Posted inଖେଳ

ଭାକ୍ସିନ ନ ନେଲେ ଫ୍ରେଞ୍ଚ ଓପନରେ ଏଣ୍ଟ୍ରି ନାହିଁ

ପ୍ୟାରିସ,୧୭।୧: ବିଶ୍ୱର ନଂ ୧ ପୁରୁଷ ସିଙ୍ଗଲ୍ସ ଟେନିସ ଖେଳାଳି ନୋଭାକ୍‌ ଜୋକୋଭିଚ୍‌ଙ୍କୁ ଫ୍ରେଞ୍ଚ ଓପନ ଗ୍ରାଣ୍ଡସ୍ଲାମ ଟୁର୍ନାମେଣ୍ଟରୁ ମଧ୍ୟ ବାଦ୍‌ ଦିଆଯାଇପାରେ। ତାଙ୍କୁ ଫ୍ରାନ୍ସର ନୂଆ ଭାକ୍ସିନ ପାସ ଆଇନରୁ କୌଣସି ଛାଡ଼ ମିଳିବ ନାହିଁ ବୋଲି ଦେଶର କ୍ରୀଡ଼ା ମନ୍ତ୍ରଣାଳୟ ସୋମବାର ସ୍ପଷ୍ଟ କରିଛି। ୨୦ଟି ଗ୍ରାଣ୍ଡସ୍ଲାମ ଚାମ୍ପିୟନ ନୋଭାକ୍‌ ଏପର୍ଯ୍ୟନ୍ତ କୋଭିଡ୍‌-୧୯ ଭାକ୍ସିନ ନେଇ ନାହାନ୍ତି। ଏହି କାରଣରୁ ତାଙ୍କୁ ଅଷ୍ଟ୍ରେଲିଆରୁ ବର୍ଷର ପ୍ରଥମ ଗ୍ରାଣ୍ଡସ୍ଲାମ ଟୁର୍ନାମେଣ୍ଟ ଆରମ୍ଭ ହେବା ପୂର୍ବରୁ ରବିବାର ପ୍ରତ୍ୟର୍ପଣ କରାଯାଇଛି।

ଫ୍ରାନ୍ସର ଭାକ୍ସିନ ପାସ ଆଇନ ରବିବାର ସଂସଦରେ ପାରିତ ହୋଇଛି। ଏହି ଆଇନ ଅନୁଯାୟୀ, ରେଷ୍ଟୁରାଣ୍ଟ, କାଫେ, ସିନେମା, ଦୂରଗାମୀ ଟ୍ରେନ ଭଳି ସାଧାରଣସ୍ଥାନରେ ଟିକାକରଣ ପ୍ରମାଣପତ୍ର ବିନା ଲୋକଙ୍କୁ ଏଣ୍ଟ୍ରି ମିଳିବ ନାହିଁ।

“ଏହି ଆଇନ ଖୁବ୍‌ ସରଳ। ଏହା କାର୍ଯ୍ୟକାରୀ ହେବା ମାତ୍ରେ ଭାକ୍ସିନ ପାସ ଲାଗୁ କରାଯିବ। ଦର୍ଶକ ହୁଅନ୍ତୁ କି ପେଶାଦାର ଖେଳାଳି ଏହି ଆଇନ ସଭିଙ୍କ କ୍ଷେତ୍ରରେ କାର୍ଯ୍ୟକାରୀ ହେବ। ଆଉ ଏହା ପରବର୍ତ୍ତୀ ନୋଟିସ ପର୍ଯ୍ୟନ୍ତ ବଳବତ୍ତର ରହିବ। ରୋଲାଣ୍ଡ ଗାରୋସ ଟୁର୍ନାମେଣ୍ଟ ମେ’ରେ ହେବାର ଅଛି। ବର୍ତ୍ତମାନ ଓ ସେତବେଳର ପରିସ୍ଥିତିରେ ପରିବର୍ତ୍ତନ ଦେଖାଦେଇପାରେ। ଆମେ ଆଶା କରୁଛୁ, ପରିବେଶ ଅନୁକୂଳ ରହିବ। କିନ୍ତୁ କାହାକୁ କୌଣସି ଛାଡ଼ ମିଳିବ ନାହିଁ” ବୋଲି କ୍ରୀଡ଼ା ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନର ପାଞ୍ଚଟି ପ୍ରଦେଶ ଉପରେ ଆକ୍ରମଣ କଲା ଆମେରିକା, ମିଶାଇଲ ସିଷ୍ଟମ ସହ IRGC ସ୍ପିଡବୋଟକୁ ଟାର୍ଗେଟ

ଓ୍ବାଶିଂଟନ,୧୩।୭: ଆମେରିକା ଏବଂ ଇରାନ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଉଛି। ରବିବାର, ଆମେରିକାର ସେନା ହୋର୍ମଜଗାନ, ମାର୍କାଜି, ଆହଭାଜ, ବୁଶେହର, ଖୁଜେସ୍ତାନ ଏବଂ ସିସ୍ତାନ-ବାଲୁଚେସ୍ତାନ ସମେତ ଅନେକ…

ଭିଜିଲାନ୍ସ ପଞ୍ଝାରେ ଓସିସି ନିର୍ବାହୀ ଯନ୍ତ୍ରୀ, ଏକକାଳୀନ ୭ ସ୍ଥାନରେ ଚାଲିଛି ଚଢ଼ାଉ

ଭୁବନେଶ୍ୱର/କୋରାପୁଟ,୧୩ା୭(ଅମିତାଭ ବେହେରା): ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଓଡ଼ିଶା ଭିଜିଲାନ୍ସ ସୋମବାର ସକାଳେ ଓଡ଼ିଶା କନଷ୍ଟ୍ରକ୍ସନ କର୍ପୋରେଶନ (ଓସିସି) ଲିମିଟେଡ୍‌, ଭୁବନେଶ୍ୱରର ନିର୍ବାହୀ ଯନ୍ତ୍ରୀ ସଞ୍ଜୟ କୁମାର…

ମୃତ୍ୟୁ ପୂର୍ବରୁ, ଲିଣ୍ଡସେ ଟ୍ରମ୍ପଙ୍କ ପାଇଁ ତିନୋଟି କାର୍ଯ୍ୟ ତାଲିକାଭୁକ୍ତ କରିଥିଲେ, ରୁଷିଆ କଥା ଉଲ୍ଲେଖ କରି ଫୋନରେ କହିଥିଲେ, ‘ମୁଁ ଏବେ ମରିପାରିବି ନାହିଁ…’

ଓ୍ବାଶିଂଟନ,୧୩।୭: ଆମେରିକା ଏବଂ ଇରାନ ମଧ୍ୟରେ ବିବାଦ ଏପର୍ଯ୍ୟନ୍ତ କମି ନାହିଁ, ଯାହା ଫଳରେ ସମଗ୍ର ମଧ୍ୟପ୍ରାଚ୍ୟରେ ଉତ୍ତେଜନାପୂର୍ଣ୍ଣ ପରିସ୍ଥିତି ସୃଷ୍ଟି ହୋଇଛି। ଇତି ମଧ୍ୟରେ, ବରିଷ୍ଠ…

ସମୁଦ୍ରରେ ନିଖୋଜ ଥିବା ଟ୍ରଲର ଠାବ, ୯ ମତ୍ସ୍ୟଜୀବୀଙ୍କ ମୃତଦେହ ଉଦ୍ଧାର, ମାଲିକ ପହଞ୍ଚି…

ଭୋଗରାଇ,୧୩ା୭(ପ୍ରଦୀପ ଦାସ): ପଶ୍ଚିମବଙ୍ଗ ପୂର୍ବମେଦିନୀପୁର ଜିଲା ଶଙ୍କରପୁର ମତ୍ସ୍ୟ ଅବତରଣ କେନ୍ଦ୍ର(ଜେଟିରୁ )ରୁ ଗତ ୨ ତାରିଖରୁ ସମୁଦ୍ରକୁ ଯାଇ ନିଖୋଜ ଥିବା ମା’ କାଳୀ ନାମକ…

ଏଇ ଭାରତରେ

ଜଳବାୟୁ ପରିବର୍ତ୍ତନ ପ୍ରଭାବ ସମୁଦ୍ରରେ ପରିଲକ୍ଷିତ ହେଲାଣି। ବିଶେଷକରି ସମୁଦ୍ର ଜଳ ପତନ ବୃଦ୍ଧି ହେବା ସହ ଜଳଚର ଜୀବ ପ୍ରଭାବିତ ହେଉଛନ୍ତି। ଏହି କ୍ରମରେ ବହୁ…

ଅମୃତର ସନ୍ତାନ

ବହୁ ଅନୁସନ୍ଧାନରୁ ବର୍ତ୍ତମାନ ପ୍ରାୟ ସମସ୍ତ ବିଜ୍ଞାନୀ ଏକମତ ଯେ ପୃଥିବୀରେ ମାନବ ସଭ୍ୟତା ଥରଥର କରି ଛଅ ଥର ଆରମ୍ଭ ହୋଇ ପୁଣି ନଷ୍ଟ ହୋଇଯାଇଛି।…

ଗଙ୍ଗାଜଳ ବଣ୍ଟନ ଚୁକ୍ତି

ଗଙ୍ଗାଜଳ ବଣ୍ଟନ ଚୁକ୍ତି ନବୀକରଣ ଏବେ ଜାତୀୟ ସ୍ତରରେ ଆଲୋଚ୍ୟ ବିଷୟ। ବାଂଲାଦେଶ ପୂର୍ବ ଅପେକ୍ଷା ଅଧିକ ଜଳ ଦାବି କରି ବିବୃତି ଦେଉଛି। ଭାରତ ମଧ୍ୟ…

ଦକ୍ଷିଣ ଚାଇନା ସାଗର ଉପରେ ବେଜିଂର ଦାବିକୁ ଇୟୁ, ୧୪ ରାଷ୍ଟ୍ରର ପ୍ରତ୍ୟାଖ୍ୟାନ

ମାନିଲା,୧୩ା୭: ଦକ୍ଷିଣ ଚାଇନା ସାଗର ଉପରେ ବେଜିଂର ଦାବିକୁ ଆମେରିକା, ବ୍ରିଟେନ୍‌ ସମେତ ୧୪ ଦେଶ ପ୍ରତ୍ୟାଖ୍ୟାନ କରିଛନ୍ତି। ୨୦୧୬ର ଏକ ଅନ୍ତର୍ଜାତୀୟ ରାୟ ଅନୁଯାୟୀ ଦକ୍ଷିଣ ଚାଇନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri