ଶବଦାହ ପାଇଁ ମିଳୁନି କାଠ, ମୃତଦେହ ରଖି ଧାରଣା

ବରଗଡ଼ ଅଫିସ,୧୮ା୧୧: ଶବଦାହ ପାଇଁ ବରଗଡ଼ ସହରରେ କାଠ ଅଭାବ ଦେଖାଦେଇଛି। ଫଳରେ ଶବଦାହ ପାଇଁ ଲୋକଙ୍କୁ ହଟହଟା ହେବାକୁ ପଡୁଛି। ଏ ନେଇ ବାରମ୍ବାର ସ୍ଥାନୀୟ ବନଖଣ୍ଡ ଅଧିକାରୀ (ଡିଏଫ୍‌ଓ) ଏବଂ ଅନ୍ୟ ବିଭାଗୀୟ କର୍ମଚାରୀଙ୍କୁ ବାରମ୍ବାର ଅବଗତ କଲେ ସୁଦ୍ଧା କୌଣସି ପଦକ୍ଷେପ ନିଆଯାଇ ନାହିଁ। ଫଳରେ ଅସନ୍ତୋଷ ବଢ଼ି ଚାଲିଛି। ଏହି କ୍ରମରେ ଗୁରୁବାର ବରଗଡ଼ ସ୍ବେଚ୍ଛାସେବୀ ଅନୁଷ୍ଠାନର ସଦସ୍ୟମାନେ ଜଣେ ଅଜଣା ଲୋକଙ୍କ ମୃତଦେହ ରଖି ଡିଏଫ୍‌ଓ ଅଫିସରେ ଧାରଣା ଦେଇଛନ୍ତି। ଗତ ତିନିଦିନ ତଳେ ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନାରେ ଚିକିତ୍ସାଧାନ ଅବସ୍ଥାରେ ସମ୍ପୃକ୍ତ ଅଜଣା ବ୍ୟକ୍ତିଙ୍କ ମୃତ୍ୟୁ ହୋଇଥିଲା। ମୃତଦେହକୁ ପୋଲିସ ଡାକ୍ତରଖାନା ଫ୍ରିଜରରେ ରଖା ଯାଇଥିଲା। ମୃତକଙ୍କ ଶବଦାହ ପାଇଁ ପୋଲିସ ସୂଚନା ଦେବା ପରେ ସ୍ବେଚ୍ଛାସେବୀ ଅନୁଷ୍ଠାନର କର୍ମକର୍ତ୍ତାମାନେ ଡାକ୍ତରଖାନା ଫ୍ରିଜରରୁ ଆଣିଥିଲେ। ତେବେ କାଠ ପାଇଁ ସ୍ବେଚ୍ଛାସେବୀମାନେ ବୁଧବାରରୁ ବନ ବିଭାଗ କର୍ମଚାରୀଙ୍କୁ ଜଣାଇଥିଲେ। ମାତ୍ର କୌଣସି ସନ୍ତୋଷଜନକ ଉତ୍ତର ନ ମିଳିବାରୁ ଏହାର ପ୍ରତିବାଦରେ ମୃତଦେହକୁ ଡିଏଫ୍‌ଓ ଅଫିସରେ ରଖି ଧାରଣାରେ ବସିଛନ୍ତି। ଅଜଣା ଲୋକଙ୍କ ଶବଦାହ ପାଇଁ ମାଗଣାରେ କାଠ ଯୋଗାଇ ଦେବା ପାଇଁ ସେମାନେ ଦାବି କରିଛନ୍ତି। ଦୃଢ଼ ପ୍ରତିଶ୍ରୁତି ନ ମିଳିବା ପର୍ଯ୍ୟନ୍ତ ସେମାନେ ଧାରଣାରୁ ଉଠିବେ ନାହିଁ ବୋଲି ସ୍ବେଚ୍ଛାସେବୀମାନେ ଚେତାବନୀ ଦେଇଛନ୍ତି। ଏହି ଅନୁଷ୍ଠାନର ସମ୍ପାଦକ ଅଶ୍ବିନୀ ତ୍ରିପାଠୀ, କୋଷାଧ୍ୟକ୍ଷ ଶ୍ୟାମସୁନ୍ଦର ସାହୁଙ୍କ ନେତୃତ୍ୱରେ ସ୍ବେଚ୍ଛାସେବୀମାନେ ଏଥିରେ ସାମିଲ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହାସ୍ୟ ଅଭିନେତା ରାଜପାଳ ଯାଦବଙ୍କୁ ଦିଲ୍ଲୀ ହାଇକୋର୍ଟରୁ ମିଳିଲା ଆଶ୍ୱସ୍ତି, ଜାମିନ ପାଇଁ ଦେବାକୁ ପଡ଼ିଲା ଏତେ କୋଟି ଟଙ୍କା

ନୂଆଦିଲ୍ଲୀ,୧୬।୨: ଚେକ-ବାଉନ୍ସ ମାମଲାରେ ତିହାର ଜେଲରେ ଥିବା ଅଭିନେତା ରାଜପାଲ ଯାଦବଙ୍କୁ ସୋମବାର ଦିଲ୍ଲୀ ହାଇକୋର୍ଟରୁ ଏକ ବଡ଼ ଆଶ୍ୱସ୍ତି ମିଳିଛି। ତାଙ୍କ ଜାମିନ ଆବେଦନର ଶୁଣାଣି…

ଲକ୍ଷାଧିକ ଟଙ୍କା ନେଇ ବାଇକରେ ଯାଉଥିଲେ ଧାନ ବ୍ୟବସାୟୀ, ଅଧାବାଟରେ ବନ୍ଧୁକ ଦେଖାଇ ଲୁଟେରା….

କେନ୍ଦୁଝର,୧୬ା୨ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା କେନ୍ଦୁଝର – ପାଟଣା ରାସ୍ତାର ମଇଦାନକେଲ ନିକଟରେ ବଡ଼ ଧରଣର ଲୁଟ୍ । ସୋମବାର ସକାଳେ ପ୍ରାୟ…

ପରୀକ୍ଷା ଦେବେନାହିଁ ବୈଭବ ସୂର୍ଯ୍ୟବଂଶୀ, କାରଣ କହିଲେ ପିତା

ନୂଆଦିଲ୍ଲୀ,୧୬।୨: ଆଇସିସି ୧୯ ବର୍ଷରୁ କମ ବିଶ୍ୱକପ ୨୦୨୬ରେ ଟିମ ଇଣ୍ଡିଆର ବିଜୟରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିବା ୧୪ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ସମ୍ପର୍କରେ ଏକ…

ଟିମ ଇଣ୍ଡିଆ ହାତରୁ ଖସିପାରେ ବିଶ୍ୱକପ୍‌ ଟ୍ରଫି: ପାକିସ୍ତାନ ବିପକ୍ଷ ବିଜୟ ଭଲ ସଙ୍କେତ ନୁହେଁ, ଡରାଉଛି ସଂଯୋଗ

ନୂଆଦିଲ୍ଲୀ,୧୬।୨: ଭାରତୀୟ ଦଳ ୨୦୨୬ ଟି୨୦ ବିଶ୍ୱକପ୍‌ର ଗ୍ରୁପ ପର୍ଯ୍ୟାୟରେ ପାକିସ୍ତାନକୁ ପରାସ୍ତ କରି ସୁପର ୮ରେ ପ୍ରବେଶ କରିଥିଲା। ଫଳାଫଳ କାହାକୁ ଆଶ୍ଚର୍ଯ୍ୟ କରି ନ…

କାଲି CBSE ଦଶମ-ଦ୍ବାଦଶ ପରୀକ୍ଷା, ସକାଳ ୧୦ ପୂର୍ବରୁ ପରୀକ୍ଷା କେନ୍ଦ୍ରରେ ପହଞ୍ଚିବାକୁ CBSEର ନିର୍ଦ୍ଦେଶ

ଭୁବନେଶ୍ବର,୧୬ା୨: ମଙ୍ଗଳବାର ଠାରୁ ଆରମ୍ଭ ହେବାକୁ ଯାଉଛି CBSE ଦଶମ, ଦ୍ବାଦଶ ପରୀକ୍ଷା । ୪୬ ଲକ୍ଷରୁ ଊର୍ଦ୍ଧ୍ବ ପରୀକ୍ଷାର୍ଥୀ ଏଥର ଦେବେ ଦଶମ ଓ ଦ୍ବାଦଶ…

ଲୋ ବ୍ଲଡପ୍ରେସର ସମସ୍ୟା ଅଛି କି ? ଏଥିରୁ ମୁକୁଳିବା ପାଇଁ ପିଅନ୍ତୁ…

ମିଶ୍ରିରେ ଅନେକ ପ୍ରକାର ସ୍ବାସ୍ଥ୍ୟୋପକାରୀ ଗୁଣ ଭରି ରହିଛି। ଏଥିରେ ବିଭିନ୍ନ ପ୍ରକାର ଭିଟାମିନ୍‌ ଏବଂ ଆମିନୋ ଏସିଡ ରହିଛି। ଯଦି ଆପଣଙ୍କର ଲଗାତର କାଶ ହେଉଛି…

Video: ହ୍ୟାଣ୍ଡସେକ୍‌ ବିବାଦ ମଧ୍ୟରେ, ୱାସିମ ଆକ୍ରମଙ୍କୁ ଆଲିଙ୍ଗନ କଲେ ରୋହିତ ଶର୍ମା, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୬।୨: ରବିବାର T20 World Cup 2026 ରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଏକ ହାଇ-ଭୋଲଟେଜ ମ୍ୟାଚ ଖେଳାଯାଇଥିଲା। ଟିମ ଇଣ୍ଡିଆ ଏକତରଫା ଭାବରେ ୬୧…

ଶିକ୍ଷକଙ୍କ ମାଡ଼ ପରେ ହଷ୍ଟେଲରୁ ଫେରାର ହୋଇଗଲେ ଛାତ୍ର, କାର୍ଯ୍ୟାନୁଷ୍ଠାନ ନେବାକୁ ଦାବି

ପାଟଣାଗଡ଼, ୧୬।୨(ସଚ୍ଚିଦାନନ୍ଦ ମହାକୁର): ପାଟଣାଗଡ଼ ବ୍ଳକ ବନେଇମୁଣ୍ଡା ସରକାରୀ ଉଚ୍ଚ ବିଦ୍ୟାଳୟ ଆଶ୍ରମରେ ନିର୍ଯାତନାର ଶିକାର ହୋଇ ଶନିବାର ୭ ଜଣ ଛାତ୍ର ହଷ୍ଟେଲ ଛାଡ଼ି ଫେରାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri