୩୦ ଯାଏ ବର୍ଷା ନାହିଁ: ୨ରେ ଲଘୁଚାପ ସମ୍ଭାବନା

ଭୁବନେଶ୍ୱର,୨୫ା୮(ଅନିଲ ଦାସ):ଚଳିତ ବର୍ଷ ମୌସୁମୀ ଧୋକା ଦେଇଛି। ରାଜ୍ୟରେ ଏହା ସ୍ବାଭାବିକ ହେଉନାହିଁ। ୧୧ ଜିଲାରେ ନିଅଣ୍ଟିଆ ପରିସ୍ଥିତି। ନିକଟରେ ରାଜ୍ୟକୁ ଆଉ ବଡ଼ ବର୍ଷାର କୌଣସି ସୂଚନା ନ ଥିବା ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଚାଷ କେମିତି ହେବ ସେ ଚିନ୍ତା ଚାଷୀଙ୍କୁ ଘାରିଛି। ପାଣିପାଗ ବିଭାଗ ହିସାବ ଅନୁଯାୟୀ, ଜୁନ୍‌ ପହିଲାରୁ ଅଗଷ୍ଟ ୨୪ ଯାଏ ରାଜ୍ୟରେ ୮୩୮.୮ ମିଲିମିଟର ବର୍ଷା ହେବାକୁ ଥିବା ବେଳେ ହୋଇଛି ୭୬୦.୩୮ ମିଲିମିଟର। ରାଜ୍ୟର ୧୧ଟି ଜିଲାରେ ବର୍ଷା ନିଅଣ୍ଟିଆ ହୋଇଛି। ନବରଙ୍ଗପୁର ଜିଲାରେ ଜୁନ୍‌ ପହିଲାରୁ ଅଗଷ୍ଟ ୨୪ ତାରିଖ ମଧ୍ୟରେ ୪୦ ପ୍ରତିଶତ କମ୍‌ ବର୍ଷା ହୋଇଥିବା ବେଳେ କେନ୍ଦ୍ରାପଡ଼ା ୩୪, ଗଞ୍ଜାମ ୩୦, କଳାହାଣ୍ଡି ୩୪, ରାୟଗଡା ୨୪, କୋରାପୁଟ ୨୨, ପୁରୀ ୨୨, ଯାଜପୁର ୨୪, ଜଗତ୍‌ସିଂହପୁର ୨୩, କଟକ ୨୦ ଏବଂ ଖୋର୍ଦ୍ଧା ଜିଲାରେ ସ୍ବାଭାବିକଠାରୁ ୨୩ ପ୍ରତିଶତ କମ୍‌ ବର୍ଷା ହୋଇଛି। ଉକ୍ତ ଜିଲାଗୁଡ଼ିକର ଅଧିକାଂଶ ବ୍ଲକରେ ମରୁଡି ପରିସ୍ଥିତି ସୃଷ୍ଟି ହୋଇଛି। ଗୋଟିଏ ପଟେ ବର୍ଷା ଦାଉ ସାଜିଥିବା ବେଳେ ଜଳସେଚନ ପାଇଁ କୌଣସି ବ୍ୟବସ୍ଥା ନ ଥିବାରୁ ଅନେକ ବ୍ଲକରେ ମରୁଡି ପରିସ୍ଥିତି ସୃଷ୍ଟି ହୋଇଛି।
ଆସନ୍ତା ୩୦ ତାରିଖରେ ଉତ୍ତର-ପୂର୍ବ ବାଲାଂଦେଶ ନିକଟରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟିହେବାର ସମ୍ଭାବନା ରହିଛି। ଏହା ୨ ତାରିଖ ବେଳକୁ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପରେ ପରିଣତ ହେବ। ଏହାର ପ୍ରଭାବରେ ଉତ୍ତର ଓଡ଼ିଶା ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ ଆଦି ଜିଲାରେ ବର୍ଷା ହେବାର ସମ୍ଭାବନା ରହିଛି।
ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ବର୍ଷା ହୋଇଛି। ହୀରାକୁଦରେ ୬୦.୨ ମିଲିମିଟର ବର୍ଷା ହୋଇଥିବା ବେେଳେ ରାଉରକେଲା ୩୩.୮, ପୁରୀ ୩୨, ଝାରସୁଗୁଡ଼ା ୨୫.୪, ପୁରୀ ୩୨, ମାଲକାନଗିରି ୨୪.୨, ସୋନପୁର ୧୪.୬, ନୟାଗଡ଼ ୧୫, ପାରଳାଖେମୁଣ୍ଡି ୨୯.୪, ଢେଙ୍କାନାଳ ୨୮, ନବରଙ୍ଗପୁର ୧୩, ରାଉରକେଲା ୩୩.୮, ଭୁବନେଶ୍ୱର ୧୨.୭, ପାରାଦୀପ ୧୦.୬, ଗୋପାଳପୁରରେ ୧୮ ମିଲିିମିଟର ବର୍ଷା ରେକର୍ଡ କରାଯାଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ସୁନ୍ଦରଗଡ଼, ମାଲକାନଗିରି, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, କନ୍ଧମାଳ, ଗଞ୍ଜାମ, ଗଜପତି, ପୁରୀ, କଳାହାଣ୍ଡି, ରାୟଗଡ଼ା, ନବରଙ୍ଗପୁର, ମାଲକାନଗିରି, କୋରାପୁଟ ଆଦି ଜିଲାରେ ଘଡ଼ଘଡ଼ି ସହ ବର୍ଷା ହେବର ସମ୍ଭାବନା ରହିଛି। ଏନେଇ ପାଣିପାଗ ବିଭାଗ ପକ୍ଷରୁ ୟେଲୋଓ୍ବାର୍ନିଂ ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri