କେନ୍ଦୁପତ୍ର ବିକ୍ରି ପାଇଁ ଟ୍ରାନଜିଟ୍‌ ପରମିଟ ମିଳୁନି

ଜୁନାଗଡ଼,୨୮।୬(ଡି.ଏନ୍‌.ଏ.)-କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ କଳିଆକୁଣ୍ଡଲ ପଞ୍ଚାୟତ ଓ ଆଟିଗାଁ ପଞ୍ଚାୟତର ୫୦ରୁ ଊର୍ଦ୍ଧ୍ୱ ବ୍ୟକ୍ତି ଗତ ଏପ୍ରିଲ ମାସରେ ନିକଟସ୍ଥ କେଲିଆ ସଂରକ୍ଷିତ ଜଙ୍ଗଲରୁ କେନ୍ଦୁପତ୍ର ସଂଗ୍ରହ କରିଥିଲେ। ହେଲେ ସରକାରଙ୍କ ପକ୍ଷରୁ ସେମାନଙ୍କୁ ଟ୍ରାନଜିଟ ପରମିଟ ମିଳୁ ନ ଥିବାରୁ କେନ୍ଦୁପତ୍ରକୁ ବିକ୍ରି କରି ପାରୁନାହାନ୍ତି। ଫଳରେ ସଂଗ୍ରହ କରାଯାଇଥିବା କେନ୍ଦୁପତ୍ର ଆସ୍ତେ ଆସ୍ତେ ନଷ୍ଟ ହେବାକୁ ବସିଛି। ଏହାକୁ ନେଇ କେନ୍ଦୁପତ୍ର ସଂଗ୍ରହକାରୀଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି।
ମିଳିଥିବା ସୂଚନା ଅନୁଯାୟୀ, ଜୁନାଗଡ଼ ବ୍ଲକ କଳିଆକୁଣ୍ଡଲ ଓ ଆଟିଗାଁ ପଞ୍ଚାୟତ ମଧ୍ୟରେ କେଲିଆ ସଂରକ୍ଷିତ ଜଙ୍ଗଲ ରହିଛି। ଜଙ୍ଗଲ ଅଧିକାର ଆଇନ ଅନୁଯାୟୀ ଜଙ୍ଗଲ ସୀମା ମଧ୍ୟରେ ରହୁଥିବା ଜନଜାତି କିମ୍ବା ପାରମ୍ପରିକ ଜଙ୍ଗଲ ବାସିନ୍ଦାଙ୍କୁ କେନ୍ଦୁପତ୍ର ସଂଗ୍ରହ କରିବା ପାଇଁ ଅନୁମତି ଦିଆଯାଇଛି। ସେହି ଅନୁସାରେ କଳିଆକୁଣ୍ଡଲ ପଞ୍ଚାୟତ କେଲିଆ, ମୁଣ୍ଡିଗୁଡା ଓ ଆଟିଗାଁ ଗ୍ରାମବାସୀ ସ୍ଥାନୀୟ ଜଙ୍ଗଲରୁ କେନ୍ଦୁପତ୍ର ସଂଗ୍ରହ କରିବା ପାଇଁ ନିଜ ନିଜ ଗାଁରେ ଗ୍ରାମସଭା ଡାକିଥିଲେ। ଏହାପରେ କେନ୍ଦୁପତ୍ର ସଂଗ୍ରହ କରିବା ପାଇଁ ଏକ କମିଟି ଗଠନ ହୋଇଥିଲା। ଏହି କମିଟି ଅନୁଯାୟୀ ୫୦ ଜଣ ମହିଳା,ପୁରୁଷ ଗତ ଏପ୍ରିଲ ଶେଷରୁ ମେ ପ୍ରଥମ ସପ୍ତାହ ପର୍ଯ୍ୟନ୍ତ ସ୍ଥାନୀୟ ଜଙ୍ଗଲରୁ କେନ୍ଦୁପତ୍ର ସଂଗ୍ରହ କରିଥିଲେ। ପରେ କେନ୍ଦୁପତ୍ରକୁ ଶୁଖାଇ ବିଡା ବାନ୍ଧି କେଲିଆ ଗ୍ରାମର ୨ଟି ଘରେ ଗଚ୍ଛିତ ରଖିଥିଲେ। ସେହି କେନ୍ଦୁପତ୍ରକୁ ସରକାର କିଣିବେ ବୋଲି ସେମାନେ ଆଶା ରଖିଥିବାବେଳେ ତାଙ୍କ ଆଶା ଏବେ ଆଶାରେ ରହିଯାଇଛି। କାରଣ ତାଙ୍କ ପାଖରେ ଟ୍ରାନଜିଟ୍‌ ପରମିଟ ନ ଥିବାରୁ ଏବେ ସେମାନେ କେନ୍ଦୁପତ୍ରକୁ ବିକ୍ରି କରିପାରୁନାହାନ୍ତି। ଏ ନେଇ ସେମାନେ ଜିଲା ବନଖଣ୍ଡ ଅଧିକାରୀ (କେନ୍ଦୁପତ୍ର),କଳାହାଣ୍ଡି ଜିଲାପାଳ, ଜୁନାଗଡ଼ ବିଧାୟକ ତଥା ଶକ୍ତିମନ୍ତ୍ରୀ କ୍ୟାପଟେନ ଦିବ୍ୟ ଶଙ୍କର ମିଶ୍ର, ପିସିସିଏଫ୍‌, ବିଭାଗୀୟ ସଚିବ,ମୁଖ୍ୟମନ୍ତ୍ରୀଙ୍କୁ ଲିଖିତ ଭାବେ ଜଣାଇଛନ୍ତି। ଏହାପରେ ବି କୌଣସି ପଦକ୍ଷେପ ଗ୍ରହଣ କରାଯାଇ ନ ଥିବା ସେମାନେ ଅଭିଯୋଗ କରିଛନ୍ତି। ଯଥାଶୀଘ୍ର ଏହି ସମସ୍ୟାର ସମାଧାନ କରା ନ ଗଲେ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଆମେ ଧାରଣା ଦେବୁ। ଜଙ୍ଗଲରୁ ସଂଗ୍ରହ କରିଥିବା କେନ୍ଦୁପତ୍ରକୁ ସେଠାରେ ପୋଡିଦେବାକୁ ବାଧ୍ୟ ହେବୁ ବୋଲି ସଂଗ୍ରହକାରୀମାନେ ଲିଖିତ ଭାବେ ଚେତାବନୀ ଦେଇଛନ୍ତି। ଏ ନେଇ ଜିଲା ବନ ଖଣ୍ଡ ଅଧିକାରୀ(କେନ୍ଦୁପତ୍ର) ମଳୟ ଦାଶଙ୍କୁ ପଚାରିବାରୁ ଟ୍ରାନଜିଟ ପରମିଟ ଦେବାକୁ ମୋ ପାଖରେ କ୍ଷମତା ନାହିଁ କହି ଏହି ପ୍ରସଙ୍ଗକୁ ଏଡାଇ ଯାଇଥିଲେ। ତେବେ ଟ୍ରାନଜିଟ୍‌ ପରମିଟ୍‌ କିଏ ପ୍ରଦାନ କରିବ ସେ ସମ୍ପର୍କରେ ସ୍ପଷ୍ଟ ହୋଇନାହିଁ। ଯାହାକୁ ନେଇ କେନ୍ଦୁପତ୍ର ସଂଗ୍ରହକାରୀଙ୍କ ଚିନ୍ତା ବଢ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଷ୍ଟ୍ରପତି କଲେ ଅନୁମୋଦନ: କଳାହାଣ୍ଡି ପୁଅ ପାଇବେ ବୀରତ୍ବ ସେନାପଦକ

ଭବାନୀପାଟଣା,୧୬।୮(ଉତ୍ତମ କୁମାର ଦାଶ): ସ୍ୱାଧୀନତା ଦିବସ ପୂର୍ବ ସଂନ୍ଧ୍ୟାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପ୍ରତିରକ୍ଷା ବାହିନୀ ଏବଂ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବାହିନୀର କର୍ମଚାରୀମାନଙ୍କୁ ୧୩ ଟି…

ଭଗବାନଙ୍କ ଭରସାରେ ପରିବାର: ୩୦ ବର୍ଷ ବିତିଗଲା, ପଲିଥିନ ତଳେ ବିତୁଛି ଜୀବନ, ପ୍ରଶାସନ ନିଦାବିଷ୍ଣୁ

କେସିଙ୍ଗା, ୧୬।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମ ପଞ୍ଚାୟତ ଅଧୀନସ୍ଥ କୁର୍ଲୁପଡ଼ା ଗ୍ରାମ ନିକଟରେ ଥିବା କଲେକ୍ଟରପଡ଼ାରେ ବସବାସ କରୁଥିବା ରାମେଶ୍ୱର…

ଥୁଆମୂଳ ରାମପୁରରେ ସ୍ବାଧୀନତା ଦିବସ: କୋର୍ଟରେ ପତାକା ଉତ୍ତୋଳନ କଲେ ବିଚାରପତି

ଥୁଆମୂଳ ରାମପୁର,୧୫।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ସରକାରୀ ଏବଂ ବେସରକାରୀ ଅନୁଷ୍ଠାନଗୁଡ଼ିକରେ ୮୦ତମ ସ୍ବାଧୀନତା ଦିବସ ଉତ୍ସାହ ଏବଂ ଆନନ୍ଦର ସହିତ…

ସୁବୁଠି ଉଡ଼ିଲା ତ୍ରିରଙ୍ଗା

ଲାଞ୍ଜିଗଡ,୧୬।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ବିଭିନ୍ନ ସ୍ଥାନରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ଏହି ଅବସରରେ ଲାଞ୍ଜିଗଡ଼ ଯୁବକ ସଂଘ…

କେସିଙ୍ଗାରେ ପାଳିତ ହେଲା ୮୦ ତମ ସ୍ବାଧୀନତା ଦିବସ

କେସିଙ୍ଗା,୧୫।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନଏସି କାର୍ଯ୍ୟାଳୟରେ ଅଧ୍ୟକ୍ଷ ନୃପରାଜ ଯାଦବ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ସେହିପରି ବିଦ୍ୟାପୀଠ ଖେଳ ପଡିଆରେ ନାଗରିକକମିଟି ପକ୍ଷରୁ…

କୋରାପୁଟରେ ପତାକା ଉତ୍ତୋଳନ କଲେ ମନ୍ତ୍ରୀ ସମ୍ପଦ ସ୍ୱାଇଁ

କୋରାପୁଟ, ୧୪।୮ (ଅମିତାଭ ବେହେରା): କୋରାପୁଟ ପୋଲିସ ପଡ଼ିଆରେ ଶନିବାର ୮୦ତମ ଜିଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଛି। ଏହି…

କର୍ଲାମୁଣ୍ଡାର ବିଭିନ୍ନ ଅନୁଷ୍ଠାନରେ ସ୍ବାଧୀନତା ଦିବସ, କୃତୀ ଛାତ୍ରୀଛାତ୍ରଙ୍କୁ…

କର୍ଲାମୁଣ୍ଡା,୧୫ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ପରେଡ୍‌ ପଡ଼ିଆଠାରେ…

ବରଗଡ଼ରେ ପତାକା ଉତ୍ତୋଳନ କଲେ ଜିଲାପାଳ: ଆତ୍ମନିର୍ଭର, ସଶକ୍ତ ଓ ବିକଶିତ ଭାରତ ଗଢ଼ିବା ଆହ୍ବାନ

ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଶନିବାର ଜିଲାସ୍ତରୀୟ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି । ଜିଲାପାଳ ଆଦିତ୍ୟ ଗୋୟଲ ମୁଖ୍ୟ ଅତିଥିଭାବେ ଯୋଗ ଦେଇ ଜାତୀୟ ପତାକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri