ଗ୍ରାମକୁ ରାସ୍ତା ନାହିଁ, ଜିଲାପାଳଙ୍କୁ ଦାବିପତ୍ର

ଗୋପ,୯।୫(ଡି.ଏନ୍‌.ଏ.): ରାଜ୍ୟ ସରକାର ସାଧାରଣ ଲୋକଙ୍କ ମୌଳିକ ସୁବିଧାକୁ ଅଧିକ ଗୁରୁତ୍ୱ ଦେଉଥିବାବେଳେ ଗୋପ ବ୍ଲକ କୁଆଁପଡା ପଞ୍ଚାୟତ ଦଳିତ ନାୟକ ସାହି ଗ୍ରାମକୁ ଏପର୍ଯ୍ୟନ୍ତ ରାସ୍ତା ନାହିଁ। ଏହି ଗ୍ରାମରେ ୨୦ରୁ ଊଦ୍ଧର୍‌ବ ପରିବାର ବାସ କରୁଥିବାବେଳେ ବ୍ଲକ ପ୍ରଶାସନ ଏଥିପ୍ରତି ଗୁରୁତ୍ୱ ଦେଉ ନ ଥିବା ଅଭିଯୋଗ ହୋଇଛି। ଏନେଇ ସୋମବାର ଗ୍ରାମବାସୀ ପୁରୀ ଜିଲାପାଳଙ୍କୁ ଏକ ଅଭିଯୋଗପତ୍ର ଦେଇଛନ୍ତି। ପ୍ରକାଶ ଯେ, ଏହି ଗ୍ରାମକୁ ଯିବା ଆସିବା ପାଇଁ ନିକଟସ୍ଥ ଚଢ଼େଇ ଗଁା ନିକଟରେ ଏକ ସରକାରୀ ରାସ୍ତା ରହିଛି। ମାତ୍ର ବ୍ଲକ ପ୍ରଶାସନ ଓ ପଞ୍ଚାୟତ ପକ୍ଷରୁ ସେହି ରାସ୍ତାର କୌଣସି କାମ କରାଯାଉନାହିଁ। ଫଳରେ ସେହି ରାସ୍ତାରେ ଯିବାଆସିବା ସମ୍ଭବ ହୋଇନାହିଁ। ଗ୍ରାମର ସମସ୍ତ ପରିବାରର ୧୦୦ରୁ ଅଧିକ ଜନସାଧାରଣ ଦୈନିକ ନିକଟସ୍ଥ ବେସରକାରୀ ରାସ୍ତାରେ ଯିବାଆସିବା କରୁଛନ୍ତି। ଗ୍ରାମବାସୀ ଦୀର୍ଘବର୍ଷ ଧରି ଜିଲା ପ୍ରଶାସନ, ବ୍ଲକ ପ୍ରଶାସନ ସହିତ ସ୍ଥାନୀୟ ରାଜନେତାଙ୍କୁ ଏନେଇ ଅଭିଯୋଗ କରିଥିଲେ ମଧ୍ୟ ଏପର୍ଯ୍ୟନ୍ତ କୌଣସି ସୁଫଳ ମିଳିପାରିନାହିଁ। ସରକାର ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ଯୋଜନାରେ ଗଁା ରାସ୍ତା, ଖେଳପଡ଼ିଆ ସହିତ ଆଉ କେତେକ ଯୋଜନାରେ ଅନ୍ତର୍ଭୁକ୍ତ କରିବାକୁ ନିୟମ ରହିଥିବାବେଳେ ଏହି ଗଁା ପ୍ରତି ବୈମାତୃକ ମନୋଭାବ କରାଯାଇଥିବା ଭଳି ଅଭିଯୋଗ ହୋଇଛି। ବ୍ଲକରେ ଆୟୋଜିତ ଜନଶୁଣାଣି ଶିବିରରେ ଗ୍ରାମବାସୀ ବାରମ୍ବାର ଅଭିଯୋଗ କରିଥିଲେ ମଧ୍ୟ ଏନେଇ କୌଣସି କାର୍ଯ୍ୟାନୁଷ୍ଠାନ ନିଆଯାଉନାହିଁ। ଏପରି ଅଭିଯୋଗ ପ୍ରତି ଗୋପ ବ୍ଲକ ବିଡିଓ ଦୀପ୍ତିରାଣୀ ଦାସଙ୍କୁ ପଚାରିବାରେ, ତାଙ୍କ ପାଖରେ ସେପରି ଅଭିଯୋଗ ନାହିଁ। ତଥାପି ନିଶ୍ଚିତ ଏ ପ୍ରସଙ୍ଗରେ ଦୃଷ୍ଟି ଦେବେ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...

କଳାହାଣ୍ଡି ଉତ୍ସବ ଲାଗି ପ୍ରସ୍ତୁତି ବୈଠକକୁ ନେଇ ପ୍ରଶ୍ନବାଚୀ: ଅନୁପସ୍ଥିତ ରହିଲେ ଉପରିସ୍ଥ ଅଧିକାରୀ, ଜାନୁଆରୀ ୯ରେ…

ଥୁଆମୂଳ ରାମପୁର,୩୦।୧୨(ଦୁର୍ଗା କୀର୍ତ୍ତି): ଆସନ୍ତା ୨୮ତମ କଳାହାଣ୍ଡି ଉତ୍ସବ ’ଘୁମୁରା-୨୦୨୬’ ଅବସରରେ ମାହୁଲପାଟଣା ସ୍ଥିତ ଇନ୍ଦ୍ରାବତୀ ଜଳଭଣ୍ଡାରର କେନ୍ଦୁଗୁଡ଼ା ଘାଟଠାରେ ଆୟୋଜିତ ହେବାକୁ ଥିବା ପାରମ୍ପରିକ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ରାସ୍ତାକଡ଼ରେ ପଡ଼ିଛି ନବଜାତ ଶିଶୁପୁତ୍ରର ମୃତଦେହ, କିଏ-କାହିଁକି ଫିଙ୍ଗି…

ରାୟଗଡ଼ା,୩୦।୧୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହର ମହିଳା ମହାବିଦ୍ୟାଳୟ ପାର୍ଶ୍ୱ ଗଳିରେ ରିଙ୍ଗ ରୋଡକୁ ସଂଯୋଗ କରୁଥିବା ରାସ୍ତାକଡ଼ରେ ଏକ ନବଜାତ ଶିଶୁପୁତ୍ର ମୃତଦେହ ପଡ଼ିଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri