ପ୍ରତିଭା ଦେଖା ଯାଇ ନଥିଲା: କଳା ଝିଅ ବିଜେତା ବୋଲି କୁହାଯାଇଥିଲା ଏହି ଅଭିନେତ୍ରୀଙ୍କୁ

ବଲିଉଡ୍‌ ଅଭିନେତ୍ରୀ ବିପାଶା ବସୁ ଫିଲ୍ମ ‘ଅଜନବି’ରୁ ତାଙ୍କ କ୍ୟାରିୟର ଆରମ୍ଭ କରିଥିଲେ। ସେ ତାଙ୍କ ବ୍ୟକ୍ତିଗତ ଜୀବନକୁ ନେଇ ଅଧିକ ଚର୍ଚ୍ଚାରେ ରହିଥାନ୍ତି। ଜାଣନ୍ତୁ ତାଙ୍କ ସମ୍ପର୍କିତ କିଛି କଥା। ପିଲାବେଳେ ତାଙ୍କୁ କେହି ଭଲ ପାଉ ନ ଥିଲେ। ତାଙ୍କ କଳା ରଙ୍ଗ ଓ ମୋଟାପଣ ପାଇଁ ସାଙ୍ଗମାନେ ତାଙ୍କୁ ଚିଡାଉଥିଲେ।

ଏକଦା ବିପାଶା କହିଥିଲେ, ଯେତେବେଳେ ସେ ସୁପରମଡେଲ ପ୍ରତିଯୋଗିତାରେ ଜିତିଥିଲେ। ପ୍ରତ୍ୟେକ ଖବରକାଗଜରେ ଏହି ଖବର ପ୍ରକାଶିତ ହୋଇଥିଲା ଯେ କୋଲକାତାର କଳା ଝିଅ ବିଜେତା। କେହି ମୋର ପ୍ରତିଭାକୁ ଦେଖି ନ ଥିଲେ। ଏପରିକି ମୋ ଘରେ ମୋର କଳା ରଙ୍ଗ ବିଷୟରେ ଆଲୋଚନା କରାଯାଉଥିଲା। ଏଥିପାଇଁ ମୋତେ ବାକି ଅଭିନେତ୍ରୀମାନଙ୍କଠାରୁ ଭିନ୍ନ ବିବେଚନା କରାଯାଉଥିଲା। ଏହି ସମୟ ମଧ୍ୟରେ ମୁଁ ତ୍ୱଚାର ଯତ୍ନ ପାଇଁ ଅନେକ ଅଫର ପାଇଲି। କିନ୍ତୁ ମୁଁ ଏହାକୁ ସର୍ବଦା ପ୍ରତ୍ୟାଖ୍ୟାନ କରିଥିଲି ।

ପୂର୍ବରୁ ଅଭିନେତା ଡିନୋ ମୋରିଆଙ୍କ ସହ ତାଙ୍କର ପ୍ରେମ ସମ୍ପର୍କ ଥିଲା, ପରେ ସେ ଜନ ଆବ୍ରାହମଙ୍କ ସହ ଦୀର୍ଘ ଦିନ ଧରି ସମ୍ପର୍କ ରଖିଥିଲେ। ପ୍ରାୟ ୯ ବର୍ଷ ପରେ ସେମାନଙ୍କ ସମ୍ପର୍କ ଭାଙ୍ଗି ଯାଇଥିଲା। କିଛି ବର୍ଷ ପରେ, ସେ ହରମନ ବାବେଜାଙ୍କୁ ଡେଟ କରିଥିଲେ ଏବଂ ଶେଷରେ ଟିଭି ଅଭିନେତା କରଣ ସିଂ ଗ୍ରୋଭରଙ୍କୁ ବିବାହ କରିଥିଲେ।

ସେ ‘ଅଜନବି’ ପାଇଁ ଫିଲ୍ମଫେୟାର ପୁରସ୍କାର ଗ୍ରହଣ କରିଥିଲେ। ପରେ ସେ ସୁପରହିଟ ହରର ଫିଲ୍ମ ‘ରାଜ’ (୨୦୦୨) ରେ କାମ କରିଥିଲେ। ଏହି ଫିଲ୍ମ ତାଙ୍କ କ୍ୟାରିୟରର ମୋଡ଼ ନେଇଥିଲା। ପରେ ବିପାଶା ସମାନ ଧରଣର ଅନେକ ଚଳଚ୍ଚିତ୍ର କରିଥିଲେ । ଆଜି ବି ବିପାଶା ଭୂତ ଚଳଚ୍ଚିତ୍ର ପାଇଁ ପ୍ରଥମ ପସନ୍ଦ ।


Enter your email to get our daily news in your inbox.

All Right Reserved By Dharitri.Com

ଗୁଣିଗାରେଡ଼ି ସନ୍ଦେହରେ ମୋହନାରେ ବିଭତ୍ସ ହତ୍ୟାକାଣ୍ଡ: ପାହାଡ଼ ଉପରେ କୁଡ଼ିଆରେ ହାଣି ପୋଡ଼ିଦେଲେ!

ମୋହନା,୨୭।୯( ମନ୍ମଥ ମିଶ୍ର ): ଗୁଣିଗାରେଡ଼ି ସନ୍ଦେହରେ ଗାଁଠାରୁ ଅଢ଼େଇ କିଲୋମିଟର ଦୂର ପାହାଡ଼ ଉପରେ କୁଡ଼ିଆ ଘରେ ରହୁଥିବା ଜଣେ ବ୍ୟକ୍ତିଙ୍କୁ ଧାରୁଆ ଅସ୍ତ୍ରରେ ହତ୍ୟା…

ଚିଖିଲିକୁ ପଶିଲା ଜଳଭଣ୍ଡାରର ବନ୍ୟା ପାଣି, ଶହ ଶହ ଏକର ଚାଷଜମି ଜଳମଗ୍ନ

ବରଗଡ଼,୨୭।୯(ପ୍ରେମାନନ୍ଦ ଖମାରୀ): ଛତିଶଗଡ଼ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଲଗାଣ ବର୍ଷା ହୋଇଛି। ଏହାର ପ୍ରଭାବ ସୀମାବର୍ତ୍ତୀ ବରଗଡ଼ ଜିଲାର ଅମ୍ବାଭୋନା ବ୍ଲକ ଅଞ୍ଚଳରେ ଦେଖିବାକୁ ମିଳିଛି। ଉପରମୁଣ୍ଡରେ…

ପିକ୍‌ଅପ୍‌ ଧକ୍କାରେ ଶିଶୁ ମୃତ୍ୟୁ ଘଟଣା: ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ପୁରୁଷୋତ୍ତମପୁର,୨୭।୯(ସବିତା ମିଶ୍ର): ଏକ ପିକ୍‌ଅପ୍‌ ଭ୍ୟାନ୍‌ ଧକ୍କାରେ ୪ ବର୍ଷର ଶିଶୁର ମୃତ୍ୟୁ ଘଟିଥିଲା। ଏନେଇ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ରବିବାର ସନ୍ଧ୍ୟାରେ ଉତ୍ତେଜନା ପରିସ୍ଥିତି…

କ୍ୟାଣ୍ଡଲ ଜାଳି ଶିକ୍ଷକ ସୁନୀଲଙ୍କୁ ଶ୍ରଦ୍ଧାଞ୍ଜଳି

ଗଞ୍ଜାମ,୨୭।୯(ଅନାଥ ତରାଇ): ଗଞ୍ଜାମ ସହରର ଜଣାଶୁଣା ଶିକ୍ଷକ ସ୍ବର୍ଗତ ସୁନୀଲ ସାମଲଙ୍କ ଦ୍ୱାଦଶ ଅବସରରେ ରବିବାର କ୍ୟାଣ୍ଡଲ ଯାତ୍ରା ସହ ଏକ ଶୋକସଭା ଅନୁଷ୍ଠିତ ହୋଇଯାଇଛି। ଜୟଶ୍ରୀ…

ସଚିନଙ୍କ ବଡ଼ ରେକର୍ଡ ଭାଙ୍ଗିଲେ ବିରାଟ କୋହଲି, ଦିନିକିଆ କ୍ରିକେଟରେ କଲେ….

ତିରୁଭାନନ୍ତପୁରମ,୨୭।୯: ବିରାଟ କୋହଲି ଦିନିକିଆ କ୍ରିକେଟ୍‌ରେ ଆଉ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ବିରାଟ କୋହଲି ଦିନିକିଆ ଆନ୍ତର୍ଜାତୀୟ କ୍ରିକେଟରେ ୧୫,୦୦୦ ରନ୍ ପୂରଣ କରିଛନ୍ତି।ଏହା…

ସ୍କୁଟିକୁ ଧକ୍କା ଦେଲା ଟ୍ରକ: ଚାଲିଗଲା ମତ୍ସ୍ୟଜୀବୀଙ୍କ ଜୀବନ, ଉତ୍ତେଜନା

ଛତ୍ରପୁର,୨୭।୯:(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ଡିଆର୍‌ଡିଏ ଛକ ନିକଟ ୧୬ ନମ୍ବର ଜାତୀୟ ରାଜପଥରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ…

ପାଗଳ ହନୁ ମାଙ୍କଡ କାମୁଡାରେ ଅନେକ ଆହତ ; ବନ ବିଭାଗର ଉଦ୍ୟମ ବିଫଳ, ଆତଙ୍କିତ ଗାଁ ଲୋକେ

ଦିଗପହଣ୍ଡି,୨୭।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମରେ ପାଗଳ ହନୁ ମାଙ୍କଡର ଉପଦ୍ରବ ଦେଖିବାକୁ ମିଳିଛି । ୮ରୁ ଉର୍ଦ୍ଧ୍ବ ଲୋକ ଆହତ…

ଠେଙ୍ଗାରେ ମାଡ଼ ମାରି ହତ୍ୟା ଉଦ୍ୟମ, ଗିରଫ ହେଲେ ନାବାଳକ ଅଭିଯୁକ୍ତ

ଦିଗପହଣ୍ଡି,୨୭।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଞ୍ଚଳର ଶଙ୍କର ଜେନାଙ୍କୁ ଠେଙ୍ଗାରେ ମାଡ଼ ମାରି ହତ୍ୟା ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଛି। ପୋଲିସ ଘଟଣାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?