ଧର୍ମ ପରିବର୍ତ୍ତନ କରିଥିବାରୁ ସତ୍କାର ପାଇଁ ଶ୍ମଶାନରେ ମିଳିଲାନି ଜାଗା: ଶେଷରେ…

ରାଇଘର/ଉମରକୋଟ, ୧୫।୪ (କିରଣ ପଟ୍ଟନାୟକ/ ସନ୍ତୋଷ ଶତପଥୀ): ମୂଳ ଧର୍ମ ଛାଡ଼ି ଅନ୍ୟ ଧର୍ମ ଗ୍ରହଣ କରିଥିବାରୁ ଗାଁ ଶ୍ମଶାନରେ ସତ୍କାର ପାଇଁ ଶବକୁ ମିଳୁନାହିଁ ସ୍ଥାନ । ଦୀର୍ଘ ୨୬ ଘଣ୍ଟା ହେଲା ତାଙ୍କ ଶବ ଘରେ ପଡ଼ି ରହିଛି l ଏଭଳି ଘଟଣା ଦେଖିବାକୁ ମିଳିଛି ନବରଙ୍ଗପୁର ଜିଲା ରାଇଘର ଏବଂ ଉମରକୋଟ ବ୍ଲକ୍‌ ଅଞ୍ଚଳରେ। ରାଇଘର ବ୍ଲକ୍‌ ଅନ୍ତର୍ଗତ ଦେବଗାଁ ପଞ୍ଚାୟତର ଡୁମୁରିମୁଣ୍ଡା ଗ୍ରାମର ଜଣେ ୭୦ ବର୍ଷୀୟା ମହିଳା ରାୟମତି ଗଣ୍ଡଙ୍କ ସୋମବାର ଅପରାହ୍ନ ୩ଟାରେ ମୃତ୍ୟୁ ଘଟିଥିଲା l ତେବେ ମୃତା ଏବଂ ତାଙ୍କ ପରିବାର ଗତ ୩ ବର୍ଷ ହେଲା ହିନ୍ଦୁଧର୍ମ ଛାଡ଼ି ଅନ୍ୟ ଧର୍ମ ଗ୍ରହଣ କରିଥିବାରୁ ଶ୍ମଶାନରେ ଶବ ସତ୍କାର ପାଇଁ ଗ୍ରାମବାସୀ ଜାଗା ଦେଉ ନ ଥିବାରୁ ସେଠାରେ ଉତ୍ତେଜନା ଲାଗି ରହିଛି l ପୋଲିସ ଏବଂ ପ୍ରଶାସନ ଘଟଣାସ୍ଥଳରେ ରହି ଗ୍ରାମବାସୀଙ୍କୁ ବୁଝାଶୁଝା କରୁଥିଲେ ମଧ୍ୟ ଖବର ଲେଖାହେବା ପର୍ଯ୍ୟନ୍ତ କୌଣସି ସମାଧାନର ରାସ୍ତା ବାହାରି ନ ଥିବା ଜଣାପଡ଼ିଛି l
ଏ ନେଇ ଗାଁରେ ଏକ ବୈଠକ କରାଯାଇ ଦୁଇ ଧର୍ମର ଲୋକେ ଆଲୋଚନା କରୁଛନ୍ତି l ଏପରିକି ବୃଦ୍ଧାଙ୍କ ନିଜ ପରିବାରର କେତେଜଣ ଲୋକ ଧର୍ମ ପରିବର୍ତ୍ତନ ନ କରି ମୂଳଧର୍ମରେ ରହିଥିବା ଯୋଗୁ ବୈଠକରେ ମୃତକଙ୍କ ପରିବାର ବିପକ୍ଷରେ ବସି ରହିଛନ୍ତି। ଫଳରେ ନିଜ ବଂଶଧର ପଟ୍ଟା ଜାଗାରେ ମଧ୍ୟ ବୃଦ୍ଧାଙ୍କ ମରଶରୀରକୁ ସତ୍କାର କରିବାକୁ ଅନୁମତି ଦେଉ ନ ତତ୍ବା ଜଣାପଡ଼ିଛି। ଏଭଳି ପରିସ୍ଥିତିରେ ରାଇଘର ଥାନା ଅଧିକାରୀ, ଉମରକୋଟ ଏସ୍‌ଡିପିଓ, ସ୍ଥାନୀୟ ତହସିଲଦାର ଘଟଣାସ୍ଥଳରେ ଲୋକଙ୍କୁ ବୁଝାଶୁଝା କରୁଥିବା ଦେଖିବାକୁ ମିଳିଛି ।
ସେହିପରି ଉମରକୋଟ ବ୍ଲକ୍‌ ଅନ୍ତର୍ଗତ କୋପେନା ପଞ୍ଚାୟତ ଅଧୀନ ଅଣ୍ଡରି ଗ୍ରାମର ରାଜମନ ସାନ୍ତାଙ୍କ ସ୍ତ୍ରୀ ମାଣିକ ସାନ୍ତା (୫୪)ଙ୍କ ମୃତ୍ୟୁ ଘଟିଛି। ମୃତ ମହିଳାଙ୍କ ପରିବାର ହିନ୍ଦୁଧର୍ମ ପରିବର୍ତ୍ତନକରି ଅନ୍ୟ ଧର୍ମ ଗ୍ରହଣ କରିଥିବାରୁ ଶ୍ମଶାନରେ କିମ୍ବା ଆଖପାଖ ମୌଜାରେ ଶବ ସତ୍କାର କରିବା ପାଇଁ ଜାଗା ଦିଆଯିବ ନାହିଁ ବୋଲି ଗ୍ରାମବାସୀ କହିଛନ୍ତି। ଯଦି ମୃତକଙ୍କ ପରିବାର ହିନ୍ଦୁଧର୍ମ ଗ୍ରହଣ କରନ୍ତି, ତା’ହେଲେ ଗାଁ ମଶାଣିରେ ଶବ ସତ୍କାର ପାଇଁ ଜାଗା ଦେବେ ଏବଂ ସମସ୍ତ ପ୍ରକାର ସହଯୋଗ କରିବେ ବୋଲି କହିଛନ୍ତି । ଖବରପାଇ ଉମରକୋଟ ତହସିଲଦାର ମେଗବାନ ବାଗ, ବିଡିଓ ମନୋଜ କୁମାର ମେହେର, ଆଇଆଇସି ବିପିନ କୁମାର ବାଗ, ବ୍ଲକ୍‌ ସହକାରୀ ନିର୍ବାହୀ ଯନ୍ତ୍ରୀ ଅଶ୍ୱିନୀ କୁମାର ପଟ୍ଟନାୟକ ପ୍ରମୁଖ ଗ୍ରାମବାସୀଙ୍କ ସହ ଆଲୋଚନା କରୁଛନ୍ତି। ତେବେଶେଷରେ ପୋଲିସ ପ୍ରଶାସନ ଉକ୍ତ ମହିଳାଙ୍କ ଜାଗାରେ ମୃତଦେହ ପୋତି ଦେଇଥିବା ଜଣାପଡ଼ିଛି

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…

ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର…

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

ପୁଇଁତୋଳା ପରିଚାଳନା କମିଟି ପକ୍ଷରୁ ଗଣେଶ ପୂଜା ପ୍ରସ୍ତୁତି: ଯୋଗଦେବେ ଛତ୍ରପୁର ବିଧାୟକ, ଟପ୍ପର ବିଦ୍ୟାର୍ଥୀଙ୍କୁ …

୫।୯ (ବିଦ୍ୟାଧର ସାହୁ): ଆସନ୍ତା ୧୪ ତାରିଖରେ ଅଗ୍ରପୂଜ୍ୟ ଗଜାନନଙ୍କ ଶ୍ରୀଗଣେଶ ଚତୁର୍ଥୀ। ଏଥିପାଇଁ ଗାଁଠୁ ସହର ସବୁଠି ଉତ୍ସବର ମାହୋଲ ଦେଖାଦେଇଛି। ଆକର୍ଷଣୀୟ ମେଢ଼ ସାଙ୍ଗକୁ…

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri