ରାସ୍ତା ନଥିବାରୁ ଷ୍ଟ୍ରେଚରରେ ବୁହାହେଲେ ଗର୍ଭବତୀ: ଆମ୍ବୁଲାନ୍ସ କର୍ମଚାରୀଙ୍କ ପ୍ରଚେଷ୍ଟାରେ ମେଡିକାଲ ପହଞ୍ଚିଲେ

ମୋହନା, ୨୧ା୧( ମନ୍ମଥ ମିଶ୍ର): ରାସ୍ତା ନଥିବାରୁ ଷ୍ଟ୍ରେଚରରେ ବୁହାହେଲେ ଗର୍ଭବତୀ ମହିଳା। ଏମିତି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା ବ୍ଲକ ବାଡେଗୁଡା ପଞ୍ଚାୟତ ପଡ଼େରେମା ଗାଁରେ। ଗାଁର ଲଷ୍ମୀ ନାୟକ ନାମକ ମହିଳାଙ୍କୁ ପ୍ରସବ ଯନ୍ତ୍ରଣା ହୋଇଥିଲା।

ଘରଲୋକ ଆମ୍ବୁଲାନ୍ସକୁ ଫୋନ୍‌ କରିଥିଲେ, ଆମ୍ବୁଲାନ୍ସ ମଧ୍ୟ ଠିକ୍ ସମୟରେ ପହଞ୍ଚିଥଲା। ତେବେ ବାଡେଗୁଡା ଠାରୁ ପଡ଼େରେମା ଗାଁକୁ ଭଲ ରାସ୍ତା ନଥିବାରୁ ବାଡେଗୁଡାରେ ଆମ୍ବୁଲାନ୍ସଟି ରହିଯାଇଥିଲା। ଫଳରେ ଆମ୍ବୁଲାନ୍ସ ଫାର୍ମାସିଷ୍ଟ ବିଦ୍ୟାଧର ସାହୁ, ପାଇଲଟ ଆଲୋକ କୁମାର ନାୟକ ଓ ସଞ୍ଜୟ ଦଳବେହେରାଙ୍କ ପ୍ରଚେଷ୍ଟାରେ ଷ୍ଟ୍ରେଚରରେ ଦୀର୍ଘ ୩ କି.ମି ବୋହି ମହିଳାଙ୍କୁ ନେଇଥିଲେ ଏବଂ ଗାଡ଼ିରେ ମହିଳାଙ୍କୁ ଅଡବା ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ରରେ ପହଞ୍ଚାଇଥିଲେ।

ମେଡିକାଲରେ ମହିଳାଙ୍କର ଏକ ପୁତ୍ର ସନ୍ତାନ ଜନ୍ମହେଇଥିବାବେଳେ ଉଭୟ ମା’ ଓ ଶିଶୁ ସୁସ୍ଥ ଥିବା ନେଇ ଡାକ୍ତର ଅମରେଶ କୁମାର ପାତ୍ର କହିଛନ୍ତି। ତେବେ ବାଡେଗୁଡା ଠାରୁ ପଡ଼େରେମା ରାସ୍ତା ନିର୍ମାଣ ନିମନ୍ତେ ବାରମ୍ବାର ପ୍ରଶାସନକୁ ଅଭିଯୋଗ କଲେ ମଧ୍ୟ ଦୀର୍ଘଦିନ ହେଲା ରାସ୍ତା ନିର୍ମାଣ ହେଇପାରୁନି। ଗାଁ କୁ ଭଲ ରାସ୍ତାଟିଏ ହେଲେ ମୌଳିକ ସୁବିଧା ପାଇପାରିବେ ବୋଲି ଗ୍ରାମବାସୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭଞ୍ଜନଗରରେ ଅଧିକ ବର୍ଷା ଆଶଙ୍କା: ତଳିଆ ଅଞ୍ଚଳବାସୀଙ୍କ ପାଇଁ ସତର୍କ ସୂଚନା ଜାରି

ଭଞ୍ଜନଗର,୨୧।୯(ବାବୁଲା ପ୍ରଧାନ): ଭଞ୍ଜନଗର ଜଳଭଣ୍ଡାରରେ ବର୍ତ୍ତମାନ ପ୍ରାୟ ୮୧ ପ୍ରତିଶତ ଜଳ ସଞ୍ଚିତ ଥିବାବେଳେ ଆଗାମୀ ଦିନରେ ଅଧିକ ବର୍ଷାର ସମ୍ଭାବନା ଅଛି । ତେଣୁ ଭଞ୍ଜନଗର…

ସୁପୋଷିତ ଓଡ଼ିଶା ମିଶନ: ୨୧,୫୯୪ ଅଙ୍ଗନୱାଡି କେନ୍ଦ୍ରରେ ସର୍ଭେ କାର୍ଯ୍ୟ ଆରମ୍ଭ

ଭଞ୍ଜନଗର,୨୧।୯(ବାବୁଲା ପ୍ରଧାନ): ସୁପୋଷିତ ଓଡ଼ିଶା ମିଶନ ମାଧ୍ୟମରେ ରାଜ୍ୟର ୨୧,୫୯୪ଟି ଅଙ୍ଗନୱାଡି କେନ୍ଦ୍ରରେ ଜାତୀୟ ସେବା ଯୋଜନା (NSS)ର ବିଭିନ୍ନ ଶାଖାରେ କାର୍ଯ୍ୟରତ ୪,୩୩୪ ଜଣ ସ୍ବେଚ୍ଛାସେବୀ…

ଭଞ୍ଜନଗର ଉପଖଣ୍ଡର ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ: ୪୫୮୬ ନୂଆ ଯୋଡ଼ିହେଲେ, ୩୬୩୪୨ ପଡ଼ିଲେ ବାଦ୍‌

ଭଞ୍ଜନଗର,୨୧।୯(ବାବୁଲା ପ୍ରଧାନ):ଦୀର୍ଘ ସାଢ଼େ ତିନି ମାସ ଧରି ଚାଲିଥିବା ସ୍ବତନ୍ତ୍ର ସଘନ -୨୦୨୬ ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା ଶେଷ ହେବା ପରେ ସୋମବାର ଚୂଡ଼ାନ୍ତ ଭୋଟର…

ଗଭୀର ଅବପାତର ରୂପ ନେଲା ଲଘୁଚାପ, ସମ୍ଭାବ୍ୟ ବାତ୍ୟା ମୁକାବିଲା ପ୍ରସ୍ତୁତି ଆରମ୍ଭ

ଗଞ୍ଜାମ,୨୧।୯(ବିଦ୍ୟାଧର ସାହୁ ): ଉତ୍ତର ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଗଭୀର ଅବପାତର ରୂପ ନେଇ ବଙ୍ଗୋପସାଗର ଆଡ଼କୁ ଗତି କରିବା ନେଇ ଭାରତୀୟ ପାଣିପାଗ…

ବାତ୍ୟାକୁ ନେଇ ବଡ଼ ଅପଡେଟ୍‌ ଦେଲେ ମୁଖ୍ୟ ଶାସନ ସଚିବ: ୧୧ ଜିଲା ହେବ ପ୍ରଭାବିତ

ଭୁବନେଶ୍ୱର,୨୧।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ସଂଲଗ୍ନ ଅଞ୍ଚଳ ଉପରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ସୋମବାର ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଅବପାତ ରୂପ…

ବର୍ଷା, ପବନରେ ଓଲଟିଲା ପୂଜା ମଣ୍ଡପ: ଚାପି ହୋଇଗଲା କାର୍‌, ବାଇକ୍‌

ପାରାଦୀପ,୨୧।୯(ଶରତ ରାଉତ): ପାରାଦୀପର ପ୍ରସିଦ୍ଧ ବିଶ୍ବକର୍ମା ପୂଜା ମହୋତ୍ସବ ସୋମବାର ପଞ୍ଚମ ଦିନରେ ପହଞ୍ଚିଛି। ହେଲେ ଲଘୁଚାପ ଜନିତ ବର୍ଷା, ପବନ ଯୋଗୁ ପାରାଦୀପ ପୋର୍ଟ ଆଣ୍ଡ…

ସମ୍ଭାବ୍ୟ ବାତ୍ୟା ଭୟ ଭିତରେ ବଡ଼ ସୂଚନା ଦେଲେ IMD ଡିଜି: ୨୨ ତାରିଖ ସନ୍ଧ୍ୟାରୁ…

ଭୁବନେଶ୍ୱର,୨୧।୯:ଗଭୀର ଅବପାତ ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷିବ। ଏନେଇ ସୂଚନା ଦେଇଛନ୍ତି IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର। IMD ଡିଜିଙ୍କ କହିବାନୁସାରେ, ପୁରୀରୁ ଦକ୍ଷିଣକୁ ଥିବା…

ଯୁବକଙ୍କୁ ମୃତ ଘୋଷଣା କଲେ ଡାକ୍ତର; ଜୀବନ ବଞ୍ଚାଇବାକୁ ମେଡିକାଲରେ ଝଡ଼ାଫୁଙ୍କା କଲେ ଗୁଣିଆ, ତାପରେ…!

ଆନନ୍ଦପୁର,୨୧।୯(ସୁଶାନ୍ତ କୁମାର ସାହୁ ): ପୁଣି ଥରେ ଅନ୍ଧବିଶ୍ୱାସର ମାୟାଜାଲରେ ସଭ୍ୟ ସମାଜ । ବିଜ୍ଞାନ ଏତେ ଆଗେଇ ଯାଇଥିଲେ ମଧ୍ୟ ଆଜି ବି ଲୋକଙ୍କ ମନରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?