Posted inଜାତୀୟ

‘ରାମମନ୍ଦିର ଗର୍ଭଗୃହରେ ଟୋପାଏ ବି ପଡ଼ିନି ପାଣି’

ଅଯୋଧ୍ୟା,୨୬ା୬: ଅଯୋଧ୍ୟା ରାମମନ୍ଦିରରେ ପାଣି ଲିକ୍‌ ଖବର ପରେ ବୁଧବାର ଟ୍ରଷ୍ଟ ପକ୍ଷରୁ ସ୍ପଷ୍ଟୀକରଣ ଦିଆଯାଇଛି। ଶ୍ରୀରାମ ଜନ୍ମଭୂମି ତୀର୍ଥକ୍ଷେତ୍ର ଟ୍ରଷ୍ଟ ପକ୍ଷରୁ ସୋସିଆଲ ମିଡିଆ ‘ଏକ୍ସ’ରେ ସ୍ପଷ୍ଟୀକରଣ ଦିଆଯାଇଛି। ରାମ ମନ୍ଦିର ଗର୍ଭଗୃହରେ ଟୋପାଏ ବି ପାଣି ପଡ଼ିନି ବୋଲି ଟ୍ରଷ୍ଟ କହିଛି। ରାମଲାଲାଙ୍କ ବିରାଜସ୍ଥଳରେ ପାଣି ପଡ଼ିନି କି ପାଣି ଭିତରକୁ ମଧ୍ୟ ଆସିନାହିଁ। ମନ୍ଦିର ପରିସରରେ ବର୍ଷାଜଳ ନିଷ୍କାସନ ପାଇଁ ଉତ୍ତମ ବ୍ୟବସ୍ଥା କରାଯାଇଛି।

Ram Mandir: 'राम मंदिर के गर्भगृह में टपक रहा बरसात का पानी', मुख्य पुजारी के दावे पर निर्माण समिति ने दिया स्पष्टीकरण

ସୂଚନାଯୋଗ୍ୟ, ନୂତନ ଭାବରେ ନିର୍ମିତ ରାମ ମନ୍ଦିରର ଗର୍ଭଗୃହରେ ବସିଥିବା ରାମଲାଲାଙ୍କ ଉପରେ ବର୍ଷା ପାଣି ପଡୁଥିବାର ଅଭିଯୋଗ ହୋଇଥିଲା। ଏଭଳି ପରିସ୍ଥିତିରେ ରାମ ଭକ୍ତଙ୍କ ପାଇଁ ଏହା ଅତ୍ୟନ୍ତ ଚିନ୍ତାଜନକ ଥିଲା। ଏହି ଅଭିଯୋଗ ଉପରେ ରାମ ଜନ୍ମଭୂମି ତୀର୍ଥକ୍ଷେତ୍ର ଟ୍ରଷ୍ଟର ସଦସ୍ୟ ତଥା ମନ୍ଦିର ନିର୍ମାଣ କମିଟିର ସଭାପତି ନୃପେନ୍ଦ୍ର ମିଶ୍ର ପ୍ରଥମେ ଗର୍ଭଗୃହ ଛାତ ଲିକ୍‌ ସମସ୍ୟା ସମ୍ପର୍କରେ ନିଜର ମତ ପ୍ରକାଶ କରିଥିଲେ। ସେ ସ୍ପଷ୍ଟ କରିଥିଲେ ଯେ, ଜଳ ନିଷ୍କାସନ ବିଷୟରେ ଅଭିଯୋଗ ଭିତ୍ତିହୀନ। ଏବେ ଟ୍ରଷ୍ଟ ପକ୍ଷରୁ ସୋସିଆଲ ମିଡିଆ ‘ଏକ୍ସ’ରେ ଏହାର ସ୍ପଷ୍ଟୀକରଣ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କାଳବୈଶାଖୀରେ ଭାଙ୍ଗିଲା ଘର କାନ୍ଥ, ବାସହରା ହୋଇପଡ଼ିଛନ୍ତି ବୈବସତଙ୍କ ପରିବାର

ରିଷିଡ଼ା,୬ା୬(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ା ଗ୍ରାମର ବୈବସତ ରଣା ପିତା ସତ୍ୟ ରଣାଙ୍କ ପରିବାର ଆବାସ ଯୋଜନାରୁ ବଞ୍ଚିତ ହୋଇ ଦୟନୀୟ ଭାବେ…

ମାଡ଼ି ଆସିଲା କାଳବୈଶାଖୀ: କେଇ ମିନିଟରରେ ଛାରଖାର ହୋଇଗଲା ଜନତା ମଇଦାନ

ଭୁବନେଶ୍ବର,୬।୬: ରାଜଧାନୀ ଭୁବନେଶ୍ବରରେ ମାଡ଼ି ଆସିଲା କାଳବୈଶାଖୀ। କେଇ ମିନିଟର ଝଡତୋଫାନ ବର୍ଷାରେ ଛାରଖାର ହୋଇଗଲା ଜନତା ମଇଦାନ। ଜନତା ମଇଦାନରେ ଅନ୍ତର୍ଜାତୀୟ ଟ୍ରେଡ ଫେୟାର ପାଇଁ…

କାହିଁକି ପାକିସ୍ତାନରେ ବାରମ୍ବାର କମୁଛି ପେଟ୍ରୋଲ ଦର? ପୁଣି ୪ ଟଙ୍କା ଶସ୍ତା ହେଲା ପେଟ୍ରୋଲ, ଡିଜେଲ ଦର ଅପରିବର୍ତ୍ତିତ

ଇସଲାମାବାଦ,୬।୬: ଇରାନ-ଆମେରିକା ଉତ୍ତେଜନା ଏବଂ ହର୍ମୁଜ ପ୍ରଣାଳୀ ସଙ୍କଟ ମଧ୍ୟରେ, ପାକିସ୍ତାନ ସରକାର ପେଟ୍ରୋଲର ମୂଲ୍ୟ ଲିଟର ପିଛା ୪ ଟଙ୍କା ହ୍ରାସ କରି ଜନସାଧାରଣଙ୍କୁ କିଛି…

୮ ଦିନ ମଧ୍ୟରେ ଓଡ଼ିଶା ଛୁଇଁବ ମୌସୁମୀ! IMDର ପୂର୍ବାନୁମାନ

ଭୁବନେଶ୍ୱର,୬।୬: ୮ ଦିନ ମଧ୍ୟରେ ଓଡ଼ିଶା ଛୁଇଁବ ମୌସୁମୀ! ପ୍ରବଳ ଗରମ ଓ ଗୁଳୁଗୁଳିରୁ ଶୀଘ୍ର ମିଳିପାରେ ମୁକ୍ତି। ଆଗାମୀ ୬ରୁ ୮ ଦିନ ମଧ୍ୟରେ ଓଡ଼ିଶା…

ବ୍ରିଜ ଉପରୁ ୪୦ ଫୁଟ ତଳକୁ ଡେଇଁ ଆତ୍ମହତ୍ୟା କଲେ ବ୍ୟକ୍ତି

ପାଟଣା,୬ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ମୁଖ୍ୟାଳୟ ବୈତରଣୀ ନଦୀ ବ୍ରିଜ୍‌ ଉପରୁ ୪୦ଫୁଟ ତଳକୁ ଶନିବାର ୨ଟା ବେଳେ ଡେଇଁ ଜଣେ ୫୫ ବର୍ଷୀୟ…

ରାଜରାସ୍ତାରେ ଯୁବତୀଙ୍କ ବେକରେ ଖଣ୍ଡା ଲଗାଇଲେ ଯୁବକ, ମୋତେ ବାହା ନ ହେଲେ ହାଣିଦେବି କହି…

ଡେରାବିଶ,୬ା୬(ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ କଲେଜ ପରିସରରେ ଶନିବାର ଏକ ଅଭାବନୀୟ ଘଟଣା କ୍ରମରେ ପ୍ରେମ ପ୍ରତାରଣାର କରୁଣ ପରିଣତି ଦେଖିବାକୁ ମିଳିଛି। ଯୁକ୍ତ…

ସୂର୍ଯ୍ୟକୁମାରଙ୍କୁ ବଦଳାଇ ଶ୍ରେୟସ ଆୟରଙ୍କୁ କାହିଁକି କରାଗଲା ଅଧିନାୟକ ପ୍ରକୃତ କାରଣ କହିଲେ ଅଜିତ ଅଗରକର

ନୂଆଦିଲ୍ଲୀ,୬।୬: ଶନିବାର ଯେତେବେଳେ ବିସିସିଆଇ ସଚିବ ଦେବଜିତ ସାଇକିଆ ଆୟରଲ୍ୟାଣ୍ଡ ଏବଂ ଇଂଲଣ୍ଡ ଗସ୍ତ ପାଇଁ ଭାରତର ଟି-୨୦ ଦଳ ଘୋଷଣା କରିଥିଲେ, ସେତେବେଳେ ତାଲିକାରୁ ଅଧିନାୟକ…

ଦୁଇ ଦୋକାନରୁ ଚୋରି, ଚାରିଆଡ଼େ ପଡ଼ିଛି ରକ୍ତର ଛିଟା

ଆଳି,୬ା୬(ବନମାଳୀ ସେନାପତି): କେନ୍ଦ୍ରାପଡ଼ା ଜିଲା ଆଳି ଥାନାଠାରୁ ମାତ୍ର ଦୁଇଶହ ମିଟର ଦୂରରେ ଥିବା ମହାବୀର ବଜାରର ଦୁଇଟି ଦୋକାନରୁ ଚୋରି ହୋଇଛି। ମହାବୀର ବଜାରରେ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri