ନିର୍ମାଣ ହେଉନି ପକ୍କାରାସ୍ତା, ବଢୁଛି ଅସନ୍ତୋଷ

ବଇଣ୍ଡା,୩୦।୬(ପରିକ୍ଷିତ ସାହୁ): ପ୍ରତ୍ୟେକ ଗ୍ରାମକୁ ଗମନାଗମନ କିଭଳି ସଦୃଢ଼ ହେବ ସେ ନେଇ କେନ୍ଦ୍ର ଓ ରାଜ୍ୟ ସରକାର ବହୁ ଯୋଜନା କାର୍ଯ୍ୟକାରୀ କରିଛନ୍ତି। ହେଲେ ଏସବୁ ଯୋଜନା ସିଧାସଳଖ ଭାବେ ଅନେକ ଗ୍ରାମାଞ୍ଚଳରେ ପହଞ୍ଚି ପାରୁନାହିଁ। କେଉଁଠି ରାସ୍ତା ଦୀର୍ଘଦିନ ହେବ ଶୋଚନୀୟ ହୋଇଥିଲେ ମଧ୍ୟ ମରାମତି ହେଉ ନାହିଁ ତ ଆଉ କେଉଁଠି ରାସ୍ତା ନିର୍ମାଣ ନ ହୋଇ ମିଥ୍ୟା ବିଲ୍‌ କରି ଅର୍ଥ ହଡ଼ପ କରାଯାଉଛି। ଅନୁଗୋଳ ଜିଲା କିଶୋରନଗର ବ୍ଲକ ନୁନୁକାପଶି ପଞ୍ଚାୟତରେ ଏପରି ଦେଖିବାକୁ ମିଳିଛି।
ନୁନୁକାପଶି ପଞ୍ଚାୟତର ବଇଣ୍ଡା ରେଳ ଓଭରବ୍ରିଜଠାରୁ ଶିକ୍ଷକପଡା ଯାଇଥିବା ମାଟି ରାସ୍ତା ଅତି ଶୋଚନୀୟ ହୋଇପଡିଛି। ରାସ୍ତାଟି ଅତ୍ୟନ୍ତ କଦର୍ଯ୍ୟ ହୋଇପଡ଼ିଥିଲେ ମଧ୍ୟ ଏହାକୁ ପକ୍କା କରାଯାଉ ନ ଥିବାରୁ ସାଧାରଣରେ ଅସନ୍ତୋଷ ଦେଖାଯାଇଛି। ଏ ନେଇ ଶିକ୍ଷକପଡା ଗ୍ରାମବାସୀ ବୁଧବାର ଅନୁଗୋଳ ଜିଲାପାଳଙ୍କୁ ଏକ ଦାବିପତ୍ର ମାଧ୍ୟମରେ ଅବଗତ କରାଇଛନ୍ତି। ଗ୍ରାମବାସୀ କହିଛନ୍ତି, ଏହି ରାସ୍ତାଟି ମାଟି ରାସ୍ତା ଥିବାବେଳେ ରାସ୍ତାର କିଛି ଅଂଶ ପଞ୍ଚାୟତ ଓ ଅନ୍ୟ କିଛି ଅଂଶ ରେଳବିଭାଗ ଅଧୀନରେ ରହିଛି। ହେଲେ ରାସ୍ତାର ମୁଖ୍ୟ ଭାଗ ମାଟି ଥିବାବେଳେ ଅଧ କିମି ପର୍ଯ୍ୟନ୍ତ ମାଟି ରହିଛି। ଏହି ରାସ୍ତାକୁ ପକ୍କା କରାଯାଉ ନ ଥିବା ଯୋଗୁ ଲୋକେ ଯାତାୟାତରେ ବିଭିନ୍ନ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ବିଶେଷକରି ଏହି ରାସ୍ତା ଉପରେ ଶିକ୍ଷକପଡା, ବଡହୁଲା, ଦାଦାରସାହି, ସାନଗୋବିନ୍ଦପୁର, ଝରିପାଣି ଆଦି ଗ୍ରାମବାସୀ ପାଇଁ ନିର୍ଭରଶୀଳ। ପ୍ରତ୍ୟେକ ଦିନ ଶତାଧିକ ଗାଡି ଏହି ରାସ୍ତା ଦେଇ ଯାତାୟତ କରୁଥିଲେ ମଧ୍ୟ ଏହାକୁ ପକ୍କା କରାଯାଉନାହିଁ। ଫଳରେ ସାମାନ୍ୟ ବର୍ଷା ହେଲେ ରାସ୍ତା ସମ୍ପୂର୍ଣ୍ଣ କାଦୁଅପୂର୍ଣ୍ଣ ହୋଇଯାଉଛି। ପଞ୍ଚାୟତ ବିଭାଗ ପକ୍ଷରୁ କେବେ କେମିତି ମୋରମ ପକାଇ ସମତଳ କରାଯାଉଥିବାବେଳେ କିଛିମାସ ଗଲା ପରେ ରାସ୍ତା ଅବସ୍ଥା ପୂର୍ବସ୍ଥିତିକୁ ଫେରିଯାଉଛି। ଏହି ରାସ୍ତାକୁ ପିଚୁ କରିବା ପାଇଁ ଶିକ୍ଷକପଡା ଗ୍ରାମବାସୀ ଗତ ୧୨ ଜୁନ ୨୦୨୨ ଓ ୧ ଫେବୃୟାରୀ ୨୦୨୩ରେ ସ୍ଥାନୀୟ ବିଧାୟକଙ୍କଠାରୁ ଆରମ୍ଭ କରି ସମ୍ବଲପୁର ଏମ୍‌ପି, କେନ୍ଦ୍ର ରେଳମନ୍ତ୍ରୀଙ୍କୁ ଦାବିପତ୍ର ପ୍ରଦାନ କରିଥିଲେ। ହେଲେ କୌଣସି ସୁଫଳ ମିଳୁନାହିଁ। ତୁରନ୍ତ ଏଥିପ୍ରତି ଦୃଷ୍ଟି ଦେବାକୁ ଗ୍ରାମବାସୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?