ନାହିଁ ରେଳ ସୁବିଧା, କେନ୍ଦ୍ର ରେଳମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ କଲେ ଏମ୍‌ପି

ଦେବଗଡ଼,୫ା୮(ଡି.ଏନ୍‌.ଏ.): ଦେବଗଡ଼ ଜିଲା ଆଜି ପର୍ଯ୍ୟନ୍ତ ରେଳ ମାନଚିତ୍ରରେ ସ୍ଥାନ ପାଇ ପାରିନାହିଁ। ଜିଲାର ସାମାଜିକ ଓ ଅର୍ଥନୈତିକ ବିକାଶ ପାଇଁ ତୁରନ୍ତ ରେଳ ସଂଯୋଗ କରିବାକୁ ସମ୍ବଲପୁର ଏମ୍‌ପି ନୀତେଶ ଗଙ୍ଗଦେବ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ନିକଟରେ ଦାବି କରିଛନ୍ତି। ବୁଧବାର ଗଙ୍ଗଦେବ ପାର୍ଲାମେଣ୍ଟ ଭବନସ୍ଥିତ ରେଳ ମନ୍ତ୍ରାଳୟ କାର୍ଯ୍ୟାଳୟରେ ବିଭାଗୀୟ ମନ୍ତ୍ରୀ ବୈଷ୍ଣବଙ୍କୁ ସାକ୍ଷାତ କରି ଏକ ଦାବିପତ୍ର ପ୍ରଦାନ କରିଛନ୍ତି।

୫ଶହ କୋଟି ଟଙ୍କାର ଏକ ସପ୍ଲିମେଣ୍ଟରୀ ବଜେଟ କରି ଝାରସୁଗୁଡ଼ାରୁ କୁଚିଣ୍ଡା-ଦେବଗଡ଼-ବାରକୋଟ-ପାଲଲହଡା ଦେଇ ପାରାଦ୍ୱୀପକୁ ରେଳ ସାଂଯୋଗ ପାଇଁ ଦାବିପତ୍ରରେ ଉଲ୍ଲେଖ ରହିଛି। ଏଥିସହ ଜିଲାକୁ ସାଂଯୋଗ କରୁଥିବା ତାଳଚେର-ବିମଳାଗଡ଼ ୧୫୪ କିଲୋମିଟର ନୂତନ ରେଳ ଲାଇନ ପ୍ରକଳ୍ପର ଅଗ୍ରଗତି ପାଇଁ ଦାବି କରିଛନ୍ତି। ଗତ ବଜେଟରେ ଏହି ପ୍ରକଳ୍ପ ପାଇଁ ୧୪୦ କୋଟି ଟଙ୍କା ଆବଣ୍ଟନ କରାଯାଇଥିବା ବେଳେ ଚଳିତ ବଜେଟରେ ମାତ୍ର ୧୦କୋଟି ଟଙ୍କା ଆବଣ୍ଟନ କରାଯାଇଥିବାରୁ ପ୍ରକଳ୍ପ ଅନିଶ୍ଚିତତା ମଧ୍ୟକୁ ଚାଲିଯାଇଥିବା ନେଇ ଏମ୍‌ପି ଗଙ୍ଗଦେବ ମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ଏ ଦିଗରେ ଆବଶ୍ୟକ ପଦକ୍ଷେପ ନେବାକୁ ମନ୍ତ୍ରୀ ପ୍ରତିଶ୍ରୁତି ଦେଇଥିବା ଏମ୍‌ପି ଗଙ୍ଗଦେବ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…

ଛତ୍ରପୁର,୮।୪(ଦିଲ୍ଲୀପ ସାମଲ):  ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ମାନସିକ ଚାପରୁ ଚରମ ନିଷ୍ପତ୍ତି, ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା…

କୋକସରା,୮ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):v କଳାହାଣ୍ଡି ଜିଲା କୋକସରା ଥାନା ବୋବରିଆ ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ନିଜ ଘର ଭିତରୁ ଜବତ ହୋଇଛି। ମୃତକ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଶ୍ରୀରାମ ନବମୀର ୭୫ ବର୍ଷ ପୂର୍ତ୍ତି ସମାରୋହ, ଯୋଗଦେଲେ ଯୁବ ନେତା ନୀଳମାଧବ ସିଂଦେଓ

ରିଷିଡ଼ା, ୮ା୪ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ ତେରେସିଂହା ପଞ୍ଚାୟତ ବିନ୍ଧାଣି ଗ୍ରାମରେ ପବିତ୍ର ରାମନବମୀ ପାଳନର ୭୫ ବର୍ଷ ପୂର୍ତ୍ତି ସମାରୋହ ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri