ବର୍ଷାରୁ ମିଳିବନି ଆଶ୍ୱସ୍ତି: ଆହୁରି ବର୍ଷିବ, ଏସବୁ ଜିଲାକୁ ସତର୍କ ସୂଚନା ଜାରି

ଭୁବନେଶ୍ୱର, ୧୦।୧୦- ଦକ୍ଷିଣ ବାଲାଂଦେଶ ଉପରେ ଏକ ଘୂର୍ଣ୍ଣିବଳୟ ରହିଛି। ଏହା ସମୁଦ୍ର ପତ୍ତନଠାରୁ ୫.୮ କି.ମି. ଉଚ୍ଚତା ପର୍ଯ୍ୟନ୍ତ ବିସ୍ତାରିତ ହୋଇଛି। ଏହା ପ୍ରଭାବରେ ଆଗାମୀ ୪ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ଏବଂ କିଛି କିଛି ସ୍ଥାନରେ ପ୍ରବଳ ବର୍ଷା ଜାରି ରହିବ ବୋଲି ଆଞ୍ଚଳିକ ପାଣିପାଗ ନିର୍ଦ୍ଦେଶକ ଡ. ମନୋରମା ମହାନ୍ତି ସୂଚନା ଦେଇଛନ୍ତି। ସେହିପରି ଘୂର୍ଣ୍ଣିବଳୟ ପ୍ରଭାବରେ ବଜ୍ରପାତ ଜନିତ ବର୍ଷା, ବିଶେଷକରି ଉପକୂଳ ଓ ଉତ୍ତର-ଅଭନ୍ତରୀଣ ଓଡ଼ିଶାରେ ତୀବ୍ରତା ଅଧିକ ରହିପାରେ ବୋଲି ବିଭାଗ ପକ୍ଷରୁ ଆକଳନ କରାଯାଇଛି। ସେହିପରି ଶୁକ୍ରବାର ଗଞ୍ଜାମ, ଗଜପତି, କନ୍ଧମାଳ, ମାଲକାନାଗିରି, କେନ୍ଦ୍ରାପଡ଼ା, ଭଦ୍ରକ, ଜଗତ୍‌ସିଂହପୁର ଏବଂ ମୟୁରଭଞ୍ଜ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି। ଏଥିସହ ବାଲେଶ୍ୱର, ଯାଜପୁର, କଟକ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ସୁନ୍ଦରଗଡ଼, ଝାରସୁଗୁଡା, ବରଗଡ଼, ସମ୍ବଲପୁର, ଦେଓଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗିର, କଳାହାଣ୍ଡି, ନବରଙ୍ଗପୁର, ରାୟଗଡ଼ା ଏବଂ କୋରାପୁଟ ଜିଲାରେ ଘଡ଼ଘଡ଼ି ଓ ବିଜୁଳି ନେଇ ସତର୍କତା ଜାରି କରାଯାଇଛି। ଅପରପକ୍ଷେ ଗତ ୨୪ଘଣ୍ଟାରେ ରାଜ୍ୟର ବିଭିନ୍ନ ବର୍ଷା ହୋଇଥିବାବେଳେ ସୁନ୍ଦରଗଡ଼ ଜିଲା ବରଗାଁଠାରେ ସର୍ବାଧିକ ୬୪.୨ ମି.ମି. ବର୍ଷା ରେକର୍ଡ କରାଯାଇଥିଲା।

 

Dharitri – The Largest & Most Trusted Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଶିଶିର ସରସ ମେଳା-୨୦୨୬ରେ ୩୦ କୋଟି ଟପିଲା ବ୍ୟବସାୟ

ଭୁବନେଶ୍ୱର,୨୦।୧: ରାଜଧାନୀରେ ଚାଲିଥିବା ଜାତୀୟ ସ୍ତରୀୟ ‘ଶିଶିର ସରସ ମେଳା-୨୦୨୬’ ମଙ୍ଗଳବାର ଉଦଯାପିତ ହୋଇଯାଇଛି। ଚଳିତ ବର୍ଷ ଏହି ମେଳା ବିକ୍ରି ଏବଂ ଜନସମାଗମ କ୍ଷେତ୍ରରେ...

ମହାପ୍ରଭୁଙ୍କ ଶରଣରେ ପଶିଲେ ପିୟୂଷ: ଯାତ୍ରା ମଞ୍ଚ ପାଇଁ ଫିଟିଗଲା ବାଟ

ଭୁବନେଶ୍ୱର,୨୦।୧: ଯାତ୍ରା ଜଗତର ଚର୍ଚ୍ଚିତ ଖଳନାୟକ ପିୟୂଷ ତ୍ରିପାଠୀଙ୍କ ପାଇଁ ଖୋଲିଛି ମଞ୍ଚକୁ ଫେରିବାର ବାଟ। ଅପେରା ସୂର୍ଯ୍ୟମନ୍ଦିର ମାଲିକ ପ୍ରମୋଦ ସ୍ୱାଇଁଙ୍କ ସହ ଚାଲିଥିବା...

ମହିଳାଙ୍କ ହାତରେ ‘ଆମ ବସ୍’ ଷ୍ଟିୟରିଂ: ଏହି ଦିନରୁ ମିଳିବ ଦାୟିତ୍ୱ

ଭୁବନେଶ୍ୱର,୨୦।୧: ରାଜ୍ୟ ପରିବହନ ସେବାରେ ଏକ ବଡ଼ ପରିବର୍ତ୍ତନ ଆସିବାକୁ ଯାଉଛି। ଏଣିକି ପୁରୁଷଙ୍କ ସହ ମହିଳାମାନେ ମଧ୍ୟ ‘ଆମ ବସ୍’ ଚଲାଇବେ। ବିଶେଷ କରି...

ବାଲେଶ୍ୱରରେ ସଂଖ୍ୟାଲଘୁ ଯୁବକଙ୍କ ହତ୍ୟା: ନବୀନଙ୍କ ଗଭୀର ଦୁଃଖ ପ୍ରକାଶ

ଭୁବନେଶ୍ୱର,୨୦।୧: ବାଲେଶ୍ୱର ଜିଲାରେ ଗୋ-ଚାଲାଣ ଅଭିଯୋଗରେ ଜଣେ ସଂଖ୍ୟାଲଘୁ ସମ୍ପ୍ରଦାୟର ଯୁବକଙ୍କୁ ହତ୍ୟା ଘଟଣାରେ ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ...

୨୦୦୦ ଟଙ୍କାର ଛୋଟିଆ SIP କରିବ କୋଟିପତି, ଜାଣନ୍ତୁ କିଭଳି ନିବେଶ… 

ନୂଆଦିଲ୍ଲୀ, ୨୦।୧: କ’ଣ ୨୦୦୦ର ଛୋଟ SIPରୁ ଆପଣ କୋଟିପତି ହୋଇପାରିବେ? ଉତ୍ତର ହେଉଛି ହଁ! କେବଳ ଧୌର୍ଯ୍ୟ ଏବଂ ସମୟର ଆବଶ୍ୟକତା ରହିଛି। ଏସ୍‌ଆଇପି,...

ନିରଞ୍ଜନଙ୍କୁ ଗୁରୁଦାୟିତ୍ୱ: ରାଜ୍ୟ ସରପଞ୍ଚ ମହାସଂଘର ଉପଦେଷ୍ଟା ହେଲେ …

ଦିଗପହଣ୍ଡି,୨୦|୧(ଅଶେଷନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକର ପୂର୍ବତନ ସମିତି ସଭ୍ୟ ତଥା ରେଡ୍ଡୀ ସମାଜ ଦିଗପହଣ୍ଡି ଜୋନର ସଭାପତି ଏମ୍ . ନିରଞ୍ଜନ ରେଡ୍ଡୀଙ୍କୁ...

ପ୍ରତିରକ୍ଷା କ୍ଷେତ୍ରରେ ଭାରତର ବଡ଼ ପଦକ୍ଷେପ: ଆସୁଛି ଶକ୍ତିଶାଳୀ ଲେଜର ଅସ୍ତ୍ର

ନୂଆଦିଲ୍ଲୀ,୨୦।୧: ବିଶ୍ୱରେ ବଦଳୁଥିବା ସୁରକ୍ଷା ପରିସ୍ଥିତିକୁ ଦୃଷ୍ଟିରେ ରଖି ଭାରତ ଏବେ ନିଜସ୍ୱ ବାୟୁ ପ୍ରତିରକ୍ଷା ପ୍ରଣାଳୀକୁ ଅଧିକ ସୁଦୃଢ଼ କରିବାକୁ ଯାଉଛି। ରୁଷର S-400...

ଭାରତର ଭିତ୍ତିଭୂମି କ୍ଷେତ୍ରରେ ଅଭିବୃଦ୍ଧି: ଡିସେମ୍ବରରେ ୩.୭ ପ୍ରତିଶତକୁ ବୃଦ୍ଧି

ନୂଆଦିଲ୍ଲୀ,୨୦।୧: ଦେଶର ଶିଳ୍ପାୟନ କ୍ଷେତ୍ରରୁ ଭଲ ଖବର ଆସିଛି। ଭାରତର ୮ଟି ପ୍ରମୁଖ ଭିତ୍ତିଭୂମି କ୍ଷେତ୍ରର ଅଭିବୃଦ୍ଧି ହାର ଡିସେମ୍ବର ମାସରେ ୩.୭ ପ୍ରତିଶତକୁ ବୃଦ୍ଧି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri