Posted inଜାତୀୟ

ପ୍ରଧାନମନ୍ତ୍ରୀଙ୍କୁ ସନ୍ଦେହ କରିବାର କାରଣ ନାହିଁ: ସିଇସି ନିଯୁକ୍ତି ପ୍ରକ୍ରିୟାକୁ ନେଇ କେନ୍ଦ୍ରର ସଫେଇ

ନୂଆଦିଲ୍ଲୀ,୧ା୮:ମୁଖ୍ୟ ନିର୍ବାଚନ କମିଶନର (ସିଇସି) ଓ ଅନ୍ୟ ନିର୍ବାଚନ କମିଶନରମାନଙ୍କ ନିଯୁକ୍ତି ପାଇଁ ଏକ ସ୍ବାଧୀନ ଓ ନିରପେକ୍ଷ ପ୍ରକ୍ରିୟା ଜରୁରୀ ବୋଲି ସୁପ୍ରିମକୋର୍ଟ ଗୁରୁବାର କହିଥିଲେ। ନିର୍ବାଚନ କମିଶନ କେବଳ ସ୍ବାଧୀନ ଭାବେ କାର୍ଯ୍ୟ କରିବା ଉଚିତ ନୁହେଁ, ବରଂ ସ୍ବାଧୀନ ଭାବେ କାର୍ଯ୍ୟ କରୁଥିବା ଜଣାପଡ଼ିବା ମଧ୍ୟ ଆବଶ୍ୟକ। ସିଇସି ଏବଂ ଇସିମାନଙ୍କୁ ନିଯୁକ୍ତି ନିମନ୍ତେ ପାର୍ଲାମେଣ୍ଟ ଆଇନ ପ୍ରଣୟନ କଲାବେଳେ ଚୟନ କମିଟିରେ ଭାରତର ପ୍ରଧାନ ବିଚାରପତି (ସିଜେଆଇ)ଙ୍କୁ ନ ନେବାକୁ କ’ଣ ପାଇଁ ନିଷ୍ପତ୍ତି ନେଲେ ବୋଲି ଜଷ୍ଟିସ୍‌ ଦୀପଙ୍କର ଦତ୍ତ ଏବଂ ସତୀଶ ଚନ୍ଦ୍ର ଶର୍ମାଙ୍କ ଖଣ୍ଡପୀଠ ପ୍ରଶ୍ନ କରିଥିଲେ। ସିବିଆଇ ନିର୍ଦ୍ଦେଶକ ଏବଂ ଲୋକପାଳ ନିଯୁକ୍ତି ପାଇଁ ଚୟନ କମିଟିରେ ସିଜେଆଇ ରହିଥିବାବେଳେ ସିଇସି ଏବଂ ଇସି ନିଯୁକ୍ତି ପାଇଁ ଗଠିତ କମିଟିରୁ ତାଙ୍କୁ ବାଦ୍‌ ଦେବାର କାରଣ କ’ଣ ବୋଲି ଖଣ୍ଡପୀଠ କହିଥିଲେ। ମାମଲାକୁ ସାମ୍ବିଧାନିକ ପୀଠକୁ ପଠାଯାଉ ବୋଲି ସରକାରଙ୍କ ନିବେଦନକ୍ରମେ ଖଣ୍ଡପୀଠ ରାୟ ସଂରକ୍ଷିତ ରଖିଥିଲେ।
ସମ୍ପ୍ରତି ସିଇସି ଏବଂ ଇସି ନିଯୁକ୍ତି ପାଇଁ ଗଠିତ ୩ ଜଣିଆ ଚୟନ କମିଟିରେ ପ୍ରଧାନମନ୍ତ୍ରୀ, ଜଣେ କେନ୍ଦ୍ରମନ୍ତ୍ରୀ ଓ ବିରୋଧୀ ଦଳ ନେତା ରହିଛନ୍ତି। ସରକାର ବର୍ତ୍ତମାନର ନିଯୁକ୍ତି ପ୍ରକ୍ରିୟା ସପକ୍ଷରେ ଯୁକ୍ତି କରିବା ସହ ଚୟନ ପ୍ରକ୍ରିୟାରେ ପ୍ରଧାନମନ୍ତ୍ରୀଙ୍କ ଭୂମିକା ଉପରେ ସନ୍ଦେହ କରାଯିବାର କୌଣସି କାରଣ ନାହଁି ବୋଲି କହିଛନ୍ତି। ସରକାର ଗଣତାନ୍ତ୍ରିକ ମୂଲ୍ୟବୋଧ ବିରୋଧରେ କାର୍ଯ୍ୟ କରିବେ ବୋଲି ସାମ୍ବିଧାନିକ ଅଦାଲତ ଧରିନେଇପାରିବେ ନାହିଁ ବୋଲି କେନ୍ଦ୍ର ଯୁକ୍ତି ଦର୍ଶାଇଛି। ଚୟନ କମିଟି ଉପରେ ପ୍ରଶ୍ନ ଉଠାଇବା ଉଭୟ ପାର୍ଲାମେଣ୍ଟର ଆଇନଗତ ଜ୍ଞାନ ଏବଂ ନିର୍ବାଚିତ ଅନୁଷ୍ଠାନଗୁଡ଼ିକ ଉପରେ ନ୍ୟସ୍ତ ସାମ୍ବିଧାନିକ ଆସ୍ଥା ଉପରେ ସନ୍ଦେହ କରିବା ସହ ସମାନ ବୋଲି ସରକାର କହିଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଜାରକା ପୋଲିସ ବିଟ୍‌ ହାଉସ୍‌ ଛାତରୁ ଗଳୁଛି ପାଣି, ଭାଙ୍ଗିପଡ଼ିଛି ନାମଫଳକ

ଧର୍ମଶାଳା,୧ା୮(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅଧିନସ୍ଥ ଜାରକା ପୋଲିସ ବିଟ୍‌ ହାଉସ୍‌ (ଫାଣ୍ଡି) ବର୍ତ୍ତମାନ ବିଭିନ୍ନ ଅବ୍ୟବସ୍ଥା ମଧ୍ୟରେ ଘେରି ରହିଛି। ବର୍ଷା ହେଲେ…

କୁଲଗାମ ଆତଙ୍କବାଦୀ ଆକ୍ରମଣ: ପ୍ରଥମେ ନାମ ପଚାରିଲେ, ତା’ପରେ ଦୁଇ ହିନ୍ଦୁଙ୍କୁ ଗୁଳି କଲେ!

ନୂଆଦିଲ୍ଲୀ,୧।୮: ଜମ୍ମୁ ଓ କଶ୍ମୀରର କୁଲଗାମରେ ଅଣ-ସ୍ଥାନୀୟ ଶ୍ରମିକମାନଙ୍କୁ ଟାର୍ଗେଟ କରି ଆତଙ୍କବାଦୀମାନେ ପୁଣି ଥରେ ଆତଙ୍କ ବିସ୍ତାର କରିବାକୁ ଚେଷ୍ଟା କରିଛନ୍ତି। ଆତଙ୍କବାଦୀମାନେ ଛତିଶଗଡ଼ର ଦୁଇଜଣ…

୪ ଦିନ ହେଲା ଏକ୍ସ-ରେ ମେଶିନ ଅଚଳ, ହନ୍ତସନ୍ତ ହେଉଛନ୍ତି ରୋଗୀ

ଦାରିଙ୍ଗବାଡ଼ି,୧ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ରହିଥିବା ଏକ ମାତ୍ର ଏକ୍ସ-ରେ ମେଶିନ ଗତ ୪ ଦିନ ହେଲା ଅଚଳ ହୋଇପଡ଼ିଛି। ଫଳରେ ଉକ୍ତ…

ପ୍ରଧାନମନ୍ତ୍ରୀ ମୋଦିଙ୍କ ଭିଡ଼ିଓକୁ ନେଇ ବିରୋଧି ଦେଲେଣି ପ୍ରତିକ୍ରିୟା, ସଞ୍ଜୟ ସିଂହଙ୍କ ପ୍ରଶ୍ନ କଲେ-‘ମୋ ମାଆ… ମାଆ ନୁହଁନ୍ତି’

ନୂଆଦିଲ୍ଲ,୧।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର (ଜୁଲାଇ ୩୧) ଇନଷ୍ଟାଗ୍ରାମରେ ଏକ ଭିଡିଓ ଶେୟାର କରିଛନ୍ତି। ଭିଡିଓରେ ସେ କହିଛନ୍ତି ଯେ NEET ପେପର ଲିକ ବିରୋଧରେ…

ଘରେ ଚପଲ ପିନ୍ଧି ଚାଲିବା ଉଚିତ୍‌ କି ଅନୁଚିତ୍‌ ଜାଣନ୍ତୁ…

ଘରେ ଚପଲ ପିନ୍ଧି ଚାଲିବା ଉଚିତ୍‌ ନା ଖାଲି ପାଦରେ ରହିବା ଭଲ ଏମିତି ପ୍ରଶ୍ନ ଅନେକଙ୍କ ମନରେ ଉଠିଥାଏ। କେତେକ ଲୋକ ବିଶ୍ୱାସ କରନ୍ତି, ଖାଲି…

‘ତାଙ୍କ ପାଦ ଧୋଇ ସେହି ପାଣି ପିଇବାକୁ ଚାହେଁ’, ପିଏମ ମୋଦିଙ୍କୁ ବିଷ୍ଣୁଙ୍କ ଅବତାର ବୋଲି କହି ଚର୍ଚ୍ଚାରେ ଅଭିନେତା

ନୂଆଦିଲ୍ଲୀ,୧।୮: ଅଭିନେତା ସୁଦେଶ ବେରୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରଶଂସା କରି ଚର୍ଚ୍ଚା ସୃଷ୍ଟି କରିଛନ୍ତି। ସେ ପିଏମ ମୋଦିଙ୍କୁ ଭଗବାନ ବିଷ୍ଣୁଙ୍କ ଅବତାର ବୋଲି ବର୍ଣ୍ଣନା…

ଅଭିଯୋଗର ଗୋଟିଏ ଦିନରେ ରାସ୍ତ ମରାମତି: ସିଟିଜେନ ଫୋରମଙ୍କୁ ଧନ୍ୟବାଦ

କେସିଙ୍ଗା,୧।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର କେସିଙ୍ଗା ଓ ବଲାଙ୍ଗିର ଜିଲାର ଟିଟଲାଗଡ଼କୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତାର ତ୍ରିମୂର୍ତ୍ତି ଛକରୁ ତେଲନଦୀ ବ୍ରିଜ ପ୍ରାୟ ୮୦୦ମିଟର ରାସ୍ତାରେ…

ଔଷଧ କିଣିବା ପୂର୍ବରୁ ଜାଣନ୍ତୁ! ଆଜିଠୁ ବଦଳିଲା ୨୩ଟି ମେଡିସିନର ଦାମ୍‌

ନୂଆଦିଲ୍ଲୀ,୧।୮: କେନ୍ଦ୍ର ସରକାର ଆଜି ଅଗଷ୍ଟ ୧ରୁ ଔଷଧର ମୂଲ୍ୟରେ ଏକ ବଡ଼ ପରିବର୍ତ୍ତନ କରିଛନ୍ତି। ୨୨ଟି ଔଷଧ ଏବଂ ଫିକ୍ସଡ ଡୋଜ କମ୍ବିନେସନର ନୂତନ ଖୁଚୁରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri