ଫୌଜଦାରି ମାମଲା ବିଚାରାଧୀନ ଥିଲେ ମିଳିବନି ପଦୋନ୍ନତି: ହାଇକୋର୍ଟ

କଟକ ଅଫିସ,୨୫ା୫: କୌଣସି ସରକାରୀ ଅଧିକାରୀ ବା କର୍ମଚାରୀଙ୍କ ବିରୋଧରେ ଭିଜିଲାନ୍ସ ବା ଅନ୍ୟ ଫୌଜଦାରି ମାମଲା ବିଚାରାଧୀନ ଥିଲେ ତାଙ୍କୁ ନିୟମିତ ବା ଅସ୍ଥାୟୀ ପଦୋନ୍ନତି ଦିଆଯାଇପାରିବ ନାହିଁ। ହାଇକୋର୍ଟର ମୁଖ୍ୟ ବିଚାରପତି ଏସ୍‌. ମୁରଲୀଧର ଓ ବିଚାରପତି ଗୌରୀଶଙ୍କର ଶତପଥୀଙ୍କ ଖଣ୍ଡପୀଠ ରାଜ୍ୟ ସରକାରଙ୍କ ଆବେଦନର ଶୁଣାଣି କରି ଏପରି ଏକ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ପ୍ରଦାନ କରିଛନ୍ତି। ପ୍ରକାଶ ଯେ, ପୂର୍ବରୁ ହାଇକୋର୍ଟର ଜଣିକିଆ ବିଚାରପତି ଏଭଳି ମାମଲାର ଶୁଣାଣି କରି ଫୌଜଦାରି ମାମଲା ବିଚାରାଧୀନ ଥିଲେ ତାହା ସରକାରୀ ଅଧିକାରୀ ବା କର୍ମଚାରୀଙ୍କ ପଦୋନ୍ନତିରେ ବାଧକ ହେବ ନାହିଁ ବୋଲି ରାୟ ଦେଇଥିଲେ। ଫୌଜଦାରି ମାମଲା ବିଚାରାଧୀନ ଥିବା ସରକାରୀ କର୍ମଚାରୀଙ୍କୁ ପଦୋନ୍ନତି ପ୍ରଦାନ କରିବାକୁ ଜଣିକିଆ ବିଚାରପତିଙ୍କ ଖଣ୍ଡପୀଠ ଏକାଧିକ ମାମଲାର ଶୁଣାଣି କରି ଏଭଳି ନିର୍ଦ୍ଦେଶ ଦେଇଥିଲେ। ଏଥିସହ ଏପରି କେତେକ କର୍ମଚାରୀଙ୍କୁ ଆଡ୍‌ ହକ୍‌ ପଦୋନ୍ନତି ପ୍ରଦାନ ପାଇଁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଥିଲା। ତେବେ ଜଣିକିଆ ବିଚାରପତିଙ୍କ ଏହି ରାୟକୁ ଚ୍ୟାଲେଞ୍ଜ କରି ରାଜ୍ୟ ସରକାର ହାଇକୋର୍ଟର ଦୁଇଜଣିଆ ଖଣ୍ଡପୀଠରେ ରିଟ୍‌ ଅପିଲ ଦାୟର କରିଥିଲେ। ଦୁଇଜଣିଆ ଖଣ୍ଡପୀଠ ରାଜ୍ୟ ସରକାରଙ୍କ ପକ୍ଷରୁ ଦାୟର ୪୬ଟି ରିଟ୍‌ ଅପିଲର ଏକତ୍ର ଶୁଣାଣି କରିଥିଲେ। ଏଥିସହ ପୂର୍ବରୁ ଜଣିକିଆ ବିଚାରପତି ପ୍ରଦାନ କରିଥିବା ନିର୍ଦ୍ଦେଶକୁ ରଦ୍ଦ କରିଛନ୍ତି। ଦୁଇଜଣିଆ ଖଣ୍ଡପୀଠ କହିଛନ୍ତି ଯେ, ବିଚାରାଧୀନ ଫୌଜଦାରି ମାମଲାର ଫଳାଫଳ ଉପରେ ସରକାରୀ କର୍ମଚାରୀ ଓ ଅଧିକାରୀଙ୍କ ପଦୋନ୍ନତି ପ୍ରସଙ୍ଗ ନିର୍ଭର କରିଥାଏ। ଯଦି ସମ୍ପୃକ୍ତ କର୍ମଚାରୀଙ୍କ ବିରୋଧରେ ଥିବା ଫୌଜଦାରି ମାମଲାର ରାୟ ତାଙ୍କ ସପକ୍ଷରେ ଯାଏ ଓ ତାଙ୍କ ବିରୋଧରେ ରହିଥିବା ବିଭାଗୀୟ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ପ୍ରକ୍ରିୟାରୁ ସେ ଦୋଷମୁକ୍ତ ହୁଅନ୍ତି ତେବେ ତାଙ୍କୁ ପଦୋନ୍ନତି ମିଳିପାରିବ। ଯଦି ଫୌଜଦାରି ମାମଲାର ରାୟ ପ୍ରକାଶ ବେଳକୁ ସଂପୃକ୍ତ କର୍ମଚାରୀ ଅବସର ନେଇସାରିଥିବେ ତେବେ ପଦୋନ୍ନତି ସମୟର ସମସ୍ତ ପ୍ରାପ୍ୟକୁ ହିସାବ କରାଯାଇ ତାଙ୍କ ପେନସନ୍‌ ଧାର୍ଯ୍ୟ କରାଯିବ ବୋଲି ହାଇକୋର୍ଟ ତାଙ୍କ ରାୟରେ ଉଲ୍ଲେଖ କରିଛନ୍ତି। ରାଜ୍ୟ ସରକାରଙ୍କ ତରଫରୁ ଏଜିଏ ଏମ. କେ. ଖୁଣ୍ଟିଆ ମାମଲା ପରିଚାଳନା କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲର୍‌ଙ୍କ ଘର ବାହାରେ ବ୍ଲାଙ୍କ ଫାୟାରିଂ ଅଭିଯୋଗ

ଖଲ୍ଲିକୋଟ,୨୬।୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲରଙ୍କ ଘରେ ପଶି ମାର୍‌ପିଟ ସହ ବ୍ଲାଙ୍କ ଫାୟାରିଂ କରାଯାଇଥିବା ଅଭିଯୋଗ ହୋଇଛି। ଖବର ପାଇ...

ଓଏଚ୍‌ଆର୍‌ସିରେ କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣ ମାମଲା: ଏନ୍‌ଏଚ୍‌ଏଆଇକୁ ରିପୋର୍ଟ ତଲବ

କଟକ,୨୬ା୪ (କାର୍ତ୍ତିକ ସାହୁ)- କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣରେ ଅହେତୁକ ବିଳମ୍ବ ହେତୁ ଦୁର୍ଘଟଣା ବଢ଼ିଚାଲିଛି। ଏହି ରାଜପଥର ନିର୍ମାଣ କାର୍ଯ୍ୟ ଦୀର୍ଘ ୧୨ ବର୍ଷ...

ଆସନ୍ତା ଶିକ୍ଷାବର୍ଷରୁ ୨ଥର ହୋଇପାରେ ବୋର୍ଡ ପରୀକ୍ଷା

ଭୁବନେଶ୍ୱର, ୨୬।୪(ଅସମାପିକା ସାହୁ) – ସେଣ୍ଟ୍ରାଲ ବୋର୍ଡ ଅଫ୍‌ ସେକେଣ୍ଡାରୀ ଏଜୁକେଶନ(ସିବିଏସ୍‌ଇ) ପକ୍ଷରୁ ପରିଚାଳିତ ବୋର୍ଡ ପରୀକ୍ଷା ବର୍ଷକୁ ଦୁଇଥର ଅନୁଷ୍ଠିତ ହେବ। ଆସନ୍ତା ୨୦୨୫-୨୬...

କଂଗ୍ରେସରେ ମିଶିଲେ ବିଜେଡିର ପୁରୁଖା ନେତ୍ରୀ

ଭୁବନେଶ୍ୱର,୨୬।୪: ବିଜେଡିର ପୁରୁଖା ନେତ୍ରୀ ବୈଜୟନ୍ତୀମାଳା ମହାନ୍ତି ଆଜି ହାତ ଧରିଛନ୍ତି। ସେ ଶୁକ୍ରବାର ବିଧିବଦ୍ଧ ଭାବେ କଂଗ୍ରେସରେ ସାମିଲ ହୋଇଛନ୍ତି । ନୟାଗଡ ଜିଲା...

ଭଦ୍ରକ-ଯାଜପୁର ଜେଲ୍‌ରେ କ୍ଷମତାଠାରୁ ଅଧିକ କଏଦୀ: ଭିଡ ହଟାଇବାକୁ ପଦକ୍ଷେପ ନେଇ ଜଣାଇବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୨୬ା୪ (କାର୍ତ୍ତିକ ସାହୁ)- ଭଦ୍ରକ ଓ ଯାଜପୁର ଜିଲା ଜେଲରୁ ଭିଡ଼ ହଟାଇବାକୁ କି ପଦକ୍ଷେପ ନେଇଛ ଜଣାଅ ବୋଲି ରାଜ୍ୟ ସରକାରଙ୍କୁ ହାଇକୋର୍ଟ ଶୁକ୍ରବାର...

ପୁଣି ପ୍ରାର୍ଥୀ ବଦଳାଇବ ଭାଜପା, ପର୍ଶୁରାମ ଧଡାଙ୍କ ଘର ବାହୁଡା ପରେ ଜୋର ଧରିଲା ଚର୍ଚ୍ଚା

ଭୁବନେଶ୍ୱର,୨୬।୪: ପୁଣିଥରେ ପ୍ରାର୍ଥୀ ବଦଳାଇପାରେ ଭାରତୀୟ ଜନତା ପାର୍ଟି । ସୋର ବିଧାୟକ ପର୍ଶୁରାମ ଧଡା ଭାଜପାରେ ସାମିଲ ହେବା ପରେ ପ୍ରାର୍ଥୀ ପରିବର୍ତନ ନେଇ...

ଜାତୀୟ ରାଜପଥ କଡ଼ରେ କୁଆଁ କୁଆଁ ଶବ୍ଦ: ନବଜାତ ଶିଶୁପୁତ୍ରକୁ ଛାଡ଼ି ମା’ ଫେରାର

ଛତ୍ରପୁର,୨୬।୪(ଦିଲ୍ଲୀପ ସାମଲ): ରାସ୍ତାକଡ଼ରେ ନବଜାତକକୁ ଛାଡ଼ି ମା’ ଫେରାର। ଛତ୍ରପୁରରୁ ଏଭଳି ଏକ ଖବର ସାମ୍ନାକୁ ଆସିଛି। ଶୁକ୍ରବାର ରାତିରେ ଜାତୀୟ ରାଜପଥ କଡ଼ରେ ଶିଶୁପୁତ୍ରଟିଏ...

ଆନ୍ଦୋଳନ ପରେ ପରୀକ୍ଷା ଘୁଞ୍ଚିଲା

ଭୁବନେଶ୍ୱର, ୨୬।୪(ଅସମାପିକା ସାହୁ)- ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର ଚତୁର୍ଥ ସେମିଷ୍ଟର ପରୀକ୍ଷା ଘୁଞ୍ଚାଇବା ଦାବିରେ ଛାତ୍ରୀମାନେ ଆନ୍ଦୋଳନ କରିବା ପରେ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ପୂର୍ବ ନିଷ୍ପତ୍ତିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri