ରାସ୍ତା ନାହିଁ ତ ଭୋଟ ନାହିଁ

ବୁଗୁଡ଼ା,୪ା୯(କାଳି ଚରଣ ଦାଶ): ସ୍ବାଧୀନତାର ୭୬ ବର୍ଷ ପରେ ବି ଗାଁକୁ ଭଲ ରାସ୍ତାଟିଏ ନାହିଁ। ଫଳରେ ଛାତ୍ରୀଛାତ୍ରଙ୍କ ସମେତ ଗ୍ରାମବାସୀ ଯାତାୟାତରେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏଭଳି ସ୍ଥିତି ଦେଖିବାକୁ ମିଳିଛି ବୁଗୁଡ଼ା ବ୍ଲକ ଗୋଲିଆ ପଞ୍ଚାୟତରେ।

ଗୋଲିଆ ପଞ୍ଚାୟତର ତାଳସର, ଡାହାଣୀପଲ୍ଲୀ, ମରେଇପଲ୍ଲୀ ଆଦି ଗାଁକୁ ସଂଯୋଗ କରୁଥିବା ରାସ୍ତା ଏବେ ମରଣଯନ୍ତା ପାଲଟିଛି। ଫଳରେ ଷଷ୍ଠରୁ ଦଶମ ଯାଏ ପଢୁଥିବା ଛାତ୍ରୀଛାତ୍ରମାନେ ଗୋଲିଆ ହାଇସ୍କୁଲ ଏବଂ ଲୋକେ ଭତ୍ତା ଟଙ୍କା ଓ ରାଶନ ପାଇଁ ପଞ୍ଚାୟତ ଅଫିସକୁ ଯିବା ଆସିବାରେ ନାନାଦି ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ବିପଦ ସମୟରେ ଆମ୍ବୁଲାନ୍ସ ମରେଇପଲ୍ଲୀ ଗାଁ ପାଖକୁ ଯାଇପାରୁଥିବା ବେଳେ ଅନ୍ୟ ଗାଁଗୁଡ଼ିକୁ ଯାଇ ପାରୁ ନ ଥିବାରୁ ଲୋକେ ରୋଗୀକୁ ଆମ୍ବୁଲାନ୍ସ ପାଖକୁ ଆଣିବାକୁ ବାଧ୍ୟ ହେଉଛନ୍ତି।

ଏ ନେଇ ସମ୍ପୃକ୍ତ ଗ୍ରାମବାସୀ ଜନପ୍ରତିନିଧିଙ୍କ ନିକଟରେ ଗୁହାରି କଲେ ମଧ୍ୟ ପ୍ରତିଶ୍ରୁତି ଛଡ଼ା କୌଣସି ସୁଫଳ ମିଳୁ ନ ଥିବା ଅଭିଯୋଗ ହେଉଛି। ତେବେ ମହିଳା ଓ ପୁରୁଷ ସମସ୍ୟା ସମାଧାନ ପାଇଁ ଏକ ଅଭିଯୋଗ ପତ୍ର ବିଡିଓ ବାସୁଦେବ ନାୟକଙ୍କୁ ପ୍ରଦାନ କରିଛନ୍ତି। ରାସ୍ତା ସମସ୍ୟାର କୌଣସି ସମାଧାନ ନ ହେଲେ ଆଗାମୀ ଦିନରେ ଗ୍ରାମବାସୀ ସମୂହ ଭୋଟ ବର୍ଜନ କରିବାକୁ ଅଭିଯୋଗ ପତ୍ରରେ ଉଲ୍ଲେଖ କରିଛନ୍ତି।

ବିଡିଓ ଅଭିଯୋଗକୁ ଭିତ୍ତି କରି ଆସନ୍ତାକାଲି ସେଠାକୁ ଯାଇ ରାସ୍ତା ଅବସ୍ଥା ଦେଖି ମୋରମ୍‌ କିମ୍ବା କ୍ରଶର ଗୁଣ୍ଡ ପକାଇ ଆବାଶ୍ୟକ ବ୍ୟବସ୍ଥା କରିବାକୁ ପ୍ରତିଶ୍ରୁତି ଦେଇଛନ୍ତି। ଏପରିକି ରାସ୍ତାକୁ ଗ୍ରାମ୍ୟ ଉନ୍ନୟନ ବିଭାଗକୁ ହସ୍ତାନ୍ତର କରାଯାଇଛି ଏବଂ ପକ୍କା ରାସ୍ତା ନିର୍ମାଣ ପାଇଁ ଟେଣ୍ଡର ପ୍ରକ୍ରିୟା ପରେ ରାସ୍ତା କାମ ହେବ ବୋଲି ବିଡିଓ ଗ୍ରାମବାସୀଙ୍କୁ ଆଶ୍ୱାସନା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri