Posted inଜାତୀୟ

ମୁଖ୍ୟମନ୍ତ୍ରୀଙ୍କ ବଡ଼ ନିଷ୍ପତ୍ତି: ଅକ୍ଟୋବର ୧ରୁ ଏସବୁ ଗାଡ଼ିକୁ ମିଳିବନି ପେଟ୍ରୋଲ-ଡିଜେଲ କି CNG, ନୂଆ ନିୟମ ଲାଗୁ

ନୂଆଦିଲ୍ଲୀ,୪।୬: ରାଷ୍ଟ୍ରୀୟ ରାଜଧାନୀ କ୍ଷେତ୍ର (NCR) ରେ ବାୟୁ ପ୍ରଦୂଷଣ ବିରୋଧରେ ଏକ ର୍ନିଣ୍ଣାୟକ ଏବଂ ବଡ଼ ପଦକ୍ଷେପ ଗ୍ରହଣ କରି ରାଜ୍ୟ ସରକାର ‘No PUCC, No Fuel’ (ନୋ ପିୟୁସିସି, ନୋ ଫ୍ୟୁଏଲ) ନିୟମ ଲାଗୁ କରିବାକୁ ବଡ଼ ନିଷ୍ପତ୍ତି ନେଇଛନ୍ତି। ବର୍ଷ ୨୦୨୬ ମଧ୍ୟରେ ପ୍ରଦୂଷଣ ସ୍ତରରେ ୩୦ ରୁ ୩୫ ପ୍ରତିଶତ ପର୍ଯ୍ୟନ୍ତ ହ୍ରାସ ଆଣିବା ଉଦ୍ଦେଶ୍ୟରେ ଏବେ ପୁରୁଣା ଏବଂ ପ୍ରଦୂଷଣ ବଢ଼ାଉଥିବା ଗାଡ଼ିଗୁଡ଼ିକ ଉପରେ ସମ୍ପୂର୍ଣ୍ଣ ଭାବେ କଟକଣା ଲଗାଯାଉଛି। ମୁଖ୍ୟ ଶାସନ ସଚିବ ଏସ.ପି. ଗୋୟଲଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ଉଚ୍ଚସ୍ତରୀୟ ବୈଠକରେ ଏହି ନୂଆ ନିୟମକୁ ସବୁଜ ସଙ୍କେତ ମିଳିଛି। ଆସନ୍ତୁ ଜାଣିବା ଅକ୍ଟୋବର ୧ ତାରିଖରୁ ଏନସିଆରର ପେଟ୍ରୋଲ ପମ୍ପଗୁଡ଼ିକରେ କ’ଣ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି।

ଉତ୍ତର ପ୍ରଦେଶର ଏନସିଆର ଜିଲ୍ଲାଗୁଡ଼ିକରେ (ଯେପରିକି ଗାଜିଆବାଦ, ନୋଏଡା, ଗ୍ରେଟର ନୋଏଡା, ମିରଟ) ଥିବା ୧୦୪୧ଟି ପେଟ୍ରୋଲ ପମ୍ପରେ ଆସନ୍ତା ଅକ୍ଟୋବର ୧ ତାରିଖରୁ ଏହି ନୂଆ ନିୟମ ଲାଗୁ ହେବ। ଯଦି ଆପଣଙ୍କ ଗାଡ଼ିର ବୈଧ ପ୍ରଦୂଷଣ ନିୟନ୍ତ୍ରଣ ପ୍ରମାଣପତ୍ର (PUCC Pollution Under Control Certificate) ନାହିଁ, ତେବେ ଆପଣଙ୍କୁ ପେଟ୍ରୋଲ ପମ୍ପରୁ ପେଟ୍ରୋଲ, ଡିଜେଲ କିମ୍ୱା ସିଏନଜି (CNG) ଦିଆଯିବ ନାହିଁ। ବାୟୁର ଗୁଣବତ୍ତା ସୁଧାରିବା ପାଇଁ ସରକାରଙ୍କ ପକ୍ଷରୁ ଏହି ପଦକ୍ଷେପ ନିଆଯାଇଛି।

ଏହି ନୂଆ ନିୟମକୁ କଡ଼ାକଡ଼ି ଭାବେ ଲାଗୁ କରିବା ପାଇଁ ଏନସିଆରର ୧,୦୪୧ଟି ପେଟ୍ରୋଲ ପମ୍ପରେ ଅଟୋମେଟିକ ନମ୍ୱର ପ୍ଲେଟ ରେକଗନିସନ (ANPR) କ୍ୟାମେରା ଲଗାଯିବ। ଯେମିତି ହିଁ କୌଣସି ଗାଡ଼ି ତେଲ ପକାଇବା ପାଇଁ ପେଟ୍ରୋଲ ପମ୍ପ ଭିତରକୁ ପ୍ରବେଶ କରିବ, ଏହି ହାଇ-ଟେକ କ୍ୟାମେରା ଗାଡ଼ିର ନମ୍ୱର ପ୍ଲେଟକୁ ସ୍କାନ କରିନେବ। ସଭର୍ର୍‌ ସହ ସଂଯୁକ୍ତ ଏହି ସିଷ୍ଟମ ତୁରନ୍ତ ଜଣାଇଦେବ ଯେ ସେହି ଗାଡ଼ିର ପ୍ରଦୂଷଣ ସାର୍ଟିଫିକେଟ (PUCC) ବୈଧ ଅଛି କି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ହଠାତ୍‌ ମୋଚିରାମଙ୍କୁ କାମୁଡ଼ିଲା ସାପ: ତା’ପରେ ଏମିତି କାମ କଲେ ଡାକ୍ତର ଆଶ୍ଚର୍ଯ୍ୟ

ଉଦଳା,୫।୯(ସନ୍ତୋଷ ବାଛିନୀ): ଅଚାନକ କାମୁଡିଲା ସାପ, ଆଉ ସାପକୁ ମାରି ତାକୁ ଧରି ମେଡିକାଲରେ ପହଁଚିଲେ ଯୁବକ। ଏଭଳି ଘଟଣା ଦେଖିବାକୁ ମିଳିଛି ମୟୁରଭଞ୍ଜ ଜିଲା ଉଦଳା…

ଇସ୍ତଫାର ରାଜନୈତିକ ରଙ୍ଗ

ଆଇଏଏସ୍‌ ଅଫିସର ଦିବ୍ୟା ମିତ୍ତଲ ୧୩ ବର୍ଷ ଚାକିରି କରିବା ପରେ ଉତ୍ତର ପ୍ରଦେଶର ଆଗାମୀ ନିର୍ବାଚନର ମାତ୍ର କିଛି ମାସ ପୂର୍ବରୁ ଦେଇଥିବା ଇସ୍ତଫାକୁ ନେଇ…

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବେ ମୀନାକ୍ଷୀରାଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଲୋଇସିଂହା,୫।୯(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ହରେକୃଷ୍ଣ ମହତାବ ହାଇସ୍କୁଲର କଳା ଶିକ୍ଷୟିତ୍ରୀ ତଥା ଗାଳ୍ପିକା ମୀନାକ୍ଷୀରାଣୀ ମିଶ୍ର ଜିଲାର ଏକମାତ୍ର ଶିକ୍ଷୟିତ୍ରୀ ଭାବେ ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା…

କେରଳରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ରକ୍‌କୁ ପିଟିଲା କାର୍‌; ୮ ଛାତ୍ରଙ୍କ ମୃତ୍ୟୁ

ତ୍ରିଶୂର ,୫।୯: କେରଳର ତ୍ରିଶୂର ଜିଲାରେ ଶୁକ୍ରବାର ବିଳମ୍ବିତ ରାତିରେ ଘଟିଛି ଭୟଙ୍କର ସଡ଼କ ଦୁର୍ଘଟଣା। ଏକ ଟ୍ରକ୍‌କୁ କାର୍‌ ଧକ୍କା ଦେବା ଫଳରେ କାର୍‌ରେ ଥିବା…

‘ମୋ ପତ୍ନୀ ମଧ୍ୟ…’, ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏମିତି କାହିଁକି କହିଲେ ପୂର୍ବତନ ଭାରତୀୟ କ୍ରିକେଟର, ବଢିଲା ଚର୍ଚ୍ଚା

ନୂଆଦିଲ୍ଲୀ,୫।୯: ମାତ୍ର ୧୫ ବର୍ଷ ବୟସରେ କ୍ରିକେଟ ଜଗତରେ ନିଜର ଗଭୀର ଛାପ ଛାଡ଼ିଛନ୍ତି ବୈଭବ ସୂର୍ଯ୍ୟବଂଶୀ। ଏହି ଯୁବ କ୍ରିକେଟରଙ୍କ ପ୍ରତିଭାକୁ ନେଇ ଏବେ ପୂର୍ବତନ…

ମୋଦିଙ୍କ ପାଇଁ ଚକୋଲେଟ୍‌ର ‘ଇଣ୍ଡିଆ ଗେଟ୍‌’ ଆଣିଥିଲେ ବେଲଜିୟମ ପ୍ରଧାନମନ୍ତ୍ରୀ, ଭାରତରେ ପହଞ୍ଚିବା ପରେ ଘଟିଲା ଏମିତି କିଛି!

ନୂଆଦିଲ୍ଲୀ,୫।୯: ଭାରତ ଗସ୍ତରେ ଆସିଥିବା ବେଲଜିୟମ ପ୍ରଧାନମନ୍ତ୍ରୀ ବାର୍ଟ ଡି ୱେଭର୍‌ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପାଇଁ ଆଣିଥିଲେ ଏକ ଅତ୍ୟନ୍ତ ନିଆରା ଉପହାର। ଭାରତର ପ୍ରସିଦ୍ଧ…

ମନ୍ଦିର ବୁଲାଣିରେ ଅଘଟଣ, ବାଇକ୍‌କୁ ଧକ୍କା ଦେଲା ବାଇକ୍‌: ଆଉ ତା’ପରେ…

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭଟ୍‌ଲି ଥାନା ଅନ୍ତର୍ଗତ ମେଣ୍ଢାପାଲି ବନଦୁର୍ଗା ମନ୍ଦିର ନିକଟସ୍ଥ ବୁଲାଣିରେ ଏକ ପିକ୍‌ଅପ ଭ୍ୟାନ (ନଂ-ଓଡି ୧୫ଏଡି ୭୮୯୨) ଅନ୍ୟ ଏକ ବାଇକକୁ…

ବୈଦେଶିକ ମୁଦ୍ରାଭଣ୍ଡାରରେ ୧୧ ବିଲିୟନ ଡଲାର ବୃଦ୍ଧି

ନୂଆଦିଲ୍ଲୀ,୫ା୯: ଅଗଷ୍ଟ ୨୮ ସୁଦ୍ଧା ଶେଷ ହୋଇଥିବା ସପ୍ତାହରେ ଭାରତର ବୈଦେଶିକ ମୁଦ୍ରାଭଣ୍ଡାର ପରିମାଣରେ ୧୧.୪୭୫ ବିଲିୟନ ଡଲାର ବୃଦ୍ଧି ଘଟିବା ସହ ମୋଟ ଭଣ୍ଡାର ପରିମାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri