Posted inଜାତୀୟ

ବିମାନବନ୍ଦରରେ ମିଳିଲାନି ହ୍ବିଲ୍‌ଚେୟାର: ବିମାନରୁ ଟର୍ମିନାଲ କାଉଣ୍ଟରକୁ ଚାଲିକି ଆସୁଥିବା ବେଳେ ଚାଲିଗଲା ବୃଦ୍ଧଙ୍କ ଜୀବନ

ମୁମ୍ବାଇ,୧୬।୨: ମୁମ୍ବାଇ ବିମାନବନ୍ଦରରେ ଏକ ଦୁଃଖଦ ଘଟଣା ଘଟିଛି। ହ୍ବିଲ୍‌ଚେୟାର ନ ପାଇ ବିମାନରୁ ଟର୍ମିନାଲରେ ଅବସ୍ଥିତ ଇମିଗ୍ରେସନ କାଉଣ୍ଟରକୁ ଚାଲିକି ଆସୁଥିବା ବେଳେ ଜଣେ ୮୦ ବର୍ଷୀୟ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି।

ଏହି ଘଟଣାକୁ ନେଇ ଏୟାର ଇଣ୍ଡିଆ ପକ୍ଷରୁ ଏକ ସ୍ପଷ୍ଟୀକରଣ ଦିଆଯାଇଛି। ବୃଦ୍ଧ ଯାତ୍ରୀଙ୍କୁ ଏୟାର ଇଣ୍ଡିଆ କର୍ମଚାରୀଙ୍କ ପକ୍ଷରୁ ଅପେକ୍ଷା କରିବାକୁ ଅନୁରୋଧ କରାଯାଇଥିଲା। ହେଲେ ବୃଦ୍ଧ ଜଣକ କଥା ନ ଶୁଣି ତାଙ୍କ ସ୍ତ୍ରୀଙ୍କ ସହ ଚାଲି ଯାଇଥିଲେ। ହେଲେ ସେ ଚାଲିକି ଯାଉଥିବା ବେଳେ ତଳେ ପଡ଼ି ଗୁରୁତର ହୋଇଯାଇଥିଲେ। ପରେ ତାଙ୍କୁ ଡାକ୍ତରଖାନା ନିଆଯାଇଥିଲା। ହେଲେ ଡାକ୍ତର ହୃଦ୍‌ଘାତରେ ବୃଦ୍ଧଙ୍କ ମୃତ୍ୟୁ ଘଟିଥିବା ପ୍ରକାଶ କରିଥିବା କୁହାଯାଇଛି।

ମିଳିଥିବା ସୂଚନା ମୁତାବକ, ଏକ ଏୟାର ଇଣ୍ଡିଆର ବିମାନ ଯୋଗେ ୮୦ ବର୍ଷ ବୟସ୍କ ବ୍ୟକ୍ତି ଜଣକ ତାଙ୍କ ସ୍ତ୍ରୀଙ୍କ ସହ ନ୍ୟୁୟର୍କରୁ ମୁମ୍ବାଇ ଆସିଥିଲେ। ବିମାନଟି ଅବତରଣ ପରେ ଦମ୍ପତିଙ୍କୁ ଗୋଟିଏ ହ୍ବିଲଚେୟାର ସହ ଜଣେ ମାତ୍ର ସହାୟକ ମିଳିଥିଲା। ଏପରି ସ୍ଥିତିରେ ବୃଦ୍ଧ ତାଙ୍କ ସ୍ତ୍ରୀଙ୍କୁ ହ୍ବିଲ୍‌ଚେୟାରରେ ବସାଇ ବିମାନରୁ ଦେଢ଼ କି.ମି ଦୂର ଟର୍ମିନାଲରେ ଅବସ୍ଥିତ ଇମିଗ୍ରେଶନ କାଉଣ୍ଟରକୁ ଚାଲିକି ଯାଇଥିଲେ। ହେଲେ କାଉଣ୍ଟରରେ ପହଞ୍ଚିବା ପରେ ବୃଦ୍ଧ ଜଣକ ହୃଦ୍‌ଘାତର ଶିକାର ହୋଇଥିଲେ। ତୁରନ୍ତ ବୃଦ୍ଧଙ୍କୁ ନାନାବତୀ ଡାକ୍ତରଖାନାକୁ ନିଆଯାଇଥିଲା। ହେଲେ ପୂର୍ବରୁ ତାଙ୍କର ମୃତ୍ୟୁ ଘଟିଥିବା ଡାକ୍ତର ସୂଚନା ଦେଇଥିଲେ। ଏହି ଘଟଣାକୁ ନେଇ ବିମାନ ଯାତ୍ରୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରତାପ ଜେନାଙ୍କ କ୍ୱାର୍ଟର୍ସ ଆଗରେ ହଙ୍ଗାମା: ଗିରଫ ହେଲେ ୨ ଯୁବଛାତ୍ର ନେତା

ଭୁବନେଶ୍ୱର,୨୧ା୩: ବିଜେଡି ନେତା ପ୍ରତାପ ଜେନାଙ୍କ କ୍ବାର୍ଟର୍ସ ଆଗରେ ହଙ୍ଗାମା କରିଥିବା ଘଟଣାରେ ୨ ଜଣଙ୍କୁ ଗିରଫ କରିଛି କ୍ୟାପିଟାଲ ଥାନା ପୋଲିସ। ଗିରଫ ଦ୍ୱୟ ହେଲେ…

ଗ୍ୟାସ ରିଫିଲିଂ ବେଳେ ଭୟଙ୍କର ବିସ୍ଫୋରଣ: ଜଳିଲା…

ଭୁବନେଶ୍ୱର,୨୧।୩: ଭରତପୁର ଥାନା କଳିଙ୍ଗନଗରରେ ବିସ୍ଫୋରଣ ଘଟି ଜଣେ ଗୁରୁତର ହୋଇଛନ୍ତି। ଉକ୍ତ ବେଆଇନ ଗ୍ୟାସ ଡିପୋରେ ଭୟଙ୍କର ବିସ୍ଫୋରଣ ଘଟିଛି। ଏଥିରେ ଛାତ ଉଡି ଯାଇଥିବାବେଳେ…

ଇଦ୍‌ରେ ଝିଅ ସୋଫିଆଙ୍କୁ ନେଇ ବଡ଼ କଥା କହିଦେଲେ ବାପା ମୋକିମ୍‌, ଭବିଷ୍ୟତରେ ଭାଜପା…

ଭୁବନେଶ୍ୱର,୨୧ା୩: ଆଜି ଇଦ୍‌ ପାଳନ ଅବସରରେ ମହମ୍ମଦ ମୋକିମ୍‌ ଝିଅ ସୋଫିଆ ଫିର୍ଦ୍ଦୋସଙ୍କୁ ନେଇ ଏକ ବଡ଼ କଥା କହିଛନ୍ତି। ସେ କହିଛନ୍ତି, ମୁଁ ନୂଆ ପାର୍ଟି…

ବାସନ ମାଜିଲେନି ସ୍ବାମୀ, ସ୍ତ୍ରୀ ଡାକିଲେ ପୋଲିସ: ଆଉ ତା’ପରେ ଘଟିଲା…

ଲକ୍ଷ୍ନୌ,୨୧।୩: ଉତ୍ତର ପ୍ରଦେଶର ଏକ ବସ୍ତିରେ ଏକ ଅଜବ ଘଟଣା ସାମ୍ନାକୁ ଆସିଛି। ଏଠାରେ ଜଣେ ମହିଳା ସାରେ ରାତ୍ରୀଭୋଜନ ପ୍ରସ୍ତୁତ କରିବାକୁ ତାଙ୍କ ରୋଷେଇ ଘରେ…

ଭାରତ ପାଖରେ ବଡ଼ ଆଟାକ୍‌ କଲା ଇରାନ, ବିଶ୍ୱରେ ଚହଳ! ଆଗକୁ ବଡ଼ଯୁଦ୍ଧ…

ନୂଆଦିଲ୍ଲୀ,୨୧।୩: ଏସିଆର ଉପସାଗରୀୟ ଅଞ୍ଚଳରେ ସଂଘର୍ଷ ଅହରହ ଜାରି ରହିଛି, ଉଭୟ ପାର୍ଶ୍ୱରୁ ଆକ୍ରମଣ କରାଯାଉଛି। ଇରାନ ମଧ୍ୟ ଏହାର ଆକ୍ରମଣ ସହିତ ତା’ର ଶତ୍ରୁମାନଙ୍କୁ ସତର୍କତାର…

ସୁନା ୧୨,୫୦୦ ଟଙ୍କା, ରୂପା ହେଲା ୩୦ହଜାର ଟଙ୍କା ଶସ୍ତା, ଏକ୍ସପର୍ଟ କହିଲେ ଏହି ରେଟ ଯାଏ ଖସିବ…

ସୁନା ଓ ରୁପା ଦରରେ କ୍ରମାଗତ ଭାବେ ହ୍ରାସ ପରିଲକ୍ଷିତ ହେଉଛି । ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଭିତରେ ତୈଳ ଦର କ୍ରମାଗତ ଭାବେ ବୃଦ୍ଧି ପାଇବାରେ ଲାଗିଛି…

ନୂଆ ଚିନି କଳ ସ୍ଥାନ ଚିହ୍ନଟ ପାଇଁ ନୟାଗଡରେ ଆଇପିଏଲ ଟେକ୍ନିକାଲ ଟିମ

ନୟାଗଡ଼,୨୧।୩(ଲୋକନାଥ ମିଶ୍ର): ନୟାଗଡ଼ରେ ନୂଆ ଚିନିଶିଳ୍ପ ଖୋଲିବା ନେଇ ମାର୍ଚ୍ଚ ୬ରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଘୋଷଣା କରିଥିଲେ। ଏପରିକି ଚିନି ଶିଳ୍ପ ଖୋଲିବା ନେଇ…

ବୋଲେରୋ ଧକ୍କାରେ ସଫେଇ କର୍ମଚାରୀ ମୃତ: ରାସ୍ତାରୋକୋ କରି ୫୦ଲକ୍ଷ ଟଙ୍କା କ୍ଷତିପୂରଣ ଦାବି କଲେ…

ପାଇକମାଳ,୨୧।୩( ବଡ ଶତପଥୀ) : ନୃସିଂହନାଥ ମନ୍ଦିରରେ କର୍ମରତ ସଫେଇ କର୍ମଚାରୀ ସକାଳେ ନିଜ କାମ ସାରି ପୁଅକୁ ମେଡିକାଲ ନେବା ପାଇଁ ଘରକୁ ବାଇକରେ ଫେରୁଥିବାବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri