ରାସ୍ତା ନାହିଁ ତ ଭୋଟ ନାହିଁ

ବୁଗୁଡ଼ା,୪ା୯(କାଳି ଚରଣ ଦାଶ): ସ୍ବାଧୀନତାର ୭୬ ବର୍ଷ ପରେ ବି ଗାଁକୁ ଭଲ ରାସ୍ତାଟିଏ ନାହିଁ। ଫଳରେ ଛାତ୍ରୀଛାତ୍ରଙ୍କ ସମେତ ଗ୍ରାମବାସୀ ଯାତାୟାତରେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏଭଳି ସ୍ଥିତି ଦେଖିବାକୁ ମିଳିଛି ବୁଗୁଡ଼ା ବ୍ଲକ ଗୋଲିଆ ପଞ୍ଚାୟତରେ।

ଗୋଲିଆ ପଞ୍ଚାୟତର ତାଳସର, ଡାହାଣୀପଲ୍ଲୀ, ମରେଇପଲ୍ଲୀ ଆଦି ଗାଁକୁ ସଂଯୋଗ କରୁଥିବା ରାସ୍ତା ଏବେ ମରଣଯନ୍ତା ପାଲଟିଛି। ଫଳରେ ଷଷ୍ଠରୁ ଦଶମ ଯାଏ ପଢୁଥିବା ଛାତ୍ରୀଛାତ୍ରମାନେ ଗୋଲିଆ ହାଇସ୍କୁଲ ଏବଂ ଲୋକେ ଭତ୍ତା ଟଙ୍କା ଓ ରାଶନ ପାଇଁ ପଞ୍ଚାୟତ ଅଫିସକୁ ଯିବା ଆସିବାରେ ନାନାଦି ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ବିପଦ ସମୟରେ ଆମ୍ବୁଲାନ୍ସ ମରେଇପଲ୍ଲୀ ଗାଁ ପାଖକୁ ଯାଇପାରୁଥିବା ବେଳେ ଅନ୍ୟ ଗାଁଗୁଡ଼ିକୁ ଯାଇ ପାରୁ ନ ଥିବାରୁ ଲୋକେ ରୋଗୀକୁ ଆମ୍ବୁଲାନ୍ସ ପାଖକୁ ଆଣିବାକୁ ବାଧ୍ୟ ହେଉଛନ୍ତି।

ଏ ନେଇ ସମ୍ପୃକ୍ତ ଗ୍ରାମବାସୀ ଜନପ୍ରତିନିଧିଙ୍କ ନିକଟରେ ଗୁହାରି କଲେ ମଧ୍ୟ ପ୍ରତିଶ୍ରୁତି ଛଡ଼ା କୌଣସି ସୁଫଳ ମିଳୁ ନ ଥିବା ଅଭିଯୋଗ ହେଉଛି। ତେବେ ମହିଳା ଓ ପୁରୁଷ ସମସ୍ୟା ସମାଧାନ ପାଇଁ ଏକ ଅଭିଯୋଗ ପତ୍ର ବିଡିଓ ବାସୁଦେବ ନାୟକଙ୍କୁ ପ୍ରଦାନ କରିଛନ୍ତି। ରାସ୍ତା ସମସ୍ୟାର କୌଣସି ସମାଧାନ ନ ହେଲେ ଆଗାମୀ ଦିନରେ ଗ୍ରାମବାସୀ ସମୂହ ଭୋଟ ବର୍ଜନ କରିବାକୁ ଅଭିଯୋଗ ପତ୍ରରେ ଉଲ୍ଲେଖ କରିଛନ୍ତି।

ବିଡିଓ ଅଭିଯୋଗକୁ ଭିତ୍ତି କରି ଆସନ୍ତାକାଲି ସେଠାକୁ ଯାଇ ରାସ୍ତା ଅବସ୍ଥା ଦେଖି ମୋରମ୍‌ କିମ୍ବା କ୍ରଶର ଗୁଣ୍ଡ ପକାଇ ଆବାଶ୍ୟକ ବ୍ୟବସ୍ଥା କରିବାକୁ ପ୍ରତିଶ୍ରୁତି ଦେଇଛନ୍ତି। ଏପରିକି ରାସ୍ତାକୁ ଗ୍ରାମ୍ୟ ଉନ୍ନୟନ ବିଭାଗକୁ ହସ୍ତାନ୍ତର କରାଯାଇଛି ଏବଂ ପକ୍କା ରାସ୍ତା ନିର୍ମାଣ ପାଇଁ ଟେଣ୍ଡର ପ୍ରକ୍ରିୟା ପରେ ରାସ୍ତା କାମ ହେବ ବୋଲି ବିଡିଓ ଗ୍ରାମବାସୀଙ୍କୁ ଆଶ୍ୱାସନା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଦ ହେବ ରୁଷିଆ-ୟୁକ୍ରେନ ଯୁଦ୍ଧ! ୩ ଘଣ୍ଟା ଚାଲିଲା ଟ୍ରମ୍ପ-ଜେଲେନସ୍କି ସାକ୍ଷାତ, ଜାଣନ୍ତୁ କ’ଣ କହିଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୨୯।୧୨:ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ କରିଛନ୍ତି। ଏହି ବୈଠକ ୟୁକ୍ରେନ-ରୁଷିଆ ଯୁଦ୍ଧର ଅନ୍ତ ପାଇଁ...

ବିବାହ କରିବାକୁ ଯାଉଥିଲେ ନିଶ୍ଚିତ ଯାଞ୍ଚ କରନ୍ତୁ ଏସବୁ, ନଚେତ୍‌ ପରେ କରିବେ ପଶ୍ଚାତାପ

ବିବାହ ହେଉଛି ଜୀବନର ସବୁଠାରୁ ବଡ଼ ତଥା ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ମଧ୍ୟରୁ ଗୋଟିଏ। ଏହା କେବଳ ଦୁଇଟି ଲୋକ ମଧ୍ୟରେ ସୀମିତ ସମ୍ପର୍କ ନୁହେଁ। ଦୁଇଟି...

କଂସ ବ୍ୟସ୍ତବିବ୍ରତ, ଆଜି ରଙ୍ଗସଭା

ମଥୁରାନଗରୀ/ଗୋପପୁର,୨୯ା୧୨ (ପ୍ରେମାନନ୍ଦ ଖମାରୀ:ରବିବାର ଥିଲା ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବର ପଞ୍ଚମ ଦିବସ। ଉଭୟ ମଥୁରାନଗରୀ ଏବଂ ଗୋପପୁର ଦୃଶ୍ୟାଭିନୟ ଚିତ୍ତାକର୍ଷକ ଥିଲା।...

ଫ୍ରେଞ୍ଚ ଅଭିନେତ୍ରୀ ବ୍ରିଗିଟ୍ଟେ ବାର୍ଡୋଟଙ୍କ ପରଲୋକ

ପ୍ୟାରିସ୍‌,୨୯ା୧୨:୫୦ ଦଶକରେ ଫ୍ରେଞ୍ଚ୍‌ ସିନେମାରେ ବିପ୍ଳବ ଆଣିବା ସହ ଯୌନ ଉଦାରତାର ପ୍ରତୀକ ପାଲଟିଥିବା ଅଭିନେତ୍ରୀ ବ୍ରିଗିଟ୍ଟେ ବାର୍ଡୋଟଙ୍କର ପରଲୋକ ହୋଇଯାଇଛି। ତାଙ୍କୁ ୯୧ ବର୍ଷ...

ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର: ଖୋଲିଲା ଶିଖରଚଣ୍ଡୀ

ଭୁବନେଶ୍ୱର,୨୯ା୧୨: ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର। ଖୋଲିଲା ଶିଖରଚଣ୍ଡୀ ପୀଠ। ପାହାଡ଼ରୁ ଦନ୍ତା ବିଦା ହେବା ପରେ ଖୋଲିଛି ଶିଖରଚଣ୍ଡୀ ପୀଠ। ମା’ଙ୍କ ଦର୍ଶନ ସହ...

ପର କରିଦେଲେ ପୁଅ: ଅର୍ଦ୍ଧନିର୍ମିତ ଘରେ ଦୟନୀୟ ଜୀବନ କାଟୁଛନ୍ତି ବୃଦ୍ଧ ଦମ୍ପତି

ଲୋଇସିଂହା,୨୯ା୧୨(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ୍‌ ହୀରାପୁର ପଞ୍ଚାୟତ ଅଧୀନ ପନେସରା ଗ୍ରାମର ବୃଦ୍ଧ ଦମ୍ପତି ବିଜୁଳି ନାଏକ(୬୫), ସ୍ବାମୀ ସୁରଭି ନାଏକ(୭୦) ବେସାହାରା ହୋଇ...

ଟାଟା-ଏର୍ନାକୁଲମ୍‌ ଏକ୍ସପ୍ରେସ୍‌ରେ ହଠାତ୍‌ ଲାଗିଲା ନିଆଁ: ଜଳିଗଲା ୨ ବଗି

ଅମରାବତୀ,୨୯ା୧୨: ସୋମବାର ଆନ୍ଧ୍ରପ୍ରଦେଶର ୟେଲାମାଞ୍ଚିଲିରେ ଏକ ବଡ଼ ରେଳ ଦୁର୍ଘଟଣା ଘଟିଛି। ଟାଟା-ଏର୍ନାକୁଲମ ଏକ୍ସପ୍ରେସ୍‌ର B1 ଏବଂ M2 ବଗିରେ ହଠାତ୍‌ ନିଆଁ ଲାଗିଗଲା। ଅଗ୍ନିକାଣ୍ଡ...

ହନିମୁନ୍‌ ଅଧାରୁ ଫେରି ଆତ୍ମହତ୍ୟା କଲେ ନବଦମ୍ପତି: କାରଣ ଜାଣିଲେ ହୋଇଯିବେ ଆଶ୍ଚର୍ଯ୍ୟ…

ବେଙ୍ଗାଲୁରୁ,୨୯ା୧୨:ବେଙ୍ଗାଲୁରୁର ଏକ ନବଦମ୍ପତି ପରସ୍ପରଠାରୁ ୧,୦୦୦ କି.ମି. ଦୂରରେ ଆତ୍ମହତ୍ୟା କରିଛନ୍ତି। ଗତ ଅକ୍ଟୋବର ୨୯ରେ ସୂରଜ ଶିବାନ୍ନା(୩୬) ବେଙ୍ଗାଲୁରୁରେ ଗାନ୍‌ଭିଙ୍କୁ ବିବାହ କରିଥିଲେ। ଗତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri