ସରକାରୀ ନିର୍ଦ୍ଦେଶ ପରେ ବି ହେଉନି ପଦବୀ ପୂରଣ: ୧୨ ସ୍କୁଲରେ ଜଣେ ଲେଖାଏ ଶିକ୍ଷକ, ତୁରନ୍ତ ନିଯୁକ୍ତି ଦାବି କରି…

ଅମରପାଲି,୨୯ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକର ୧୨ଟି ପ୍ରାଥମିକ ବିଦ୍ୟାଳୟରେ ଏବେ ବି ଜଣେ ଲେଖାଏ ଶିକ୍ଷକ ବାଲ୍‌ବାଟିକାରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ୬ଟି ଶ୍ରେଣୀର ପାଠପଢ଼ା ସହ ସରକାରୀ କାମ ସମ୍ଭାଳୁଛନ୍ତି। ଫଳରେ ଗୁଣାତ୍ମକ ଶିକ୍ଷା ବାଧାପ୍ରାପ୍ତ ହେଉଛି।

ଶିଶୁ ମାଗଣା ଓ ବାଧ୍ୟତାମୂଳକ ଶିକ୍ଷା ଅଧିକାର ଆଇନ-୨୦୦୯ ଏବଂ ସରକାରଙ୍କ ଗାଇଡ୍‌ଲାଇନ୍‌ ଅନୁଯାୟୀ ପ୍ରତ୍ୟେକ ସ୍କୁଲରେ ଅତିକମ୍‌ରେ ୨ ଜଣ ଶିକ୍ଷକ ରହିବା ବାଧ୍ୟତାମୂଳକ। ଏହି ନିୟମ ଅନୁସାରେ ନିକଟସ୍ଥ ବିଦ୍ୟାଳୟଗୁଡ଼ିକରୁ ଶିକ୍ଷକ ଆଣି ସମସ୍ୟାର ସମାଧାନ ପାଇଁ ଉଦ୍ୟମ କରାଯାଉଥିଲେ ବି ଅନ୍ୟ ସ୍କୁଲର ଅଭିଭାବକଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଉଛି।

ବ୍ଲକ୍‌ରେ ସମଗ୍ର ଶିକ୍ଷକ ଅଭାବ ଯୋଗୁ ସରକାରଙ୍କ ନିର୍ଦ୍ଦେଶ ପାଳନ କରିବା ଶିକ୍ଷା ବିଭାଗ ପାଇଁ କଷ୍ଟକର ହୋଇପଡ଼ିଛି। ଶିକ୍ଷା ବ୍ୟବସ୍ଥା ଭୁଶୁଡ଼ି ପଡ଼ୁଥିବାରୁ ଅଭିଭାବକମାନେ ବାଧ୍ୟ ହୋଇ ପିଲାଙ୍କୁ ଘରୋଇ ସ୍କୁଲକୁ ପଠାଉଛନ୍ତି। ଏହି ସମସ୍ୟାର ତୁରନ୍ତ ନିରାକରଣ ପାଇଁ ସ୍ଥାନୀୟ ଲୋକ ପ୍ରତିନିଧି ଓ ଅଭିଭାବକମାନେ ଦାବି କରିଥିବା ବେଳେ, ଶୀଘ୍ର ଆଉ ଜଣେ ଲେଖାଏ ଶିକ୍ଷକ ନିଯୁକ୍ତ କରାଯିବ ବୋଲି ଶିକ୍ଷା ବିଭାଗ ପକ୍ଷରୁ କୁହାଯାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମାଛଧରା ବନ୍ଦର ପୋତାଶ୍ରୟରେ ଅଘଟଣ: ନିଆଁ ଲାଗି ପୋଡ଼ିଗଲା ମାଛଧରା ଟ୍ରଲର

ପାରାଦୀପ, ୨୮।୮ (ଶରତ ରାଉତ): ପାରାଦୀପ ମାଛଧରା ବନ୍ଦର ପୋତାଶ୍ରୟରେ ଥିବା ଏକ ମାଛଧରା ଟ୍ରଲରରେ ଶନିବାର ଅପରାହ୍ନରେ ଅଗ୍ନିକାଣ୍ଡ ଘଟିଛି। ନିଆଁ ଲାଗି ଟ୍ରଲରଟି ସମ୍ପୂର୍ଣ୍ଣ…

କାର୍‌ ଶୋ’ ରୁମ୍‌ରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୧୦ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ଗାଡ଼ି

ବ୍ରହ୍ମପୁର,୨୯ା୮(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଉପକଣ୍ଠ ହଳଦିଆ ପଦର ବସ୍‌ ଟର୍ମିନାଲ୍‌ସ ନିକଟରେ ଥିବା ଏକ କାର୍‌ ଶୋ’ ରୁମ୍‌ରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଶୋ’ରୁମ୍‌ ଭିତରେ…

୧ ସେପ୍ଟେମ୍ୱରରୁ ବଦଳିଯିବ LPG ଗ୍ୟାସ ସିଲିଣ୍ଡରର ୭ ବଡ଼ ନିୟମ! Indane, HP ଓ Bharat Gas ଗ୍ରାହକ ସାବଧାନ; କଟିଯିବ ଗ୍ୟାସ କନେକ୍ସନ…

ନୂଆଦିଲ୍ଲୀ,୨୯।୮: ମାସର ପ୍ରଥମ ଦିନ ରୋଷେଇ ଏବଂ ପକେଟ ବଜେଟ ପାଇଁ ବହୁତ ଖାସ ହୋଇଥାଏ। ୧ ସେପ୍ଟେମ୍ୱର ୨୦୨୬ ରୁ ଏଲପିଜି (LPG) ଏବଂ ପିଏନଜିି…

ଏମିତି ଫିଲ୍ମ କରିବାକୁ ଚାହୁଁଛନ୍ତି ତାପସୀ

ଅଭିନେତ୍ରୀ ତାପସୀ ପନ୍ନୁ ପ୍ରତିବର୍ଷ କମ ଫିଲ୍ମ କରନ୍ତି। କିନ୍ତୁ ତାଙ୍କ ଫିଲ୍ମକୁ ସବୁବେଳେ ସକାରାତ୍ମକ ପ୍ରତିକ୍ରିୟା ମିଳେ। ବକ୍ସ ଅଫିସରେ ଫିଲ୍ମଗୁଡ଼ିକ ଭଲ ପ୍ରଦର୍ଶନ ନ…

ବନ୍ୟା ପରେ ନେପାଳକୁ ମାଡିଆସୁଛି ଆଉ ଏକ ବଡ଼ ବିପଦ! ଚାଇନା ଦେଲା ଭୟଙ୍କର ଚେତାବନୀ, ଯେକୌଣସି ସମୟରେ…

କାଠମାଣ୍ଡୁ, ୨୯।୮: ନେପାଳରେ ଭୟଙ୍କର ବନ୍ୟା ଏବଂ ଫ୍ଲାସ ଫ୍ଲଡ ଯୋଗୁ ବିପୁଳ କ୍ଷୟକ୍ଷତି ମଧ୍ୟରେ ଏବେ ଆଉ ଏକ ବଡ଼ ବିପଦର ଆଶଙ୍କା ଦେଖାଦେଇଛି। ଚାଇନା…

କ୍ରିକେଟରୁ ସନ୍ନ୍ୟାସ ପରେ ବି ମାସକୁ କେତେ ଟଙ୍କା କମାନ୍ତି ଧୋନୀ? ଆୟ ଜାଣିଲେ ହେବେ ଚକିତ

ନୂଆଦିଲ୍ଲୀ,୨୯।୮: ଭାରତୀୟ କ୍ରିକେଟର ମହେନ୍ଦ୍ର ସିଂହ ଧୋନୀ ୨୦୨୦ରେ ଅନ୍ତର୍ଜାତୀୟ କ୍ରିକେଟକୁ ବିଦାୟ ଦେଇଥିଲେ। ତେବେ କ୍ରିକେଟରୁ ଦୂରେଇବା ପରେ ମଧ୍ୟ ତାଙ୍କ ରୋଜଗାରରେ କୌଣସି ବ୍ରେକ୍‌…

ଯୁକ୍ତ ୨ ପରୀକ୍ଷାକୁ ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର ବଡ଼ ନିଷ୍ପତ୍ତି : ଏଣିକି ହେବ…

ଭୁବନେଶ୍ୱର,୨୯।୮: ଯୁକ୍ତ ୨ ପରୀକ୍ଷାକୁ ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ବଡ଼ ନିଷ୍ପତ୍ତି ନେଇଛି। ଏଣିକି ଏକ୍ସ ରେଗୁଲାର ପରୀକ୍ଷାର୍ଥୀ ଦେବେ ଇଣ୍ଟରନାଲ ପରୀକ୍ଷା। ଥରେ…

ଆସନ୍ତା ୩ରେ ହାଇକୋର୍ଟରେ ହାଜର ହେବେ କଟକ ଜିଲାପାଳ

କଟକ, ବିଜୁ ପଟ୍ଟନାୟକ ପାର୍କ ସୌନ୍ଦର୍ଯ୍ୟକରଣ ମାମଲାକୁ ନେଇ ଆସନ୍ତା ସେପ୍ଟେମ୍ବର ୩ ତାରିଖରେ ହାଇକୋର୍ଟରେ ହାଜର ହେବେ କଟକ ଜିପାଳ। ପାର୍କର ବିଭିନ୍ନ କାମର ଅଗ୍ରଗତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri