ବର୍ଷାରୁ ମିଳିବନି ଆଶ୍ୱସ୍ତି: ଆହୁରି ବର୍ଷିବ, ଏସବୁ ଜିଲାକୁ ସତର୍କ ସୂଚନା ଜାରି

ଭୁବନେଶ୍ୱର, ୧୦।୧୦- ଦକ୍ଷିଣ ବାଲାଂଦେଶ ଉପରେ ଏକ ଘୂର୍ଣ୍ଣିବଳୟ ରହିଛି। ଏହା ସମୁଦ୍ର ପତ୍ତନଠାରୁ ୫.୮ କି.ମି. ଉଚ୍ଚତା ପର୍ଯ୍ୟନ୍ତ ବିସ୍ତାରିତ ହୋଇଛି। ଏହା ପ୍ରଭାବରେ ଆଗାମୀ ୪ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ଏବଂ କିଛି କିଛି ସ୍ଥାନରେ ପ୍ରବଳ ବର୍ଷା ଜାରି ରହିବ ବୋଲି ଆଞ୍ଚଳିକ ପାଣିପାଗ ନିର୍ଦ୍ଦେଶକ ଡ. ମନୋରମା ମହାନ୍ତି ସୂଚନା ଦେଇଛନ୍ତି। ସେହିପରି ଘୂର୍ଣ୍ଣିବଳୟ ପ୍ରଭାବରେ ବଜ୍ରପାତ ଜନିତ ବର୍ଷା, ବିଶେଷକରି ଉପକୂଳ ଓ ଉତ୍ତର-ଅଭନ୍ତରୀଣ ଓଡ଼ିଶାରେ ତୀବ୍ରତା ଅଧିକ ରହିପାରେ ବୋଲି ବିଭାଗ ପକ୍ଷରୁ ଆକଳନ କରାଯାଇଛି। ସେହିପରି ଶୁକ୍ରବାର ଗଞ୍ଜାମ, ଗଜପତି, କନ୍ଧମାଳ, ମାଲକାନାଗିରି, କେନ୍ଦ୍ରାପଡ଼ା, ଭଦ୍ରକ, ଜଗତ୍‌ସିଂହପୁର ଏବଂ ମୟୁରଭଞ୍ଜ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି। ଏଥିସହ ବାଲେଶ୍ୱର, ଯାଜପୁର, କଟକ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ସୁନ୍ଦରଗଡ଼, ଝାରସୁଗୁଡା, ବରଗଡ଼, ସମ୍ବଲପୁର, ଦେଓଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗିର, କଳାହାଣ୍ଡି, ନବରଙ୍ଗପୁର, ରାୟଗଡ଼ା ଏବଂ କୋରାପୁଟ ଜିଲାରେ ଘଡ଼ଘଡ଼ି ଓ ବିଜୁଳି ନେଇ ସତର୍କତା ଜାରି କରାଯାଇଛି। ଅପରପକ୍ଷେ ଗତ ୨୪ଘଣ୍ଟାରେ ରାଜ୍ୟର ବିଭିନ୍ନ ବର୍ଷା ହୋଇଥିବାବେଳେ ସୁନ୍ଦରଗଡ଼ ଜିଲା ବରଗାଁଠାରେ ସର୍ବାଧିକ ୬୪.୨ ମି.ମି. ବର୍ଷା ରେକର୍ଡ କରାଯାଇଥିଲା।

 

Dharitri – The Largest & Most Trusted Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

‘ଆସନ୍ତା ମାର୍ଚ୍ଚ-ଏପ୍ରିଲରେ ପଞ୍ଚାୟତ ନିର୍ବାଚନ’

ଭୁବନେଶ୍ୱର,୫।୯ : ରାଜ୍ୟରେ ଆସନ୍ତା ମାର୍ଚ୍ଚ ମାସ ଶେଷ କିମ୍ବା ଏପ୍ରିଲ ପ୍ରଥମ ସପ୍ତାହରେ ପଞ୍ଚାୟତ ନିର୍ବାଚନ ହୋଇପାରେ। ଏନେଇ ରାଜ୍ୟ ନିର୍ବାଚନ କମିଶନର ମଧୁସୂଦନ ପାଢ଼ୀ…

ଦୁଲୀପ ଟ୍ରଫି ଖେଳିବାର ୩ ଦିନ ମଧ୍ୟରେ ଟି୨୦ ଖେଳିବା ଚାଲେଞ୍ଜିଂ ହେବ: ଇଶାନ

ଚେନ୍ନାଇ,୫ା୯: ଦୁଲୀପ ଟ୍ରଫି ଫାଇନାଲ ଶେଷ ହେବାର ୩ ଦିନ ମଧ୍ୟରେ ଭାରତୀୟ ଦଳ ପାଇଁ ଟି୨୦ ଖେଳିବା ଚାଲେଞ୍ଜିଂ ହେବ ବୋଲି ତିଲକ ବର୍ମା ଏବଂ…

ନେପାଳ ମାଗିବ ‘Climate Justice’: ବନ୍ୟା କ୍ଷୟକ୍ଷତି ପରେ UN ଯିବେ ପ୍ରଧାନମନ୍ତ୍ରୀ ବାଲେନ ଶାହ

କାଠମାଣ୍ଡୁ,୫।୯: ନେପାଳର ପ୍ରଧାନମନ୍ତ୍ରୀ ବାଲେନ ଶାହ ଚଳିତ ମାସ ଶେଷ ଭାଗରେ ମିଳିତ ଜାତିସଂଘ ସାଧାରଣ ପରିଷଦ (UNGA)ର 81ତମ ଅଧିବେଶନରେ ଉଦବୋଧନ ଦେବା ପାଇଁ ଆମେରିକା…

ବଞ୍ଜାରା ଗ୍ୟାଙ୍ଗର ୫ ମହିଳାଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୫।୯: ନୟାପଲ୍ଲୀ ପୋଲିସ ଶନିବାର ବଞ୍ଜାରା ଲୁଟେରା ଗ୍ୟାଙ୍ଗର ୫ଜଣ ମହିଳାଙ୍କୁ ଧରିବାରେ ସକ୍ଷମ ହୋଇଛି। ଗରଫ ସମସ୍ତ ମହିଳା ମହାରାଷ୍ଟ୍ରର ବୋଲି ସୂଚନା ମିଳିଛି। ପୋଲିସ…

୫ ଦିନ ହେଲା ‘ଆଜି ନୁହେଁ, କାଲି ଦେବୁ’ କହି ଭଣ୍ଡାଉଛନ୍ତି ଗ୍ୟାସ ବିତରକ: ସିଲିଣ୍ଡର ରଖି ଗ୍ରାହକଙ୍କ ରାସ୍ତାରୋକ

ରାଜନଗର, ୫।୯(ଭାସ୍କର ରାଉତରାୟ): ଦୀର୍ଘଦିନ ଧରି ରାଜନଗର ଅଞ୍ଚଳରେ ଗ୍ୟାସ ଯୋଗାଣକୁ ନେଇ ଗ୍ରାହକମାନେ ନାନା ସମସ୍ୟାର ସମ୍ମୁଖୀନ ହେଉଥିବା ଅଭିଯୋଗ ହୋଇଛି। ଗ୍ୟାସ ବିତରକମାନେ ବିଭିନ୍ନ…

ଭୟଙ୍କର! ଏଭରେଷ୍ଟକୁ ତରଳାଉଛି ମଣିଷ ପରିସ୍ରା? ୩୨ ବର୍ଷର ଭାଙ୍ଗିଲା ରେକର୍ଡ, ଦୁଇ ଗୁଣା ସ୍ପିଡ୍‌ରେ ତରଳୁଛି ବରଫ

ନୂଆଦିଲ୍ଲୀ,୫।୯: ମାଉଣ୍ଟ ଏଭରେଷ୍ଟକୁ ନଷ୍ଟ କରୁଛି ମଣିଷର ପରିସ୍ରା! ଶୁଣିବାକୁ ଆଶ୍ଚର୍ଯ୍ୟ ଲାଗୁଥିଲେ ବି ଏହା ହିଁ ସବୁଠାରୁ ବଡ଼ ସତ… ଯେଉଁ ଏଭରେଷ୍ଟକୁ ଜିତିବା ପାଇଁ…

ପରିବର୍ତ୍ତନ ହେବ କି RCBର ନାମ? ମୁହଁ ଖୋଲିଲେ ଚେୟାରମ୍ୟାନ ଆର୍ଯ୍ୟମାନ ବିର୍ଲା

ନୂଆଦିଲ୍ଲୀ,୫।୯: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) IPL 2026 ଟାଇଟଲ ଜିତିଲା। ଏହା ଦଳର ଲଗାତାର ଦ୍ୱିତୀୟ ଟ୍ରଫି। ପୂର୍ବ ସିଜିନ ଆରମ୍ଭ ହେବା ପୂର୍ବରୁ ଫ୍ରାଞ୍ଚାଇଜର…

ନେପାଳ ବନ୍ୟା: ୧୧ ଦିନ ପରେ ଚମତ୍କାର: ପଙ୍କ କାଦୁଅ ଭିତରୁ ଜୀବିତ ଉଦ୍ଧାର ହେଲେ ମହିଳା

କାଠମାଣ୍ଡୁ,୫।୯: ନେପାଳର ନୂଆକୋଟ ଜିଲାର ବେତ୍ରାବତୀ ଅଞ୍ଚଳରେ ରିଲିଫ ଏବଂ ଉଦ୍ଧାର କାର୍ଯ୍ୟ ସମୟରେ ଏକ ଉଲ୍ଲେଖନୀୟ ଘଟଣା ସାମ୍ନାକୁ ଆସିଛି। ତ୍ରିଶୂଳୀ ନଦୀ ଅଞ୍ଚଳରେ ପ୍ରବଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri