Posted inଜାତୀୟ

‘ ଭାଜପା ପାଇଁ ଭୋଟ ନାହିଁ ’ ପୋଷ୍ଟର

କୋଲକାତା,୧୬।୩ : ଭାଜପା-ତୃଣମୂଳ କଂଗ୍ରେସ ମଧ୍ୟରେ ପଶ୍ଚିମବଙ୍ଗ ହାତେଇବା ପାଇଁ ଚାଲିଥିବା ଯୁଦ୍ଧ ଏବେ ପହଞ୍ଚିଛି କୋଲକାତାର ଆଇକ୍‌ନିକ କଫି ହାଉସରେ। କଲେଜ ଷ୍ଟ୍ରିଟ୍‌ରେ ଥିବା କଫି ହାଉସର ପ୍ରଥମ ଫ୍ଲୋରରେ ଲାଗିଥଲା ଭାଜପା ବିରୋଧୀ ପୋଷ୍ଟର, ଯେଉଁଥିରେ ‘ଭାଜପା ପାଇଁ ଭୋଟ ନାହିଁ’ ବୋଲି ଉଲ୍ଲେଖ ଥିଲା। ଏହି ପୋଷ୍ଟରକୁ ସୋମବାର ଅପରାହ୍ନରେ ଚିରି ଦେଇଛନ୍ତି ଭାଜପା ପ୍ରବକ୍ତା ତେଜିନ୍ଦର ସିଂ ବାଗାଙ୍କ ନେତୃତ୍ୱରେ ସାଫ୍ରୋନ ରଙ୍ଗର ଟି-ସାର୍ଟ ପିନ୍ଧିଥିବା ସମର୍ଥନକାରୀମାନେ। ଏହି ଘଟଣାର କିଛି ଫଟୋ ଓ ଭିଡିଓ ଶେୟାର କରିଛନ୍ତି ବାଗା।

ଏକ ନିର୍ଦ୍ଧିଷ୍ଟ ଗୋଷ୍ଠୀ ଚଳାଇଛି ‘ଭାଜପା ପାଇଁ ଭୋଟ ନାହିଁ’ ଅଭିଯାନ। ସେମାନେ ୧୦ ତାରିଖରେ ଏକ ବଡ଼ ରାଲି ଆୟୋଜନ କରିଥିଲେ ଓ ଗାଁ ଗାଁ ବୁଲି ଭାଜପା ବିରୋଧରେ ପ୍ରଚାର କରୁଛନ୍ତି। ଘଟଣାବେଳେ କଫି ହାଉସ ଭିତରେ ଉପସ୍ଥିତ ଥିଲେ ଉକ୍ତ ଗୋଷ୍ଠୀର କର୍ମୀମାନେ। ଏଣୁ କିଛି ସମୟ ପାଇଁ ମୁହଁାମୁହିଁ ପରିସ୍ଥିତି ସୃଷ୍ଟି ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଟପ୍ପର ହୋଇ ଗୌରବ ଆଣିଲେ ଚନ୍ଦନ

ଥୁଆମୂଳ ରାମପୁର, ୨୮ା୫ (ଦୁର୍ଗା କୀର୍ତ୍ତି): ଭବାନୀପାଟଣାଠାରେ ପ୍ରତିଷ୍ଠିତ ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟ ପକ୍ଷରୁ ସ୍ନାତକୋତ୍ତର ପରୀକ୍ଷା ଫଳର ମେଧା ତାଲିକା ଗୁରୁବାର ପରୀକ୍ଷା ନିୟନ୍ତ୍ରକଙ୍କ ସ୍ବାକ୍ଷରରେ…

ଓସିଏସ୍‌ ପରୀକ୍ଷାରେ ଭବେଶଙ୍କୁ ୯୩ ର଼୍ୟାଙ୍କ

କର୍ଲାମୁଣ୍ଡା,୨୮ା୫(ପ୍ରଦୀପ କୁମାର ସାହୁ): ଓଡ଼ିଶା ଲୋକସେବା ଆୟୋଗ ଦ୍ବାରା ପରିଚାଳିତ ଓଡ଼ିଶା ସିଭିଲ ସର୍ଭିସ (ଓସିଏସ୍‌) ପରୀକ୍ଷା ଫଳ ପ୍ରକାଶ ପାଇଛି। ଏଥିରେ କର୍ଲାମୁଣ୍ଡା ବ୍ଲକ ଗଜବାହାଲ…

ହଷ୍ଟେଲରେ ନ ଥିଲା ଲାଇନ୍‌: ନାଳକୁ ଗାଧୋଇବାକୁ ଯାଇ ବୁଡ଼ିଗଲେ ଛାତ୍ର

ଦେବଗଡ଼,୨୮ା୫(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ଥାନା ଅଧୀନ ଗୋପପୁର ଗ୍ରାମର ଏକ ନାଳରେ ବୁଡି ଗୁରୁବାର ଜଣେ ନବମ ଶ୍ରେଣୀ ଛାତ୍ରଙ୍କର ମୃତ୍ୟୁ ଘଟିଛି।…

ଝଡବତାସରେ ଭାଙ୍ଗିଲା ଗଛ, ବିଦ୍ୟୁତ୍‌ ସେବା ବନ୍ଦ

ବରଗଡ଼,୨୮।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ବିଭିନ୍ନ ଅଞ୍ଚଳରେ ଗୁରୁବାର କାଳବୈଶାଖୀ ପ୍ରଭାବରେ ଝଡ଼ବତାସ ଓ ବର୍ଷା ହୋଇଛି। ବର୍ଷା ଯୋଗୁ କ୍ଷେତ, ଖଳାରେ ରହିଥିବା ଅମଳ ଧାନ…

ଗାଁରେ ପଶି ଲୋକଙ୍କୁ କାମୁଡ଼ିଲା ପାଗଳା କୁକୁର

ଗୁଡ଼ାରି,୨୮।୫(ପ୍ରମୋଦ କୁମାର ପତି ): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ୍‌ର ଅସଡା ଗ୍ରାମପଞ୍ଚାୟତ ଅନ୍ତର୍ଗତ ସିଲିମି ଗ୍ରାମରେ ଗୁରୁବାର ପାଗଳା କୁକୁର ଆତଙ୍କ ଦେଖିବାକୁ ମିଳିଥିଲା। କୁକୁର…

ଜିର୍ଣ୍ଣୋଦ୍ଧାର ମହୋତ୍ସବ ଉଦ୍‌ଯାପିତ

ଦିଗପହଣ୍ଡି,୨୮ା୫(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସହର ଉପକଣ୍ଠ କୁଶପଡ଼ାଗ୍ରାମ ନିକଟ କମାପଡ଼ିଆ ସ୍ଥିତ ଶ୍ରୀନୀଳକଣ୍ଠେଶ୍ୱର ଶୈବପୀଠ ଜିର୍ଣ୍ଣୋଦ୍ଧାର ମହୋତ୍ସବ ଗୁରୁବାର ଉଦ୍‌ଯାପିତ ହୋଇଛି। ୫ ଦିନ ବ୍ୟାପୀ…

CBSE ପ୍ରସଙ୍ଗକୁ ନେଇ ରାହୁଲ-ଧର୍ମେନ୍ଦ୍ର ମୁହାଁମୁହିଁ

ନୂଆଦିଲ୍ଲୀ,୨୮।୫: CBSE ର ମୂଲ୍ୟାୟନ ପ୍ରକ୍ରିୟା ସମ୍ପର୍କରେ ଛାତ୍ରମାନଙ୍କ ଦ୍ୱାରା ଉଠାଯାଉଥିବା ପ୍ରଶ୍ନ ମଧ୍ୟରେ, ଏହି ପ୍ରସଙ୍ଗକୁ ନେଇ ରାଜନୈତିକ ଉତ୍ତେଜନା ମଧ୍ୟ ତୀବ୍ର ହୋଇଛି। ଗୁରୁବାର,…

ସଚିନ ତେନ୍ଦୁଲକରଙ୍କ ଟୁଇଟ ଉପରେ ବୈଭବ ସୂର୍ଯ୍ୟବଂଶୀଙ୍କ ପ୍ରତିକ୍ରିୟା ଭାଇରାଲ, କହିଲେ ‘କ୍ରିକେଟର ଭଗବାନ’…

ନୂଆଦିଲ୍ଲୀ,୨୮।୫: ବୈଭବ ସୂର୍ଯ୍ୟବଂଶୀ ଇଣ୍ଡିଆନ ପ୍ରିମିୟର ଲିଗରେ ଚମକାଇ ଚାଲିଛନ୍ତି। ମାତ୍ର ୧୫ ବର୍ଷ ବୟସରେ ସେ ଗୋଟିଏ ପରେ ଗୋଟିଏ ରେକର୍ଡ ଭାଙ୍ଗି ଚାଲିଛନ୍ତି। ସନରାଇଜର୍ସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri