ଶିକ୍ଷକ ନାହାନ୍ତି, ପାଠପଢ଼ା ହେବ କେମିତି: ଓଷ୍ଟା

ଭୁବନେଶ୍ୱର,୫।୧(ବ୍ୟୁରୋ): ଆସନ୍ତା ୮ ତାରିଖରୁ ଦଶମ ଓ ଦ୍ୱାଦଶ ଶ୍ରେଣୀ ଛାତ୍ରୀଛାତ୍ରଙ୍କ ପାଇଁ ସ୍କୁଲ ଖୋଲିବ। ମେ’ ୩ ତାରିଖରୁ ମାଟ୍ରିକ୍‌ ପରୀକ୍ଷା ଆରମ୍ଭ ହେବ। ଏଥିପାଇଁ ସରକାରଙ୍କ ପକ୍ଷରୁ ଏସ୍‌ଓପି ଜାରି କରାଯାଇଛି। କିନ୍ତୁ ଏସ୍‌ଓପି ଅନୁସାରେ ପାଠପଢ଼ା ହେଲେ ସ୍କୁଲରେ ଶିକ୍ଷକ ଅଭାବଜନିତ ସମସ୍ୟା ଉପୁଜିବ। ଆବଶ୍ୟକ ସଂଖ୍ୟକ ଶିକ୍ଷକ ନ ଥିବାବେଳେ ପାଠପଢ଼ା କିପରି ହେବ, ତାହାକୁ ନେଇ ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ସଂଘ (ଓଷ୍ଟା) ଚିନ୍ତା ପ୍ରକଟ କରିଛି।
ଗୋଟିଏ ଶ୍ରେଣୀ ଗୃହରେ ୨୦ରୁ ୨୫ଜଣ ଛାତ୍ରୀଛାତ୍ରଙ୍କୁ ନେଇ ଶିକ୍ଷାଦାନ କରିବା ପାଇଁ ଏସ୍‌ଓପିରେ ଦର୍ଶାଯାଇଛି। ଏହାକୁ ଓଷ୍ଟା ବିରୋଧ କରିଛି। ଓଷ୍ଟା ସାଧାରଣ ସମ୍ପାଦକ ପ୍ରକାଶ ଚନ୍ଦ୍ର ମହାନ୍ତି କହିଛନ୍ତି, ଯଦି ବିଦ୍ୟାଳୟରେ ସାଧାରଣ ଭାବରେ ୫୦ରୁ ଊର୍ଦ୍ଧ୍ୱ କିମ୍ବା ୧୦୦ରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର ଥାଆନ୍ତି ତେବେ ପାଠ ପଢ଼ାଇବା ୪ କିମ୍ବା ୫ଟି ଶ୍ରେଣୀ କକ୍ଷର ଆବଶ୍ୟକତା ପଡ଼ିବ। ରାଜ୍ୟରେ ସରକାରୀ, ଅନୁଦାନପ୍ରାପ୍ତ ଓ ନୂତନ ଅନୁଦାନପ୍ରାପ୍ତ ବିଦ୍ୟାଳୟଗୁଡ଼ିକରେ ଶିକ୍ଷକଙ୍କର ଘୋର ଅଭାବ ରହିଛି। ଏପରି କି ଅନେକ ବିଦ୍ୟାଳୟରେ ଗଣିତ, ବିଜ୍ଞାନ ଓ ଇଂଲିଶ ଶିକ୍ଷକ ନାହାନ୍ତି ବା ଜଣେ ଶିକ୍ଷକରେ ସ୍କୁଲ ଚାଲିଛି। ସେ କ୍ଷେତ୍ରରେ ଗୋଟିଏ ଶ୍ରେଣୀର ପିଲାଙ୍କୁ ୪ ଶ୍ରେଣୀ ଗୃହରେ ବସାଇ ପାଠ ପଢ଼ାଇବା କିପରି ସମ୍ଭବ ହେବ? ତେଣୁ ସରକାର ୮ତାରିଖ ପୂର୍ବରୁ ଖାଲିଥିବା ଶିକ୍ଷକ ପଦବୀ ତୁରନ୍ତ ପୂରଣ କରିବା ପାଇଁ ପଦକ୍ଷେପ ନିଅନ୍ତୁ କିମ୍ବା ବର୍ତ୍ତମାନ ଶିକ୍ଷାଦାନକୁ ସାମୟିକ ଭାବରେ ଚଳନକ୍ଷମ କରିବା ପାଇଁ ସବୁ ବର୍ଗର ବିଦ୍ୟାଳୟରେ ଅବସରପ୍ରାପ୍ତ ଶିକ୍ଷକଙ୍କୁ ନିଯୁକ୍ତି ଦେଇ ୧୦୦ ଦିନର ପାଠପଢ଼ାକୁ ତ୍ୱରିତ ଓ ଶୁନିଶ୍ଚିତ କରିବା ପାଇଁ ନିଷ୍ପତ୍ତି ଗ୍ରହଣ କରନ୍ତୁ। ସେହିପରି ରବିବାର ଦିନ କ୍ଲାସ ହେବା ନିଷ୍ପତ୍ତିକୁ ମଧ୍ୟ ବିରୋଧ କରିଛି ଓଷ୍ଟା। ଶିକ୍ଷକ ଓ ଛାତ୍ରୀଛାତ୍ରଙ୍କ ମାନସିକ ସନ୍ତୁଳନ ପାଇଁ ଛୁଟିର ଆବଶ୍ୟକତା ରହିଛି। ତେଣୁ ରବିବାର ଦିନଟି ଶିକ୍ଷାଦାନ ଦିବସରୁ ମୁକ୍ତ କରିବା ପାଇଁ ଓଷ୍ଟା ପକ୍ଷରୁ ସରକାରଙ୍କୁ ଅନୁରୋଧ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?