ଅଭ୍ୟାସ ଲାଗି ନାହିଁ ଜମ୍ପିଂ ପିଟ୍‌

ବ୍ରହ୍ମପୁର ଅଫିସ,୩।୯: ହାଇଜମ୍ପ, ଲଙ୍ଗଜମ୍ପ ଓ ଟ୍ରିପଲ ଜମ୍ପ ଆଦି କ୍ରୀଡ଼ାରେ କ୍ଷେତ୍ରରେ ପୂର୍ବରୁ ପ୍ରତିବର୍ଷ ଗଞ୍ଜାମ ଜିଲାରୁ ୪୦ରୁ ୫୦ କ୍ରୀଡ଼ାବତ୍‌ ଜିଲା, ରାଜ୍ୟ ଓ ଜାତୀୟ ସ୍ତରୀୟ କ୍ରୀଡ଼ାରେ ଭାଗ ନେଇ ବହୁ ପଦକ ଅର୍ଜନ କରିଥିବା ନଜିର ରହିଛି। କିନ୍ତୁ ୨୦୧୮ ପରଠାରୁ ବ୍ରହ୍ମପୁର ସହରରେ ଏହି କ୍ରୀଡ଼ା ବନ୍ଦ ହୋଇଯିବା ଭଳି ମନେହେଉଛି। ଏସବୁ କ୍ରୀଡ଼ା ଅଭ୍ୟାସ ନିମନ୍ତେ ୯ ମିଟର ଲମ୍ବ ଓ ୩ ମିଟର ପ୍ରସ୍ଥ ବିଶିଷ୍ଟ ଜମ୍ପିଂ ପିଟ ଆବଶ୍ୟକ। କିନ୍ତୁ ସହରର କୌଣସି ପଡ଼ିଆ ମଧ୍ୟରେ ଏପରି ଭିତ୍ତିଭୂମି ଓ ଉପକରଣ ନ ଥିବାରୁ କ୍ରୀଡ଼ାବିତ୍‌ ନିୟମିତ ଅଭ୍ୟାସ କରିପାରୁ ନାହାନ୍ତି। ବ୍ରହ୍ମପୁର ଷ୍ଟାଡିୟମରେ ଯେଉଁ ଗୋଟିଏ ଜମ୍ପିଂ ପିଟ ଥିଲା ତାହା ମଧ୍ୟ ବନ୍ଦ । ଷ୍ଟାଡ଼ିୟମ ନିର୍ମାଣ କାର୍ଯ୍ୟ ଯୋଗୁ ୨୦୧୮ ପରଠାରୁ କ୍ରୀଡ଼ାବିତଙ୍କ ଅଭ୍ୟାସ ବନ୍ଦ ହୋଇଯାଇଛି। ଏଭଳି ସ୍ଥିତିରେ ଗତ ଏପ୍ରିଲ ମାସରେ ଜିଲାର ଜଣେ ମାତ୍ର କ୍ରୀଡ଼ାବିତ ଭାବେ କୁକୁଡ଼ାଖଣ୍ଡିର ରିତୁରାଜ ଦାସ ଭୁବନେଶ୍ୱର କିଟ ବିଶ୍ୱବିଦ୍ୟାଳୟଠାରେ ହୋଇଥିବା ରାଜ୍ୟସ୍ତରୀୟ କ୍ରୀଡ଼ାରେ ଅଂଶ ଗ୍ରହଣ କରି ଦ୍ୱିତୀୟ ସ୍ଥାନ ଅଧିକାର କରିଥିଲେ। ଏପଟେ ବିକଳ୍ପ ଭାବେ ଗଞ୍ଜାମ ଜିଲା କ୍ରୀଡ଼ାସଂଘ ଆଥଲେଟ କୋଚ ସୁରେନ୍ଦ୍ର ପଟ୍ଟନାୟକଙ୍କ ଉଦ୍ୟମକ୍ରମେ ତାଙ୍କ ନିକଟରେ ତାଲିମ ନେଉଥିବା କେତେଜଣ କ୍ରୀଡ଼ାବିତ ନିଜ ଉଦ୍ୟମରେ ୟୁସିପି ଖେଳପଡ଼ିଆରେ ଏକ କାମଚଳା ଜମ୍ପିଂ ପିଟ କରି ଅଭ୍ୟାସ ଜାରି ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାଟଣା ବ୍ଲକ୍‌ର ୪୧ ଶିକ୍ଷକ-ଶିକ୍ଷୟିତ୍ରୀଙ୍କୁ ପଦୋନ୍ନତି: ନିଯୁକ୍ତିପତ୍ର ବାଣ୍ଟିଲେ …

ପାଟଣା,୨୫।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ଅଧୀନରେ କାର୍ଯ୍ୟରତ ୪୧ ଜଣ ଶିକ୍ଷକ-ଶିକ୍ଷୟିତ୍ରୀ ଚତୁର୍ଥ ବର୍ଗରୁ ତୃତୀୟ ବର୍ଗକୁ ପଦୋନ୍ନତି ପାଇଛନ୍ତି।…

କିରିକୁଟି ସରକାରୀ ଉଚ୍ଚ ବିଦ୍ୟାଳୟରେ ‘ନିଶା ମୁକ୍ତ ଓଡ଼ିଶା’ ଅଭିଯାନ: ଗଞ୍ଜେଇ ଚାଷ-ନିଶାରୁ ଦୂରେଇ ରହିବାକୁ…

ଦାରିଙ୍ଗବାଡ଼ି,୨୫।୮ (ଅରୁଣ ସାହୁ): କନ୍ଧମାଳ ଏସପି ରମେନ୍ଦ୍ର ପ୍ରସାଦ ଏବଂ ବାଲିଗୁଡ଼ା ଏସଡିପିଓ ଶୁଭମ ଭୋସଲେଙ୍କ ନିର୍ଦ୍ଦେଶକ୍ରମେ ମଙ୍ଗଳବାର ଦାରିଙ୍ଗବାଡ଼ି ଥାନା କିରିକୁଟି ସରକାରୀ ଉନ୍ନୀତ ଉଚ୍ଚ…

ସୋନାଲିସା ଓ ମିହିର ରଞ୍ଜନଙ୍କୁ ସମ୍ମାନିତ କଲା ସମ୍ବର୍ଦ୍ଧନା ମଞ୍ଚ

ପାଟଣା,୨୫।୮(ବୀର କିଶୋର ଦାଶ): ମେଧାବୀ ଛାତ୍ରଛାତ୍ରୀ ସମ୍ବର୍ଦ୍ଧନା ମଞ୍ଚ, ସ୍ୱାମ ପାଟଣା ପକ୍ଷରୁ ମଙ୍ଗଳବାର ପାଟଣା ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପରିସରରେ ଏକ ବିଶେଷ ସମ୍ବର୍ଦ୍ଧନା…

ସୁଭଦ୍ରା ଟଙ୍କା ଆସିବା ଆଗରୁ ମୋଦିଙ୍କୁ ଭେଟିଲେ ପ୍ରଭାତୀ ପରିଡ଼ା, ହୋଇପାରେ ବଡ଼ ଘୋଷଣା!

ଭୁବନେଶ୍ୱର,୨୫।୮: ବଡ଼ ଖବର । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ଏ ନେଇ ସୋସିଆଲ ମିଡିଆରେ ପୋଷ୍ଟ କରି ସୂଚନା ଦେଇଛନ୍ତି…

ପାଣି ଡ୍ରମ ଭିତରେ କୁଣ୍ଡଳୀ ମାରି ବସିଥିଲା ବିରାଟକାୟ ଅଜଗର, ପରିବାର ଲୋକଙ୍କ ମଧ୍ୟରେ ଖେଳିଗଲା ଆତଙ୍କ, ତା’ ପରେ…

କଲ୍ୟାଣସିଂହପୁର,୨୫।୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଶିକରପାଇ ଅଞ୍ଚଳରେ ଏକ ବିଶାଳ ଅଜଗର ସାପ ଉଦ୍ଧାର ହେବା ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ…

ସୂର୍ଯ୍ୟ-କେତୁ ଆଣିବେ ବଡ଼ ସଙ୍କଟ! ଆଗାମୀ ୨୬ ଦିନ ୩ ରାଶି ପାଇଁ ବଢିବ ଅଯଥା ଟେନସନ୍, ହୋଇଯାଆନ୍ତୁ ସାବଧାନ…

ଜ୍ୟୋତିଷ ଶାସ୍ତ୍ରରେ, ସୂର୍ଯ୍ୟ ଦେବତାଙ୍କୁ ଆତ୍ମା, ପିତା, ସମ୍ମାନ ଏବଂ ନେତୃତ୍ୱର କାରକ ଭାବରେ ବିବେଚନା କରାଯାଏ । ସମାନକ୍ରମରେ ପାପି କେତୁଙ୍କୁ ଏକ ଛାୟା ଗ୍ରହ…

ନିଟ୍ ପରୀକ୍ଷାରେ କୃତକାର୍ଯ୍ୟ ହେଲେ ଆଦିବାସୀ ଝିଅ ପୂର୍ଣ୍ଣିମା, ସମଗ୍ର କୋକସରା ଅଞ୍ଚଳରେ ଖୁସିର ଲହରୀ

କୋକସରା,୨୫।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବଡ଼ପୋଡ଼ାଗୁଡ଼ା ଗ୍ରାମର ମେଧାବୀ ଆଦିବାସୀ ଝିଅ ପୂର୍ଣ୍ଣିମା ପୁଝାରୀ ସର୍ବଭାରତୀୟ ନିଟ୍ (NEET UG) ପରୀକ୍ଷାରେ ସଫଳତା…

କାମ କରୁଥିବା ବେଳେ ହେଲା ଛାତିରେ ଯନ୍ତ୍ରଣା, ହୃଦଘାତରେ ଚାଲିଗଲା କ୍ୟାସିୟର ଅରବିନ୍ଦଙ୍କ ଜୀବନ

ଭବାନୀପାଟଣା,୨୫।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ସମଗ୍ର ଶିକ୍ଷା ପ୍ରକଳ୍ପ କାର୍ଯ୍ୟାଳୟର କ୍ୟାସିୟର (କୋଷାଧ୍ୟକ୍ଷ) ଅରବିନ୍ଦ ପଣ୍ଡାଙ୍କର ୫୬ ବର୍ଷ ବୟସରେ ହୃଦଘାତରେ ମଙ୍ଗଳବାର ପୂର୍ବାହ୍ନରେ ପରଲୋକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri