ପାଣି ନାହିଁ ତ ଭୋଟ ନାହିଁ,

ମୋହନା,୪ା୪(ମନ୍ମଥ ମିଶ୍ର)- ପାଣି ନାହିଁ ତ ଭୋଟ ନାହିଁ, ନିର୍ବାଚନ ସମୟରେ କୌଣସି ନେତା, କୁଜିନେତା ଯଦି ସାହିକୁ ଭୋଟ ମାଗିବାକୁ ଆସନ୍ତି ତେବେ କାଠ ଫାଳିଆରେ ଗୋଡ଼ାଇ ଗୋଡ଼ାଇ ମାରିବୁ। ଏଭଳି ଚେତାବନୀ ଦେଇଛନ୍ତି ଗଜପତି ଜିଲା ମୋହନା ସଦର ମହକୁମା ନାରାୟଣନଗରର ୧୪ ନଂ ୱାର୍ଡର ମହିଳାମାନେ। ଦୀର୍ଘଦିନ ହେବ ୱାର୍ଡରେ ଜଳ ଯୋଗାଣ ପାଇଁ ପ୍ରତି ଘର ସାମ୍ନାରେ ଷ୍ଟାଣ୍ଡ ପୋଷ୍ଟ ସ୍ଥାପନ କରି ଟ୍ୟାପ ଲଗାଯାଇଛି। ହେଲେ ଜଳ ଯୋଗାଣ ବ୍ୟବସ୍ଥା ହୋଇ ପାରିଲା ନାହିଁ। କେବଳ ସୋଲାର ଟାଙ୍କି ବସାଇ ଜଳ ଯୋଗାଣ ବ୍ୟବସ୍ଥା କରାଯାଇଛି। ସାହିରେ ପ୍ରାୟ ୮୦ ପରିବାରରୁ ଅଧିକ ଅଛନ୍ତି ହେଲେ ସେଥିରେ ମଧ୍ୟ ଠିକରେ ପାଣି ଆସୁନି। ଫଳରେ ପିଇବା ପାଣି ପାଇଁ ୱାର୍ଡ ବାସିନ୍ଦା ଡହଳବିକଳ ହେଉଛନ୍ତି । ଯଦି ସରକାର ବା ପ୍ରଶାସନ ୱାର୍ଡ ବାସିନ୍ଦାଙ୍କୁ ପାଣି ଯୋଗାଇ ନ ଦିଅନ୍ତି ଭୋଟ ବର୍ଜନ କରିବା ସହ କୌଣସି ନେତା ଓ କୁଜିନେତାକୁ ସାହିକୁ ପୁରାଇ ଦେବୁନାହିଁ ବୋଲି ଚେତବନୀ ଦେଇଛନ୍ତି। ଏ ସମ୍ପର୍କରେ ସ୍ଥାନୀୟ ୱାର୍ଡ ମେମ୍ବର କହିଛନ୍ତି ଜଳ ଯୋଗାଣ ଅଧିକାରୀଙ୍କୁ ଜଣାଇଛନ୍ତି। ପାନୀୟ ଜଳ ଯୋଗାଣ କନିଷ୍ଠ ଯନ୍ତ୍ରୀ କହିଛନ୍ତି, ସୋଲାର ଟାଙ୍କିର ୨୦ ମିଟର ବ୍ୟବଧାନରେ ଗୋଟିଏ ପାଣଟ୍ୟାପ୍‌ ରହିବା ପରିବର୍ତ୍ତେ ସେଠାରେ ୩ ଗୋଟି ଟ୍ୟାପ୍‌ କରାଯାଇଛି। ଅନ୍ୟପକ୍ଷେ ଦିନକୁ ଦିନ ଖରା ବଢ଼ିବା ସହ ଜଳସ୍ତର କମୁଛି। ତେଣୁ ଉପରିସ୍ଥ ଅଧିକାରୀଙ୍କୁ ଯୋଗାଯୋଗ କରି ଠିକାଦାର ପଠାଇ ସମସ୍ୟା ସମାଧାନ ପାଇଁ ଚେଷ୍ଟା କରାଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମାତ୍ର ୧୪ ବର୍ଷ ବୟସରେ ବଡ଼ ରେକର୍ଡ ଭାଙ୍ଗିଦେଲେ ବୈଭବ ସୂର୍ଯ୍ୟବଂଶୀ: କ୍ରିକେଟ୍‌ ଜଗତରେ ପଡ଼ିଗଲା ଚହଳ

ନୂଆଦିଲ୍ଲୀ,୨୪।୧୨: ବିଜୟ ହଜାରେ ଟ୍ରଫି ୨୦୨୫-୨୬ ବୈଭବ ସୂର୍ଯ୍ୟବଂଶୀ ଏବଂ ତାଙ୍କ ଦଳ ବିହାର ପାଇଁ ଏକ ଭଲ ଆରମ୍ଭ ହୋଇଛି। ବିହାରର ଉପ-ଅଧିନାୟକ ବୈଭବ...

ଜିଦରେ ଅଟଳ ରହିପାରିଲାନି ବାଂଲାଦେଶ, ଏବେ ଭାରତକୁ କହିଲାଣି…

ଢାକା,୨୪।୧୨: ବାଂଲାଦେଶର ମଧ୍ୟବର୍ତ୍ତୀକାଳୀନ ସରକାରଙ୍କ ଆର୍ଥିକ ପରାମର୍ଶଦାତା ସାଲେହୁଦ୍ଦିନ ଅହମ୍ମଦ ମଙ୍ଗଳବାର (ଡିସେମ୍ବର ୨୩, ୨୦୨୫) କହିଛନ୍ତି ଯେ ମୁଖ୍ୟ ପରାମର୍ଶଦାତା ମହମ୍ମଦ ୟୁନୁସ ନୂଆଦିଲ୍ଲୀ...

ଜେଲ୍‌ରେ କଏଦୀଙ୍କ ଆନ୍ଦୋଳନ

ସୁନ୍ଦରଗଡ଼,୨୪।୧୨: ସୁନ୍ଦରଗଡ଼ ଜେଲ ଅଧୀକ୍ଷକଙ୍କ ବିରୋଧରେ କଏଦୀମାନେ ବୁଧବାର ଆନ୍ଦୋଳନ କରିଛନ୍ତି। ବିଭିନ୍ନ ଦାବି ନେଇ ୫୦୦ରୁ ଊଦ୍ଧର୍‌ବ କଏଦୀ ଆନ୍ଦୋଳନରେ ସାମିଲ ହୋଇଛନ୍ତି। ଜେଲରେ...

ବାଂଲାଦେଶ ହିଂସା: ହିନ୍ଦୁଙ୍କ ଘର ଜାଳିଦେଲେ କଟ୍ଟରପନ୍ଥୀ, ସାମ୍ନାକୁ ଆସିଲା ଭୟଙ୍କର ଭିଡ଼ିଓ

ଢାକା,୨୪।୧୨: ବାଂଲାଦେଶରେ ହିନ୍ଦୁମାନଙ୍କ ଉପରେ ଅତ୍ୟାଚାରର ଧାରା ଥମିବାର ନାଁ ନେଉନାହିଁ। ବାଂଲାଦେଶୀ ଲେଖିକା ତସଲିମା ନସରିନ ଏକ ଭିଡିଓ ଜାରି କରିଛନ୍ତି ଯେଉଁଥିରେ ଚିଟାଗଙ୍ଗରେ...

ଇତିହାସ ରଚିଲା ଇସ୍ରୋ: ଏଣିକି ବିନା ମୋବୋଇଲ୍‌ ଟାଓ୍ବାରରେ ଆସିବ ନେଟଓ୍ବର୍କ

ନୂଆଦିଲ୍ଲୀ,୨୪।୧୨: ଭାରତୀୟ ମହାକାଶ ଗବେଷଣା ସଂଗଠନ (ISRO) ପୁଣି ଥରେ ବିଶ୍ୱ ସମ୍ମୁଖରେ ନିଜର ଶକ୍ତି ଏବଂ ଆତ୍ମବିଶ୍ୱାସ ପ୍ରଦର୍ଶନ କରିଛି। ଏକ କମ ବଜେଟ,...

ବଡଦିନ ପାଇଁ ବ୍ୟାପକ ପ୍ରସ୍ତୁତି: ପୋଲିସର ଫ୍ଲାଗମାର୍ଚ୍ଚ

ରାଇକିଆ, ୨୪।୧୨(ପ୍ରଦୀପ ବେହେରା)- ଆଉ ଗୋଟିଏ ଦିନ ପରେ ବଡଦିନ। ଏଥିପାଇଁ କନ୍ଧମାଳ ଜିଲା ରାଇକିଆ ବ୍ଲକର ବିଭିନ୍ନ ଚର୍ଚ୍ଚରେ ଆକର୍ଷଣୀୟ ସାଜସଜ୍ଜା ସାଙ୍ଗକୁ ବ୍ୟାପକ...

ସୋଲାର ଲାଇଟ ଅଚଳ ଘଟଣା: ସରପଞ୍ଚ ଲଗାଇଲେ ଷ୍ଟ୍ରିଟ ଲାଇଟ

ଦାରିଙ୍ଗବାଡି, ୨୪୧୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ପଞ୍ଚାୟତରେ ପ୍ରତି ମଙ୍ଗଳବାର ସାପ୍ତାହିକ ହାଟ ହେଉଛି। ଏହି ହାଟରେ ଭିଡ଼ ଜମୁଛି।...

ଭିଜିଲାନ୍ସ ଜାଲରେ ବରିଷ୍ଠ ରାଜସ୍ବ ସହାୟକ: ପୈତୃକ ଘର ସହ ୪ଟି ସ୍ଥାନରେ ଚଢ଼ାଉ ଜାରି…

ସମ୍ବଲପୁର,୨୪।୧୨(ପ୍ରମୋଦ ବହିଦାର): ଭିଜିଲାନ୍ସ ଜାଲରେ ସମ୍ବଲପୁର ବନ୍ଦୋବସ୍ତ କାର୍ଯ୍ୟାଳୟର ବରିଷ୍ଠ ରାଜସ୍ବ ସହାୟକ( SRA)ବାସୁଦେବ ଭୋଇ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ବିଭାଗ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri