ବର୍ଷାରୁ ମିଳିବ ନାହିଁ ତ୍ରାହି: ୩୦ରୁ ୪୦ କିମି ବେଗରେ ବୋହିବ ପବନ

ଭୁବନେଶ୍ୱର,୭।୧୦: ଟ୍ରପ୍‌ ଲାଇନ୍‌ ପ୍ରଭାବରେ ଗତ ୨୪ଘଣ୍ଟାରେ ରାଜ୍ୟର ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଲାଗି ରହିଛି। ଆଗାମୀ ୧୧ ତାରିଖ ପର୍ଯ୍ୟନ୍ତ ରାଜ୍ୟର କିଛି କିଛି ସ୍ଥାନରେ ଏଭଳି ବର୍ଷା ଲାଗି ରହିବା ନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଅଧିକାଂଶ ଜିଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ବିଜୁଳି ଘଡ଼ଘଡ଼ି ବର୍ଷା ସହ ଘଣ୍ଟାକୁ ୩୦ରୁ ୪୦ କିମି ପବନ ନେଇ ପୂର୍ବାନୁମାନ କରାଯାଇଛି।
ସେହିପରି ମଙ୍ଗଳବାର ସୁନ୍ଦରଗଡ଼, ଝାରସୁଗୁଡା, ବରଗଡ଼, ସମ୍ବଲପୁର, ଦେଓଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ଆଦି ୨୦ଟି ଜିଲାକୁ ପ୍ରବଳ ବର୍ଷା ନେଇ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି। ବର୍ଷା ସମୟରେ ଏହି ଜିଲାଗୁଡିକର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି ଘଡ଼ଘଡ଼ି ଏବଂ ୩୦-୪୦ କି.ମି. ବେଗରେ ଝଟ୍‌କା ପବନ ବହିବା ନେଇ ସୂଚନା ଦିଆଯାଇଛି। ବୁଧବାର ପର୍ଯ୍ୟନ୍ତ ସମ୍ପୃକ୍ତ ଜିଲାଗୁଡିକରେ ଏଭଳି ହାଲୁକାରୁ ମଧ୍ୟମ ଧରଣର ଏବଂ କିଛି ସ୍ଥାନରେ ପ୍ରବଳ ବର୍ଷା ଲାଗି ରହିବ ବୋଲି ବିଭାଗ ପକ୍ଷରୁ ଆକଳନ କରାଯାଇଛି। ସେହିପରି ଆସନ୍ତା ୧୦ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ କିଛି କିଛି ସ୍ଥାନରେ ବର୍ଷା ଓ ଘଡ଼ଘଡ଼ି ବିଜୁଳି ହେବା ନେଇ ପୁର୍ବାନୁମାନ କରାଯାଇଛି।
ଗତ ୨୪ ଘଣ୍ଟାରେ ରାଜ୍ୟର ୩ଟି ସ୍ଥାନରେ ପ୍ରବଳ ବର୍ଷା ରେକର୍ଡ କରାଯାଇଛି। ପୁରୀଠାରେ ସର୍ବାଧିକ ବର୍ଷା ୭୭.୨ ମି.ମି. ବର୍ଷା ରେକର୍ଡ କରାଯାଇଥିବାବେଳେ, ଭଦ୍ରକ ଚାନ୍ଦବାଲିରେ ୫୬.୪ ମି.ମି ଏବଂ ସୋନପୁରଠାରେ ୩୨.୨ ମି.ମି. ବର୍ଷା ହୋଇଛି। ଏଥିସହ ଏବେ ରାଜ୍ୟରେ ସେଭଳି କିଛି ଗୁରୁତ୍ୱପୂର୍ଣ୍ଣ ପାଣିପାଗ ସ୍ଥିତି ନଥିବା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଡ. ମନୋରମା ମହାନ୍ତି ସୂଚନା ଦେଇଛନ୍ତି।

 

Dharitri is Odisha’s No.1 most trusted Odia daily

 


Enter your email to get our daily news in your inbox.

All Right Reserved By Dharitri.Com

ଚାଲାଣ ବେଳେ ଧରାପଡ଼ିଲା ୧୧୪୦ କେଜି ଗଞ୍ଜେଇ

ତୁମୁଡିବନ୍ଧ,୧୯ା୯(ଦୀପକ କୁମାର ପରାସେଠ): ଏକ ବଡ଼ ଧରଣର ଗଞ୍ଜେଇ ଚୋରା ଚାଲାଣକୁ ପଣ୍ଡ କରିଛି କନ୍ଧମାଳ ଜିଲା ତୁମୁଡିବନ୍ଧ ପୋଲିସ। ଚୋରା ଚାଲାଣ ହେବାକୁ ଥିବା ଗଞ୍ଜେଇ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ ପ୍ରଶ୍ନପତ୍ର ଲିକ୍‌: ସାଇବର ଥାନାରେ ମାମଲା, ତଦନ୍ତ ପାଇଁ ଗଠନ ହେଲା କମିଟି

କୋରାପୁଟ,୧୯(ଅମିତାଭ ବେହେରା): ବିକ୍ରମ ଦେବ ବିଶ୍ୱବିଦ୍ୟାଳୟର ଇଂଲିଶ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ଅଭିଯୋଗକୁ ନେଇ ଚର୍ଚ୍ଚା ଏବେ ଜୋର ଧରିଛି। ଘଟଣାର ଗମ୍ଭିରତା ଦୃଷ୍ଟିରୁ ବିଶ୍ୱବିଦ୍ୟାଳୟ…

ଧରାପଡ଼ିଲେ ନକଲି ଏମ୍‌ଭିଆଇ

ଫୁଲବାଣୀ,୧୯ା୯(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ସାରଙ୍ଗଡ ଥାନା ପୋଲିସ ଜଣେ ନକଲି ମୋଟର ଯାନ ନିରୀକ୍ଷକ(ଏମ୍‌ଭିଆଇ)ଙ୍କୁ ଗିରଫ କରିଛି। ସେ ହେଲେ ଚକାପାଦ ଥାନା ଅନ୍ତର୍ଗତ…

ମଧ୍ୟପ୍ରଦେଶ ଟ୍ରାଜେଡ଼ି: ୫ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୯।୯: ମଧ୍ୟପ୍ରଦେଶକୁ ବୁଲିବାକୁ ତଥା ଦେବଦର୍ଶନ ପାଇଁ ଯାଇଥିବା ଓଡ଼ିଶାର ଗୋଟିଏ ପରିବାରର ୭ ଜଣ ସଦସ୍ୟଙ୍କର ଏକ ମର୍ମନ୍ତୁଦ ଦୁର୍ଘଟଣାରେ ଅକାଳ ମୃତ୍ୟୁ ଘଟଣାରେ…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ୨୨ ସେପ୍ଟେମ୍ବର ସୁଦ୍ଧା ଗଭୀର ଅବପାତ ରୂପ ନେବା ଆଶଙ୍କା

ଭୁବନେଶ୍ୱର, ୧୯।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ତାହାର ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଶନିବାର…

ଆରମ୍ଭ ହେଲା ଏସିଆନ ଗେମ୍ସ, ମନୁ ଭାକର, ପବନ ଶେରାଓ୍ବତ ନେଲେ ଭାରତର ନେତୃତ୍ୱ

ନାଗୋୟା,୧୯ା୯: ଦିନକର ସାଙ୍ଗଠନିକ ସ୍ଥାନୀୟ ମିଜୁହୋ ପାର୍କ ଆଥଲେଟିକ୍‌ ଷ୍ଟାଡିୟମରେ ରଙ୍ଗାରଙ୍ଗ ହାଇଟେକ୍‌ ଉଦ୍‌ଘାଟନୀ କାର୍ଯ୍ୟକ୍ରମ ସହ ୨୦ତମ ଏସିଆନ ଗେମ୍ସ ଆନୁଷ୍ଠାନିକ ଭାବେ ଆରମ୍ଭ ହୋଇଛି।…

ଡେଭିିସ କପ୍‌ରେ ଭାରତକୁ ହରାଇଲା କୋରିଆ

ସିଓଲ, ୧୯ା୯: ଏସିଆର ପ୍ରଥମ ଦେଶ ଭାବେ ଡେଭିସ କପ୍‌ ଫାଇନାଲ-୮ରେ ପ୍ରବେଶ ପାଇଁ ମିଳିଥିବା ଏକ ଐତିହାସିକ ସୁଯୋଗକୁ ହରାଇଛି ଭାରତ। ଅନୁଷ୍ଠିତ କ୍ୱାଲିଫାୟର-୨ରେ କୋରିଆ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ +୩ ଦ୍ୱିତୀୟ ସେମିଷ୍ଟର ପ୍ରଶ୍ନପତ୍ର ଲିକ୍‌

ଜୟପୁର,୧୯ା୯(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରସ୍ଥିତ ବିକ୍ରମଦେବ ବିଶ୍ୱବିଦ୍ୟାଳୟ ଅଧୀନରେ ଚାଲିଥିବା +୩ ଦ୍ବିତୀୟ ସେମିଷ୍ଟର ପରୀକ୍ଷାର ଏଇସିସି ଏବିଲିଟି ଏନ୍‌ହାନ୍ସମେଣ୍ଟ କୋର୍ସ ବାଧ୍ୟତାମୂଳକ ଇଂଲିଶ ପ୍ରଶ୍ନପତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?