ଛାତ୍ରୀ ନିବାସକୁ ନାହିଁ ରାସ୍ତା: ସମସ୍ୟା ଭୋଗୁଛନ୍ତି ୨୩୦ ଆଦିବାସୀ ଛାତ୍ରୀ

ମୋହନା,୨୪।୮(ମନ୍ମଥ ମିଶ୍ର): ଛାତ୍ରୀ ନିବାସ ଅଛି। ଛାତ୍ରୀ ଅଛନ୍ତି। ପାଠପଢ଼ା ପାଇଁ ସବୁ ବ୍ୟବସ୍ଥା ଅଛି। ହେଲେ ବିଦ୍ୟାଳୟରେ ପହଞ୍ଚିବା ପାଇଁ ନାହିଁ ଭଲ ରାସ୍ତା। ଫଳରେ ପ୍ରତିଦିନ ଯାତାୟାତରେ ହନ୍ତସନ୍ତ ହେଉଛନ୍ତି ପ୍ରାୟ ୨୩୦ ଜଣ ଆଦିବାସୀ ଛାତ୍ରୀ। ଏଭଳି ଅବ୍ୟବସ୍ଥାର ଚିତ୍ର ଦେଖିବାକୁ ମିଳିଛି ଚାନ୍ଦିପୁଟ ଆଦିବାସୀ ବାଳିକା ବିଦ୍ୟାପୀଠରେ। ବିଦ୍ୟାଳୟ ସହ ଛାତ୍ରୀନିବାସକୁ ରାସ୍ତା ନିର୍ମାଣ ପାଇଁ ବାରମ୍ବାର ଅଭିଯୋଗ କରାଯାଇଥିଲେ ମଧ୍ୟ ସମସ୍ୟାର ସମାଧାନ ହେଉ ନ ଥିବା ଅଭିଯୋଗ କରିଛନ୍ତି ପ୍ରଧାନ ଶିକ୍ଷୟିତ୍ରୀ ରାଜଲକ୍ଷ୍ମୀ ବେହେରା।

ଜିଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀରେ ପ୍ରଧାନ ଶିକ୍ଷୟିତ୍ରୀଙ୍କ ସହ ଅଭିଭାବକମାନେ ମଧ୍ୟ ଏନେଇ ଅଭିଯୋଗ କରିଛନ୍ତି। ଚାନ୍ଦିପୁଟ ଆଦିବାସୀ ବାଳିକା ବିଦ୍ୟାପୀଠରେ ଅଷ୍ଟମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ପ୍ରାୟ ୨୩୦ ଜଣ ଆଦିବାସୀ ଛାତ୍ରୀ ପାଠ ପଢ଼ୁଛନ୍ତି। କିନ୍ତୁ ବିଦ୍ୟାଳୟ ସହ ଛାତ୍ରୀ ନିବାସକୁ ଯିବା ପାଇଁ ଭଲ ରାସ୍ତାଟିଏ ନ ଥିବାରୁ ପ୍ରତିଦିନ ଛାତ୍ରୀ ଓ ବିଦ୍ୟାଳୟ କର୍ତ୍ତୃପକ୍ଷଙ୍କୁ ଭୋଗିବାକୁ ପଡୁଛି ଅନେକ ସମସ୍ୟା। ବିଶେଷକରି ବର୍ଷା ଦିନରେ ସ୍ଥିତି ଆହୁରି ଦୟନୀୟ ହୋଇପଡୁଥିବା ଅଭିଯୋଗ ହୋଇଛି। ରାସ୍ତା ଖରାପ ଥିବାରୁ ଛାତ୍ରୀଙ୍କ ଯାତାୟାତ ସହ ଜରୁରୀକାଳୀନ ସମୟରେ ଯିବାଆସିବା ମଧ୍ୟ ଏକ ବଡ଼ ସମସ୍ୟା ପାଲଟିଛି।

କେବଳ ରାସ୍ତା ସମସ୍ୟା ନୁହେଁ, ବିଦ୍ୟାଳୟରେ ଜରୁରୀକାଳୀନ ଚିକିତ୍ସା ପାଇଁ ଆବଶ୍ୟକ ଔଷଧ କିମ୍ବା ମେଡ଼ିକାଲ ଖର୍ଚ୍ଚ ବାବଦକୁ କୌଣସି ଅର୍ଥ ଜିଲା ମଙ୍ଗଳ ଅଧିକାରୀ ଦେଉ ନାହାନ୍ତି। ଯାହା ଫଳରେ ଗରିବ ଆଦିବାସୀ ଛାତ୍ରୀଟିଏ ଉତ୍ତମ ଚିକିତ୍ସାରୁ ବଞ୍ଚିତ ହେଉ ଅଛି। ଏହାସହ ବିଦ୍ୟାଳୟ ଓ ଛାତ୍ରୀ ନିବାସକୁ ବାର୍ଷିକ ମରାମତି ପାଇଁ ଆସୁଥିବା ଅର୍ଥ ମଧ୍ୟ ବନ୍ଦ ହୋଇଥିବା ନେଇ ପ୍ରଧାନ ଶିକ୍ଷୟିତ୍ରୀ ଅଭିଯୋଗ କରିଛନ୍ତି। ଆଦିବାସୀ ଛାତ୍ରୀଙ୍କ ଶିକ୍ଷା ଓ ସୁରକ୍ଷା ପାଇଁ ସରକାର ବିଭିନ୍ନ ଯୋଜନା କରୁଥିବାବେଳେ ଏହି ଆଦିବାସୀ ବାଳିକା ବିଦ୍ୟାଳୟରେ ଏଭଳି ମୌଳିକ ସମସ୍ୟା କାହିଁକି ରହିଛି, ତାହାକୁ ନେଇ ଏବେ ପ୍ରଶ୍ନ ଉଠିଛି। ବିଦ୍ୟାଳୟକୁ ରାସ୍ତା ନିର୍ମାଣ, ଆବଶ୍ୟକ ମେଡ଼ିକାଲ ଖର୍ଚ୍ଚ ଏବଂ ମରାମତି ପାଇଁ ଅର୍ଥ ଯୋଗାଣ ଏହି ତିନୋଟି ଦାବିକୁ ନେଇ ଜିଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣିରେ ଦ୍ୱାରସ୍ଥ ହୋଇଛନ୍ତି ପ୍ରଧାନ ଶିକ୍ଷୟିତ୍ରୀ ଓ ଅଭିଭାବକ। ଏବେ ପ୍ରଶ୍ନ ହେଉଛି, ୨୩୦ ଜଣ ଆଦିବାସୀ ଛାତ୍ରୀଙ୍କ ଭବିଷ୍ୟତକୁ ଦୃଷ୍ଟିରେ ରଖି ପ୍ରଶାସନ କେବେ ନେବ ପଦକ୍ଷେପ? କେବେ ହେବ ବିଦ୍ୟାଳୟକୁ ଯିବା ପାଇଁ ଭଲ ରାସ୍ତା ? ଆଉ କେବେ ସମାଧାନ ହେବ ଔଷଧ ଓ ମରାମତି ଅର୍ଥର ସମସ୍ୟା? ଏବେ ଏହାକୁ ହିଁ ଅପେକ୍ଷା। ତେବେ ଅଭିଯୋଗ ପରେ ପ୍ରଶାସନ କେବେ ଗୁହାରି ଶୁଣୁଛି ତାହା ଉପରେ ଏବେ ସମସ୍ତଙ୍କ ନଜର।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ ମଙ୍ଗଳ: ୪ ରାଶିର କ୍ୟାରିୟରରେ ହେବ ବଡ଼ ଉନ୍ନତି, ବ୍ୟବସାୟରେ…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଆସନ୍ତା ୨୪ ସେପ୍ଟେମ୍ବର ୨୦୨୬, ଗୁରୁବାର ସକାଳ ୫ଟା ୫୦ ମିନିଟରେ ମଙ୍ଗଳ ଗ୍ରହ ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ। ଶନିଙ୍କ ନକ୍ଷତ୍ର…

ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଲେ ସଇତାନ ପୁଅ! କୁମ୍ଭାରପଡ଼ାରେ ହଇଚଇ

ପୁରୀ,୨୪।୮(ଅଜିତ କୁମାର ମହାନ୍ତି): ପୁରୀ ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ନିଜ ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଇଛନ୍ତି ଜଣେ ସଇତାନ ପୁଅ! ପୁରୀ କୁମ୍ଭାରପଡ଼ାରେ…

ଆରକ୍ଷଣକୁ ନେଇ ଅଭିଜିତ ଦୀପକେଙ୍କ ବଡ଼ ବୟାନ, କହିଲେ- ‘ମୁଁ ଦଳିତ ପରିବାରରୁ ଆସିଛି, ମୋ ବାପା …’

ନୂଆଦିଲ୍ଲୀ,୨୪।୮: ଦେଶର ବିଭିନ୍ନ ସ୍ଥାନରେ ଏବେ ଆରକ୍ଷଣ ବ୍ୟବସ୍ଥା ଏବଂ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (UGC)ର ଇକ୍ୱିଟି ନିୟମକୁ ନେଇ ପ୍ରଦର୍ଶନ ଚାଲିଛି। ପ୍ରଦର୍ଶନକାରୀମାନେ ଜାତିଭିତ୍ତିକ ଆରକ୍ଷଣ…

ବିବାଦରେ ଫସିଲେ କ୍ରିତି ସାନନ, ସୋସିଆଲ ମିଡିଆରେ ଉଠିଲା ଝଡ଼

ମୁମ୍ବାଇ: ଗୋଟିଏ ପର୍ବ, ଦାମୀ ବିଜ୍ଞାପନ, ବଲିଉଟର ଜଣେ ବଡ଼ ଚେହେରା ଏବଂ ସୋସିଆଲ ମିଡିଆରେ ବିବାଦ। ରକ୍ଷାବନ୍ଧନ ପାଇଁ ତିଆରି ହୋଇଥିବା ଏକ ଜୁଏଲାରୀ ବିଜ୍ଞାପନକୁ…

ବିଶ୍ୱକପ୍‌ ଜିତିବା ସ୍ବପ୍ନ ଧୂଳିସାତ୍‌! ଆର୍ଜେଣ୍ଟିନାଠାରୁ ଲଜ୍ଜାଜନକ ପରାଜୟ ପରେ ବିଶ୍ୱକପ୍‌ରୁ ବାଦ୍‌ ପଡ଼ିଲା ଟିମ ଇଣ୍ଡିଆ

ନୂଆଦିଲ୍ଲୀ,୨୪।୮: ଭାରତୀୟ ଦଳ ୨୦୨୬ ହକି ବିଶ୍ୱକପ୍‌ରେ ସୋମବାର (୨୪ ଅଗଷ୍ଟ) ଆର୍ଜେଣ୍ଟିନା ବିପକ୍ଷ ମ୍ୟାଚରେ ୫-୩ ଗୋଲ୍‌ରେ ଲଜ୍ଜାଜନକ ପରାଜୟର ସାମ୍ନା କରିଛି। ଆମ୍ସଟେଲଭିନର ୱାଗନର୍‌…

ପ୍ରଧାନଶିକ୍ଷକ ଭାବେ ନିଯୁକ୍ତି ପାଇଲେ ୫୭ ଶିକ୍ଷକ: ଦୀର୍ଘ ଅପେକ୍ଷାର ଘଟିଲା ଅନ୍ତ

ହାଟଡିହୀ/ଛେନାପଦୀ,୨୪l୮(ଶୁଭକାନ୍ତ ନାୟକ/ନିରାକାର ପରିଡା):କେନ୍ଦୁଝର ଜିଲା ହାଟଡିହୀ ଶିକ୍ଷା ଜିଲାର ୫୭ ଜଣ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶିକ୍ଷକଙ୍କୁ ପ୍ରଧାନଶିକ୍ଷକ ଭାବେ ନିଯୁକ୍ତି ପତ୍ର ପ୍ରଦାନ କରାଯାଇଛି l…

ଆନ୍ଦୋଳନକୁ ଓହ୍ଲାଇଲେ ଚାଷୀ: ୨୪ ଘଣ୍ଟାରେ ଦାବି ପୂରଣ ନ ହେଲେ…

ଝାରବନ୍ଧ,୨୪।୮(ଦେବେନ୍ଦ୍ର ସାହୁ): ଧାନ ବିକ୍ରି ପାଇଁ ଆଟ କିସମ ଜମି ପଞ୍ଜିକରଣ ହେଉ ନ ଥିବାରୁ ଚାଷୀ ଆନ୍ଦୋଳନକୁ ଓହ୍ଲାଇଛନ୍ତି l ଆଟ କିସମକୁ ପଞ୍ଜିକରଣ କରା…

‘ଦେଶର ସବୁଠାରୁ ଶ୍ରେଷ୍ଠ ପ୍ରଧାନମନ୍ତ୍ରୀ କିଏ?’ ଅଭିଜିତ ଦୀପକେଙ୍କ ଉତ୍ତରକୁ ନେଇ ଚର୍ଚ୍ଚା

ନୂଆଦିଲ୍ଲୀ,୨୪।୮: କକରୋଚ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜୀତ ଦୀପକେଙ୍କୁ ଯେତେବେଳେ ପଚରାଯାଇଥିଲା ଯେ, ଦେଶର ଏପର୍ଯ୍ୟନ୍ତର ସବୁଠାରୁ ଶ୍ରେଷ୍ଠ ପ୍ରଧାନମନ୍ତ୍ରୀ କିଏ, ସେତେବେଳେ ସେ ପଣ୍ଡିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri