‘ଛୁଟିରେ ରହିପାରିବେ ନାହିଁ କୌଣସି ସଚିବ’

ଭୁବନେଶ୍ୱର,୧୩ା୨(ରବିନାରାୟଣ ଜେନା): ରାଜ୍ୟକୁ ଉନ୍ନତ କରିବାକୁ ହେବ ଓ ସରକାରୀ କାର୍ଯ୍ୟରେ ଯେଭଳି ବାଧା ନ ଉପୁଜିବ, ତାହାକୁ ଦୃଷ୍ଟିରେ ରଖି ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ସବୁ ବିଭାଗର ସଚିବଙ୍କୁ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶନାମା ଜାରି କରିଛନ୍ତି। ଯୋଜନା ଓ ସଂଯୋଜନ ବିଭାଗ ଅତିରିକ୍ତ ସଚିବ ଶୁଭଶ୍ରୀ ନନ୍ଦ ଫେବୃଆରୀ ୧୦ରେ ମୁଖ୍ୟ ସଚିବଙ୍କ ନିର୍ଦ୍ଦେଶନାମାକୁ ନେଇ ସବୁ ବିଭାଗ ସଚିବଙ୍କୁ ଏକ ପତ୍ର ପ୍ରଦାନ କରିଛନ୍ତି। ସେଥିରେ ସେ ଦର୍ଶାଇଛନ୍ତି, ଆଗକୁ ବିଧାନସଭାର ବଜେଟ ଅଧିବେଶନ ରହିଛି। ଏହି ସମୟରେ କୌଣସି ସଚିବ ଛୁଟିରେ ରହିପାରିବେ ନାହିଁ। ଯଦି କୌଣସି ଜରୁରୀ କାର୍ଯ୍ୟ ପଡ଼େ ତେବେ ମୁଖ୍ୟ ସଚିବଙ୍କଠାରୁ ପୂର୍ବ ଅନୁମୋଦନକ୍ରମେ ଛୁଟିରେ ଯାଇପାରିବେ। ସେହିପରି ବଜେଟ ସଂକ୍ରାନ୍ତୀୟ ଯଦି କୌଣସି ନୂତନ ତଥା ଗୁରୁତ୍ୱପୂର୍ଣ୍ଣ ତଥ୍ୟ ରହିଥାଏ, ତାହାକୁ ତୁରନ୍ତ ଅବଗତ କରାଇଲେ ରାଜ୍ୟପାଳଙ୍କ ବଜେଟ ଅଭିଭାଷଣରେ ସ୍ଥାନ ଦିଆଯାଇପାରିବ। ତେବେ ଉକ୍ତ ତଥ୍ୟ ସରକାରଙ୍କ ପାଇଁ ସକାରାତ୍ମକ ଓ ବିକାଶମୁଖୀ ହୋଇଥିବା ଆବଶ୍ୟକ। ଏହାବାଦ୍‌ ବିଭାଗକୁ ଯଦି କେହି ଡେଲିଗେଟ୍‌ସ ଆସିବାର ସମ୍ଭାବନା ରହିଛି, ତେବେ ତାହା ପୂର୍ବରୁ ଜଣାଇବା ଆବଶ୍ୟକ। ବଜେଟ ଅଧିବେଶନ ପାଇଁ ତାହାକୁ ଠିକଣା ଭାବେ ସୂଚୀ ପ୍ରସ୍ତୁତ କରିବା ଲାଗି ମୁଖ୍ୟ ସଚିବ ନିର୍ଦ୍ଦେଶ ଦେଇଥିବା ନନ୍ଦଙ୍କ ବିବରଣୀରୁ ଜଣାପଡ଼ିଛି।

Dharitri –Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

୩ରେ ଆସି ୫ରେ ଫେରିବେ ଶାହା: ଜାଣନ୍ତୁ ସମ୍ପୂର୍ଣ୍ଣ କାର୍ଯ୍ୟକ୍ରମ

ଭୁବନେଶ୍ୱର,୧ା୭(ସୁନିତ୍‌ ମିଶ୍ର):ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ୩ ତାରିଖ ସା ୮ଟା ୪୦ରେ ଝାରସୁଗୁଡ଼ା ଠାରେ ପହଞ୍ଚିବେ। ଏହାପରେ ସ୍ଥାନୀୟ ଏକ ଘରୋଇ ହୋଟେଲରେ ରାତ୍ରିଯାପନ କରିବେ।…

ବଙ୍ଗୋପସାଗରରେ ହଲଚଲ! ଓଡ଼ିଶା ମୁହାଁ ମାଡ଼ି ଆସୁଛି…

ଭୁବନେଶ୍ୱର,୧।୭: ଉତ୍ତରବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ଦକ୍ଷିଣ ବାଂଲାଦେଶ ଉପକୂଳରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ । ବାୟୁମଣ୍ଡଳର ଦେଢ଼ରୁ ୫.୮ କିଲୋମିଟିର ଉଚ୍ଚତା ଯାଏଁ ସକ୍ରିୟ ରହିଛି ଲଘୁଚାପ। ପ୍ରଭାବରେ…

ଭାଜପାରେ ଚାଲିଛି ପତିଆରା ଲଢେଇ: ନିଗମ ପାଇଁ ଚତୁର ଗୋଟିଚାଳନା

ଭୁବନେଶ୍ୱର,୧।୭(ସୁନିତ୍‌ ମିଶ୍ର): ଓଡ଼ିଶାରେ ଭାଜପା ଶାସନକୁ ଆସିବାର ୨ ବର୍ଷ ପୂର୍ତ୍ତି ଉତ୍ସବ ନିକଟରେ ପାଳନ ହୋଇସାରିଛି। ରାଜ୍ୟର ଅନେକ ଜିଲାରେ ଏବେ ମଧ୍ୟ ସରକାରୀ ସ୍ତରରେ…

କାଲି ଥିଲେ ଶକ୍ତିଶାଳୀ, ଏବେ ମାଛି ଉଡାଉଛନ୍ତି ଏସବୁ ଆଇପିଏସ୍‌ ଅଫିସର

ଭୁବନେଶ୍ୱର,୧।୭(ସୁନିତ୍‌ ମିଶ୍ର): ୧୯୯୭ ବ୍ୟାଚ୍‌ ଆଇପିଏସ୍‌ ଅଫିସର ଡି.ଏସ୍‌. କୁଟ୍ଟେ, ୧୯୯୮ ବ୍ୟାଚ୍‌ ଆଇପିଏସ୍‌ ରବି କାନ୍ତ, ୨୦୦୪ ବ୍ୟାଚ୍‌ ଆଇପିଏସ୍‌ ଆଶିଷ ସିଂ ଏବଂ ୨୦୧୦…

ତାମିଲନାଡୁଗ୍ୟାସ ଟ୍ରାଜେଡି: ଆଖି ବୁଜିଲେ ଆଉ ଜଣେ ଓଡ଼ିଆ ଯୁବତୀ

ଭୁବନେଶ୍ୱର,୧।୭: ତାମିଲନାଡୁର ତିରୁଭଲ୍ଲୁରଠାରେ ଘଟିଥିବା ଆମୋନିଆ ଗ୍ୟାସ୍‌ ଲିକ୍‌ ଘଟଣାରେ ବୁଧବାର ମୃତ୍ୟୁ ସଂଖ୍ୟା ୧୪କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଛନ୍ତି ଆଉ ଜଣେ…

ସଂସ୍କୃତିର ଅନ୍ୟ ନାମ ସ୍ବଚ୍ଛତା

ଜାପାନୀ ଭାଷାରେ ଅଛି-‘ଟାଟ୍‌ସୁ ଟୋରି ଏଟୋ ଓ୍ବ ନିଗୋସାଜୁ’। ଏହାର ଆକ୍ଷରିକ ଇଂଲିଶ୍‌ ଅନୁବାଦ କଲେ ହେବ-‘ଏ ବାର୍ଡ ଲିଭ୍‌ସ ନଥିଂ ବିହାଇଣ୍ଡ’। ଓଡ଼ିଆରେ ଏହାକୁ କୁହାଯାଇପାରେ-‘ପକ୍ଷୀ…

ସାଧାରଣ ଜନତାଙ୍କୁ ବଡ଼ ଆଶ୍ୱସ୍ତି: କମିଲା ଗ୍ୟାସ୍‌ ଦର

ନୂଆଦିଲ୍ଲୀ,୧।୭: ଜୁଲାଇ ମାସ ଆରମ୍ଭରୁ ଗ୍ରାହକଙ୍କୁ ବଡ଼ ଆଶ୍ୱସ୍ତି। ମାର୍କେଟିଂ କମ୍ପାନୀଗୁଡ଼ିକ ୧୯ କିଲୋଗ୍ରାମ ବାଣିଜି୍ୟକ ଏଲପିଜି ସିଲିଣ୍ଡରର ମୂଲ୍ୟ ୧୮୩.୫୦ ହ୍ରାସ କରିଛନ୍ତି। ଏହି ନିଷ୍ପତ୍ତି…

ବରଗଡ଼ ଆସିବେ ଅମିତ୍ ଶାହା: ୨ଜି ଇଥାନଲ ପ୍ଲାଣ୍ଟର କରିବେ ଉଦଘାଟନ, ଗସ୍ତ ପୂର୍ବରୁ ପ୍ରଶାସନ ତତ୍ପର

ବରଗଡ଼,୩୦।୬(ପ୍ରେମାନନ୍ଦ ଖମାରୀ)- ସ୍ଵରାଷ୍ଟ୍ର ମନ୍ତ୍ରୀ ଅମିତ୍ ଶାହା ଆସନ୍ତା ଜୁଲାଇ ମାସ ୪ତାରିଖ ବରଗଡ଼ ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ଏହି ଗସ୍ତରେ ଆସି ସେ ଭଟଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri