ଟିକା ନ ନେଲେ ଦରମା ବନ୍ଦ…

ପାଟନା,୨୪।୫: ବିହାରର ସାରନରୁ ଏକ ଚକିତ କରିଦେବା ଭଳି ଘଟଣା ସାମ୍ନାକୁ ଆସିଛି। ଯାହା ଏବେ ଚର୍ଚ୍ଚାର ପରିସରକୁ ଆସିଛି। ସାରନ ଜିଲାପାଳ ଏକ ଅଜବ ନିର୍ଦ୍ଦେଶନାମା ଜାରି କରିଛନ୍ତି। ଯେଉଁ ସରକାରୀ କର୍ମଚାରୀମାନେ କୋଭିଡ ଟିକା ନେବେ ନାହିଁ, ସେମାନଙ୍କୁ ଆଗାମୀ ଆଦେଶ ପର୍ଯ୍ୟନ୍ତ ଦରମା ଦିଆଯିବ ନାହିଁ ବୋଲି ଏଥିରେ ଉଲ୍ଲେଖ କରାଯାଇଛି। ଗୋଟିଏ ପଟେ ଟିକା ଅଭାବରୁ ଦେଶରେ ହାହାକାର ଦେଖାଯାଇଥିବା ବେଳେ ଏପରି ସ୍ଥିଳେ ଜିଲାପାଳ ଡା. ନିଲେଶ ରାମଚନ୍ଦ୍ରଙ୍କ ଏଭଳି ନିର୍ଦ୍ଦେଶନାମା ସମସ୍ତଙ୍କୁ ଚିନ୍ତିତ କରିପକାଇଛି। କର୍ମଚାରୀଙ୍କ କହିବା କଥା, ଭାକ୍ସିନ ଉପଲବ୍ଧ ହେଲେ ତ ଟିକା ନେବୁ। ଯେଉଁମାନେ ୧୮ରୁ ୪୫ବର୍ଷର ରହିଛନ୍ତି ସେହି କର୍ମଚାରୀଙ୍କ ପାଇଁ ଭାକ୍ସିନ ସ୍ଲଟ ଖାଲି ନାହିଁ। ଯାହା ଏବେ ସେମାନଙ୍କ ପାଇଁ ଏକ ବଡ଼ ସମସ୍ୟା ପାଲଟିଛି। ସୂଚନାଯୋଗ୍ୟ, ମେ’୯ରେ ଜିଲା ବିପର୍ଯ୍ୟୟ ବିଭାଗରେ କାମ କରୁଥିବା ୪୦ବର୍ଷୀୟ ଅଫିସ୍‌ ଆସିଷ୍ଟାଣ୍ଟ ପ୍ରକାଶ କୁମାର ପାଣ୍ଡେଙ୍କ କରୋନାଜନିତ ମୃତ୍ୟୁ ହୋଇଥିଲା। ଯେତେବେଳେ ଜିଲାପାଳଙ୍କୁ ଜଣାପଡ଼ିଥିଲା ଯେ, ମୃତ ପ୍ରକାଶ କୁମାର ଟିକା ନେଇ ନ ଥିଲେ। ସେତେବେଳେ ସେ ଏକ କଡ଼ା ନିର୍ଦ୍ଦେଶ ଜାରି କରିଥିଲେ। କାର୍ଯ୍ୟାଳୟର ସମସ୍ତ କର୍ମଚାରୀ ଟିକା ନେବେ ଓ ଯେଉଁମାନେ ଟିକା ନେବେ ନାହିଁ ସେମାନଙ୍କୁ ଦରମା ଦିଆଯିବ ନାହିଁ ବୋଲି ଜିଲାପାଳ ରାମଚନ୍ଦ୍ର କହିଥିଲେ। କିଛି ଦିନ ପୂର୍ବରୁ ମଧ୍ୟପ୍ରଦେଶ ଜିଲାପାଳ ମଧ୍ୟ ଏଭଳି ଆଦେଶ ଜାରି କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦୁଲୀପ ଟ୍ରଫି ସେମିଫାଇନାଲରେ କାହିଁକି ବୈଭବ ସୂର୍ଯ୍ୟବଂଶୀଙ୍କୁ ଦିଆଗଲା ଅଧିନାୟକ ଦାୟିତ୍ୱ? ହେଲାଣି ଖୁବ୍‌…

ନୂଆଦିଲ୍ଲୀ,୩୦।୮: ଦୁଲୀପ ଟ୍ରଫିର ପ୍ରଥମ ସେମିଫାଇନାଲ ମ୍ୟାଚ ବର୍ତ୍ତମାନ ସେଣ୍ଟ୍ରାଲ ଜୋନ ଏବଂ ପୂର୍ବ ଜୋନ ମଧ୍ୟରେ ଚାଲିଛି। ବିସିସିଆଇ ସେଣ୍ଟର ଅଫ ଏକ୍ସଲେନ୍ସ ଗ୍ରାଉଣ୍ଡରେ ଖେଳାଯାଉଥିବା…

ମେସିଙ୍କ ଇଭେଣ୍ଟକୁ ନେଇ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ, କହିଲେ ମିଳିବ କ୍ଷତିପୂରଣ

କୋଲକାତା,୩୦।୮: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ ଲିଓନେଲ ମେସିଙ୍କ ଗସ୍ତକୁ ନେଇ ସୃଷ୍ଟି ହୋଇଥିବା ବିଶୃଙ୍ଖଳା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଇଛନ୍ତି। ସେ ଘୋଷଣା କରିଛନ୍ତି…

ଏମିତି ଜାଗାରେ ଅଟୋଗ୍ରାଫ ଦେଲେ ପୁଟିନ, ଯାହାକୁ ନେଇ ହେଉଛି ଖୁବ ଚର୍ଚ୍ଚା

ମସ୍କୋ,୩୦।୮: ଏକ କାରଖାନା ପରିଦର୍ଶନ ସମୟରେ, ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏକ ଚାଇନା-ଡିଜାଇନ କାରରେ ଯାତ୍ରା କରିଥିଲେ ଏବଂ ନିଜେ ଏହାକୁ ଚଲାଇଥିଲେ। ରୁଷିଆ ନିର୍ମିତ,…

ସ୍ତ୍ରୀଙ୍କୁ ନିର୍ଯାତନା ଅଭିଯୋଗ; ଗିରଫ ହେଲେ SI ସ୍ୱାମୀ, ବର୍ଷେ ତଳେ ହୋଇଥିଲା ବିବାହ

ଭଦ୍ରକ,୩୦ା୮(ସନାତନ ରାଉତ): ସ୍ତ୍ରୀଙ୍କୁ ନିର୍ଯାତନା ଅଭିଯୋଗରେ ଗିରଫ ହେଲେ ପୋଲିସ ଏସଆଇ । ଭଦ୍ରକ ଟାଉନ ଥାନା ସବ ଇନ୍ସପେକ୍ଟର ଗଣନାଥ ସେଠୀ ଗିରଫ ହୋଇଛନ୍ତି ।…

୧୩ ବର୍ଷର ଚାକିରି ପରେ IAS ପଦରୁ ଦିବ୍ୟାଙ୍କ ଇସ୍ତଫା, ଭାଇରାଲ ହେଉଛି ଫେସବୁକ୍ ପୋଷ୍ଟ

ଲକ୍ଷ୍ନୌ,୩୦ା୮:: ଉତ୍ତରପ୍ରଦେଶ କ୍ୟାଡରର IAS ଅଧିକାରୀ ଦିବ୍ୟା ମିତ୍ତଲ ନିଜ ପଦରୁ ଇସ୍ତଫା ଦେଇଛନ୍ତି । ପ୍ରାୟ ୧୩ ବର୍ଷ ଧରି ପ୍ରଶାସନିକ ସେବାରେ ରହିବା ପରେ…

ସୋଫିଆଙ୍କୁ ନେଇ ବଡ଼ ଖୁଲାସା କଲେ ମୋକିମ୍, ବିଧାନସଭା ନିର୍ବାଚନରେ କଂଗ୍ରେସରୁ ନୁହେଁ ଏହି ଦଳରୁ ଲଢ଼ିବେ

ଭୁବନେଶ୍ବର,୩୦ା୮: ସୋଫିଆ ଫିର୍ଦୋସଙ୍କୁ ନେଇ ବଡ଼ ଖୁଲାସା କରିଛନ୍ତି ବାପା ମହମ୍ମଦ ମୋକିମ୍ । ଆସନ୍ତା ବିଧାନସଭା ନିର୍ବାଚନରେ ଓଡ଼ିଶା ଜନତା କଂଗ୍ରେସରୁ ଲଢିବେ ସୋଫିଆ ।…

ବିରାଟଙ୍କ ନୂଆ ଲୁକ: ଟାଟୁ କଳାକାରଙ୍କ ସହ ନଜର ଆସିଲେ…

ନୂଆଦିଲ୍ଲୀ,୩୦।୮: ଭାରତୀୟ କ୍ରିକେଟର ବିରାଟ କୋହଲିଙ୍କ ଟାଟୁ ପ୍ରତି ପ୍ରେମ କାହାକୁ ଅଛପା ନୁହେଁ; ବର୍ଷ ବର୍ଷ ଧରି ବିଭିନ୍ନ ଡିଜାଇନ ତାଙ୍କ ଶୈଳୀର ଏକ ଅବିଚ୍ଛେଦ୍ୟ…

୨୦୨୭ ଯାଏ ୪ ରାଶିଙ୍କୁ ବିଶେଷ କୃପା କରିବେ ଶନି; କ୍ୟାରିୟର-ବିବାହ ଠାରୁ ଧନଲାଭରେ ମିଳିବ ଫାଇଦା…

ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କ ଗୋଚରକୁ ସବୁଠାରୁ ପ୍ରଭାବଶାଳୀ ବୋଲି ମାନାଯାଏ, କାରଣ ସେ ପ୍ରାୟ ଅଢ଼େଇ ବର୍ଷ ପରେ ରାଶି ପରିବର୍ତ୍ତନ କରିଥାନ୍ତି। ଧୀର ଗତିରେ ଚାଲୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri