Posted inଜାତୀୟ

ଚାଷୀଙ୍କ ପ୍ରତି ସମ୍ମାନ ନାହିଁ

ନୂଆଦିଲ୍ଲୀ/ଲକ୍ଷ୍ନୌ/ଜୟପୁର/ଚଣ୍ଡିଗଡ଼,୧୬ା୧:ଚାଷୀଙ୍କ ପ୍ରତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆଦୌ ସମ୍ମାନ ନାହିଁ। କୃଷି ଆଇନ ବିରୋଧରେ ଆନ୍ଦୋଳନରତ କୃଷକମାନଙ୍କୁ ପ୍ରତିହତ କରିବା ଲାଗି ମୋଦି ଉଦ୍ୟମ ଚଳାଇଛନ୍ତି। ସରକାର କାଳକ୍ଷେପଣ କୌଶଳ ଆପଣାଇ ଆନ୍ଦୋଳନ କରୁଥିବା କୃଷକଙ୍କ ସହ ଆଲୋଚନା କରୁଥିବା ଶୁକ୍ରବାର କଂଗ୍ରେସ ନେତା ରାହୁଲ ଗାନ୍ଧୀ ବର୍ଷିଛନ୍ତି।
ଯନ୍ତରମନ୍ତରରେ କଂଗ୍ରେସ ଏମ୍‌ପିମାନଙ୍କ ପକ୍ଷରୁ କୃଷି ଆଇନ ବିରୋଧରେ ଚାଲିଥିବା ବିକ୍ଷୋଭରେ ରାହୁଲ ଓ କଂଗ୍ରେସ ସାଧାରଣ ସମ୍ପାଦକ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ସାମିଲ ହୋଇଥିଲେ। ଏହି ଅବସରରେ ରାହୁଲ କହିଥିଲେ, କୃଷି ଆଇନ ପ୍ରତ୍ୟାହାର ନ ହେବା ପର୍ଯ୍ୟନ୍ତ କୃଷକମାନେ ଶାନ୍ତିରେ ବସିବେ ନାହିଁ। ପ୍ରଧାନମନ୍ତ୍ରୀ ମୋଦି ମନେକରୁଛନ୍ତି ଯେ, ତାଙ୍କ ନିକଟରେ କ୍ଷମତା ଅଛି, ଯାହାକୁ ଉପଯୋଗ କରି ସେ ଚାଷୀଙ୍କୁ ଦିନେ ନା ଦିନେ କ୍ଳାନ୍ତ କରିଦେବେ। ଚାଷୀଙ୍କ ପ୍ରତି ତାଙ୍କର ମୌଳିକ ସମ୍ମାନ ମଧ୍ୟ ନାହିଁ। ଏହା ମୋଦିଙ୍କ ଭୁଲ୍‌। ୧୦୦ କୃଷକ ମରିଗଲେ ବି ମୋଦି ଆଦୌ ଚିନ୍ତିତ ନୁହନ୍ତି। ଏହି ଅବସରରେ କୃଷକଙ୍କ ଆନ୍ଦୋଳନକୁ ଖଲିସ୍ତାନୀଙ୍କ ସହ ଯୋଡ଼ିବାକୁ ରାହୁଲ ନିନ୍ଦା କରିଥିଲେ।
କୃଷି ଆଇନ ବିରୋଧରେ କଂଗ୍ରେସ ପକ୍ଷରୁ ‘କିଷାନ ଅଧିକାର ଦିବସ’ ପାଳନ କରାଯାଇ ବିଭିନ୍ନ ରାଜ୍ୟରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଉତ୍ତରପ୍ରଦେଶ କଂଗ୍ରେସ କମିଟି ଅଧ୍ୟକ୍ଷ ଅଜୟ କୁମାର ଲଲ୍ଲୁ ଦଳୀୟ କର୍ମୀଙ୍କ ସହ ରାଜଭବନ ଘେରାଉ କରିବାବେଳେ ପୋଲିସ ତାଙ୍କୁ ଅଟକ ରଖିଛି। ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟଙ୍କ ସମେତ ଦଳୀୟ ନେତା ଓ କର୍ମୀ ଜୟପୁରରେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। କେନ୍ଦ୍ର ସରକାର କୃଷି ଆଇନକୁ ନ ହଟାଇବା ଯାଏ କଂଗ୍ରେସ ଲଢ଼େଇ ଜାରି ରଖିବ ବୋଲି ଗେହଲଟ କହିଥିଲେ। ରାଜସ୍ଥାନ ପ୍ରଦେଶ କଂଗ୍ରେସ କମିଟି ଅଧ୍ୟକ୍ଷ ଗୋବିନ୍ଦ ସିଂ ଦୋତାସ୍ରାଙ୍କ ନେତୃତ୍ୱରେ ସିଭିଲ୍‌ ଲାଇନ୍ସ ଏରିଆରୁ ରାଜଭବନକୁ ଶୋଭାଯାତ୍ରାରେ ଯାଉଥିବାବେଳେ ପୋଲିସ ନେତା ଓ କର୍ମୀଙ୍କୁ ଅଟକାଇଥିଲା। ଚଣ୍ଡିଗଡ଼ରେ ହରିୟାଣା କଂଗ୍ରେସ ପକ୍ଷରୁ ଅନୁରୂପ ବିକ୍ଷୋଭ ପ୍ରଦର୍ଶନ ବେଳେ ପୂର୍ବତନ ମୁଖ୍ୟମନ୍ତ୍ରୀ ଭୂପିନ୍ଦର ସିଂ ହୁଡାଙ୍କ ସମେତ ବହୁ ନେତାଙ୍କୁ ଅଟକ ରଖାଯାଇଥିଲା। ମଧ୍ୟପ୍ରଦେଶର ଛିନ୍ଦଓ୍ବାଡାରେ ରାଜ୍ୟ କଂଗ୍ରେସ କମିଟି ଅଧ୍ୟକ୍ଷ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ କମଲନାଥ ନିଜ ସମର୍ଥକଙ୍କ ସହ ଟ୍ରାକ୍ଟର ରାଲି କରି ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଦେଶବ୍ୟାପୀ କଂଗ୍ରେସର କିଷାନ ଅଧିକାର ଦିବସ ପାଳନ ବେଳେ ବହୁସଂଖ୍ୟକ ନେତା ଓ କର୍ମୀଙ୍କୁ ପୋଲିସ ଅଟକ ରଖିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଛତ୍ରପୁରରେ ଚାଞ୍ଚଲ୍ୟ: ଚିକିତ୍ସାଳୟରୁ ମୂକ ଶିଶୁକନ୍ୟା ଚୋରି, ସିସିଟିଭି ଯାଞ୍ଚ କରୁଛି ପୋଲିସ

ଛତ୍ରପୁର,୩୦ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗୋଟିଏ ୫ ବର୍ଷର ମୂକ ଶିଶୁକନ୍ୟାକୁ ଜଣେ ବ୍ୟକ୍ତି ଚୋରି…

ଘରେ ପଶି ମୂକ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ, ଜେଲ୍‌ ଗଲେ ଯୁବକ

ଦିଗପହଣ୍ଡି,୩୦ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁରେ ଶନିବାର ମଧ୍ୟାହ୍ନରେ ଘରେ ପଶି ଜଣେ ମାନସିକ ଅନଗ୍ରସର ଓ ମୂକ ଯୁବତୀ(୨୧)ଙ୍କୁ…

ନାବାଳିକା ଛାତ୍ରୀଙ୍କୁ ଅପହରଣ କରିନେଲେ ୨୨ ବର୍ଷୀୟ ଯୁବକ, ଗାଁରେ ଉତ୍ତେଜନା ପରେ…

ହାଟଡିହୀ/ଛେନାପଦୀ,୩୦ା୮(ଶୁଭକାନ୍ତ ନାୟକ/ନିରାକାର): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ନନ୍ଦିପଦା ଥାନା ଅଞ୍ଚଳରେ ଜଣେ ନାବାଳିକା ଦଶମ ଶ୍ରେଣୀ ଛାତ୍ରୀକୁ ଅପହରଣ କରାଯାଇଥିବା ଥାନାରେ ଅଭିଯୋଗ ହୋଇଛି। ଏହାକୁ…

ଓଡ଼ିଆ ସାହିତ୍ୟର ଜଣେ ଅମର ନକ୍ଷତ୍ର ଥିଲେ ସ୍ବଭାବ କବି ଗଙ୍ଗାଧର ମେହେର, ତାଙ୍କ କଲମ ଚାଳନାରେ ଥିଲା…

କେସିଙ୍ଗା,୩୦ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗାସ୍ଥିତ ଚେତାବନୀ ସାହିତ୍ୟ ସଂସଦ ପକ୍ଷରୁ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ସମାରୋହ ଅନୁଷ୍ଠାନର ସଭାପତି ଯାଜ୍ଞସେନୀ ସାହାଙ୍କ…

ନିଟ୍‌ରେ ସଫଳ ଦୁଇ ଭଉଣୀଙ୍କ ଡାକ୍ତରୀ ପାଠରେ ଅର୍ଥ ସାଜିଛି ବାଧକ, ସ୍ବପ୍ନରେ ରହିଯିବ କି ଉଭୟଙ୍କ…

କର୍ଲାମୁଣ୍ଡା,୩୦ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ଗ୍ରାମର ଏକ ମେଧାବୀ ପରିବାରର ଦୁଇ ଭଉଣୀ ଏକାସାଙ୍ଗେ ନିଟ୍‌ ପରୀକ୍ଷାରେ ସଫଳତା ହାସଲ କରିବା…

ଭୟଙ୍କର ଦୁର୍ଘଟଣା: ୨୭୦ ଲୋକଙ୍କୁ ନେଇ ଯାଉଥିବା ଡଙ୍ଗା ବୁଡ଼ିଲା, ଏବେ ବି ଜାରିରହିଛି…

ଆଙ୍କରା,୩୦ା୮: ଉତ୍ତର ସାଇପ୍ରସ ଉପକୂଳରେ ଏକ ଭୟଙ୍କର ଡଙ୍ଗା ବୁଡ଼ି ଦୁର୍ଘଟଣା ଘଟିଛି। ରବିବାର ଅପରାହ୍ନରେ ଉତ୍ତର ସାଇପ୍ରସର କାଇରେନିଆ ବନ୍ଦରରୁ ତୁର୍କୀର ମର୍ସିନ ପ୍ରଦେଶସ୍ଥିତ ତାସୁକୁ…

୩୨ କେଭି ବିଦ୍ୟୁତ୍‌ ତାରରେ ବାଜିଗଲା ଛାତ୍ରଙ୍କ ହାତ, ଚାଲିଗଲା ଜୀବନ

ପାତ୍ରପୁର,୩୦ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ତହସିଲ ଜରଡ଼ା ଥାନା ଅନ୍ତର୍ଗତ ଭୈରପୁର ଗ୍ରାମର ସୁଶାନ୍ତ ପ୍ରଧାନଙ୍କ ପୁଅ ଚନ୍ଦନ( ୧୬)ଙ୍କ ବିଦ୍ୟୁତ୍‌ ଆଘାତରେ ମୃତ୍ୟୁ…

ଛାତ୍ରୀଛାତ୍ରଙ୍କୁ ନିଶାଠାରୁ ଦୂରେଇ ରହିବାକୁ ଆହ୍ବାନ

ବଞ୍ଚୋ,୩୦ା୮(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ବଞ୍ଚୋର ପ୍ରାଣବଲ୍ଲଭ ପବ୍ଲିକ ସ୍କୁଲରେ ‘ନିଶାମୁକ୍ତ ଭାରତ ଅଭିଯାନ’ ଅଧୀନରେ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଆନନ୍ଦପୁର ଏସ୍‌ଡିପିଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri