କାମ ହୋଇନି, ବିଲ୍‌ ଉଠିଛି

କୁତ୍ରା,୪ା୩ (ଡି.ଏନ.ଏ.): ସୁନ୍ଦରଗଡ଼ ଜିଲା କୁତ୍ରା ବ୍ଲକ ଅନ୍ତର୍ଗତ ପଞ୍ଚରା ପଞ୍ଚାୟତରେ ଏମ୍‌ଜିଏନ୍‌ଆରଇଜିଏସ୍‌ କାମରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ପଞ୍ଚାୟତର କୁସୁମଡେଗି ପାହାଡପଡ଼ା ଓ କୁସୁମଡେଗି ଗୋସେଇପଡା କାଜୁ ବଗିଚା ନିକଟରେ ଏହି ଯୋଜନାରେ ୨ଟି ପୋଖରୀ ଖୋଳା ହେବା କଥା। କିନ୍ତୁ ପୋଖରୀ ନ ଖୋଳି ଶ୍ରମିକ ପାଉଣା ବାବଦକୁ କୁସୁମଡେଗି ପାହାଡପଡ଼ା ପ୍ରକଳ୍ପ ପାଇଁ ୫୧୯୪୮ ଟଙ୍କା ଓ ଗୋସେଇପଡା ପ୍ରକଳ୍ପ ପାଇଁ ୬୨୧୬ ଟଙ୍କା ଉଠାଇ ନିଆଯାଇଛି। ପଞ୍ଚାୟତ ନିର୍ବାହୀ ଅଧିକାରୀ ମହାତ୍ମା ଗାନ୍ଧୀ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା କାର୍ଯ୍ୟ ତଦାରଖ କରିବା ସମୟରେ ଏହି ଅନିୟମିତତା ପଦାକୁ ଆସିଛି। ବିଡିଓ ରବୀନ୍ଦ୍ର କୁମାର ସେଠୀ ଏ ନେଇ ଅବଗତ ହେବା ପରେ ପଞ୍ଚରା ଗ୍ରାମ ରୋଜଗାର ସେବକ ଓ କୁସୁମଡେଗିର ୨ ଜଣ ଗ୍ରାମ ସଂଯୋଜକଙ୍କୁ ଅର୍ଥ ବାଟମାରଣା କରିବା ଅଭିଯୋଗରେ କାରଣ ଦର୍ଶାଅ ନୋଟିସ ଜାରି କରିଛନ୍ତି। ଆଗାମୀ ୨୪ ଘଣ୍ଟା ମଧ୍ୟରେ ଲିଖିତ ଉତ୍ତର ମାଗିଛନ୍ତି। ତେବେ ଏହି ଘଟଣା ଜଣାପଡିବା ପରେ ଶୁକ୍ରବାର ସକାଳେ ତରବରିଆ ଭାବେ ସେଠାରେ ଶ୍ରମିକ ଲଗାଇ କାମ ଆରମ୍ଭ କରାଯାଇଥିବା ଦେଖିବାକୁ ମିଳିଛି। ଅନିୟମିତତାର ତଦନ୍ତ କରି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ସାଧାରଣରେ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri