ଧୂଷୁରୀ, ୧୮।୯: ଭଦ୍ରକ ଜିଲା ଧାମନଗର ବ୍ଲକର ଧୂଷୁରୀ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ବା ଏରିଆ ହସ୍ପିଟାଲରେ ରୋଗୀସେବା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଆବଶ୍ୟକ ଅନୁଯାୟୀ ଡାକ୍ତର ନ ଥିବା ବେଳେ ଏଠାରେ ରାତ୍ରକାଳୀନ ରୋଗୀସେବା ମିଳୁ ନ ଥିବା ନେଇ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଉଛି।
ଏହି ବ୍ଲକର ଧୂଷୁରୀ, ବ୍ରାହ୍ମଣପାଳ, ହସନାବାଦ, ନଦୀଗଁା, ଭାଟ୍ଟସାହି, ସାହସପୁର, ଖଡ଼ିମାହାରା, ପାଳସାହି, ରଇପୁର, ବମକୋରା ଏବଂ ତିହିଡ଼ି ବ୍ଲକ ଓ ପଡ଼ୋଶୀ ଯାଜପୁର ଜିଲାର କେତୋଟି ପଞ୍ଚାୟତ ଜରୁରିକାଳୀନ ଚିକିତ୍ସା ପାଇଁ ଏହି ସ୍ବାସ୍ଥ୍ୟକେନ୍ଦ୍ର ଉପରେ ନିର୍ଭର କରନ୍ତି। ଭଦ୍ରକ-ଆଖଣ୍ଡଳମଣି ରାଜ୍ୟ ରାଜପଥର ମଧ୍ୟସ୍ଥଳରେ ମେଡିକାଲ ଅବସ୍ଥିତ ହୋଇଥିବାରୁ ଦୁର୍ଘଟଣାରେ ଆହତମାନେ ଚିକିତ୍ସା ନିମନ୍ତେ ଏଠାକୁ ଆସିଥାନ୍ତି। କିଛିଦିନ ପୂର୍ବରୁ ଜଣେ ମହିଳା ଡାକ୍ତର ଅବସର ନେବା ପରେ ଏବେ ଜଣେ ଡାକ୍ତରଙ୍କୁ ନେଇ ରୋଗୀସେବା ଚାଲିଛି। ସେ ମଧ୍ୟ ଡେପୁଟେଶନରେ ଏହି ବ୍ଲକର ଦିହୁଡ଼ି ଆନନ୍ଦପୁର ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ଡ୍ୟୁଟି କରୁଛନ୍ତି। ଅନ୍ୟ ଜଣେ ଫାର୍ମାସିଷ୍ଟ ନାମକୁ ମାତ୍ର ଚିକିତ୍ସା କରୁଛନ୍ତି। ସ୍ତ୍ରୀ ଓ ପ୍ରସୂତି ବିଭାଗରେ କେହି ବିଶେଷଜ୍ଞ ଡାକ୍ତର ନ ଥିବାରୁ ରୋଗୀମାନଙ୍କୁ ଭଦ୍ରକ କିମ୍ବା ଧାମନଗର ଯିବାକୁ ପଡ଼ୁଛି। ଏହାବ୍ୟତୀତ ରାତ୍ରକାଳୀନ ଚିକିତ୍ସା ସମ୍ପୂର୍ଣ୍ଣ ବନ୍ଦ ରହିଛି। ଡାକ୍ତରଖାନାରେ ରାତିରେ ରହିବା ବ୍ୟବସ୍ଥା ଥିବାବେଳେ ଫାର୍ମାସିଷ୍ଟ ରୁହନ୍ତି ନାହିଁ। ସନ୍ଧ୍ୟା ପରେ ଆସୁଥିବା ରୋଗୀମାନେ ଚିକିତ୍ସା ନ ପାଇ ନିରାଶ ହୋଇ ଫେରୁଛନ୍ତି। ଜିଲା ପ୍ରଶାସନ ଏଥିପ୍ରତି ଦୃଷ୍ଟି ଦେଇ ଡାକ୍ତରଖାନାରେ ୨୪ ଘଣ୍ଟିଆ ସ୍ବାସ୍ଥ୍ୟସେବା ଯୋଗାଇ ଦେବାର ବ୍ୟବସ୍ଥା କରିବା ପାଇଁ ଦାବି ହେଉଛି। ଏ ସମ୍ପର୍କରେ ସ୍ବାସ୍ଥ୍ୟକେନ୍ଦ୍ରର ଭାରପ୍ରାପ୍ତ ଅଧିକାରୀ ଡା. ପ୍ରିୟ ରଞ୍ଜନ ପୃଷ୍ଟିଙ୍କୁ ପଚାରିବାରୁ ଡେପୁଟେଶନରେ ଅନ୍ୟ ଏକ ମେଡିକାଲରେ ଡ୍ୟୁଟି କରିବାକୁ ପଡୁଥିବାରୁ ଏଠାରେ ୨୪ ଘଣ୍ଟିଆ ସେବା ଯୋଗାଇବା ସମ୍ଭବ ହେଉନାହିଁ ବୋଲି କହିଛନ୍ତି।
Posted inHome Left, ଆମ ଜିଲା ଖବର, ଭଦ୍ରକ View All
ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ
କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…
ନମ୍ବର ସେଭ୍ ନ କରି କରିପାରିବେ WhatsAppରେ ଚାଟ୍, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍…
ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…
କାଳବୈଶାଖୀ ତାଣ୍ଡବ: ଭାଙ୍ଗିଲା ଗଛ, ଉଡ଼ିଲା ଆଜ୍ବେଷ୍ଟସ୍
କୋରାପୁଟ,୩।୪(ଅମିତାଭ ବେହେରା): କୋରାପୁଟ ସହରରେ ଶୁକ୍ରବାର ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚିଛି। କାଳବୈଶାଖୀ ପ୍ରଭାବରେ ଅଞ୍ଚଳର ବିଭିନ୍ନ ସ୍ଥାନରେ ଝଡ଼ତୋଫାନ ହୋଇଛି। ଝଡ଼ତୋଫାନରେ କୋରାପୁଟ-ରାୟଗଡ଼ା ସଂଯୋଗ କରୁଥିବା…
ଦିଗପହଣ୍ଡିରେ ଚାଞ୍ଚଲ୍ୟ: ପୋଖରୀରେ ମାଛଧରୁଥିବା ବେଳେ ଜାଲରେ କୁମ୍ଭୀର…
ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ଘୋଡ଼ାହାଡ଼ ଡ୍ୟାମ ରାସ୍ତାର ସନ୍ଥ ଅରକ୍ଷିତ ଛକରେ ଥିବା ପୋଖରୀରୁ କୈବର୍ତ୍ତମାନେ ଶୁକ୍ରବାର ସକାଳେ ମାଛ ଧରୁଥିବା ବେଳେ ଜାଲରେ…
ତାମିଲନାଡୁ ବିଧାନସଭା ନିର୍ୱାଚନ: ଭାଜପା ପ୍ରାର୍ଥୀ ତାଲିକାରେ ଆନ୍ନାମଲାଇଙ୍କ ନାମ ନାହିଁ
ଚେନ୍ନାଇ,୩ା୪: ତାମିଲନାଡୁ ବିଧାନସଭା ନିର୍ୱାଚନ ପାଇଁ ଭାଜପା ଶୁକ୍ରବାର ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ହେଲେ ଦଳର ପୂର୍ୱତନ ରାଜ୍ୟ ସଭାପତି କେ. ଆନ୍ନାମଲାଇଙ୍କ ନାମ ଉକ୍ତ…
ପ୍ରପର୍ଟି କାଗଜପତ୍ର ନାହିଁ, ତଥାପି ମିଳିପାରିବ ହୋମ୍ ଲୋନ୍? ଜାଣନ୍ତୁ କ’ଣ କହୁଛି ବ୍ୟାଙ୍କ ନିୟମ
ନୂଆଦିଲ୍ଲୀ,୩।୪: ନିଜର ଏକ ସୁନ୍ଦର ଘରଟିଏ କରିବା ସମସ୍ତଙ୍କର ସ୍ବପ୍ନ ଥାଏ। ଏହି ସ୍ବପ୍ନକୁ ସାକାର କରିବାରେ ‘ହୋମ ଲୋନ୍’ ବା ଗୃହ ଋଣ ଏକ ମୁଖ୍ୟ…
କାଳବୈଶାଖୀ ତାଣ୍ଡବ: ଟଳିପଡ଼ିଲେ ଗୋଟିଏ ପରେ ଗୋଟିଏ ଗୋରୁ…
ମୋହନା,୪।୩(ମନ୍ମଥ ମିଶ୍ର): କାଳବୈଶାଖୀରେ ଆଖି ବୁଜିଲେ ୪ ଗୋରୁ। ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା ବ୍ଲକ ମେରାପଲ୍ଲୀ ପଞ୍ଚାୟତ ବନ୍ଧାଗୁଡା ଗାଁରେ।…
ବିଜୁଳି ଖୁଣ୍ଟରେ ପିଟିହେଲା ଟ୍ରାକ୍ଟର, ଆଉ ତା’ପରେ…
ବାଲିଶଙ୍କରା,୩ା୪(ହୃଦାନନ୍ଦ ବାରିକ): ସୁନ୍ଦରଗଡ଼ ଜିଲା ତଳସରା ଥାନା ଅଧୀନ ସାକୁଶପାନୀ ଗ୍ରାମରେ ଶୁକ୍ରବାର ବିଜୁଳି ଖୁଣ୍ଟରେ ଏକ ଟ୍ରାକ୍ଟର ପିଟି ହୋଇ ଦୁର୍ଘଟଣାଗ୍ରସ୍ତ ହୋଇଛି। ଦୁର୍ଘଟଣାରେ ଟ୍ରାକ୍ଟର…
Archives

