Posted inଜାତୀୟ

ଭୁବନେଶ୍ୱରରେ ମେଟ୍ରୋ ଟ୍ରେନ୍‌ ପାଇଁ ଓଡ଼ିଶାରୁ ପ୍ରସ୍ତାବ ମିଳିନି: କେନ୍ଦ୍ର

ନୂଆଦିଲ୍ଲୀ, ୨୪ା୩:ଭୁବନେଶ୍ୱରରେ ମେଟ୍ରୋ ରେଲ୍‌ ପ୍ରକଳ୍ପ ଲାଗି ଓଡ଼ିଶା ସରକାରଙ୍କ ତରଫରୁ କୌଣସି ପ୍ରସ୍ତାବ ମିଳି ନ ଥିବା କେନ୍ଦ୍ର ଗୃହନିର୍ମାଣ ଓ ସହରାଞ୍ଚଳ ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ଗୁରୁବାର ଲୋକ ସଭାରେ ବିଭାଗୀୟ ରାଷ୍ଟ୍ରମନ୍ତ୍ରୀ କୌଶଲ କିଶୋର ଏହି ସୂଚନା ଦେଇଛନ୍ତି। ମେଟ୍ରୋ ରେଲ୍‌ ପଲିସି,୨୦୧୭ ଅନୁଯାୟୀ ମେଟ୍ରୋ ରେଲ୍‌ ପ୍ରୋଜେକ୍ଟ ଆରମ୍ଭ ଲାଗି ପ୍ରସ୍ତାବ ଆଣିବା ରାଜ୍ୟ ସରକାରଙ୍କ ଦାୟିତ୍ୱ। କେନ୍ଦ୍ର ସରକାର ପ୍ରସ୍ତାବର ବ୍ୟବହାର୍ଯ୍ୟତା ଏବଂ ସମ୍ବଳର ଉପଲବ୍ଧତା ଆଧାରରେ ଏହି ପ୍ରକଳ୍ପ ଲାଗି ଆର୍ଥତ୍କ ସହାୟତା କଥା ବିଚାର କରିଥାନ୍ତି। ଓଡ଼ିଶା ସରକାରଙ୍କ ତରଫଳରୁ ଭୁବନେଶ୍ୱର ମେଟ୍ରୋ ରେଲ୍‌ ପ୍ରୋଜେକ୍ଟ ସମ୍ପର୍କିତ ପ୍ରସ୍ତାବ କେନ୍ଦ୍ର ପାଇ ନ ଥିବା ମନ୍ତ୍ରୀ ସ୍ପଷ୍ଟ କରିଛନ୍ତି। ବିଜେଡି ଏମ୍‌ପି ଅଚ୍ୟୁତ ସାମନ୍ତଙ୍କ ଏ ସମ୍ପର୍କିତ ଏକ ପ୍ରଶ୍ନର ଉତ୍ତରରେ ମନ୍ତ୍ରୀ କୌଶଲ ଏହା କହିଛନ୍ତି। ଭୁବନେଶ୍ୱର ମେଟ୍ରୋ ରେଲ୍‌ ପ୍ରୋଜେକ୍ଟ ଲାଗି କେନ୍ଦ୍ର ସରକାର ଆର୍ଥତ୍କ ସହାୟତା ଯୋଗାଇଦେବାର ପ୍ରସ୍ତାବ ଅଛି କି ବୋଲି ଅଚ୍ୟୁତ ପ୍ରଶ୍ନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ମା କହିଥିଲେ ଭଲ ପୁଅ ବାଛିବାକୁ; ମୁଁ ରାହୁଲକୁ ବାଛିଲି’ – ରାହୁଲ ଗାନ୍ଧୀଙ୍କ ଜଣେ ‘ଫ୍ୟାନଗର୍ଲ’ଙ୍କ ପୋଷ୍ଟର ଭାଇରାଲ

ପୁଣେ,୨୩।୮: କଂଗ୍ରେସ ସାଂସଦ ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଶନିବାର (୨୨ ଅଗଷ୍ଟ, ୨୦୨୬) ପୁଣେରେ ଅନୁଷ୍ଠିତ ‘ଛାତ୍ରୋଁ କି ଗୁଞ୍ଜ’…

ରେଭନ୍ତ ରେଡ୍ଡୀଙ୍କୁ ଆମେରିକା ଯିବା ପାଇଁ ମିଳିଲା ନାହିଁ ଅନୁମତି, ଜାଣନ୍ତୁ ସରକାରୀ ଅନୁମତି କିପରି ମିଳିଥାଏ

ନୂଆଦିଲ୍ଲୀ,୨୩।୮: ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀ ଏବେ ୟୁକେରୁ ସିଧାସଳଖ ଭାରତ ଫେରିବେ; ସରକାରୀ ଅନୁମୋଦନ ଅଭାବରୁ ତାଙ୍କର ଆମେରିକା ଗସ୍ତ ବାତିଲ କରାଯାଇଛି। ସେ ଇଂଲଣ୍ଡ…

ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା

ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…

ପୋଲିସ କର୍ମଚାରୀଙ୍କୁ ଲାଠିରେ ମାଡ଼; ଆଖିରେ ପକାଇଲେ ଲଙ୍କା ଗୁଣ୍ଡ, ହେଲେ କାହିଁକି? ଜାଣନ୍ତୁ…

ନୂଆଦିଲ୍ଲୀ,୨୩।୮: ଭାଲସ୍ବା ଡାଏରୀ ଅଞ୍ଚଳରୁ ଦିଲ୍ଲୀ ପୋଲିସ କର୍ମଚାରୀଙ୍କ ଉପରେ ଆକ୍ରମଣ ହୋଇଥିବା ଏକ ଘଟଣା ସାମ୍ନାକୁ ଆସିଛି। ମୁକୁନ୍ଦପୁରର ଜନତା ବିହାର ଅଞ୍ଚଳରେ ବିନା କାଗଜପତ୍ରରେ…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

‘କଂଗ୍ରେସର ହିନ୍ଦୁ ବିରୋଧୀ କାହାଣୀ’: ମନୁ-ସ୍ମୃତିକୁ ନେଇ ରାହୁଲଙ୍କୁ ଟାର୍ଗେଟ କରିଛି ଭାଜପା

ନୂଆଦିଲ୍ଲୀ,୨୩।୮: ପୁଣେରେ ରାହୁଲ ଗାନ୍ଧୀ ଦାବି କରିଥିଲେ ଯେ ମନୁ-ସ୍ମୃତିରେ ମହିଳାମାନଙ୍କୁ ଅବମାନନା କରୁଥିବା ଶ୍ଳୋକ ଅଛି। ସେ କହିଛନ୍ତି ଯେ ପାଠ୍ୟରେ ମହିଳାମାନେ ଜୀବନର ପ୍ରତ୍ୟେକ…

ହାତୀ ନଦୀରେ ଛଡ଼ାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ

ଭବାନୀପାଟଣା,୨୩।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ଗତ ୨ ଦିନ ଧରି ଲଗାଣ ବର୍ଷା ଯୋଗୁଁ ନଦୀ ଗୁଡିକର ଜଳ ସ୍ତର ବଢ଼ିବାରେ ଲାଗିଛି। ଏପରି ସ୍ଥଳେ ଜିଲାରେ…

ସମାଜସେବା ସହ ଆଧ୍ୟାତ୍ମିକ ଜ୍ଞାନ: ରକ୍ତ ଦାନ ମହତ ଦାନ

ଭଞ୍ଜନଗର, ୨୩।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ (ଓମ୍ ଶାନ୍ତି)ର ଶାନ୍ତି ସ୍ରୋତ ଭବନ ପରିସରରେ ରବିବାର ଏକ ରକ୍ତଦାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri