Posted inଖେଳ

ଟିମ୍‌ ଇଣ୍ଡିଆକୁ ମିଳିବ ନାହିଁ ଶୁବମାନ ଗିଲଙ୍କ ବଦଳ ଖେଳାଳି

ମୁମ୍ବାଇ,୮।୭: ଆହତ ସମସ୍ୟା କାରଣରୁ ଇଂଲଣ୍ଡ ବିପକ୍ଷ ଟେଷ୍ଟ ସିରିଜ୍‌ରୁ ବାଦ୍‌ ପଡ଼ିଥିବା ଶୁବମାନ ଗିଲଙ୍କ ବଦଳରେ କୌଣସି ଖେଳାଳିଙ୍କୁ ୟୁକେ ପଠାଯିବ ନାହିଁ। ଫଳରେ ଟିମ୍‌ ଇଣ୍ଡିଆ ପାଖରେ ଉପଲବ୍ଧ ଥିବା ୨୩ ଖେଳାଳିଙ୍କ ମଧ୍ୟରୁ ଚୂଡ଼ାନ୍ତ ଏକାଦଶ ବାଛିବାକୁ ପଡ଼ିବ।

ତେବେ ଏହି ଦ୍ୱନ୍ଦ୍ୱ ଆରମ୍ଭ ହୋଇଥିଲା ଟିମ୍‌ ଇଣ୍ଡିଆ ମ୍ୟାନେଜରଙ୍କ ଏକ ମେଲ୍‌ରୁ। ଗିଲ ଆହତ ହୋଇ ଆସନ୍ତା ମାସରୁ ଆରମ୍ଭ ହେବାକୁ ଥିବା ସିରିଜ୍‌ରୁ ବାଦ୍‌ ପଡ଼ିବା ପରେ ବିସିସିଆଇର ମୁଖ୍ୟ ଚୟନକର୍ତ୍ତାଙ୍କୁ ଏ ନେଇ ମେଲ୍‌ କରିଥିଲେ ଟିମ୍‌ ଇଣ୍ଡିଆ ମ୍ୟାନେଜର। ସେଥିରେ ଗିଲଙ୍କ ବଦଳ ଖେଳାଳି ଆବଶ୍ୟକ ଥିବା ଦର୍ଶାଯାଇଥିଲା। ଏହି ମେଲ୍‌ ମୁଖ୍ୟ ଚୟନକର୍ତ୍ତା ଚେତନ ଶର୍ମାଙ୍କ ନିକଟକୁ ଗତ ୨୮ ତାରିଖରେ ଆସିଥିଲା। କିନ୍ତୁ ଗଣମାଧ୍ୟମରେ ରିପୋର୍ଟ ପ୍ରକାଶ ନ ପାଇବା ପର୍ଯ୍ୟନ୍ତ ସେ ଏସମ୍ପର୍କରେ ବିସିସିଆଇ ଅଧିକାରୀଙ୍କ ସହ ଯୋଗାଯୋଗ କରି ନ ଥିଲେ।

ତେବେ ଗିଲଙ୍କ ଅନୁପସ୍ଥିତିରେ ରୋହିତ ଶର୍ମାଙ୍କ ସହ ମୟଙ୍କ ଅଗ୍ରଓ୍ବାଲ ଓପନିଂ କରିବେ। ଯଦି ପରବର୍ତ୍ତୀ ସମୟରେ ଆବଶ୍ୟକ ପଡ଼େ ବେଙ୍ଗଲର ୨୫ ବର୍ଷୀୟ ଓପନିଂ ବ୍ୟାଟ୍ସମ୍ୟାନ ଅଭିମନ୍ୟୁ ଇଶ୍ୱରନଙ୍କୁ ସୁଯୋଗ ମିଳିପାରେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଆଜି ଭାରତ-ଶ୍ରୀଲଙ୍କା ମ୍ୟାଚ୍‌

ପାଲିକେଲ, ୨୭।୭: ଭାରତ ଓ ଘରୋଇ ଶ୍ରୀଲଙ୍କା ମଧ୍ୟରେ ସୀମିତ ଓଭର ସିରିଜ ଶନିବାରଠାରୁ ଆରମ୍ଭ ହେବ। ଭ୍ରମଣକାରୀ ଦଳ ନୂଆ କୋଚ୍‌ ଗୌତମ ଗମ୍ଭୀର...

୫୮ ବର୍ଷରେ ଅଲିମ୍ପିକ୍ସ ଡେବ୍ୟୁ କଲେ ଏହି ଖେଳାଳି

ସାଣ୍ଟିଆଗୋ,୨୬ା୭: ଚିଲିର ଟେବୁଲ ଟେନିସ୍‌ ଖେଳାଳି ଝେଙ୍ଗ ଝିୟିଙ୍ଗ ୫୮ ବର୍ଷ ବୟସରେ ଅଲିମ୍ପିକ୍ସ ପଦାର୍ପଣ କରିବାକୁ ଯାଉଛନ୍ତି। ଚାଇନାରେ ଜନ୍ମ ନେଇଥିବା ଏହି ଖେଳାଳି...

ଆଜି ନ୍ୟୁଜିଲାଣ୍ଡ ବିପକ୍ଷରୁ ଭାରତର ଅଭିଯାନ ଆରମ୍ଭ

ପ୍ୟାରିସ, ୨୭।୭ : ପ୍ୟାରିସ ଅଲିମ୍ପିକ୍ସରେ ଭାରତୀୟ ହକି ଦଳର ଅଭିଯାନ ଶନିବାର ଆରମ୍ଭ ହେବ। ଟୋକିଓ ଅଲିମ୍ପିକ୍ସ ବ୍ରୋଞ୍ଜ ମେଡାଲିଷ୍ଟ ଭାରତର ପ୍ରଥମ ପ୍ରତିଦ୍ୱନ୍ଦ୍ୱୀ...

୧୭ ଶୁଟରଙ୍କ ପଦାର୍ପଣ

ପ୍ୟାରିସ୍‌,୨୭।୭: ପ୍ୟାରିସ୍‌ ଅଲିମ୍ପିକ୍ସ ୨୦୨୪ ଆରମ୍ଭ ହୋଇସାରିଥିବା ବେଳେ ଶନିବାର ଭାରତୀୟ ଶୁଟିଂ ଦଳ ଏହାର ଅଭିଯାନ ଆରମ୍ଭ କରିବ। ଭାରତ ଅଲିମ୍ପିକ୍ସରେ ସମୁଦାୟ ୩୫ଟି...

ଭବିଷ୍ୟତରେ ଟିମ୍‌ ଇଣ୍ଡିଆର ୩ ଫର୍ମାଟର ଅଧିନାୟକ ହେବେ ଗିଲ! ଟି୨୦- ଦିନିକିଆ ପରେ ଏବେ…

ନୂଆଦିଲ୍ଲୀ,୨୬।୭: ଭାରତୀୟ କ୍ରିକେଟ ଟିମ୍‌ର ୨୪ ବର୍ଷୀୟ ଓପନର ବ୍ୟାଟ୍ସମ୍ୟାନ୍‌ ଶୁଭମନ ଗିଲଙ୍କୁ ନିକଟରେ ଶ୍ରୀଲଙ୍କା ଗସ୍ତ ଲାଗି ଦିନିକିଆ ଏବଂ ଟି୨୦ରେ ଭାରତର ଉପଅଧିନାୟକ...

ବାଂଲାଦେଶକୁ ହରାଇ ଫାଇନାଲରେ ଭାରତ

ଦାମ୍ବୁଲା,୨୬ା୭: ବାଂଲାଦେଶକୁ ୧୦ ଉଇକେଟରେ ପରାସ୍ତ କରି ଗତଥରର ଚାମ୍ପିୟନ ଭାରତ ମହିଳା ଟି୨୦ କ୍ରିକେଟ ଏସିଆ କପ୍‌ ଟୁର୍ନାମେଣ୍ଟର ଫାଇନାଲରେ ପ୍ରବେଶ କରିଛି। ପ୍ରଥମେ...

‘କ୍ରିକେଟ କେବଳ ଏକ ଖେଳ, ଜୀବନ ନୁହେଁ…’ ଅଧିନାୟକ ହେବା ପରେ…

ନୂଆଦିଲ୍ଲୀ,୨୬।୭:ଶ୍ରୀଲଙ୍କା ବିପକ୍ଷରେ ଭାରତୀୟ କ୍ରିକେଟ ଟିମ୍‌ ପ୍ରଥମ ମ୍ୟାଚ୍‌ ଜୁଲାଇ ୨୭,୨୦୨୪ରୁ ଖେଳିବ। ମ୍ୟାଚ୍‌ ପୂର୍ବରୁ ଭାରତୀୟ ଟି୨୦ ଟିମ୍‌ର ନବନିଯୁକ୍ତ ଅଧିନାୟକ ସୂର୍ଯ୍ୟକୁମାର ଯାଦବ...

କ୍ୟାପ୍ଟେନ୍‌ଙ୍କ ଆଗରେ ରେକର୍ଡ ଭାଙ୍ଗିଲେ ଏହି ଖେଳାଳି, ହେଲେ ନମ଼୍ବର ୧

ନୂଆଦିଲ୍ଲୀ, ୨୬।୦୭: ଭାରତୀୟ ମହିଳା କ୍ରିକେଟ୍‌ ଟିମ୍‌ରେ ଟି-୨୦ ଅନ୍ତର୍ଜାତୀୟ ଫର୍ମାଟ୍‌ରେ ସବୁଠାରୁ ଅଧିକ ରନ୍‌ କରିଥିବା ଖେଳାଳି ଭାବେ ବ୍ୟଟ୍ସମ୍ୟାନ୍‌ ହରମନ୍‌ପ୍ରୀତ କୌରଙ୍କ ନାମରେ...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri