ପାକ୍‌ ଆଣବିକ ପ୍ରକଳ୍ପରୁ ତେଜସ୍କ୍ରିୟ ବିକିରଣ ହୋଇନାହିଁ: ଆଇଏଇଏ

ନୂଆଦିଲ୍ଲୀ,୧୬ା୫: ନିକଟରେ ଭାରତ ସହ ହୋଇଥିବା ସାମରିକ ସଂଘର୍ଷ ବେଳେ ପାକିସ୍ତାନର କୌଣସି ଆଣବିକ ପ୍ରକଳ୍ପରୁ ତେଜସ୍କ୍ରିୟ ବିକିରଣ ହୋଇ ନ ଥିବା ଅନ୍ତର୍ଜାତୀୟ ଆଣବିକ ଶକ୍ତି ସଂସ୍ଥା (ଆଇଏଇଏ) କହିଛି। ଅପରେଶନ ସିନ୍ଦୂର ବେଳେ ଭାରତୀୟ ସଶସ୍ତ୍ର ବଳ ପାକିସ୍ତାନର ଆଣବିକ ପ୍ରକଳ୍ପକୁ ମାଡ଼ କରିଥିବା ନେଇ ସୋସିଆଲ ମିଡିଆରେ ଦାବି କରାଯାଇଥିଲା। ଆଇଏଇଏ ପାଖରେ ଥିବା ତଥ୍ୟ ଅନୁଯାୟୀ ପାକ୍‌ର କୌଣସି ନ୍ୟୁକ୍ଲିୟର ଫାସିଲିଟିରୁ ତେଜସ୍କ୍ରିୟ ବିକିରଣ ହୋଇ ନ ଥିବା ଏହାର ମୁଖପାତ୍ର କହିଛନ୍ତି। ପାକିସ୍ତାନ ଅଣୁଅସ୍ତ୍ର ଗଚ୍ଛିତ ରଖିଥିବା କିରାନା ହିଲ୍ଡ ଉପରେ ଭାରତ ଆକ୍ରମଣ କରିଥିବା ଖବରକୁ ବାୟୁସେନାର ଡିଜିଏଓ ଏୟାର ମାର୍ଶାଲ ଏ.କେ. ଭାରତୀ ପୂର୍ବରୁ ଖଣ୍ଡନ କରିଥିଲେ। କିରାନା ହିଲ୍ସରେ ଯାହା ଥାଉନା କାହିଁକି, ଆମେ ସେଠାରେ ଆକ୍ରମଣ କରିନାହୁଁ ବୋଲି ଗତ ୧୨ ତାରିଖ ମିଡିଆ ବ୍ରିଫିଙ୍ଗ୍‌ରେ ଭାରତୀ କହିଥିଲେ। ସୂଚନାଯୋଗ୍ୟ, ଗତ ୧୦ ତାରିଖରେ ଭାରତୀୟ ମିଶାଇଲ୍‌ ମାଡ଼ରେ ସରଗୋଧା ଏୟାରବେସ୍‌ କ୍ଷତିଗ୍ରସ୍ତ ହୋଇଥିଲା। କିରାନା ହିଲ୍ସର ଭୂତଳ ଅଣୁଅସ୍ତ୍ର ଭଣ୍ଡାର ସହ ଏହି ଏୟାରବେସ୍‌ର ସଂଯୋଗ ଥିବା ଖବର ପ୍ରକାଶ ପାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସ୍ୱାମୀ-ସ୍ତ୍ରୀ କଳହର କରୁଣ ପରିଣତି: ଭଉଣୀ ବାହାଘର ପୂର୍ବରୁ ପଡ଼ୋଶୀ ଯୁବକଙ୍କୁ ନିର୍ମମ ହତ୍ୟା, କାନ୍ଦବୋବାଳିରେ…

ସୁନ୍ଦରଗଡ଼, ୨୭।୬( ଜୟ ନାରାୟଣ ମେଣ୍ଡୁଳି): ଭଉଣୀର ବିବାହକୁ ମାତ୍ର କିଛି ଦିନ ବାକି ଥିବାବେଳେ ଚାଲିଗଲା ଭାଇର ଜୀବନ। ସୁନ୍ଦରଗଡ଼ ଜିଲା ତଲସରା ଥାନା ଅନ୍ତର୍ଗତ…

ଶନି ମନ୍ଦିରରେ ଫୁଲ ଦେଇ ଫେରୁଥିଲେ, ପଛରୁ ପିଟିଦେଲା ବାଇକ୍‌; ଚାଲିଗଲା…

ପାରଳାଖେମୁଣ୍ଡି, ୨୭।୬(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ସହରରେ ଶନିବାର  ସକାଳୁ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଷ୍ଟାଡିୟମ୍ ନିକଟସ୍ଥ ଇଣ୍ଡିଆନ୍ ପେଟ୍ରୋଲ ପମ୍ପ ସମ୍ମୁଖରେ…

କାଜୁ ଜଙ୍ଗଲରେ ଝୁଲିପଡ଼ିଲେ ସଞ୍ଜୟ: ବଢୁଛି ସନ୍ଦେହ

ମହାକାଳପଡ଼ା,୨୭ା୬ (ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ସାମୁଦ୍ରିକ ଥାନା ଅନ୍ତର୍ଗତ ରାମନଗର ପଞ୍ଚାୟତ ପିତାପାଟ ଚୌଧୁରୀ କାଜୁ ଜଙ୍ଗଲରେ ଜଣେ ଯୁବକ ଗୁରୁବାର…

ଦିନକ ପରେ ସ୍ନାନଯାତ୍ରା: ପୁରୀ ଆସିବାର ଥିଲେ ଜାଣି ନିଅନ୍ତୁ ଟ୍ରାଫିକ କଟକଣା, କେଉଁ ବାଟରେ ଯାଇ କରିବେ ମହାପ୍ରଭୁଙ୍କ ଦର୍ଶନ

ପୁରୀ,୨୭।୬: ଶ୍ରୀଜଗନ୍ନାଥଙ୍କ ପବିତ୍ର ସ୍ନାନଯାତ୍ରା ପାଇଁ ଚଳଚଞ୍ଚଳ ଶ୍ରୀକ୍ଷେତ୍ର। ସ୍ନାନବେଦୀରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ଦର୍ଶନ ପାଇଁ ପୁରୀରେ ଲକ୍ଷାଧିକ ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ବ୍ୟାପକ…

ଟୋକନ୍ ନ ମିଳିଲେ ରାଜପଥ ଅବରୋଧ କରିବୁ, DRCS ଅଫିସ ଆଗରେ ଧାରଣା ଦେଇ ଚେତାବନୀ ଦେଲେ…

ବରଗଡ଼, ୨୭।୬(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟା ଶେଷ ପର୍ଯ୍ୟାୟରେ ପହଞ୍ଚିଥିବା ବେଳେ ଚାଷୀଙ୍କ ମଧ୍ୟରେ ଅସନ୍ତୋଷ ତୀବ୍ର ରୂପ ଧାରଣ କରିଛି।…

ଗୋଷ୍ଠୀକେନ୍ଦ୍ର ଗୃହ ନିର୍ମାଣରେ ଅର୍ଥ ଆତ୍ମସାତ: ଜିଲାପାଳଙ୍କ ନିକଟରେ ଦାବି କଲେ ଗ୍ରାମବାସୀ

କେସିଙ୍ଗା,୨୭।୬( ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କନ୍ତେଶିର ରତନପଡ଼ାସ୍ଥିତ ଦୁର୍ଗା ମନ୍ଦିର ପରିସରରେ ପଶ୍ଚିମ ଓଡ଼ିଶା ବିକାଶ ପରିଷଦ (WODC) ଆର୍ଥିକ ବର୍ଷ…

ଆମେରିକାର ବୈଦେଶିକ ସଚିବ ରୁବିଓଙ୍କ ବଡ଼ ଘୋଷଣା: ଭାରତ ଆସିବେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ

ଓ୍ବାଶିଂଟନ,୨୭।୬: ଭାରତ ଏବଂ ଆମେରିକା ମଧ୍ୟରେ ରଣନୈତିକ ଏବଂ ବାଣିଜ୍ୟିକ ସମ୍ପର୍କରେ ଏକ ନୂତନ ପର୍ଯ୍ୟାୟ ଆରମ୍ଭ ହେବାକୁ ଯାଉଛି। ଏହା ଆମେରିକାର ବୈଦେଶିକ ସଚିବ ମାର୍କୋ…

ଭେନେଜୁଏଲା ପରେ ଥରିଲା ପାକିସ୍ତାନ

ଇସଲାମାବାଦ,୨୭।୬: ଶନିବାର ସକାଳେ ପାକିସ୍ତାନରେ ଏକ ଶକ୍ତିଶାଳୀ ଭୂମିକମ୍ପ ଅନୁଭୂତ ହୋଇଥିଲା, ଯାହାଦ୍ୱାରା ଲୋକମାନେ ଭୟଭୀତ ହୋଇ ଘରୁ ବାହାରକୁ ବାହାରି ଆସିଥିଲେ। ୟୁରୋପୀୟ-ଭୂମଧ୍ୟସାଗରୀୟ ଭୂକମ୍ପ ବିଜ୍ଞାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri