Posted inଜାତୀୟ

ବଡ଼ ସୂଚନା; କୋଲକାତାରେ ଆଜି ନିର୍ବାଚନ ବିଜୟ ଉତ୍ସବ ମନା, ଜାଣନ୍ତୁ କାରଣ

କୋଲକାତା,୪।୫: ପଶ୍ଚିମବଙ୍ଗ ବିଧାନସଭାର ନିର୍ବାଚନର ଭୋଟ ଗଣତି ସକାଳ ଟାରୁ ଆରମ୍ଭ ହୋଇଛି । ପ୍ରାରମ୍ଭିକ ଟ୍ରେଣ୍ଡ ଅନୁସାରେ, ଭାଜପା ୧୨୩ଟି ଆସନରେ ଆଗୁଆ ଥିବା ବେଳେ ଟିଏମସି ୧୦୯ଟି ଆସନରେ ଆଗୁଆ ରହିଛି । ତେବେ ସନ୍ଧ୍ୟା ସୁଦ୍ଧା ପ୍ରକୃତ ଚିତ୍ର ସାମ୍ନାକୁ ଆସିପାରିବ । ତେବେ କୋଲକାତାରେ ଆଜି ନିର୍ବାଚନ ବିଜୟ ଉତ୍ସବ ମନା କରାଯାଇଛି । ଗଣତି ରାତି ପର୍ଯ୍ୟନ୍ତ ଚାଲିବାକୁ ଥିବାରୁ ବିଜୟ ରାଲି ମନା କରାଯାଇଛି ।

ସୋମବାର ଦିନ ସ୍ୱତନ୍ତ୍ର ନିର୍ବାଚନ ତାଲିକା ପର୍ଯ୍ୟବେକ୍ଷକ ସୁବ୍ରତ ଗୁପ୍ତା କହିଛନ୍ତି ଯେ ବିଧାନସଭା ନିର୍ବାଚନ ପାଇଁ ଗଣନା ଆରମ୍ଭ ହେବା ସହିତ ପଶ୍ଚିମବଙ୍ଗରେ କୌଣସି ସ୍ଥାନରେ ବିଜୟ ରାଲିକୁ ଅନୁମତି ଦିଆଯିବ ନାହିଁ । ବିଭିନ୍ନ ଦଳର ଏଜେଣ୍ଟମାନେ ଗଣନା କେନ୍ଦ୍ରରେ ପହଞ୍ଚି ପାରୁ ନଥିବା ନେଇ ନିର୍ବାଚନ ପ୍ୟାନେଲ ବିଭିନ୍ନ ଅଭିଯୋଗ ପାଇବା ପରେ ଏହି ନିଷ୍ପତ୍ତି ନିଆଯାଇଛି । ତେବେ କୋଲକାତା ପୋଲିସ ପକ୍ଷରୁ ମଧ୍ୟ ବିଜ୍ଞପ୍ତି ପ୍ରକାଶ ପାଇଛି । ଆସନ୍ତାକାଲି ପୋଲିସ ଅନୁମତି ନେଇ ବିଜୟ ଉତ୍ସବ କରିପାରିବେ ଦଳ ।

ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନର ପ୍ରାରମ୍ଭିକ ଟ୍ରେଣ୍ଡ ଅନୁଯାୟୀ, ଭାରତୀୟ ନିର୍ବାଚନ କମିଶନଙ୍କ ସରକାରୀ ୱେବସାଇଟରେ ଅପଡେଟ୍ ହୋଇଥିବା ଅନୁଯାୟୀ, ଭାଜପା ୪୮ ବିଧାନସଭା ନିର୍ବାଚନ ମଣ୍ଡଳୀରେ ଆଗୁଆ ଥିବା ବେଳେ ଅଖିଳ ଭାରତ ତୃଣମୂଳ କଂଗ୍ରେସ (AITC) ୨୮ ନିର୍ବାଚନ ମଣ୍ଡଳୀରେ ଆଗରେ ଅଛି।

 

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଜଗପାଡୁ ବଡବନ୍ଧର ପୁନରୁଦ୍ଧାର ପାଇଁ ଅଣ୍ଟା ଭିଡିଲେ ବିଧାୟକ ରୂପେଶ, ସ୍ଥିତି ସମୀକ୍ଷା ପରେ….

ପାରଳାଖେମୁଣ୍ଡି,୫।୮(ଗିରିଧାରୀ ପରିଚ୍ଛା): ଗଜପତି ଜିଲାର ଗୁମ୍ମା ବ୍ଲକ ଅନ୍ତର୍ଗତ ଜଗପାଡୁ ଗ୍ରାମର ବହୁ ପୁରୁଣା ବଡବନ୍ଧ (ପୋଖରୀ)ର ସ୍ଥିତି ସମୀକ୍ଷା କରିଛନ୍ତି ସ୍ଥାନୀୟ ବିଧାୟକ ରୂପେଶ ପାଣିଗ୍ରାହୀ।…

୪୦ ହେକ୍ଟର ଜମିରେ ଲାଗିବ ଅଏଲ ପାମ୍‌ ବୃକ୍ଷ, କନ୍ଧମାଳରେ ୨ ବର୍ଷ ହେଲା…

ଦାରିଙ୍ଗବାଡ଼ି,୫ା୮(ଅରୁଣ ସାହୁ): ଦେଶରେ ଖାଇବା ତେଲର ଚାହିଦା ରହିଛି। ତେବେ ଖାଇବା ତେଲକୁ ଅନେକ ସମୟରେ ବାହାର ଦେଶରୁ ଆମଦାନୀ କରାଯାଉଛି। ଦେଶରେ ଚାହିଦା ରହିଥିଲେ ମଧ୍ୟ…

‘ଶିକ୍ଷାକ୍ଷେତ୍ରରେ ST-SC ଶିକ୍ଷକ ସଂଘର ସଭାପତି ବିଶ୍ୱନାଥଙ୍କ ଅବଦାନ ଅତୁଳନୀୟ’

କଲ୍ୟାଣସିଂହପୁର,୫ା୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ST, SC ଶିକ୍ଷକ ସଂଘର ସଭାପତି ସ୍ବର୍ଗତ ବିଶ୍ୱନାଥ କାଡ୍ରାକାଙ୍କ ଦ୍ୱାଦଶାହ କାର୍ଯ୍ୟକ୍ରମ ଶିରିପୁରସ୍ଥିତ ତାଙ୍କ ବାସଭବନରେ…

୨୨ ବର୍ଷ ପରେ ଜେଲ୍‌ରୁ ମୁକୁଳିଲେ ଆଜୀବନ କଏଦୀ ଅର୍ଜୁନ ଜାନି

କୋରାପୁଟ,୫ା୮(ଅମିତାଭ ବେହେରା): ସର୍ବୋଚ୍ଚ ନ୍ୟାୟାଳୟଙ୍କ ନିଷ୍ପତ୍ତି କ୍ରମେ ୨୦୦୪ରେ ଏକ ହତ୍ୟା ମାମଲାରେ ଦୋଷୀ ସାବ୍ୟସ୍ତ ହୋଇ ଦୀର୍ଘ ୨୨ ବର୍ଷର କାରାଦଣ୍ଡ ଭୋଗିବା ପରେ ନବରଙ୍ଗପୁର…

ଭାଜପା ଏମପିଙ୍କୁ ବଡ଼ ପରାମର୍ଶ ଦେଲେ ମୋଦି, ବର୍ତ୍ତମାନ ଉପରେ ଫୋକସ୍…

ନୂଆଦିଲ୍ଲୀ,୫।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ରାଜ୍ୟ ସଭାକୁ ନିର୍ବାଚିତ ହୋଇଥିବା ଭାରତୀୟ ଜନତା ପାର୍ଟି (ଭାଜପା)ର ୩୭ ଜଣ ନୂଆ ଏମପିଙ୍କ ବୈଠକ କରିଥିଲେ ।…

ଘର କବାଟ ଖୋଲୁଖୋଲୁ ଚୋଟ ମାରିଲା ବିଷଧର ସାପ, ଟଳିପଡ଼ିଲେ ବୃଦ୍ଧା

ଦିଗପହଣ୍ଡି,୫ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଲରାପଦର ପଞ୍ଚାୟତ ଭୁଡୁକି ଗ୍ରାମର ଏ.ବାଉରୀ ପାତ୍ରଙ୍କ ସ୍ତ୍ରୀ ଏ.ସାଇଆମ୍ମା ପାତ୍ର(୭୦) ନାମ୍ନୀ ବୃଦ୍ଧା ବୁଧବାର ଅପରାହ୍ନରେ…

ତାତିଲେ ଚାଷୀ, ୧୦ରେ ଜେଲଭରୋ ଆନ୍ଦୋଳନ: ଚାଷ, ଚାଷୀ ସମସ୍ୟା ଅସମାହିତ

ବରଗଡ଼,୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ରାଜ୍ୟରେ ସର୍ବାଧିକ ଧାନ ଉତ୍ପାଦନ ଯୋଗୁ ଜିଲାର ଏଭଳି ପରିଚୟ ରହିଛି। କିନ୍ତୁ ଏଠାରେ ଚାଷ ଓ…

ତାବରସାହି ଜଙ୍ଗଲରୁ ୨୫ ଲକ୍ଷର ଗଞ୍ଜେଇ ଜବତ, ଗୋଡ଼ାଇ ଗୋଡ଼ାଇ ବାନ୍ଧିଲା ପୋଲିସ

ମୋହନା,୫ା୮(ମନ୍ମଥ ମିଶ୍ର): ଗଜପତି ଜିଲା ରା.ଉଦୟଗିରି ଥାନା ପୋଲିସ ଏକ ବଡ଼ ଧରଣର ଗଞ୍ଜେଇ ଚାଲାଣ ମାମଲାର ପର୍ଦ୍ଦାଫାଶ କରିଛି । ୨୫୧ କିଲୋଗ୍ରାମ ୨୦୦ ଗ୍ରାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri