ଆଉ ମିଳିଲାନି ରିମାଣ୍ଡ, ଜେଲ ଗଲେ ଅର୍ଚ୍ଚନା

ଭୁବନେଶ୍ୱର,୨୦।୧୨ (ବ୍ୟୁରୋ):ଦୀର୍ଘ ଦିନର ଜେରା, ଚଢ଼ାଉ ସହ ଥାନା ଓ ଫୋରେନ୍‌ସିକ୍‌ ଲାବ୍‌ରୁ ଦସ୍ତାବିଜ ପାଇବା ସତ୍ତ୍ୱେ ଏଯାଏ ବ୍ଲାକ୍‌ମେଲର ଅର୍ଚ୍ଚନା ନାଗଙ୍କ କଳା ସାମ୍ରାଜ୍ୟର କାଣିଚାଏ ଗୁମର ଖୋଲିପାରି ନାହିଁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ। ମାତ୍ର କିଛି ଲକ୍ଷ ଟଙ୍କାର ବେଆଇନ କାରବାର ଧରିଥିଲେ ମଧ୍ୟ ରାଜ୍ୟର ଏହି ବଡ଼ ହନିଟ୍ରାପ୍‌, ବ୍ଲାକ୍‌ମେଲିଂ ଓ ଠକେଇ ଘଟଣାରେ ପ୍ରଭାବଶାଳୀ ନେତା, ଅଫିସର, ପୋଲିସ ଓ ବ୍ୟବସାୟୀଙ୍କ ସମ୍ପୃକ୍ତିର ପ୍ରମାଣ ପାଇପାରି ନାହିଁ। ଇତିମଧ୍ୟରେ ଅର୍ଚ୍ଚନାଙ୍କ ଦ୍ୱିତୀୟ ପର୍ଯ୍ୟାୟ ରିମାଣ୍ଡ ସରିଥିବାବେଳେ କୋର୍ଟ ଆଉ ରିମାଣ୍ଡ ଦେବାକୁ ମନା କରିଛନ୍ତି। ଏପରିସ୍ଥିତିରେ ବେଆଇନ ଆର୍ଥିକ କାରବାରରେ ବଡ଼ବଡ଼ିଆଙ୍କ ଲିଙ୍କ୍‌ ନେଇ ଇଡି ଅଧିକାରୀମାନେ ହାସଲ କରିଥିବା ତଥ୍ୟର ସତ୍ୟତା ଜାଣି ନ ପାରି ଦ୍ୱନ୍ଦ୍ୱରେ ପଡିଥିବା କୁହାଯାଉଛି। ରବିବାର ଅର୍ଚ୍ଚନାଙ୍କ ରିମାଣ୍ଡ ସରିବା ପରେ ସୋମବାର ଇଡି ତାଙ୍କୁ କୋର୍ଟରେ ହାଜର କରିଥିଲା। ଏହି ସମୟରେ ଅର୍ଚ୍ଚନାଙ୍କୁ ପୁଣି ଥରେ ତୃତୀୟ ପର୍ଯ୍ୟାୟ ପାଇଁ ୨ ଦିନିଆ ରିମାଣ୍ଡରେ ନେବା ପାଇଁ ଇଡି କୋର୍ଟଙ୍କ ନିକଟରେ ଆବେଦନ କରିଥିଲା। ହେଲେ କୋର୍ଟ ଏହାର ଶୁଣାଣି କରି ରିମାଣ୍ଡ ଆବେଦନକୁ ଖାରଜ କରିଦେଇଛନ୍ତି। ଫଳରେ ଅର୍ଚ୍ଚନା ପୁଣି ଥରେ ଝାରପଡ଼ା ଜେଲ ହାଜତକୁ ଫେରି ଯାଇଛନ୍ତି। ତେବେ କୋର୍ଟକୁ ପ୍ରବେଶ ସମୟରେ ଅର୍ଚ୍ଚନାଙ୍କୁ ଗଣମାଧ୍ୟମ ପ୍ରତିନିଧିମାନେ ପ୍ରତିକ୍ରିୟା ରଖିବାକୁ ବାଧ୍ୟ କରିଥିଲେ। ‘ସବୁ କହିଛି, କହିବି, କାହାକୁ ଛାଡ଼ିବିନି’ ବୋଲି ଅର୍ଚ୍ଚନା କହିଥିଲେ। ହେଲେ ଅର୍ଚ୍ଚନା ସହଯୋଗ କରି ନ ଥିବା ଓ ଏହି ମାମଲାରେ କିଛି କହୁ ନ ଥିବା ଇଡି ସୂଚନା ଦେଉଥିବାରୁ ସନ୍ଦେହ ଦୃଢ଼ୀଭୂତ ହୋଇଛି।
ପ୍ରଥମ ପର୍ଯ୍ୟାୟରେ ୭ ଦିନ ଓ ଦ୍ୱିତୀୟ ପର୍ଯ୍ୟାୟରେ ୬ଦିନ ପାଇଁ ରିମାଣ୍ଡରେ ଆସି ଅର୍ଚ୍ଚନା ଚୁପ୍‌ ରହିଥିଲେ। ତେଣୁ ଆଉ ୨ ଦିନ ରିମାଣ୍ଡରେ ନେଇ କିଛି ପ୍ରମାଣ ପାଇବାକୁ ଇଡି ଆଶା ରଖିଥିଲା। ହେଲେ କୋର୍ଟ ଏହି ଆବେଦନକୁ ଖାରଜ କରିବା ପରେ ଇଡିର ଯୋଜନା ଫେଲ୍‌ ମାରିଛି। ଅପରପକ୍ଷରେ ଅର୍ଚ୍ଚନାଙ୍କ ସ୍ବାମୀ ଜଗବନ୍ଧୁ ଚାନ୍ଦଙ୍କ ୯ ଦିନିଆ ରିମାଣ୍ଡରୁ ଆଉ ୩ଦିନ ବାକି ରହିଛି। ସେ ଗତ ୧୪ ତାରିଖରୁ ରିମାଣ୍ଡରେ ଆସି ଜେରାର ସମ୍ମୁଖୀନ ହେଉଛନ୍ତି। ଆଗାମୀ ବୁଧବାର ତାଙ୍କର ରିମାଣ୍ଡ ସରିବ। ଏହି ସମୟ ମଧ୍ୟରେ ଜଗବନ୍ଧୁଙ୍କଠାରୁ ଅଧିକ ତଥ୍ୟ ହାସଲ କରିବାକୁ ଇଡି ଶେଷ ଆଶା ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏହି ୯ ଷ୍ଟେସନରେ ସୁଲଭ ମୂଲ୍ୟରେ ଖାଦ୍ୟ ପ୍ରଦାନ କରିବ ଇଷ୍ଟକୋଷ୍ଟ ରେଲୱେ

ଭୁବନେଶ୍ୱର,୨୪ା୪: କମ୍ ଖର୍ଚ୍ଚରେ ଯାତ୍ରା କରୁଥିବା ଯାତ୍ରୀମାନଙ୍କ ପାଇଁ ଏକ ବଡ଼ ଖବର। ଭାରତୀୟ ରେଳବାଇ ସହିତ ଭାରତୀୟ ରେଳ କ୍ୟାଟରିଂ ଆଣ୍ଡ ଟୁରିଜିମ୍ କର୍ପୋରେସନ୍...

ଦିଗପହଣ୍ଡି ବିଧାନସଭା ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର,୨୪ା୪: ଗଞ୍ଜାମ ଜିଲାର ଦିଗପହଣ୍ଡି ବିଧାନସଭା ଆସନରୁ କଂଗ୍ରେସ ପ୍ରାର୍ଥୀ ଭାବେ ବୁଧବାର ମଧ୍ୟାହ୍ନ ପ୍ରାୟ ୧୨ଟାରେ ନାମାଙ୍କନ ଦାଖଲ କରିଥିବା ଶ୍ରୀଧର ଦେବଙ୍କ ଟିକେଟ...

ମାଓବାଦୀ କ୍ୟାମ୍ପ୍‌ ଧ୍ୱଂସ: ବିପୁଳ ସାମଗ୍ରୀ ଜବତ

ମାଲକାନଗିରି,୨୪ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ସୀମାନ୍ତ ଛତିଶଗଡ଼ ନାରାୟଣପୁର ଜିଲା ପୋଲିସ ଫୋର୍ସ, ଡିଆର୍‌ଜି, ବସ୍ତର ଫାଇଟର୍ସ ଓ ସିଏଏଫ୍‌ର ଯବାନମାନେ ବୁଧବାର ମିଳିତ ତଲାସି ବେଳେ...

ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ମାମଲା ଖାରଜ: ଆବେଦନକାରୀ ଗଣିବେ ୫ ଲକ୍ଷ ଜରିମାନା

କଟକ,୨୪ା୪(କାର୍ତ୍ତିକ ସାହୁ): କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ତଥ୍ୟ ଲୁଚାଇବା ଅଭିଯୋଗ ନେଇ ଦାୟର ମାମଲାକୁ ହାଇକୋର୍ଟ ଖାରଜ କରିଛନ୍ତି। ରାଜନୈତିକ ଉଦ୍ଦେଶ୍ୟ ରଖି ମାମଲା...

ଓଡ଼ିଶା ରାଜନୀତିରେ ରାଜପରିବାର: ଜାଣନ୍ତୁ କେଉଁ ଆସନରୁ ଲଢ଼ୁଛନ୍ତି କେଉଁ ରାଜପରିବାର

ଭୁବନେଶ୍ୱର,୨୨ା୪: ଭାରତ ସ୍ୱାଧୀନ ହେବା ପରେ ଦେଶରେ ରାଜତନ୍ତ୍ର ଶେଷ ହୋଇଥିଲା। ଏହାପରେ ରାଜା ପରିବାର ସଦସ୍ୟମାନେ ଗଣତାନ୍ତ୍ରିକ ପ୍ରକ୍ରିୟାରେ ମଧ୍ୟ ଲୋକଙ୍କ ଦ୍ୱାରା ନିର୍ବାଚିତ...

କାଳବୈଶାଖୀର ତାଣ୍ଡବ, ଭାଙ୍ଗିଲା ବିଜୁ ପଟ୍ଟନାୟକ ଇନ୍‌ଡୋର ଷ୍ଟାଡିୟମ

ପୁରୁଷୋତ୍ତମପୁର,୨୪ା୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ବୁଧବାର ଅପରାହ୍ନରେ କାଳବୈଶାଖୀ ତାଣ୍ଡବ ରଚିଛି। ମାତ୍ର ୧୦ ମିନିଟ୍‌ ମଧ୍ୟରେ ସହରକୁ ଛିନ୍‌ଭିନ୍‌ କରିପକାଇଛି। ବିଭିନ୍ନ ସ୍ଥାନରେ...

ବାକିରେ ନେଇ ଖାଇଲେ, ଟଙ୍କା ମାଗିବାରୁ ଦୋକାନରେ ନିଆଁ ଲଗାଇଦେଲେ

ଭୁବନେଶ୍ୱର,୨୪।୪: ବାକିରେ ନେଇ ଖାଇଲେ, ଟଙ୍କା ମାଗିବାରୁ ଦୋକାନରେ ନିଆଁ ଲଗାଇଦେଲେ। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ରାଜଧାନୀ ଚନ୍ଦକା ଅଞ୍ଚଳରେ। ଗତକାଲି ରାତିରେ...

ଆସନ୍ତା ୩ ଘଣ୍ଟା ପାଇଁ କାଳବୈଶାଖୀ, ବଜ୍ରପାତ ସୂଚନା

ଭୁବନେଶ୍ୱର,୨୪ା୪: ଦିନ ସାରା ପ୍ରଚଣ୍ଡ ଖରା ଏବଂ ଗୁଳୁଗୁଳିରେ ଲୋକେ ଆଉଟୁପାଉଟୁ ହେଉଥିବା ବେଳେ ଅପରାହ୍ନରେ କାଳବୈଶାଖୀ ବର୍ଷା ସାମାନ୍ୟ ଆଶ୍ୱସ୍ତି ଆଣିଛି। ଅପରାହ୍ନ ସାଢ଼େ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri