ରାତିରେ ମିଳିଲାନି ଚିକିତ୍ସା: ମା’ କୋଳରେ ଚାଲିଗଲା ଶିଶୁର ଜୀବନ 

ଉଦଳା,୧୯ା୯(ସନ୍ତୋଷ କୁମାର ବାଛିନୀ): ରାତି ଅଧରେ ମିଳିଲାନି ଚିକିତ୍ସା ସୁବିଧା। ଗୁରୁତର ଥିବା ୫ ମାସର ଶିଶୁକୁ ମେଡିକାଲରେ ଡାକ୍ତର ଦେଖିବା ପରେ ଓ୍ବାର୍ଡକୁ ପଠାଇ ଦେଲେ। ହେଲେ ସେଠାରେ ଅଧଘଣ୍ଟା ପର୍ଯ୍ୟନ୍ତ ନର୍ସ କିମ୍ବା କାହାରି ଦେଖା ମିଳିଲାନି। ମା’ବାପା ଆକୁଳବିକଳ ହୋଇ ଚାହିଁ ରହିଥିବା ବେଳେ ଶେଷରେ ଚିକିତ୍ସା ନ ପାଇ ମା’ କୋଳରେ ଆଖିବୁଜିଦେଲା ଶିଶୁକନ୍ୟା। ଏଭଳି ଏକ ଦୁଃଖଦ ଘଟଣା ଘଟିଛି ମୟୂରଭଞ୍ଜ ଜିଲା ଉଦଳା ମେଡିକାଲରେ। ମୃତଶିଶୁକୁ ଧରି ଉଭୟ ମା’ବାପା ଗୁରୁବାର ଉଦଳା ମେଡିକାଲ ସମ୍ମୁଖରେ ଧାରଣାରେ ବସିଥିଲେ। ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀ ଅଭୟ କୁମାର ଦାସ ଉଦଳା ମେଡିକାଲରେ ପହଞ୍ଚି ବୁଝାଶୁଝା କରିବା ପରେ ଘଟଣାର ତଦନ୍ତ କରାଯାଇ ଦୋଷୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବାର ପ୍ରତିଶ୍ରୁତି ଦେବା ପରେ ମୃତ ଶିଶୁଙ୍କ ପରିବାର ଲୋକେ ଧାରଣାରୁ ଉଠିଥିଲେ।
କପ୍ତିପଦା ଥାନା ଦେୱାନବାହାଳୀ ଗ୍ରାମର ମଧୁସୂଦନ ରାଉତଙ୍କ ୫ ମାସର ଶିଶୁ କନ୍ୟାଙ୍କୁ ଜ୍ୱର ହୋଇଥିଲା। ସେ ଉଦଳାରେ ଡାକ୍ତର ଦେଖାଇ ଚିକିତ୍ସିତ ହୋଇଥିଲେ। ବୁଧବାର ମଧୁସୂଦନଙ୍କ ଝିଅ ଘରେ ଥିବା ବେଳେ ଗ୍ରାମର ଆଶା କର୍ମୀ ଆସି ତାଙ୍କୁ ଟିକା ଦେଇଥିଲେ। ଟିକା ନେବାର ୧୨ ଘଣ୍ଟା ପରେ ହଠାତ୍‌ ଶିଶୁଟି ଅସୁସ୍ଥ ହୋଇପଡିଥିଲା। ଧୀରେ ଧୀରେ ଅବସ୍ଥା ସଙ୍କଟାପନ୍ନ ହେବାରୁ ମଧୁସୂଦନ ଏବଂ ତାଙ୍କ ସ୍ତ୍ରୀ ବିଳମ୍ବିତ ରାତିରେ ଝିଅକୁ ଧରି ଉଦଳା ମେଡିକାଲକୁ ଚିକିତ୍ସା ନିମନ୍ତେ ଆସିଥିଲେ। ମେଡିକାଲରେ ପହଞ୍ଚି ଆଉଟଡୋରରେ ଡାକ୍ତରଙ୍କୁ ଦେଖାଇବା ପରେ ଡାକ୍ତର ତାଙ୍କୁ ଶିଶୁ ୱାର୍ଡକୁ ଯିବାକୁ କହିଥିଲେ। ମା’ବାପା ପହଞ୍ଚିଥିଲେ ଶିଶୁ ୱାର୍ଡରେ। ହେଲେ ସେଠାରେ ଅଧ ଘଣ୍ଟା ପର୍ଯ୍ୟନ୍ତ କୌଣସି ନର୍ସ କିମ୍ବା କାହାରି ଦେଖା ପାଇ ନ ଥିଲେ। ଶେଷରେ ନର୍ସ ଆସି ଦେଖିବା ବେଳକୁ ଶିଶୁ କନ୍ୟାର ମୃତ୍ୟୁ ହୋଇସାରିଥିବା ଜାଣିବାକୁ ପାଇଥିଲେ।
ଡାକ୍ତରଖାନାରେ ଠିକ ସମୟରେ ନର୍ସମାନେ ଚିକିତ୍ସା ନ କରିବାରୁ ତାଙ୍କ ଝିଅର ଜୀବନ ଯାଇଥିବା ଅଭିଯୋଗ କରି ଗୁରୁବାର ସକାଳୁ ମଧୁସୂଦନ ଏବଂ ତାଙ୍କ ସ୍ତ୍ରୀ ମୃତ ୫ ମାସର ଶିଶୁକନ୍ୟାର ମୃତଦେହକୁ ଧରି ଉଦଳା ମେଡିକାଲ ସମ୍ମୁଖରେ ଧାରଣାରେ ବସିଥିଲେ। ଖବରପାଇ ଉପଖଣ୍ଡ ଡାକ୍ତରଖାନା ଅଧୀକ୍ଷକ ଡା. ଲକ୍ଷ୍ମୀକାନ୍ତ ପତି ଘଟଣାସ୍ଥଳରେ ପହଞ୍ଚି ଧାରଣାକାରୀଙ୍କୁ ବୁଝାଶୁଝା କରିଥିଲେ। ପରେ ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀ ପ୍ରତିଶ୍ରୁତି ଦେବା ପରେ ଧାରଣା ପ୍ରତ୍ୟାହୃତ ହୋଇଥିଲା। ଏ ସମ୍ପର୍କରେ ଉପଖଣ୍ଡ ଚିକିତ୍ସା ଅଧିକାରୀ ଡା. ଲକ୍ଷ୍ମୀକାନ୍ତ ପତି କହିଛନ୍ତି ଆସିଥିବା ଅଭିଯୋଗ ସାଙ୍ଘାତିକ ତେଣୁ ଏହାର ତଦନ୍ତ କରଯାଇ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।

Enter your email to get our daily news in your inbox.

All Right Reserved By Dharitri.Com

ମୃତ ଯୁବକଙ୍କ ମିଳିଲା ପରିଚୟ: ସେଲଫି ନେବା ହେଲା କାଳ

କୋକସରା,୩।୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ବ୍ଲକର ପର୍ଯ୍ୟଟନସ୍ଥଳୀ ଗୁଡହାଣ୍ଡି ଡୋକରୀଚଞ୍ଚରାର ଡୋକରୀଦର ଝରଣା ନିକଟରେ ଗୁରୁବାର ଜଣେ ଯୁବକଙ୍କ ମୃତଦେହ ଦେଖିବାକୁ ମିଳିଥିଲା। ଶୁକ୍ରବାର ସକାଳୁ…

ସମୁଦ୍ର କୂଳ ଲଙ୍ଘିବା ଘଟଣା: ଜିଲ୍ଲାପାଳଙ୍କ ନିର୍ଦ୍ଦେଶରେ ପୋଡ଼ମପେଟାକୁ ନିଷିଦ୍ଧାଞ୍ଚଳ ଘୋଷଣା

ଗଞ୍ଜାମ/ ଛତ୍ରପୁର,୩।୭ (/ଅନାଥ ତରାଇ/ଦିଲ୍ଲୀପି ସାମଲ/ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକର ପୋଡମପେଟାରେ ସମୁଦ୍ର କୂଳ କ୍ଷୟ ଦିନକୁ ଦିନ ଉଦ୍‌ବେଗଜନକ ରୂପ ନେବାରେ ଲାଗିଛି। ସମୁଦ୍ର ଦ୍ରୁତ…

ଦାଦନ ଖଟି ଯାଇଥିଲେ, ଫେରିଲା ମୃତଦେହ: ତେଲେଙ୍ଗାନାରେ ବିଦ୍ୟୁତ ଆଘାତରେ ଗଜପତିର ଶ୍ରମିକଙ୍କ ମୃତ୍ୟୁ

ପାରଳାଖେମୁଣ୍ଡି,୩।୭(ଗିରିଧାରୀ ପରିଛା): ଗଜପତି ଜିଲାରେ ଦାଦନ ଦୁଃଖର କରୁଣ ଚିତ୍ର ପୁଣି ସାମ୍ନାକୁ ଆସିଛି। ସ୍ଥାନୀୟ ଅଞ୍ଚଳରେ କାମର ଅଭାବ ଯୋଗୁ ଜୀବିକା ଅନ୍ୱେଷଣରେ ବାହାର ରାଜ୍ୟକୁ…

ଡାକ୍ତରଙ୍କ ଆନ୍ଦୋଳନ ଯୋଗୁ ରୋଗୀସେବା ବ୍ୟାହତ: ଦୁର୍ଘଟଣାରେ ଆହତଙ୍କୁ ଚିକିତ୍ସା ନ ମିଳିବାରୁ ବୁର୍ଲା ସ୍ଥାନାନ୍ତର

ବରଗଡ଼,୩।୭(ପ୍ରେମାନନ୍ଦ ଖମାରୀ)- ରାଜ୍ୟରେ ଡାକ୍ତରମାନଙ୍କ ବିଭିନ୍ନ ଦାବିକୁ ନେଇ ଚାଲିଥିବା ଆନ୍ଦୋଳନ ଯୋଗୁ ସାଧାରଣ ସ୍ୱାସ୍ଥ୍ୟସେବା ଗୁରୁତର ଭାବେ ପ୍ରଭାବିତ ହୋଇଛି। ଡାକ୍ତରଖାନା ଗୁଡ଼ିକରେ ରୋଗୀସେବା ତଥା…

ଯୌତୁକ ପାଇଁ ନିର୍ଯ୍ୟାତନା ପରେ  ସ୍ତ୍ରୀଙ୍କୁ ଶ୍ୱାସରୁଦ୍ଧ କରି ହତ୍ୟା ଉଦ୍ୟମ: ସ୍ବାମୀ ଗଲେ ଜେଲ 

ଦିଗପହଣ୍ଡି,୩|୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଶୁଣ୍ଡିପଲ୍ଲୀ ଗ୍ରାମର ବର୍ଷା ସିଂ(୨୦)ଙ୍କୁ ଯୌତୁକ ପାଇଁ ଶ୍ବଶୁର ଘର ଲୋକେ ଶାରୀରିକ ଓ ମାନସିକ ନିର୍ଯ୍ୟାତନା…

ହେଲୋ ପଏଣ୍ଟଠାରେ ୭୭ତମ ବନ ମହୋତ୍ସବ: ଯୋଗଦେଲେ…

ଥୁଆମୂଳ ରାମପୁର, ୩।୭ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ କୋଷାବରାସ୍ଥିତ ହେଲୋ ପଏଣ୍ଟଠାରେ ଶୁକ୍ରବାର ଥୁଆମୂଳ ରାମପୁର ଦକ୍ଷିଣ ବନାଞ୍ଚଳ ପକ୍ଷରୁ…

ଶିକ୍ଷକ ଅଭାବ ପାଠ ପଢ଼ାରେ ସମସ୍ୟା : ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ୩ ଜଣ ଶିକ୍ଷକ

ରିଷିଡା, ୩/୭ (ସୁଶାନ୍ତ ମଲ୍ଲିକ): ଶିକ୍ଷକ ଅଭାବ ଯୋଗୁଁ କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ସରକାରୀ ବିଦ୍ୟାଳୟରେ ଶିକ୍ଷାଦାନ ବ୍ୟାହତ ହେଉଥିବା ଅଭିଯୋଗ ହୋଇଛି। କେଉଁଠି…

ଜନଗଣନା ହ୍ୟାଣ୍ଡବୁକ: ଜିଲାରେ ୨୩୭ ଅଧିକାରୀ ନେଲେ…

ଭଞ୍ଜନଗର,୩ା୭(ବାବୁଲା ପ୍ରଧାନ): ଭଞ୍ଜନଗର ବ୍ଲକ ସମ୍ମିଳନୀ କକ୍ଷରେ ଶୁକ୍ରବାର ଉପଖଣ୍ଡସ୍ତରୀୟ ଜନଗଣନା ଅବସରରେ ଜିଲା ଜନଗଣନା ପୁସ୍ତିକା ପ୍ରସ୍ତୁତିକୁ ସୂଚାରୁ ଓ ତ୍ରୁଟିମୁକ୍ତ କରିବା ଉଦ୍ଦେଶ୍ୟରେ ପ୍ରଶିକ୍ଷଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri