ଫୌଜଦାରି ମାମଲା ବିଚାରାଧୀନ ଥିଲେ ମିଳିବନି ପଦୋନ୍ନତି: ହାଇକୋର୍ଟ

କଟକ ଅଫିସ,୨୫ା୫: କୌଣସି ସରକାରୀ ଅଧିକାରୀ ବା କର୍ମଚାରୀଙ୍କ ବିରୋଧରେ ଭିଜିଲାନ୍ସ ବା ଅନ୍ୟ ଫୌଜଦାରି ମାମଲା ବିଚାରାଧୀନ ଥିଲେ ତାଙ୍କୁ ନିୟମିତ ବା ଅସ୍ଥାୟୀ ପଦୋନ୍ନତି ଦିଆଯାଇପାରିବ ନାହିଁ। ହାଇକୋର୍ଟର ମୁଖ୍ୟ ବିଚାରପତି ଏସ୍‌. ମୁରଲୀଧର ଓ ବିଚାରପତି ଗୌରୀଶଙ୍କର ଶତପଥୀଙ୍କ ଖଣ୍ଡପୀଠ ରାଜ୍ୟ ସରକାରଙ୍କ ଆବେଦନର ଶୁଣାଣି କରି ଏପରି ଏକ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ପ୍ରଦାନ କରିଛନ୍ତି। ପ୍ରକାଶ ଯେ, ପୂର୍ବରୁ ହାଇକୋର୍ଟର ଜଣିକିଆ ବିଚାରପତି ଏଭଳି ମାମଲାର ଶୁଣାଣି କରି ଫୌଜଦାରି ମାମଲା ବିଚାରାଧୀନ ଥିଲେ ତାହା ସରକାରୀ ଅଧିକାରୀ ବା କର୍ମଚାରୀଙ୍କ ପଦୋନ୍ନତିରେ ବାଧକ ହେବ ନାହିଁ ବୋଲି ରାୟ ଦେଇଥିଲେ। ଫୌଜଦାରି ମାମଲା ବିଚାରାଧୀନ ଥିବା ସରକାରୀ କର୍ମଚାରୀଙ୍କୁ ପଦୋନ୍ନତି ପ୍ରଦାନ କରିବାକୁ ଜଣିକିଆ ବିଚାରପତିଙ୍କ ଖଣ୍ଡପୀଠ ଏକାଧିକ ମାମଲାର ଶୁଣାଣି କରି ଏଭଳି ନିର୍ଦ୍ଦେଶ ଦେଇଥିଲେ। ଏଥିସହ ଏପରି କେତେକ କର୍ମଚାରୀଙ୍କୁ ଆଡ୍‌ ହକ୍‌ ପଦୋନ୍ନତି ପ୍ରଦାନ ପାଇଁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଥିଲା। ତେବେ ଜଣିକିଆ ବିଚାରପତିଙ୍କ ଏହି ରାୟକୁ ଚ୍ୟାଲେଞ୍ଜ କରି ରାଜ୍ୟ ସରକାର ହାଇକୋର୍ଟର ଦୁଇଜଣିଆ ଖଣ୍ଡପୀଠରେ ରିଟ୍‌ ଅପିଲ ଦାୟର କରିଥିଲେ। ଦୁଇଜଣିଆ ଖଣ୍ଡପୀଠ ରାଜ୍ୟ ସରକାରଙ୍କ ପକ୍ଷରୁ ଦାୟର ୪୬ଟି ରିଟ୍‌ ଅପିଲର ଏକତ୍ର ଶୁଣାଣି କରିଥିଲେ। ଏଥିସହ ପୂର୍ବରୁ ଜଣିକିଆ ବିଚାରପତି ପ୍ରଦାନ କରିଥିବା ନିର୍ଦ୍ଦେଶକୁ ରଦ୍ଦ କରିଛନ୍ତି। ଦୁଇଜଣିଆ ଖଣ୍ଡପୀଠ କହିଛନ୍ତି ଯେ, ବିଚାରାଧୀନ ଫୌଜଦାରି ମାମଲାର ଫଳାଫଳ ଉପରେ ସରକାରୀ କର୍ମଚାରୀ ଓ ଅଧିକାରୀଙ୍କ ପଦୋନ୍ନତି ପ୍ରସଙ୍ଗ ନିର୍ଭର କରିଥାଏ। ଯଦି ସମ୍ପୃକ୍ତ କର୍ମଚାରୀଙ୍କ ବିରୋଧରେ ଥିବା ଫୌଜଦାରି ମାମଲାର ରାୟ ତାଙ୍କ ସପକ୍ଷରେ ଯାଏ ଓ ତାଙ୍କ ବିରୋଧରେ ରହିଥିବା ବିଭାଗୀୟ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ପ୍ରକ୍ରିୟାରୁ ସେ ଦୋଷମୁକ୍ତ ହୁଅନ୍ତି ତେବେ ତାଙ୍କୁ ପଦୋନ୍ନତି ମିଳିପାରିବ। ଯଦି ଫୌଜଦାରି ମାମଲାର ରାୟ ପ୍ରକାଶ ବେଳକୁ ସଂପୃକ୍ତ କର୍ମଚାରୀ ଅବସର ନେଇସାରିଥିବେ ତେବେ ପଦୋନ୍ନତି ସମୟର ସମସ୍ତ ପ୍ରାପ୍ୟକୁ ହିସାବ କରାଯାଇ ତାଙ୍କ ପେନସନ୍‌ ଧାର୍ଯ୍ୟ କରାଯିବ ବୋଲି ହାଇକୋର୍ଟ ତାଙ୍କ ରାୟରେ ଉଲ୍ଲେଖ କରିଛନ୍ତି। ରାଜ୍ୟ ସରକାରଙ୍କ ତରଫରୁ ଏଜିଏ ଏମ. କେ. ଖୁଣ୍ଟିଆ ମାମଲା ପରିଚାଳନା କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ନେସଲେ, ପେପ୍ସିକୋରୁ ଡୋମିନୋଜ୍… ଭ୍ରାମକ ବିଜ୍ଞାପନ ପାଇଁ ୧୫୦ରୁ ଅଧିକ କମ୍ପାନୀକୁ ନୋଟିସ୍!

ନୂଆଦିଲ୍ଲୀ,୨୩ା୮: ଭାରତର ଖାଦ୍ୟ ସୁରକ୍ଷା ନିୟାମକ ସଂସ୍ଥା ‘ଭାରତୀୟ ଖାଦ୍ୟ ସୁରକ୍ଷା ଏବଂ ମାନକ ପ୍ରାଧିକରଣ’ (FSSAI) ଦେଶର କେତେକ ପ୍ରମୁଖ ଖାଦ୍ୟ ଏବଂ ପାନୀୟ (Food…

କୁଲଦୀପ ଯାଦବଙ୍କୁ ଦ୍ୱିତୀୟ ଟେଷ୍ଟରୁ କାହିଁକି ବାଦ ଦିଆଗଲା? ବିସିସିଆଇ ପ୍ରକୃତ କାରଣ ପ୍ରକାଶ କଲା

ନୂଆଦିଲ୍ଲୀ,୨୩।୮: କୁଲଦୀପ ଯାଦବ ବର୍ତ୍ତମାନ କଲମ୍ବୋରେ ଚାଲିଥିବା ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ଖେଳୁନାହାଁନ୍ତି। ତାଙ୍କ ସ୍ଥାନରେ ଅଫ ସ୍ପିନର ସାରାଂଶ ଜୈନଙ୍କୁ ପ୍ଲେଇଂ ଏକାଦଶରେ ସାମିଲ…

ଭାରତରେ କିଏ ସ୍ଥିର କରେ ଚିନି ଦାମ୍‌? ସରକାର ନା କୃଷକ, ଜାଣନ୍ତୁ…

ନୂଆଦିଲ୍ଲୀ,୨୩ା୮: ଚା’ କପ୍‌ରୁ ଆରମ୍ଭ କରି ପର୍ବପର୍ବାଣିର ମିଠା ପର୍ଯ୍ୟନ୍ତ, ଚିନି ପ୍ରତ୍ୟେକ ଘରର ଦୈନନ୍ଦିନ ଆବଶ୍ୟକତାର ଏକ ପ୍ରମୁଖ ଅଂଶ। ଏହି ସମୟରେ ଦେଶରେ ଚିନି…

୨୪ ତାରିଖ ଯାଏଁ ଓଡ଼ିଶାରେ ପ୍ରବଳବର୍ଷା

ଭୁବନେଶ୍ୱର,୨୩।୮ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଓଡ଼ିଶାରେ ପୁଣି ବଢ଼ିବ ବର୍ଷାର ପରିମାଣ। ଭାରତୀୟ ପାଣିପାଗ ବିଭାଗର…

ପାରାଦୀପରୁ ବାହାରିଥିଲା, ଚୀନରେ ପହଞ୍ଚିବା ପୂର୍ବରୁ ନିଖୋଜ; ମଝି ସମୁଦ୍ରରେ ବୁଡିଗଲା ଜାହାଜ

ଭୁବନେଶ୍ୱର,୨୩ା୮: ଗଭୀର ସମୁଦ୍ରରେ ବିଦେଶୀ ଜାହାଜ ନିଖୋଜ। ପାରାଦୀପରୁ ଲୁହାପଥର ନେଇ ଚୀନ ଅଭିମୁଖେ ଯାଉଥିବା ଏକ ବିଦେଶୀ ମାଲବାହୀ ଜାହାଜ ଗଭୀର ସମୁଦ୍ରରେ ନିଖୋଜ ହୋଇଯାଇଛି।…

ଶକ୍ତିଶାଳୀ ଭୂକମ୍ପ ଝଟକାରେ ଥରିଲା ଜାପାନ: ୨୩ ଆହତ, ଟୋକିଓରେ ବିଦ୍ୟୁତ୍ କାଟ୍, ଟ୍ରେନ୍ ଚଳାଚଳ ବ୍ୟାହତ

ଟୋକିଓ,୨୩ା୮: ପୂର୍ବ ଜାପାନର ବିଭିନ୍ନ ଅଞ୍ଚଳ ସମେତ ରାଜଧାନୀ ଟୋକିଓରେ ରବିବାର ସକାଳେ ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ପ୍ରାରମ୍ଭିକ ତୀବ୍ରତା…

ଗୋବରୀ ନଦୀ ପାଇଁ ଜମ୍ବୁବାସୀଙ୍କ ଚିନ୍ତା: ଫାଇଲରେ ରହିଗଲା ଯୋଜନା, ବିପଦସଙ୍କୁଳ ଅବସ୍ଥାରେ ନଦୀ ପାର୍‌ ହେଉଛନ୍ତି ଛାତ୍ରୀଛାତ୍ର

ମହାକାଳପଡ଼ା,୨୩।୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ନଦୀ, ନାଳ ଘେରା ଜମ୍ବୁ ପଞ୍ଚାୟତକୁ ଦୀର୍ଘ ବର୍ଷଧରି ଡଙ୍ଗାରେ ଲୋକମାନେ ଯାତାୟାତ କରୁଥିବା…

ମଙ୍ଗଳଙ୍କ ଗୋଚରରେ ରାଜଯୋଗ; ବଢିବ ୫ରାଶିର ଇନକମ୍‌, ହୁ ହୁ ହୋଇ ବଢିବ ଧନ!

ଦ୍ରିକ୍ ପଞ୍ଚାଙ୍ଗ ଅନୁସାରେ, ୧୮ ସେପ୍ଟେମ୍ବର ୨୦୨୬ ତାରିଖ ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ. ଏହି ଦିନ ମଙ୍ଗଳ ଗ୍ରହ ନିଜର ନୀଚ ରାଶି କର୍କଟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri