Posted inଜାତୀୟ

ଏନ୍‌ଏସ୍‌ଓ ସହ କୌଣସି ଦେଣନେଣ ହୋଇନି

ନୂଆଦିଲ୍ଲୀ, ୧୦ା୮: ଇସ୍ରାଏଲର ଏନ୍‌ଏସ୍‌ଓ ଗ୍ରୁପ୍‌ ଦ୍ୱାରା ପ୍ରସ୍ତୁତ ସ୍ପାଏଓ୍ବେର ପେଗାସସ୍‌କୁୁ କେନ୍ଦ୍ର ସରକାର କିଣି ଏହା ମାଧ୍ୟମରେ ଗୁପ୍ତଚରଗିରି କରିଥିବା ଅଭିଯୋଗର ତଦନ୍ତ ଦାବିରେ ପାର୍ଲାମେଣ୍ଟରେ ଅଚଳାବସ୍ଥା ସୃଷ୍ଟି ହୋଇଥିବାବେଳେ ଏ ବାବଦରେ ପ୍ରତିରକ୍ଷା ମନ୍ତ୍ରଣାଳୟ ପକ୍ଷରୁ ସୋମବାର ପ୍ରତିକ୍ରିୟା ରଖାଯାଇଛି। ଏନ୍‌ଏସ୍‌ଓ ସହ କୌଣସି ପ୍ରକାର ଦେଣନେଣ ହୋଇନାହିଁ ବୋଲି ମନ୍ତ୍ରଣାଳୟ ପକ୍ଷରୁ ରାଷ୍ଟ୍ରମନ୍ତ୍ରୀ ଅଜୟ ଭଟ୍ଟ ପାର୍ଲାମେଣ୍ଟରେ ଉତ୍ତର ରଖିଛନ୍ତି। କେନ୍ଦ୍ର ସରକାର ଏନ୍‌ଏସ୍‌ଓ ସହ ଟ୍ରାଞ୍ଜାକଶନ୍‌ କରିଛନ୍ତି କି ନାହିଁ ବୋଲି ସିପିଏମ୍‌ ଏମ୍‌ପି ଡ. ଭି. ଶିବଦାସନ ପଚାରିଥିଲେ। ଏକ ଲିଖିତ ଉତ୍ତର ପଢ଼ି ଅଜୟ ଭଟ୍ଟ କହିଥିଲେ, ମନ୍ତ୍ରଣାଳୟ ପକ୍ଷରୁ ଏନ୍‌ଏସ୍‌ଓ ସହ କୌଣସି ପ୍ରକାର ଦେଣନେଣ ହୋଇନାହିଁ। ଦେଶବାସୀଙ୍କ ଉପରେ ବେଆଇନ ଭାବେ ଗୁପ୍ତଚରଗିରି କରାଯାଇ ନ ଥିବା କେନ୍ଦ୍ର ସଫେଇ ଦେଇଆସୁଥିଲେ ହେଁ ତାହା ବିରୋଧୀଙ୍କୁ ସନ୍ତୁଷ୍ଟ କରିପାରିନାହିଁ। ଆଇନ ଅନୁଯାୟୀ ଗୁପ୍ତଚରଗିରି ଏକ ଜଟିଳ ପ୍ରକ୍ରିୟା। ତାହା ସ୍ବରାଷ୍ଟ୍ର ଏବଂ ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରଣାଳୟର କାମ। ତେଣୁ ଏ ବାବଦରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ସ୍ପଷ୍ଟୀକରଣ ରଖନ୍ତୁ ବୋଲି ବିରୋଧୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Delhi Accident: ରିଲ ନିଶାରେ ଦୌଡାଇଲେ ସ୍କର୍ପିଓ, ଚାଲିଗଲା ବାଇକ ଚାଳକଙ୍କ ଜୀବନ, ନ୍ୟାୟ ପାଇଁ ଗୁହାରି କରୁଛନ୍ତି ମାଆ

ନୂଆଦିଲ୍ଲୀ,୧୭।୨: ଦିଲ୍ଲୀର ଦ୍ୱାରକା ଦକ୍ଷିଣ ପୋଲିସ ଷ୍ଟେଶନ ଅଞ୍ଚଳରେ ଫେବୃଆରୀ ୩,୨୦୨୬ ରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଥିଲା, ଯାହା ଫଳରେ ଜଣେ ଯୁବକଙ୍କ ମୃତ୍ୟୁ…

ଧରିତ୍ରୀର ପ୍ରଭାବ, ଅଚଳ ପାନୀୟଜଳ ପ୍ରକଳ୍ପ କାର୍ଯ୍ୟକ୍ଷମ ପାଇଁ ପ୍ରଶାସନିକ ତତ୍ପରତା         

ଦିଗପହଣ୍ଡି,୧୭ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ପଞ୍ଚାୟତ ଫାସିବନ୍ଧ ଗ୍ରାମରେ ଗତ ୨୦୧୯-୨୦ ଆର୍ଥିକ ବର୍ଷରେ ବସୁଧା ଯୋଜନାରେ ପ୍ରାୟ ୮୦…

ପାକିସ୍ତାନର ପ୍ରଦର୍ଶନକୁ ନେଇ ନକ୍‌ଭି ଅସନ୍ତୋଷ: ଦଳରୁ ବାଦ୍‌ ପଡିବେ ବାବର, ଶାହିନ

କରାଚୀ,୧୭ା୨- ଭାରତ ବିପକ୍ଷ ଟି୨୦ ବିଶ୍ୱକପ୍‌ର ମ୍ୟାଚ୍‌ରେ ନୈରାଶ୍ୟଜନକ ପ୍ରଦର୍ଶନ କରିଥିବା ପାକିସ୍ତାନ ଦଳର ସିନିୟର ଖେଳାଳିଙ୍କୁ ପରବର୍ତ୍ତୀ ମ୍ୟାଚ୍‌ରୁ ବାଦ୍‌ ଦିଆଯିବ। ଆସନ୍ତା ୧୮ ତାରିଖରେ…

ଏସ୍‌ସିବିରେ ଡ୍ୟୁଟି ସମୟରେ ଶୋଉଛନ୍ତି କର୍ମଚାରୀ, ସୋସିଆଲ ମିଡିଆରେ ଭିଡିଓ ଭାଇରାଲ

କଟକ,୧୭।୨ (ଶିଳ୍ପା ପ୍ରିୟଦର୍ଶିନୀ): ଏସ୍‌ସିବି ମେଡିକାଲରେ ଦିନକୁ ଦିନ ଅବ୍ୟବସ୍ଥା ବଢ଼ିବାରେ ଲାଗିଛି । ରୋଗୀଙ୍କୁ ସୁବିଧା ଯୋଗାଇବା ପାଇଁ ବ୍ୟାଟେରି ଗାଡି ରହିଛି । ହେଲେ…

ଦାରିଙ୍ଗବାଡିରେ ମହମ୍ମଦ ମୋକିମ, ନୂଆ ଦଳ ଗଠନ ପୂର୍ବରୁ ସହଯୋଗ ଲୋଡିଲେ

ଦାରିଙ୍ଗବାଡି,୧୭।୨ (ଅରୁଣ ସାହୁ ):କନ୍ଧମାଳ ଜିଲା ଦାରିଙ୍ଗବାଡି ଗସ୍ତରେ ସୋମବାଇ କଟକ ପୂର୍ବତନ ବିଧାୟକ ମହମ୍ମଦ ମୋକିମ । ଏତେ ଲୋକ ପ୍ରିୟ ଯେ ତାଙ୍କୁ ଭେଟିବାକୁ…

ଆସିଲାଣି ବର୍ଷା, ସତର୍କ ସୂଚନା ଜାରି କଲା ପାଣିପାଗ ବିଭାଗ, କାକରରେ ଭିଜିବ ଓଡ଼ିଶା

ନୂଆଦିଲ୍ଲୀ,୧୭।୨: ଦେଶର ଅଧିକାଂଶ ସ୍ଥାନରେ ପାଗ ନିରନ୍ତର ପରିବର୍ତ୍ତନ ହେଉଛି। ଫେବୃଆରୀ ମାସ ମାର୍ଚ୍ଚ ମାସ ପରି ଅନୁଭବ ହେବା ଆରମ୍ଭ କରିଛି। ତାପମାତ୍ରାରେ ନିରନ୍ତର ବୃଦ୍ଧି…

ଚାଷୀ, ମହିଳା, ଶିଶୁ ଏବଂ ଓଡ଼ିଆ ଅସ୍ମିତା ପାଇଁ ଜୋରଦାର ଲଢ଼ାଯିବ: ନବୀନ

ଭୁବନେଶ୍ୱର,୧୭।୨(ସୁନିତ୍‌ ମିଶ୍ର): ବିଧାନସଭାର ବଜେଟ ଅଧିବେଶନ ମଙ୍ଗଳବାରଠାରୁ ଆରମ୍ଭ ହୋଇ ୨ଟି ପର୍ଯ୍ୟାୟରେ ଚାଲିବ। ରାଜ୍ୟ ସରକାର ଏହି ଅଧିବେଶନରେ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଗୃହରେ…

ତିନି ଦିନିଆ ଗସ୍ତରେ ଭାରତ ପହଞ୍ଚିଲେ ଫ୍ରାନ୍ସ ରାଷ୍ଟ୍ରପତି; ଆଜି ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ମାକ୍ରନ କରିବେ ଗୁରୁତ୍ୱପୂର୍ଣ୍ଣ ଆଲୋଚନା

ନୂଆଦିଲ୍ଲୀ,୧୭।୨: ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ ମାକ୍ରନ ଆଜି (ଫେବୃଆରୀ ୧୭) ଅର୍ଥାତ୍‌ ମଙ୍ଗଳବାର ସକାଳେ ତିନି ଦିନିଆ ଗସ୍ତ ପାଇଁ ଭାରତ ଆସିଛନ୍ତି। ଦାୟିତ୍ୱ ଗ୍ରହଣ କରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri