NDTV ରିପୋର୍ଟ ଅନୁଯାୟୀ ଜନସାଧାରଣ ସରକାରଙ୍କୁ ଜନାଦେଶ ଦେଇଛନ୍ତି ଏବଂ ସରକାର ଏହାକୁ ପୂରଣ କରିବେ। ସରକାର NTA ରେ ଥିବା ସମସ୍ୟାଗୁଡ଼ିକର ତାଲିକା ପ୍ରସ୍ତୁତ କରୁଛନ୍ତି ଏବଂ ଏହି ମୁଦ୍ଦାଗୁଡ଼ିକର ଶୀଘ୍ର ସମାଧାନ କରାଯିବ।

NDTV ରିପୋର୍ଟ ଅନୁଯାୟୀ, ସରକାର ପ୍ରଶ୍ନପତ୍ର ଲିକ୍‌ରେ ସଂପୃକ୍ତ ଅନେକ ଗ୍ୟାଙ୍ଗର ପର୍ଦ୍ଦାଫାଶ କରିଛନ୍ତି। ଏବେ ଆହୁରି ଅଧିକ କାର୍ଯ୍ୟାନୁଷ୍ଠାନ ପାଇଁ ଯୋଜନା କରାଯାଉଛି। ସରକାରଙ୍କ ସହ ଦଳ ମଧ୍ୟ ଧର୍ମେନ୍ଦ୍ର ପ୍ରଧାନଙ୍କ ସହ ଦୃଢ଼ ଭାବେ ଛିଡ଼ା ହୋଇଛି।

 ଗତକାଲି ରାତିରେ PM ମୋଦୀଙ୍କ ଭିଡିଓ ଆସିବା ପରେ ସୋନମ୍ ୱାଙ୍ଗଚୁକ୍ ନିଜର ଅନଶନ ଭାଙ୍ଗିଥିଲେ। PM ମୋଦୀ ଦେଶବାସୀଙ୍କୁ କଠୋର କାର୍ଯ୍ୟାନୁଷ୍ଠାନର ଆଶ୍ୱାସନା ଦେଇଥିଲେ। ମାତ୍ର କକରୋଚ ଜନତା ପାର୍ଟି (CJP) ଏବେ ବି ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିରେ ଅଡ଼ି ବସିଛି।

ବର୍ତ୍ତମାନ ମଧ୍ୟ ଜନ୍ତର-ମନ୍ତରରେ ହଜାର ହଜାର ସଂଖ୍ୟାରେ ଆନ୍ଦୋଳନକାରୀ ଉପସ୍ଥିତ ଅଛନ୍ତି। କକରୋଚ ଜନତା ପାର୍ଟି  ଶୁକ୍ରବାର ଦିନ କେନ୍ଦ୍ରମନ୍ତ୍ରୀମାନଙ୍କୁ କହିଛି ଯେ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିକୁ ନେଇ ‘‘କୌଣସି ଆପୋଷ ବୁଝାମଣା ହୋଇପାରିବ ନାହିଁ।‘‘ ଜୁଲାଇ ୨୦ ରେ ‘‘ନିଷ୍ଠୁର ଭାବେ ପିଟାଯାଇଥିବା‘‘ ଆନ୍ଦୋଳନକାରୀ ଛାତ୍ରଛାତ୍ରୀଙ୍କ ନିକଟରେ ସରକାର ସାର୍ବଜନୀନ ଭାବେ କ୍ଷମା ପ୍ରାର୍ଥନା କରନ୍ତୁ ବୋଲି CJP ଦାବି କରିଛି। CJP ପ୍ରବକ୍ତା ସୌରଭ ଦାସ କହିଛନ୍ତି ଯେ କେନ୍ଦ୍ରମନ୍ତ୍ରୀ ଜେ.ପି. ନଡ୍ଡା ଏବଂ ଜିତେନ୍ଦ୍ର ସିଂହଙ୍କ ସହ ଅନୁଷ୍ଠିତ ବୈଠକରେ ମେ’ ୩ ରେ ହୋଇଥିବା ‘‘NEET ପରୀକ୍ଷା ବାତିଲ ହେବା ପରେ ଆତ୍ମହତ୍ୟା କରିଥିବା‘‘ ଛାତ୍ରଛାତ୍ରୀଙ୍କ ପରିବାରକୁ ୧ କୋଟି ଟଙ୍କା ଲେଖାଏଁ କ୍ଷତିପୂରଣ ଦେବାକୁ ଦାବି କରାଯାଇଛି।

CJP ର ଦୁଇଜଣ ପ୍ରତିନିଧି  ବିଠଲଭାଇ ପଟେଲ ହାଉସ୍‌ରେ କେନ୍ଦ୍ରମନ୍ତ୍ରୀ ଜେ.ପି. ନଡ୍ଡା ଏବଂ ଜିତେନ୍ଦ୍ର ସିଂହଙ୍କ ସହ ପ୍ରାୟ ଦୁଇ ଘଣ୍ଟା ଧରି ବୈଠକ କରିଥିଲେ, ଯାହାର ଲକ୍ଷ୍ୟ ଥିଲା NEET ପେପର ଲିକ୍ ଏବଂ ପରୀକ୍ଷା ବ୍ୟବସ୍ଥାରେ ଅନ୍ୟାନ୍ୟ ଅନିୟମିତତାକୁ ନେଇ ଜାରି ରହିଥିବା ପ୍ରତିବାଦର କୌଣସି ଶାନ୍ତିପୂର୍ଣ୍ଣ ସମାଧାନ ବାହାର କରିବା। ନଡ୍ଡା କହିଛନ୍ତି ଯେ ମନ୍ତ୍ରୀମାନେ CJP ପ୍ରତିନିଧିଙ୍କ ଦାବି ଶୁଣିଛନ୍ତି ଏବଂ ସରକାର ଏହି ବିଷୟରେ ପରେ ଜବାବ ଦେବେ। ସେ କହିଛନ୍ତି, “ଆମେ ରବିବାର (କିମ୍ବା ଶନିବାର) ପୁଣି ବୈଠକ କରିବୁ।”


Enter your email to get our daily news in your inbox.

All Right Reserved By Dharitri.Com

ଗଛରେ ପିଟିହେଲା ବାଇକ: ଚାଲିଗଲା ୨ ଜୀବନ

ଅତାବିରା, ୭।୯(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧିନସ୍ଥ କାଦୋବାହାଲରେ ସୋମବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୨ବାଇକ…

ମୋବାଇଲ ଦେଖୁଥିଲେ ରାଜକୁମାର, ହଠାତ୍‌ ଘରେ ପଶିଲେ ଚୋର: ଆଉ ତା’ପରେ ଘଟିଲା…

ମାର୍ଶାଘାଇ,୭।୯(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ):କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଅନ୍ତର୍ଗତ ଗରଜଙ୍ଗା ଗ୍ରାମରେ ଏକ ବଡ଼ଧରଣର ଲୁଟ ଘଟଣା ଘଟିଛି। ଚାରିଜଣ ମୁଖାପିନ୍ଧା ଦୁର୍ବୃତ୍ତ ଘରେ ପଶି ଦମ୍ପତିଙ୍କ…

କୈଶବ ବିହାରୀଙ୍କୁ ମିଳିଲା ବଡ଼ ଦାୟିତ୍ୱ: କଳାହାଣ୍ଡିରେ ଖୁସିର ଲହରୀ

ଭବାନୀପାଟଣା,୭।୯(ଉତ୍ତମ କୁମାର ଦାଶ):ଭାରତ ସରକାରଙ୍କ ସାମାଜିକ ନ୍ୟାୟ ଏବଂ ସଶକ୍ତିକରଣ ବିଭାଗ ପକ୍ଷରୁ ରବିବାର ରାଷ୍ଟ୍ରୀୟ ସଫେଇ କର୍ମଚାରୀ ଆୟୋଗ (ଏନସିଏସକେ)ର ଅଧ୍ୟକ୍ଷ, ଉପାଧ୍ୟକ୍ଷ ଏବଂ ସଦସ୍ୟମାନଙ୍କୁ…

୨୦ ବର୍ଷ ସଶ୍ରମ କାରାଦଣ୍ଡ ଭୋଗୁଥିବା କଏଦୀ ଫେରାର୍‌: ସୁରକ୍ଷାକର୍ମୀଙ୍କୁ ଚକ୍‌ମା ଦେଖାଇ…

ନୂଆପଡ଼ା,୭ା୯ (ମକାରୁ ବେମାଲ):ନୂଆପଡ଼ା ଉପକାରାଗାରରୁ ସୋମବାର ଜଣେ କଏଦୀ ଫେରାର ହୋଇଯାଇଛନ୍ତି। ସେ ହେଲେ ସିନାପାଲି ଥାନା କେନ୍ଦୁମୁଣ୍ଡା ପଞ୍ଚାୟତ କାନ୍ଦୁଲକୋନା ଗଁାର ବିଶ୍ୱବିହାରୀ ମାଝି (୩୦)।…

ଆରଆଇ କାର୍ଯ୍ୟାଳୟରେ ତାଲା: ପଲିଥିନ୍‌ରୁ ବଞ୍ଚିତ ବନ୍ୟା ପ୍ରଭାବିତ

ହାଟଡିହୀ/ଛେନାପଦୀ, ୭।୯ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା):କେନ୍ଦୁଝର ଜିଲା ହାଟଡିହୀ ତହସିଲ ଅଧୀନ ସମଣା ରାଜସ୍ବ ନିରୀକ୍ଷକ (ଆରଆଇ) କାର୍ଯ୍ୟାଳୟରେ ଦୀର୍ଘଦିନ ଧରି ତାଲା ଝୁଲୁଥିବା ଅଭିଯୋଗ ହୋଇଛି।…

୧୮ ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍‌ ମୋହର: ଏହିସବୁ ଉପରେ ବଡ଼ ଘୋଷଣା

ଭୁବନେଶ୍ୱର, ୭।୯: ୧୮ ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍‌ ମୋହର। ୧୨ ଟି ବିଭାଗର ୧୮ଟି ପ୍ରସ୍ତାବକୁ ସୋମବାର ଅନୁମୋଦନ ମିଳିଛି। ଏଥିରେ ଓଡ଼ିଶା ଜନ ବିଶ୍ୱାସ…

IAS ସ୍ତରରେ ବଡ଼ ଅଦଳବଦଳ: ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ୱ

ଭୁବନେଶ୍ୱର, ୭।୯: IAS ସ୍ତରରେ ଅଦଳବଦଳ କଲେ ରାଜ୍ୟ ସରକାର। ସାଧାରଣ ପ୍ରଶାସନ ବିଭାଗର ପ୍ରମୁଖ ଶାସନ ସଚିବ ହେଲେ ସୁରେଶ ବଶିଷ୍ଠ। ସଂସଦୀୟ ବ୍ୟାପାର ବିଭାଗର…

ପଶ୍ଚିମବଙ୍ଗରେ ହେବ ଖେଳ! ଯେଉଁଠାରୁ ହାରିଥିଲେ, ସେଠାରୁ ପୁଣି ନିର୍ବାଚନ ଲଢିବେ ଦିଦି? ଆସିଲା ବଡ଼ ଖବର

କୋଲକାତା,୭।୯: ପଶ୍ଚିମବଙ୍ଗର ଦୁଇଟି ବିଧାନସଭା ଆସନ ନନ୍ଦୀଗ୍ରାମ ଓ ରେଜିନଗର ପାଇଁ ଉପନିର୍ବାଚନ ଘୋଷଣା କରିଛନ୍ତି ଭାରତୀୟ ନିର୍ବାଚନ କମିଶନ (ECI)। ସୋମବାର ଘୋଷିତ କାର୍ଯ୍ୟସୂଚୀ ଅନୁଯାୟୀ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri