Posted inଖେଳ

ଚଳିତ ଆଇପିଏଲରେ ରହିବ ନାହିଁ ସଫ୍ଟ ସିଗନାଲ ନିୟମ

ମୁମ୍ବାଇ, ୩୦।୩ : କ୍ରିକେଟ କଣ୍ଟ୍ରୋଲ ବୋର୍ଡ ଅଫ୍‌ ଇଣ୍ଡିଆ (ବିସିସିଆଇ) ୨୦୨୧ ଆଇପିଏଲରେ ଲାଗୁ କରିବାକୁ ଯାଉଛି କିଛି ନୂଆ ନିୟମ। ନୂଆ ନିୟମ ସମ୍ପର୍କରେ ସମସ୍ତ ଫ୍ରାଞ୍ଚାଇଜକୁ ଅବଗତ କରାଇ ଦିଆଯାଇଛି। ଆଇପିଏଲରୁ ସଫ୍ଟ ସିଗନାଲ ନିୟମକୁ ବାଦ୍‌ ଦେଇଛି ବିସିସିଆଇ। ନୂଆ ନିୟମ ଅନୁସାରେ, ଫିଲ୍ଡ ଅମ୍ପାୟରଙ୍କ ସଫ୍ଟ ସିଗନାଲ ତୃତୀୟ ଅମ୍ପାୟରଙ୍କ ନିଷ୍ପତ୍ତି ଉପରେ ପ୍ରଭାବ ପକାଇବ ନାହିଁ।

କୌଣସି ନିଷ୍ପତ୍ତି ନେବା ପାଇଁ ଅନ୍‌ ଫିଲ୍ଡ ଅମ୍ପାୟରଙ୍କୁ ତୃତୀୟ ଅମ୍ପାୟରଙ୍କ ସହାୟତା ଦରକାର ପଡ଼ିଲେ, ବୋଲର ଏଣ୍ଡର ଅମ୍ପାୟର ଲେଗ୍‌ ଅମ୍ପାୟରଙ୍କ ସହ ପରାମର୍ଶ କରିବା ପରେ ନିଷ୍ପତ୍ତି ନେବେ। ଏହାପରେ ତୃତୀୟ ଅମ୍ପାୟରଙ୍କ ସହ ଯୋଗାଯୋଗ କରିବେ। ତୃତୀୟ ଅମ୍ପାୟର ଉପଲବ୍ଧ ଥିବା ସମସ୍ତ ଟେକନୋଲୋଜିର ବ୍ୟବହାର କରି ସଠିକ୍‌ ନିଷ୍ପତ୍ତି ନେବେ। ଏହାପରେ ଅନ୍‌ ଫିଲ୍ଡ ଅମ୍ପାୟରଙ୍କୁ ନିଜ ନିଷ୍ପତ୍ତି ସମ୍ପର୍କରେ ଜଣାଇବେ।

ଉଲ୍ଲେଖଯୋଗ୍ୟ, ଭାରତୀୟ ଅଧିନାୟକ ବିରାଟ କୋହଲି ସଫ୍ଟ ସିଗନାଲ ନିୟମକୁ କଡ଼ା ବିରୋଧ କରିଆସୁଛନ୍ତି। ଆଉ ଏଲ୍‌ବିଡବ୍ଲ୍ୟୁ ନିଷ୍ପତ୍ତିରେ ଅମ୍ପାୟରଙ୍କ ସିଗନାଲକୁ ମଧ୍ୟ ସେ ନାପସନ୍ଦ କରନ୍ତି। ହେଲେ ଏହାକୁ ଚଳିତ ଆଇପିଏଲରେ ବ୍ୟବହାର କରିବାକୁ ନିଷ୍ପତ୍ତି ନେଇଛି ବିସିସିଆଇ।


Enter your email to get our daily news in your inbox.

All Right Reserved By Dharitri.Com

ଆଜିଠୁ ବିଧାନସଭା ବଜେଟ ଅଧିବେଶନ, ୨୦୨୬-୨୭ ବର୍ଷ ପାଇଁ ବଜେଟ ଆଗତ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୭।୨(ସୁନିତ୍‌ ମିଶ୍ର): ୧୭ଦଶ ବିଧାନସଭାର ଷଷ୍ଠ ଅଧିବେଶନ ମଙ୍ଗଳବାରଠାରୁ ଆରମ୍ଭ ହେବ। ଏହି ଅଧିବେଶନରେ ରାଜ୍ୟ ସରକାର ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ପୂର୍ଣ୍ଣକାଳୀନ ବଜେଟ ଗୃହରେ…

‘କୃତ୍ରିମ ବୁଦ୍ଧିମତ୍ତା: ପରିବର୍ତ୍ତନ ଧାରାରେ ଭାରତ ଅଗ୍ରଣୀ’

ନୂଆଦିଲ୍ଲୀ,୧୭ା୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ନୂଆଦିଲ୍ଲୀର ଭାରତ ମଣ୍ଡପମ୍‌ଠାରେ ଇଣ୍ଡିଆ ଏଆଇ ଇମ୍ପାକ୍ଟ ଏକ୍ସପୋର ଉଦ୍‌ଘାଟନ କରିଛନ୍ତି। ଏହି ଅବସରରେ ସେ ବିଭିନ୍ନ ଷ୍ଟଲ୍‌ ବୁଲିବା…

ନ୍ୟୁଜ୍‌ କ୍ଲିକ୍‌ ପୋର୍ଟାଲକୁ ୧୨୦ କୋଟି ଜରିମାନା

ନୂଆଦିଲ୍ଲୀ,୧୭ା୨: ବହୁ ଚର୍ଚ୍ଚିତ ନ୍ୟୁଜ୍‌ କ୍ଲିକ୍‌ ପୋର୍ଟାଲ ଉପରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ୧୨୦ କୋଟି ଟଙ୍କା ଜରିମାନା କରିଛି। ଏଥିସହିତ ଏହି ପୋର୍ଟାଲର ପ୍ରତିଷ୍ଠାତା ପ୍ରବୀର…

ପ୍ରକାଶ ପାଇଲା ଜେଇଇ ମେନ୍‌ ରେଜଲ୍ଟ, ଭବେଶ ପାତ୍ର ଓଡ଼ିଶା ଟପ୍ପର

ଭୁବନେଶ୍ୱର,୧୭ା୨(ସୁଚିସ୍ମିତା ସାହୁ):  ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି ପକ୍ଷରୁ ଯୁଗ୍ମ ପ୍ରବେଶିକା ପରୀକ୍ଷା (ଜେଇଇ) ମେନ୍‌ ୨୦୨୬ ପ୍ରଥମ ସେସନର ପରୀକ୍ଷାଫଳ ସୋମବାର ପ୍ରକାଶ ପାଇଛି। ଜେଇଇ ପେପର-୧…

ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ, ବଗିଚା ଭିତରୁ ମୁର୍ମୁଷୁ ଅବସ୍ଥାରେ ଉଦ୍ଧାର

ଦେବଗଡ,୧୭।୨(ଶଶାଙ୍କ ଶେଖର ଝାଙ୍କର): ତିଲେଇବଣି ବ୍ଲକ ତଥା ଦେବଗଡ ଥାନା ଅନ୍ତର୍ଗତ ଟାଇଁସର ସ୍ଥିତ ଏକ ବଗିଚା ଭିତରୁ ମୁର୍ମୁଷୁ ଅବସ୍ଥାରେ ଜଣେ ଯୁବକଙ୍କୁ ଉଦ୍ଧାର କରାଯାଇଛି…

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri