Posted inଜାତୀୟ

କୋର୍ଟଙ୍କ ବଡ ରାୟ, କେବେ ଧୋକା ଖାଆନ୍ତି ନାହିଁ ମହିଳା

ଅମରାବତୀ, ୧।୧୧: ବିବାହର ମିଛ ପ୍ରତିଶ୍ରୁତି ଦେଇ ବଳତ୍କାର କରିବା ମାମଲାରେ ଆନ୍ଧ୍ର ପ୍ରଦେଶ ହାଇକୋର୍ଟ ଏକ ବଡ ରାୟ ଦେଇଛନ୍ତି। କୋର୍ଟ କହିଛନ୍ତି, କୌଣସି ଶିକ୍ଷିତ ମହିଳା କେବଳ ବିବାହ ପ୍ରତିଶ୍ରୁତି ସହ କୌଣସି ପୁରୁଷ ସହ ସମ୍ପର୍କରେ ରହିପାରିବ ନାହିଁ। ରିଲେଶନଶିପକୁ ଆସିବା ପୂର୍ବରୁ ମହିଳାଙ୍କୁ ଜଣାଥିଲା କି, ସେମାନଙ୍କ ମଧ୍ୟରେ ବିବାହ ହେବାର ସମ୍ଭାବନା ବହୁତ କମ୍‌ ଅଛି।

ଜଷ୍ଟିସ କେ ଶ୍ରୀନିବାସ ରେଡ୍ଡୀଙ୍କ ଖଣ୍ଡପୀଠ ଏହି ମାମଲାର ଶୁଣାଣି କରିବା ସହୟରେ ମହିଳାଙ୍କ ଅଭିଯୋଗକୁ ଖାରଜ କରିଛନ୍ତି। କୋର୍ଟ କହିଛନ୍ତି, ମହିଳା ଜଣକ ବହୁତ ଭଲ ଭାବରେ ଜାଣିଥିଲେ ଯେ, ସେମାନଙ୍କ ମଧ୍ୟରେ ବିବାହ ହେବାର ସମ୍ଭାବନା କହୁତ କମ୍‌ ଅଛି। ଏହି ମାମଲାରେ ପୁରୁଷ ଜଣଙ୍କ ବିବାହ ପ୍ରତିଶ୍ରୁତି ଦେଇଥିଲେ ମଧ୍ୟ ସେ ବହୁବାର ଏହାକୁ ଆଡେଇ ଆସିଥିଲେ। ତେବେ ଏପରି କ୍ଷେତ୍ରରେ କୌଣସି ଶିକ୍ଷିତ ମହିଳା କେବଳ ବିବାହ ପ୍ରତିଶ୍ରୁତିରେ ପୁରୁଷ ବନ୍ଧୁଙ୍କ ସହ ୨ବର୍ଷ ଯାଏଁ ସମ୍ପର୍କରେ ରହିବେ ନାହିଁ ବୋଲି କୋର୍ଟ କହିଛନ୍ତି।

ମାମଲାରେ ଜାଣିବାକୁ ମିଳିଛି କି, ମହିଳାଜଣକ ଉଚ୍ଚ ଶିକ୍ଷିତ ଅଟନ୍ତି। କିନ୍ତୁ ସେ ଭ୍ରାନ୍ତ ଧାରଣା ସହ ଏପରି ଏକ ସମ୍ପର୍କରେ ବଞ୍ଚୁଥିଲେ। କୋର୍ଟ ଆହୁରି ଜାଣିବାକୁ ପାଇଛନ୍ତି ଯେ, ଜାତିଗତ ପାର୍ଥକ୍ୟ ହେତୁ ସେମାନଙ୍କ ମଧ୍ୟରେ କେବେ ବି ବିବାହ ସମ୍ଭବ ହୋଇପାରି ନଥାନ୍ତା। ଶେଷରେ କୋର୍ଟ ଅଭିଯୁକ୍ତଙ୍କ ବିରୋଧରେ ହୋଇଥିବା ଅଭିଯୋଗକୁ ଖାରଜ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏସୀୟ କ୍ରୀଡ଼ା ଫାଇନାଲରେ କ’ଣ ପାକିସ୍ତାନୀ ଖେଳାଳିଙ୍କ ସହ ହାତ ମିଳାଇବେ ନାହିଁ ଭାରତୀୟ ଖେଳାଳି? ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୧।୧୦: ଯେତେବେଳେ ଭାରତୀୟ ଏବଂ ପାକିସ୍ତାନୀ କ୍ରିକେଟ ଦଳ ପଡ଼ିଆରେ ପରସ୍ପରର ମୁକାବିଲା କରନ୍ତି, ସେତେବେଳେ ଦୃଷ୍ଟି କେବଳ ମ୍ୟାଚ ମଧ୍ୟରେ ସୀମିତ ରହେ ନାହିଁ। ଉଭୟ…

ଦୀପାବଳି ପୂର୍ବରୁ କର୍ମଚାରୀ, ପେନସନଭୋଗୀଙ୍କୁ ବଡ଼ ଉପହାର ଦେଲେ ସରକାର: ବଢିଲା…

ନୂଆଦିଲ୍ଲୀ,୧।୧୦: କେନ୍ଦ୍ରୀୟ କର୍ମଚାରୀମାନେ ଅଷ୍ଟମ ବେତନ କମିଶନର ସୁପାରିସକୁ ବେଶ ଉତ୍ସୁକତାର ସହ ଅପେକ୍ଷା କରିଛନ୍ତି। ଏହାରି ମଧ୍ୟରେ ଦୀପାବଳି ପୂର୍ବରୁ ବିଭିନ୍ନ ରାଜ୍ୟ ସରକାର ନିଜ…

ଆରାଧନାଙ୍କୁ ମିଳିପାରେ ଗୁରୁ ଦାୟିତ୍ୱ; ଅଜୟ ରାୟଙ୍କୁ ମିଳିପାରେ ଛୁଟି

ନୂଆଦିଲ୍ଲୀ,୧।୧୦: ମିଳିଥିବା ସୂତ୍ର ଅନୁଯାୟୀ, ଆରାଧନା ମିଶ୍ର ୟୁପି (ଉତ୍ତର ପ୍ରଦେଶ) କଂଗ୍ରେସର ରାଜ୍ୟ ସଭାପତି ହୋଇପାରନ୍ତି। ଉତ୍ତର ପ୍ରଦେଶରେ ଆଗାମୀ ବର୍ଷ ହେବାକୁ ଥିବା ବିଧାନସଭା…

ରୁଷିଆ ଯାତ୍ରା କରୁଥିବା ବ୍ୟକ୍ତିଙ୍କ ପାଇଁ MEA ପକ୍ଷରୁ ଆଡଭାଇଜରୀ ଜାରି; କୁହାଯାଇଛି ଯେ, ‘ରିପୋର୍ଟରୁ ଜଣାପଡ଼ୁଛି ଯେ…’

ନୂଆଦିଲ୍ଲୀ,୧।୧୦: ଭାରତ ସରକାର ରୁଷିଆ ଯାତ୍ରା କରୁଥିବା ଯାତ୍ରୀମାନଙ୍କ ପାଇଁ ଏକ ଆଡଭାଇଜରୀ ଜାରି କରିଛନ୍ତି। ଗୁରୁବାର ‘ଏକ୍ସ’ (X) ରେ ଏକ ପୋଷ୍ଟ ମାଧ୍ୟମରେ ବୈଦେଶିକ…

ସ୍ମିତଙ୍କୁ କରାଗଲା ଏୟାର ଲିପ୍ଟ, ପରିବାରକୁ ଭେଟିଲେ ରାଷ୍ଟ୍ରଦୂତ

ନୂଆଦିଲ୍ଲୀ,୧।୧୦: ଫ୍ଲାଏଦୁବାଇ ବିମାନରେ ଆକ୍ରମଣକାରୀଙ୍କ ମୁକାବିଲା ପାଇଁ ନିଜ ଜୀବନକୁ ବାଜି ଲଗାଇଥିବା ଭାରତୀୟ ପାଇଲଟ ସ୍ମିତ ମଚ୍ଛାରଙ୍କ ଅବସ୍ଥା ସ୍ଥିର ଅଛି। ଏହି ସମୟରେ, ୟୁଏଇ…

CJPକୁ କେଉଁଠୁ ମିଳୁଛି ପାଣ୍ଠି? ଦୀପକେ କହିଲେ, ‘ମୁଁ ୩୦ ହଜାର ଟଙ୍କାର ଜୋତା…’

ନୂଆଦିଲ୍ଲୀ,୧।୧୦: ଗୁରୁବାର (ଅକ୍ଟୋବର ୧) ମୁମ୍ବାଇରେ ଏକ ସାମ୍ବାଦିକ ସମ୍ମିଳନୀରେ କୋକରୋଚ ଜନତା ପାର୍ଟି(CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ସମ୍ବୋଧିତ କରିଥିଲେ। ସେ କହିଛନ୍ତି ଯେ ମୁଖ୍ୟ…

ସାନଖେମୁଣ୍ଡିରେ ବ୍ୟାପୁଛି ହଇଜା; ପୁଣି ଜଣେ ମୃତ, ଜିଲା ସ୍ବାସ୍ଥ୍ୟ ଟିମର ଅନୁଧ୍ୟାନ

ଦିଗପହଣ୍ଡି,୧ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ପଞ୍ଚାୟତ ମାର୍ଥାପୁର, ରାଜନାପଲ୍ଲୀ ଓ ଟି.ଗୋବିନ୍ଦପୁର ପଞ୍ଚାୟତ ଢିମିରାପଲ୍ଲୀ ଗାଁରେ ଗତ ୫ ଦିନ ହେଲା…

କନିଷ୍ଠ ଶିକ୍ଷକଙ୍କୁ ନେଇ ସରକାରଙ୍କ ବଡ଼ ଘୋଷଣା, ୨୦୨୩-୨୪ ବର୍ଷରେ ନିୟୋଜିତ….

ଭୁବନେଶ୍ବର,୧ା୧୦: ଓଡ଼ିଶାର କନିଷ୍ଠ ଶିକ୍ଷକ (ସ୍କିମାଟିକ୍)ଙ୍କ ନିୟମିତକରଣ ନେଇ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏନେଇ ଅଧିକାରିକ ବିଜ୍ଞପ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?