ଜୁଲାଇ ୩ ଯାଏ ବର୍ଷା ନାହିଁ ୧୬ ଜିଲାରେ ନିଅଣ୍ଟିଆ

ଭୁବନେଶ୍ୱର,୨୮।୬(ଅନିଲ ଦାସ): ରାଜ୍ୟରେ ମୌସୁମୀଜନିତ ବର୍ଷା ଥମିଯାଇଛି। ଗତ ଦୁଇଦିନ ଧରି ପଶ୍ଚିମ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ଭଲ ବର୍ଷା ହୋଇଥିବା ବେଳେ ଉପକୂଳରେ ନିଅଣ୍ଟିଆ ହୋଇଛି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ସୂଚନା ଅନୁଯାୟୀ ଜୁନ୍‌ ପହିଲାରୁ ୨୭ ତାରିଖ ମଧ୍ୟରେ ରାଜ୍ୟରେ ସ୍ବାଭାବିକ ବର୍ଷା ହୋଇଛି। ଏହି ସମୟରେ ରାଜ୍ୟରେ ୧୮୧.୬ ମିଲିମିଟର ବର୍ଷା ହେବାକୁ ଥିବାବେଳେ ହୋଇଛି ୧୪୬.୯ ମିଲିମିଟର। ୧୯%ରୁ କମ୍‌ କିମ୍ବା ବେଶି ବର୍ଷା ହେଲେ ଏହାକୁ ସ୍ବାଭାବିକ ଧରାଯାଏ। ରାଜ୍ୟକୁ ମୌସୁମୀ ପ୍ରବେଶ କରିଥିଲେ ମଧ୍ୟ ୧୬ଟି ଜିଲାରେ ବର୍ଷାଭାବ ଦେଖାଦେଇଛି। ସେହି ଜିଲାଗୁଡ଼ିକ ହେଲା ବଲାଙ୍ଗୀର, ବାଲେଶ୍ୱର, ଭଦ୍ରକ, କଟକ, ଗଞ୍ଜାମ, ଗଜପତି, ଜଗତ୍‌ସିଂହପୁର, ଯାଜପୁର, କଳାହାଣ୍ଡି, କେନ୍ଦ୍ରାପଡ଼ା, ଖୋର୍ଦ୍ଧା, ମୟୂରଭଞ୍ଜ, ନବରଙ୍ଗପୁର, ନୟାଗଡ଼, ପୁରୀ, ସୁବର୍ଣ୍ଣପୁର। ଏହି ସବୁ ଜିଲାରେ ବର୍ଷା ନ ଥିବାରୁ ଚାଷ କାର୍ଯ୍ୟ ଆରମ୍ଭ ହୋଇପାରି ନାହିଁ। ଆସନ୍ତା ଜୁଲାଇ ୩ ଯାଏ ରାଜ୍ୟରେ ବର୍ଷା ପରିମାଣ ହ୍ରାସ ପାଇବ। ଗତ ୨୪ ଘଣ୍ଟାରେ ବାରିପଦାରେ ସର୍ବାଧିକ ୫୪ ମିଲିମିଟର ବର୍ଷା ରେକର୍ଡ କରାଯାଇଥିବା ବେଳେ ବଲାଙ୍ଗୀର ୪୩, ବାଲେଶ୍ୱର ୨୯.୬, ଝାରସୁଗୁଡ଼ା ୩୮.୬, କେନ୍ଦୁଝର ୨୬.୭, ସମ୍ବଲପୁର ୧୨.୨, ହୀରାକୁଦ ୩୧, ତାଳଚେର ୨୫, ଭବାନୀପାଟଣା ୧୨.୮ ଏବଂ ଟିଟିଲାଗଡ଼ରେ ୧୦ ମିଲିମିଟର ବର୍ଷା ରେକର୍ଡ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିନକ ପରେ ସାବିତ୍ରୀ, ଜମୁଛି ଆମ୍ବ-ପଣସ ଆସର

ଗଞ୍ଜାମ,୧୪।୫(ବିଦ୍ୟାଧର ସାହୁ): ଦିନକ ପରେ ଅର୍ଥାତ ଶନିବାର ସମଗ୍ର ରାଜ୍ୟରେ ପାଳିତ ହେବ ସାବିତ୍ରୀ ଅମାବାସ୍ୟା l କେଉଁ ଆବାହନ କାଳରୁ ବାପାମା’ ଝିଅ ପାଇଁ ଭାର…

LPG-କ୍ଷୀର ପରେ ସାଧାରଣ ଲୋକଙ୍କୁ ବଡ଼ ଝଟ୍‌କା, ଏହି ଜିନିଷର ବଢିଗଲା ଦାମ୍‌…

ନୂଆଦିଲ୍ଲୀ,୧୪।୫: ଏଲପିଜି ଗ୍ୟାସ ସିଲିଣ୍ଡର, ଅମୂଲ ଏବଂ ମଦର ଡେରୀ କ୍ଷୀରର ମୂଲ୍ୟ ବୃଦ୍ଧି ପରେ, ସାଧାରଣ ଲୋକଙ୍କୁ ଆଉ ଏକ ବଡ଼ ଝଟ୍‌କା ଲାଗିଛି। ପ୍ରକୃତରେ,…

ସିବିଏସଇ ଦ୍ୱାଦଶ ପରୀକ୍ଷା ଫଳ: ନିଲମ କଲେଜ ଟପ୍ପର

ଲୋଇସିଂହା,୧୪।୫(ସୁଶାନ୍ତ ବାରୁକ): ସିବିଏସଇ ଦ୍ୱାଦଶ ପରୀକ୍ଷା ଫଳ ବୁଧବାର ପ୍ରକାଶ ପାଇଛି। ବଲାଙ୍ଗୀର ଲୋଇସିଂହା ବ୍ଲକ ଯୋଗୀସର୍ଡା ଗ୍ରାମ ତଥା ବଲାଙ୍ଗୀର ଜେଆଇଟିମ କଲେଜ କଳା ବିଭାଗ…

ପେଟ୍ରୋଲ ଅଭାବ ଭିତରେ ଭୁବନେଶ୍ୱରରେ ବଦଳିଲା ତେଲଦର! ଜାଣନ୍ତୁ କ’ଣ ହୋଇଛି ପରିବର୍ତ୍ତନ

ନୂଆଦିଲ୍ଲୀ,୧୪।୫: ଦେଶରେ ପେଟ୍ରୋଲ ଓ ଡିଜେଲର ନୂଆ ମୂଲ୍ୟ ଜାରି କରାଯାଇଛି । ପ୍ରମୁଖ ସହର ଗୁଡିକରେ ପେଟ୍ରୋଲ ଓ ଡିଜେଲ ମୂଲ୍ୟରେ ପରିବର୍ତ୍ତନ ହୋଇଛି ।…

୨୦ରେ ରାଜ୍ୟ କ୍ୟାବିନେଟ୍‌: ୯ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ବାଜିପାରେ ମୋହର

ଭୁବନେଶ୍ୱର,୧୪ା୫(ରବିନାରାୟଣ ଜେନା):ଓଡ଼ିଶାର ବିକାଶକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ମେ’ ୨୦ରେ ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବ। ଲୋକସେବା ଭବନର ତୃତୀୟ ମହଲାରେ ଅପରାହ୍ନ…

କେନ୍ଦୁପତ୍ର ବୋଝେଇ ପିକଅପ୍‌ ଜବତ, ୨ ଜଣଙ୍କୁ ବାନ୍ଧିଲା ପୋଲିସ

ରିଆମାଳ, ୧୪୫(ବଦ୍ରିନାରାୟଣ ଅଗ୍ରୱାଲା):ଦେବଗଡ଼ ଜିଲା ରିଆମାଳ ବ୍ଲକ କୁଣ୍ଢେଇଗୋଳା ଥାନା କରଲଗା ଜିରୋ ପଏଣ୍ଟଠାରେ ଏକ କେନ୍ଦୁପତ୍ର ବୋଝେଇ ପିକଅପ ଜବତ ହେବା ସହ ଦୁଇ ଜଣକୁ…

ମାସେ ହେଲା ଅଚଳ ଜଳ ଯୋଗାଣ ପ୍ରକଳ୍ପ: ଚୁବୁକାଦାଦର ଗାଁରେ ପାନୀୟ ଜଳ ସମସ୍ୟା

ଅମରପାଲି,୧୪ା୫(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଖଣ୍ଡହତା ପଞ୍ଚାୟତର ଚୁବୁକାଦାଦର ଗଁାରେ ପାନୀୟ ଜଳ ସମସ୍ୟା ଦେଖାଦେଇଛି। ଗ୍ରାମରେ ଥିବା ପାନୀୟ ଜଳ ଯୋଗାଣ ପ୍ରକଳ୍ପ…

ଏତିକି ଟଙ୍କା ଯାଏ କିଣିପାରିବେ ପେଟ୍ରୋଲ, ପେଟ୍ରୋଲ-ଡିଜେଲ ନିୟମରେ ସରକାର କଲେ ବଡ଼ ପରିବର୍ତ୍ତନ!

ନୂଆଦିଲ୍ଲୀ,୧୪।୫: କେରଳରେ ପେଟ୍ରୋଲ ଏବଂ ଡିଜେଲ କ୍ରୟ ସମ୍ୱନ୍ଧୀୟ ନୂତନ ନିୟମାବଳୀ ଜାରି କରାଯିବା ସମ୍ପର୍କରେ ଖବର ପ୍ରକାଶ ପାଇଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, କେରଳର ଇନ୍ଧନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri