କାମ ହୋଇନି, ବିଲ୍‌ ଉଠିଛି

କୁତ୍ରା,୪ା୩ (ଡି.ଏନ.ଏ.): ସୁନ୍ଦରଗଡ଼ ଜିଲା କୁତ୍ରା ବ୍ଲକ ଅନ୍ତର୍ଗତ ପଞ୍ଚରା ପଞ୍ଚାୟତରେ ଏମ୍‌ଜିଏନ୍‌ଆରଇଜିଏସ୍‌ କାମରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ପଞ୍ଚାୟତର କୁସୁମଡେଗି ପାହାଡପଡ଼ା ଓ କୁସୁମଡେଗି ଗୋସେଇପଡା କାଜୁ ବଗିଚା ନିକଟରେ ଏହି ଯୋଜନାରେ ୨ଟି ପୋଖରୀ ଖୋଳା ହେବା କଥା। କିନ୍ତୁ ପୋଖରୀ ନ ଖୋଳି ଶ୍ରମିକ ପାଉଣା ବାବଦକୁ କୁସୁମଡେଗି ପାହାଡପଡ଼ା ପ୍ରକଳ୍ପ ପାଇଁ ୫୧୯୪୮ ଟଙ୍କା ଓ ଗୋସେଇପଡା ପ୍ରକଳ୍ପ ପାଇଁ ୬୨୧୬ ଟଙ୍କା ଉଠାଇ ନିଆଯାଇଛି। ପଞ୍ଚାୟତ ନିର୍ବାହୀ ଅଧିକାରୀ ମହାତ୍ମା ଗାନ୍ଧୀ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା କାର୍ଯ୍ୟ ତଦାରଖ କରିବା ସମୟରେ ଏହି ଅନିୟମିତତା ପଦାକୁ ଆସିଛି। ବିଡିଓ ରବୀନ୍ଦ୍ର କୁମାର ସେଠୀ ଏ ନେଇ ଅବଗତ ହେବା ପରେ ପଞ୍ଚରା ଗ୍ରାମ ରୋଜଗାର ସେବକ ଓ କୁସୁମଡେଗିର ୨ ଜଣ ଗ୍ରାମ ସଂଯୋଜକଙ୍କୁ ଅର୍ଥ ବାଟମାରଣା କରିବା ଅଭିଯୋଗରେ କାରଣ ଦର୍ଶାଅ ନୋଟିସ ଜାରି କରିଛନ୍ତି। ଆଗାମୀ ୨୪ ଘଣ୍ଟା ମଧ୍ୟରେ ଲିଖିତ ଉତ୍ତର ମାଗିଛନ୍ତି। ତେବେ ଏହି ଘଟଣା ଜଣାପଡିବା ପରେ ଶୁକ୍ରବାର ସକାଳେ ତରବରିଆ ଭାବେ ସେଠାରେ ଶ୍ରମିକ ଲଗାଇ କାମ ଆରମ୍ଭ କରାଯାଇଥିବା ଦେଖିବାକୁ ମିଳିଛି। ଅନିୟମିତତାର ତଦନ୍ତ କରି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ସାଧାରଣରେ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ୟୁକ୍ରେନ୍‌-ରୁଷିଆ ଯୁଦ୍ଧ: ୟୁକ୍ରେନ୍‌ର ଡ୍ରୋନ ଆକ୍ରମଣରେ ଜଳିଗଲା ରୁଷିଆର ବଡ଼ ଗୋଦାମ ଘର

ମସ୍କୋ,୧୬ା୮: ରୁଷିଆ ୟୁକ୍ରେନ୍‌ ଉପରେ ଜୋର୍‌ଦାର ଏୟାରଷ୍ଟ୍ରାଇକ୍‌ କରିଥିବା ବେଳେ କିଭ୍‌ ମଧ୍ୟ ଏହାର କଡ଼ା ଜବାବ ଦେଇଛି। ମସ୍କୋ ଅଞ୍ଚଳରେ ୟୁକ୍ରେନ୍‌ ଓଜନଦାର ଡ୍ରୋନ୍‌ ଯୋଗେ…

ଗାଲେ ଟେଷ୍ଟରେ ପଡିକଲଙ୍କ ଦମ୍‌ଦାର ଶତକ, ଭାରତ ୪୬୦/୯

ଗାଲେ, ୧୬ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ପ୍ରଥମ ଟେଷ୍ଟ କ୍ରିକେଟ ମ୍ୟାଚ୍‌ରେ ଭାରତୀୟ ବ୍ୟାଟର ଦମ୍‌ଦାର ପ୍ରଦର୍ଶନ କରିଛନ୍ତି। ବ୍ୟାଟର ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ…

କେନାଲରେ ଫସି ରହିଥିଲା ବାର୍‌ହା, ଏମିତି ଉଦ୍ଧାର କଲେ ଅଗ୍ନିଶମ କର୍ମଚାରୀ

ଗଞ୍ଜାମ,୧୬।୮(ବିଦ୍ୟାଧର ସାହୁ): ଗଞ୍ଜାମ ସହର ସ୍ଥିତ ପୋତାଗଡ଼ ପାର୍ଶ୍ୱରେ ଥିବା ଋଷୁକୂଲ୍ୟା ନଦୀ ଜଳରେ ବୋଟିଙ୍ଗ ପାଇଁ ନିର୍ମାଣ ହୋଇଥିବା କ୍ଷୁଦ୍ର କେନାଲରେ ଫସି ରହିଥିବା ଏକ…

Ananya Raj Death: ୩୫ ବର୍ଷରେ ଅଭିନେତ୍ରୀ ଅନନ୍ୟା ରାଜଙ୍କ ପରଲୋକ, ମାସେ ପରେ ସାମ୍ନାକୁ ଆସିଲା ଖବର

ମୁମ୍ବାଇ,୧୬।୮: ଅଭିନେତ୍ରୀ ତଥା ସୋସିଆଲ ମିଡିଆ ଷ୍ଟାର ଅନନ୍ୟା ରାଜଙ୍କ ୩୫ ବର୍ଷ ବୟସରେ ଦେହାନ୍ତ ହୋଇଛି । ତାଙ୍କ ମୃତ୍ୟୁର ପ୍ରାୟ ଏକ ମାସ ପରେ…

ଛକରେ କଫସିରପ ବିକ୍ରି ବେଳେ ମାଡିବସିଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି…

ଅନ୍ଧାରିଆ ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ; ମାଡ଼ିବସିଲା ଝରିଗାଁ ପୋଲିସ, ଜବତ କଲା…

ଝରିଗାଁ,୧୬।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ନିକଟସ୍ଥ ହୁଣ୍ଡାରଧଡକି ଜଙ୍ଗଲ ନିକଟରେ ଜୁଆ ଖେଳ ଚାଲିଥିବା ବେଳେ ରବିବାର ସନ୍ଧ୍ୟାରେ ଝରିଗାଁ ପୋଲିସ ତରଫରୁ ଅତର୍କିତ…

ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ: ବ୍ରହ୍ମପୁରର ନଟରାଜ ଟିମ୍‌ ଚାମ୍ପିୟନ

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ ଏବଂ ଏନଏସି କାର୍ଯ୍ୟାଳୟର ମିଳିତ ଆନୁକୁଲ୍ୟରେ ପବିତ୍ର ସ୍ବାଧୀନତା ଦିବସ ଅବସରରେ ସ୍ଥାନୀୟ…

ପ୍ରବଳ ବର୍ଷାକୁ ନେଇ ଚିନ୍ତାରେ ଚାଷୀ, ଆନନ୍ଦପୁର ଉପଜିଲାପାଳ କହିଲେ…

ହାଟଡିହୀ/ଛେନାପଦୀ,୧୬।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ପାଣିପାଗ ବିଭାଗ ତରଫରୁ କେନ୍ଦୁଝର ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି କରାଯାଇଥିଲା । ଏହାପରେ ଲୋକଙ୍କ ଧନ, ଜୀବନକୁ ଦୃଷ୍ଟିରେ ରଖି ପ୍ରଶାସନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri