ଆଳୁ ନାହିଁ ତ ପଥରନାହିଁ

ଖଇରା, ୧୨।୮(ଉତ୍କଳବନ୍ଧୁ ପଣ୍ଡା): ପଶ୍ଚିମବଙ୍ଗ ସରକାର ଓଡ଼ିଶାକୁ ଆଳୁ ବନ୍ଦ କରିବା ଘଟଣାରେ କଡ଼ା ଜବାବ ଦେଇଛନ୍ତି ଖଇରାବାସୀ । ରବିବାରଠାରୁ ବାଲେଶ୍ୱର ଜିଲା ଖଇରା ତହସିଲ ଅଧୀନ ଶାରୀଶୁଆ ପାହାଡକୁ ପଥର, ଚିପ୍‌ସ ଓ ଅନ୍ୟାନ୍ୟ ଲଘୁ ଖଣିଜ ପଦାର୍ଥ ପାଇଁ ଆସୁଥିବା ପଶ୍ଚିମବଙ୍ଗ ଗାଡ଼ିଗୁଡିକୁ ଫେରାଇବାକୁ ନିଷ୍ପତ୍ତି ନିଆଯାଇଛି। ରବିବାର ଅପରାହ୍ନରେ ଖଇରା ସାମ୍ବାଦିକ ସଂଘ ନେତୃତ୍ୱରେ ସ୍ଥାନୀୟ ଜନସାଧାରଣ ଶାରୀଶୁଆ ପାହାଡକୁ ପଥର ଓ ଚିପ୍‌ସ ନେବାକୁ ଆସୁଥିବା ହାଇୱା ଓ ଟ୍ରେଲରଗୁଡିକୁ ଖଇରାଠାରୁ ଫେରାଇ ଦିଆଯାଇଛିି। ମମତା ସରକାର ଆଳୁ ନ ଦେବା ଯାଏ ଶାରୀଶୁଆ ପାହାଡ ସଂଲଗ୍ନ ଖଣିଖାଦାନରୁ ପଥର ପଶ୍ଚିମବଙ୍ଗକୁ ଛଡାଯିବ ନାହିଁ ଅର୍ଥାତ ଆଳୁ ନାହିଁ ତ ପଥର ନାହିଁ ବୋଲି ଗାଡିଗୁଡିକୁ ଚେତାବନୀ ଦିଆଯିବା ଅବସରରେ କୁହାଯାଇଥିଲା। ଯଦି ପୁନଶ୍ଚ ଖଣି ଅଞ୍ଚଳକୁ ଗାଡିଗୁଡିକ ଆସନ୍ତି ତେବେ ଆଗାମୀ ପରିସ୍ଥିତି ପାଇଁ ସେମାନେ ଦାୟୀ ରହିବେ ବୋଲି କୁହାଯାଇଥିଲା। ସେହିଭଳି ଓଡିଆ ଅସ୍ମିତାକୁ ଦୃଷ୍ଟିରେ ରଖି ନିଜ ନିଜ କ୍ରଶରରୁ ପଶ୍ଚିମବଙ୍ଗରୁ ଆସୁଥିବା ଗାଡିକୁ ମାଲ୍‌ ନ ଦେବାକୁ ଖଇରା ସାମ୍ବାଦିକ ସଂଘ ତରଫରୁ କ୍ରଶର ମାଲିକମାନଙ୍କୁ ନିବେଦନ କରାଯାଇଛି। ଏହି ପ୍ରତିବାଦରେ ଖଇରା ସାମ୍ବାଦିକ ସଂଘର ସମସ୍ତ ସଦସ୍ୟଙ୍କ ସମେତ ସ୍ଥାନୀୟ ବାସିନ୍ଦା ସାମିଲ ହୋଇଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

କେନାଲରେ ଫସି ରହିଥିଲା ବାର୍‌ହା, ଏମିତି ଉଦ୍ଧାର କଲେ ଅଗ୍ନିଶମ କର୍ମଚାରୀ

ଗଞ୍ଜାମ,୧୬।୮(ବିଦ୍ୟାଧର ସାହୁ): ଗଞ୍ଜାମ ସହର ସ୍ଥିତ ପୋତାଗଡ଼ ପାର୍ଶ୍ୱରେ ଥିବା ଋଷୁକୂଲ୍ୟା ନଦୀ ଜଳରେ ବୋଟିଙ୍ଗ ପାଇଁ ନିର୍ମାଣ ହୋଇଥିବା କ୍ଷୁଦ୍ର କେନାଲରେ ଫସି ରହିଥିବା ଏକ…

Ananya Raj Death: ୩୫ ବର୍ଷରେ ଅଭିନେତ୍ରୀ ଅନନ୍ୟା ରାଜଙ୍କ ପରଲୋକ, ମାସେ ପରେ ସାମ୍ନାକୁ ଆସିଲା ଖବର

ମୁମ୍ବାଇ,୧୬।୮: ଅଭିନେତ୍ରୀ ତଥା ସୋସିଆଲ ମିଡିଆ ଷ୍ଟାର ଅନନ୍ୟା ରାଜଙ୍କ ୩୫ ବର୍ଷ ବୟସରେ ଦେହାନ୍ତ ହୋଇଛି । ତାଙ୍କ ମୃତ୍ୟୁର ପ୍ରାୟ ଏକ ମାସ ପରେ…

ଛକରେ କଫସିରପ ବିକ୍ରି ବେଳେ ମାଡିବସିଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି…

ଅନ୍ଧାରିଆ ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ; ମାଡ଼ିବସିଲା ଝରିଗାଁ ପୋଲିସ, ଜବତ କଲା…

ଝରିଗାଁ,୧୬।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ନିକଟସ୍ଥ ହୁଣ୍ଡାରଧଡକି ଜଙ୍ଗଲ ନିକଟରେ ଜୁଆ ଖେଳ ଚାଲିଥିବା ବେଳେ ରବିବାର ସନ୍ଧ୍ୟାରେ ଝରିଗାଁ ପୋଲିସ ତରଫରୁ ଅତର୍କିତ…

ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ: ବ୍ରହ୍ମପୁରର ନଟରାଜ ଟିମ୍‌ ଚାମ୍ପିୟନ

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ ଏବଂ ଏନଏସି କାର୍ଯ୍ୟାଳୟର ମିଳିତ ଆନୁକୁଲ୍ୟରେ ପବିତ୍ର ସ୍ବାଧୀନତା ଦିବସ ଅବସରରେ ସ୍ଥାନୀୟ…

ପ୍ରବଳ ବର୍ଷାକୁ ନେଇ ଚିନ୍ତାରେ ଚାଷୀ, ଆନନ୍ଦପୁର ଉପଜିଲାପାଳ କହିଲେ…

ହାଟଡିହୀ/ଛେନାପଦୀ,୧୬।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ପାଣିପାଗ ବିଭାଗ ତରଫରୁ କେନ୍ଦୁଝର ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି କରାଯାଇଥିଲା । ଏହାପରେ ଲୋକଙ୍କ ଧନ, ଜୀବନକୁ ଦୃଷ୍ଟିରେ ରଖି ପ୍ରଶାସନ…

ସଶକ୍ତ ଶିଶୁ ସଶକ୍ତ ଭାରତ କାର୍ଯ୍ୟକ୍ରମରେ ଯୋଗଦେଲେ ଦିଗପହଣ୍ଡି ବିଧାୟକ, କହିଲେ ଶିଶୁଙ୍କ ବୈଷୟିକ ଜ୍ଞାନକୌଶଳ…

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ମଧୁବିଦ୍ଯା ପୀଠ ବିଦ୍ୟାଳୟ ପରିସରରେ ‘ସଶକ୍ତ ଶିଶୁ ସଶକ୍ତ ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ରୋଟାରୀ…

BJPକୁ ବଡ଼ ଝଟକା! ଦଳ ଛାଡିଲେ ଏହି ଅଭିନେତା, ମଞ୍ଚ ଉପରୁ ଘୋଷଣା କରି ଚମକାଇଦେଲେ

ତିରୁଭାନନ୍ତପୁରମ୍‌,୧୬।୮: କେରଳରେ ଭାଜପାକୁ ବଡ଼ ଝଟକା ଲାଗିଛି । ଅଭିନେତା ତଥା କେରଳ ଭାଜପାର ଉପାଧ୍ୟକ୍ଷ ଏସ୍‌. ଦେବନ ଦଳର ଉପାଧ୍ୟକ୍ଷ ପଦ ସହ ପ୍ରାଥମିକ ସଦସ୍ୟତାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri