ଉଭେଇଗଲା ଶୀତ

ଭୁବନେଶ୍ୱର,୧୫।୧(ବ୍ୟୁରୋ):ଚଳିତ ବର୍ଷ ଶୀତ ଉଭେଇଗଲା। ଅଳ୍ପ କେଇ ଦିନ ଟିକେ ଝଟକା ଦେଖାଇ ଗାଏବ ହୋଇଯାଇଛି। ଆଗାମୀ ଦିନରେ ମଧ୍ୟ ଶୀତ ବଢ଼ିବା ନେଇ କୌଣସି ସୂଚନା ନାହିଁ। ଆସନ୍ତା ୨୪ ତାରିଖ ଯାଏ ରାଜ୍ୟରେ ପାଗରେ କୌଣସି ପରିବର୍ତ୍ତନ ହେବ ନାହିଁ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ମାର୍ଚ୍ଚ, ଏପ୍ରିଲରେ ଅସମ୍ଭାଳ ତାତି ହେବା ନେଇ ପାଣିପାଗ ବିଶେଷଜ୍ଞ ଆଶଙ୍କା କଲେଣି। ଚଳିତ ବର୍ଷ ଜାନୁୟାରୀ ପ୍ରଥମ ସପ୍ତାହରେ ଦୁଇ ଦିନ ପାଇଁ ପାଣିପାଗ ବିଭାଗ ପକ୍ଷରୁ ଶୀତ ଲହରି ନେଇ ସତର୍କ କରାଯାଇଥିଲା। ଏହାର ପରଠାରୁ ତାତି ବଢ଼ିବା ଆରମ୍ଭ କରିଛି। ଜଳବାୟୁ ପରିବର୍ତ୍ତନ ଶୀତ ଉପରେ ପ୍ରଭାବ ପକାଇଥିବା ପାଣିପାଗ ବିଶେଷଜ୍ଞ କହିଛନ୍ତି। ଚଳିତ ବର୍ଷ ରାଜ୍ୟକୁ ପଶ୍ଚିମାବାୟୁ ପ୍ରବାହ ନ ହେବାରୁ ଶୀତ ବଢ଼ିଲା ନାହିଁ। ଏଥିସହିତ ନଭେମ୍ବରରୁ ଜାନୁୟାରୀ ୧୫ ଯାଏ ରାଜ୍ୟରେ ବର୍ଷାର ନାଁଗନ୍ଧ ନାହିଁ। ଏହି ସମୟରେ ହାଲୁକା ବର୍ଷା ସାଙ୍ଗକୁ ଉତ୍ତର ଦିଗରୁ ଥଣ୍ଡା ବାୟୁ ରାଜ୍ୟକୁ ବହିଥାଏ। ଫଳରେ ଶୀତ ବଢ଼ିଥାଏ। କେବଳ ସେତିକି ନୁହେଁ, ଜଳବାୟୁ ପରିବର୍ତ୍ତନ ପ୍ରଭାବ ଯୋଗୁ ତାମିଲନାଡୁ ଉପକୂଳରେ ମଧ୍ୟ ଆଶାନୁରୂପ ଲଘଚାପ ସୃଷ୍ଟି ହୋଇ ନାହିଁ। ବିଗତ ବର୍ଷଗୁଡ଼ିକରେ ଉପକୂଳରେ ୪ରୁ ୫ଟି ଲଘୁଚାପ କ୍ଷେତ୍ର ସୃଷ୍ଟି ହେଉଥିବା ବେଳେ ଚଳିତ ବର୍ଷ ଡିସେମ୍ବରରେ ମାତ୍ର ଗୋଟିଏ ଲଘୁଚାପ ହୋଇଛି। ଗତ ୩ ମାସ ହେବ ବର୍ଷା ନ ଥିବାରୁ ବାୟୁମଣ୍ଡଳରେ ଧୂଳିକଣା ପୂର୍ଣ୍ଣ ହୋଇ ରହିବାରୁ ଭୂପୃଷ୍ଠର ତାତି ବିକିରଣ ହୋଇପାରୁ ନାହିଁ। ଏସବୁ କାରଣ ଶୀତ କମିବା ପାଇଁ ଦାୟୀ ହୋଇପାରେ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟର ପୂର୍ବତନ ନିର୍ଦ୍ଦେଶକ ତଥା ପାଣିପାଗ ବିଶେଷଜ୍ଞ ଶରତ ସାହୁ କହିଛନ୍ତି।
ଅନ୍ୟପକ୍ଷରେ ଶନିବାର ରାଜ୍ୟର ସବୁ ସ୍ଥାନରେ ପାରଦ ଉପରମୁହାଁ ରହିଛି। କେବଳ କୋରାପୁଟରେ ୭.୫ ଓ ଦାରିଙ୍ଗବାଡ଼ିରେ ସର୍ବନିମ୍ନ ତାପମାତ୍ରା ୮.୭ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଥିବା ବେଳେ ରାଜ୍ୟର ଅନ୍ୟ ସମସ୍ତ ସ୍ଥାନରେ ପାରଦ ୧୦ରୁ ୨୧ ଡିଗ୍ରୀ ମଧ୍ୟରେ ରହିଛି। ସେହିପରି ଦିନର ସର୍ବୋଚ୍ଚ ତାପମାତ୍ରା ସୋନପୁରରେ ୩୨.୪ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଥିବା ବେଳେ ବରଗଡ଼ ଓ ଭବାନୀପାଟଣାରେ ୩୨ ଡିଗ୍ରୀ ସେଲ୍‌ସିୟସ ରହିଛି। ଆସନ୍ତା ୨ ଦିନ ରାଜ୍ୟରେ ପ୍ରବଳ କୁହୁଡ଼ି ହେବାର ସମ୍ଭାବନା ରହିଛି। ରବିବାର ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ, ଯାଜପୁର, କଟକ, କେନ୍ଦ୍ରାପଡ଼ା, ପୁରୀ, ଜଗତ୍‌ସିିଂହପୁର, ଖୋର୍ଦ୍ଧା, ଢେଙ୍କାନାଳ ଆଦି ଜିଲାର କେତେକ ସ୍ଥାନରେ ପ୍ରବଳ କୁହୁଡ଼ି ହେବାର ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?